Posted inଜାତୀୟ

ମମତାଙ୍କ ନିର୍ଦ୍ଦେଶ ହିଁ ପଶ୍ଚିମବଙ୍ଗର ଆଇନ: ବିଜୟଭର୍ଗିୟ

କୋଲକାତା,୧୭ ।୧୨: ପଶ୍ଚିମବଙ୍ଗକୁ ନେଇ ଭାରତୀୟ ଜନତା ପାର୍ଟି(ଭାଜପା) ଏବେ ନୁହେଁ ତ କେବେ ନୁହେଁ ପରିସ୍ଥିତିରେ ପହଞ୍ଚିଯାଇଛି କହିଲେ ଚଳେ । ରାଜ୍ୟରେ ଶାସନ କ୍ଷମତା ହାତେଇବାକୁ ଦଳ ସବୁ ପ୍ରକାଳ କୌଶଳ ପ୍ରାୟୋଗ କରିବାରେ ଲାଗିପଡିଛି । ନିର୍ବାଚନ ବୈତରଣୀ ପାର ହେବା ପାଇଁ ଭାଜପା ରାଷ୍ଟ୍ରୀୟ ମହାସଚିବ ବୈଳାଶ ବିଜୟଭର୍ଗିୟଙ୍କୁ ରାଜ୍ୟ ପ୍ରଭାରୀ ପଦ ଦେଇଛି । ଏବେ ବିଜୟଭର୍ଗିୟ ନିର୍ବାଚନରେ ବିଜୟ ପାଇଁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଟାର୍ଗେଟ କରିଛନ୍ତି । ରାଜ୍ୟରେ ଆଶନ ଶୃଙ୍ଖଳା କଥା ଉଠାଇ ସେ କହିଛନ୍ତି, ମମତା ରାଜ୍ୟରେ ଏମିତି ଭୟଭୀତ କଲାଭଳି ବାତାବରଣରେ ଲୋକଙ୍କୁ ରଖିଛନ୍ତି ଯାହା ଫଳରେ ଏଠାରେ ମମତାଙ୍କ ନିର୍ଦ୍ଦେଶ ହିଁ ଏଠାକାର ଆଇନ ପାଲଟିଯାଇଛି । ସୂଚନାଯୋଗ୍ୟ, ଆଗାମୀ ବର୍ଷ ପଶ୍ଚିମବଙ୍ଗରେ ହେବାକୁ ଥିବା ବିଧାନସଭା ନିର୍ବାଚନ ଲାଗି ଏବେଠାରୁ ସବୁ ରାଜନୈତିକ ଦଳ ଅଣ୍ଟା ଭିଡିଲେଣି । ବିଶେଷ କରି ତ୍ରୁଣମୂଳ କଂଗ୍ରେସକୁ ହରାଇ ଏଥର ଭାଜପା ଶାସନ କ୍ଷମତା ହାତକୁ ନେବାକୁ ପ୍ରୟାସ କରି ଚାଲିଛି । କିଛିଦିନ ତଳେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ପଶ୍ଚିମବଙ୍ଗ ଗସ୍ତରେ ଯାଇଥିବା ବେଳେ ତାଙ୍କ ଉପରକୁ ହୋଇଥିବା ପଥରମାଡକୁ ନେଇ ସେ ଏହା ପଛରେ ତ୍ରୁଣମୂଳ କଂଗ୍ରେସର ହାତ ଅଛି ବୋଲି କହିଥିଲେ । ପରେ ଏହାକୁ ନେଇ ପୁଣି ରାଜନୈତିକ ବାତାବରଣ ହୋଇଥିଲା ସରଗରମ ।


Enter your email to get our daily news in your inbox.

All Right Reserved By Dharitri.Com

‘ଦୂରଦର୍ଶନର ଗୈରିକୀକରଣ’

ନୂଆଦିଲ୍ଲୀ,୨୦ା୪: ସରକାରୀ ନ୍ୟୁଜ୍‌ ଚ୍ୟାନେଲ୍‌ ‘ଡିଡି ନ୍ୟୁଜ୍‌’ ଏହାର ନୂଆ ଲୋଗୋ ଉନ୍ମୋଚନ କରିବା ପରେ ଏହାକୁ ନେଇ ସୋସିଆଲ ମିଡିଆରେ ଜୋର୍‌ଦାର ପ୍ରତିକ୍ରିୟା ପ୍ରକାଶ...

ପ୍ରଧାନମନ୍ତ୍ରୀ ମୋଦିଙ୍କ ବିପକ୍ଷରେ ପ୍ରାର୍ଥୀ ବଦଳାଇଲା ବିଏସ୍‌ପି

ଲକ୍ଷ୍ନୌ,୧୯।୪: ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ବିଏସ୍‌ପି ଏହାର ପ୍ରାର୍ଥୀଙ୍କ ଆଉ ଏକ ତାଲିକା ପ୍ରକାଶ କରିଛି। ଏହି ତାଲିକାରେ ମୋଟ ୧୧ ଜଣ...

କଂଗ୍ରେସ ପ୍ରାର୍ଥୀ ପାଇଁ ପ୍ରଚାର କଲେ ଶାହାରୁଖ ଖାନ୍‌! ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୯।୪: କଂଗ୍ରେସ ପାଇଁ ପ୍ରଚାର କଲେ ବଲିଉଡର କିଙ୍ଗ ଖାନ୍‌ ଶାହରୁଖ ଖାନ୍‌। ଆଗାମୀ ଲୋକ ସଭା ନିର୍ବାଚନ ପାଇଁ କଂଗ୍ରେସ ପ୍ରାର୍ଥୀଙ୍କ ପାଇଁ ଷ୍ଟାର...

‘ଭାଜପାର ପ୍ରଥମ ଦିନ ଫ୍ଲପ୍‌ ହୋଇଗଲା’

ଲକ୍ଷ୍ନୌ,୧୯।୪: ସମାଜବାଦୀ ପାର୍ଟୀ ନେତା ଅଖିଳେଶ ଯାଦବ ଲୋକ ସଭା ନିର୍ବାଚନର ପ୍ରଥମ ଦିନର ଭୋଟିଂକୁ ନେଇ ଭାଜପାକୁ କଟାକ୍ଷ କରିଛନ୍ତି। ଭାଜପାର ପ୍ରଥମ ଦିନ...

ମେଣ୍ଟକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ଏମିତି…

ନୂଆଦିଲ୍ଲୀ,୧୯।୪: ଦେଶରେ ଆରମ୍ଭ ହୋଇଛି ଲୋକ ସଭା ନିର୍ବାଚନର ମହାପର୍ବ। ଏହାରି ଭିତରେ ୩ ଦଳ ଭୋଟରଙ୍କୁ ଆକର୍ଷିତ କରେଇବାକୁ ପୁରା ଜୋର ଲଗାଇ ଦେଇଛନ୍ତି।...

ଓଡିଶା ରାଜନୀତିକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ନବୀନଙ୍କ ସହ ବଡ଼ ଫାଇଟ୍‌

ନୂଆଦିଲ୍ଲୀ,୧୯।୪: ଆରମ୍ଭ ହୋଇଯାଇଛି ଲୋକ ସଭା ନିର୍ବାଚନ ୨୦୨୪ l ତେବେ ଓଡିଶାରେ ନିର୍ବାଚନ ପାଇଁ ଅଳ୍ପ ଦିନ ବାକି ଥିବାବେଳେ ଗୃହମନ୍ତ୍ରୀ ଅମିତ ଶାହା...

ବିଦିଶା ଲୋକସଭା ଆସନରୁ ପ୍ରାର୍ଥୀପତ୍ର ଦାଖଲ କଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ

ଭୋପାଳ,୧୯।୪: ଭାଜପାର ବରିଷ୍ଠ ନେତା ତଥା ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ ବିଦିଶା ଲୋକସଭା ଆସନରୁ ପ୍ରାର୍ଥୀ ଭାବେ ଶୁକ୍ରବାର ନାମାଙ୍କନପତ୍ର ଦାଖଲ...

କଂଗ୍ରେସକୁ ଭୋଟ ନ ଦେବାକୁ କହିଲେ ମମତା ବାନାର୍ଜୀ

କୋଲକତା,୧୯।୪: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗୁରୁବାର ବିରୋଧୀ ଇଣ୍ଡିଆ ମେଣ୍ଟରେ ଥିବା ସିପିଆଇ(ଏମ) ଓ କଂଗ୍ରେସକୁ ତୀବ୍ର ସମାଲୋଚନା କରିଛନ୍ତି। ଉଭୟ ଦଳ ବେଙ୍ଗଲରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri