ମା’ ଶୀତଳା ଠାକୁରାଣୀଙ୍କ ଯାତ୍ରା ପାଇଁ କାଇଁଚପୁର ଚଳଚଞ୍ଚଳ

ଗଞ୍ଜାମ,୧ା୪(ବିଦ୍ୟାଧର ସାହୁ): ଆସନ୍ତା ୩୦ରେ ଆରମ୍ଭ ହେବ ମା’ ଶୀତଳା ଠାକୁରାଣୀଙ୍କ ଯାତ୍ରା l ଏଥିପାଇଁ ଚଳଚଞ୍ଚଳ ହୋଇ ଉଠିଲାଣି ସମଗ୍ର କାଇଁଚପୁର ଅଞ୍ଚଳ l ମଙ୍ଗଳବାର ଅପରାହ୍ନରେ ଗ୍ରାମର ରେଡି ସାହିଠାରେ ପୂଜକ ଲକ୍ଷ୍ମୀ ନାରାୟଣ ପଣ୍ଡାଙ୍କ ଦ୍ୱାରା ପୂଜାର୍ଚ୍ଚନା ପରେ ମା’ଙ୍କ ଭୂମି ପୂଜା ଏବଂ ଶୁଭଖୁଣ୍ଟ ସ୍ଥାପନ କରାଯାଇଥିଲା l ଏହି ଉପଲକ୍ଷେ କୈବର୍ତ୍ତ ସାହିରେ ଠାକୁର ବାୟାଧର ଏବଂ ଦଳେଇପୁଟ ସାହିରେ ମାଲୁଆଣୀ ଠାକୁରାଣୀ ଏବଂ ରେଡି ସାହିରେ ମା’ ଶୀତଳାଇଙ୍କ ତିନୋଟି ଶୁଭଖୁଣ୍ଟି ସ୍ଥାପନ କରାଯାଇଥିଲା l ଯାତ୍ରା ପରିଚାଳନା କମିଟି ସଭାପତି ତଥା ୧୫ ନଂ ଜିଲା ପରିଷଦ ସଭ୍ୟ ସନାତନ ବେହେରା, ସମ୍ପାଦକ ଭାଗ୍ୟ ରେଡ୍ଡୀ, କୋଷାଧକ୍ଷ ପିଡ୍‌. କ୍ରିଷ୍ଣା ରେଡି, ପୂର୍ବତନ ସରପଞ୍ଚ ଗୋବିନ୍ଦ ରେଡ୍ଡୀ, ଶାନ୍ତି କମିଟି ସଦସ୍ୟ କେ ରଜନୀ ରେଡ୍ଡୀ, ଈଶ୍ୱର ସେଠୀ, ଗ୍ରାମ ଠାକୁରାଣୀଙ୍କ ପୂଜକ ଲଚ୍ଛମନ ରେଡ୍ଡୀଙ୍କ ସମେତ ଗ୍ରାମର ଭଦ୍ର ବ୍ୟକ୍ତିମାନେ ଉପସ୍ଥିତ ଥିଲେ। ଏହି ଯାତ୍ରା ମେ’ ମାସ ୧୫ ପର୍ଯ୍ୟନ୍ତ ଚାଲିବ ବୋଲି ଗ୍ରାମବାସୀଙ୍କ ପକ୍ଷରୁ କୁହାଯାଇଛି l ଏଥିପାଇଁ ରାମଦୋଳି, ମିନା ବଜାର ଆଦିଙ୍କୁ ପୂର୍ବରୁ ନିମନ୍ତ୍ରଣ କରାଯାଇଛି l ଏଥିସହ ଭକ୍ତ ଓ ଦର୍ଶକଙ୍କ ମନୋରଞ୍ଜନ ପାଇଁ ଅପେରା ଦୁର୍ଗା ମନ୍ଦିର ନାଟକ ପରିବେଷଣ କରିବା କାର୍ଯ୍ୟକ୍ରମ ରହିଛି l ପୂର୍ବରୁ ଏହି ଯାତ୍ରା ତିନି ବର୍ଷକୁ ଥରେ ଅନୁଷ୍ଠିତ ହେଉଥିଲା କିନ୍ତୁ କୌଣସି କlରଣରୁ ତାହା ବନ୍ଦ ହୋଇଯାଇଥିଲା। ୧୨ର ବର୍ଷ ପରେ ଚଳିତ ମା’ଙ୍କ ଯାତ୍ରା ଅନୁଷ୍ଠିତ ହେଉଥିବାରୁ କାଇଁଚପୁର ଗ୍ରାମ ଉତ୍ସବ ମୁଖର ହୋଇ ଉଠିଛି। ଏହି ଯାତ୍ରା ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ବୋଲି ଗ୍ରାମର ଉଦୀୟମାନ ଯୁବକ ମାସେନୁ ରେଡ୍ଡୀ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି l


Enter your email to get our daily news in your inbox.

All Right Reserved By Dharitri.Com

ଗୋଛାବାଡ଼ି ଆଶ୍ରମରେ ନନ୍ଦୋତ୍ସବ: ବିଧାୟକ ପ୍ରଦ୍ୟୁମ୍ନ ନାୟକ ଯୋଗଦେଇ ଶ୍ରଦ୍ଧାଳୁଙ୍କୁ…

ଜଗନ୍ନାଥପ୍ରସାଦ,୫ା୯(ବିଭୁ ପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ବ୍ଲକ ଅନ୍ତର୍ଗତ ଗୋଛାବାଡ଼ି ଗ୍ରାମସ୍ଥିତ ଶ୍ରୀ ଗୌରାଙ୍ଗ ରାଧାକୃଷ୍ଣ ଆଶ୍ରମ ପରିସରରେ ପବିତ୍ର ଜନ୍ମାଷ୍ଟମୀ ଓ ନନ୍ଦ ଉତ୍ସବ…

କଳାହାଣ୍ଡି ପୋଲିସର ବଡ଼ ଧରଣର ଚଢ଼ାଉ: ୨୦ କୁଇଣ୍ଟାଲ ଗଞ୍ଜେଇ ଜବତ,୪ ଗିରଫ

ଭବାନୀପାଟଣା,୫।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ୍. ରାମପୁର ଥାନା ମୋହନଗିରି ଫାଣ୍ଡି ଅନ୍ତର୍ଗତ ଜାମୁଲି ଗ୍ରାମ ନିକଟସ୍ଥ ଜଙ୍ଗଲରେ ବେଆଇନ ଗଞ୍ଜେଇ ରଖାଯାଇଥିବା ଖବର ପାଇ…

ବ୍ଲକସ୍ତରୀୟ ଗୁରୁଦିବସ,ଗୁରୁ ସମ୍ବର୍ଦ୍ଧନା ଉତ୍ସବ: ସୁନ୍ଦର ସମାଜ ଗଠନ ରେ ଶିକ୍ଷକଙ୍କ …

ଦାରିଙ୍ଗବାଡ଼ି, ୫।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିସ୍ଥିତ ରାଣୀଦୁର୍ଗା ରେସିଡେନ୍ସି ପରିସରରେ ଶନିବାର ବ୍ଲକସ୍ତରୀୟ ଗୁରୁଦିବସ ଓ ଗୁରୁ ସମ୍ବର୍ଦ୍ଧନା ଉତ୍ସବ ପାଳିତ ହୋଇଯାଇଛି। ଏଥିରେ…

ସତ୍‌ସଙ୍ଗ ଚାଲିଥିବା ବେଳେ ଖଣ୍ଡାରେ ମରଣାନ୍ତକ ଆକ୍ରମଣ

ବାଙ୍କୀ, ୫।୯ (ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଥାନା ଅନ୍ତର୍ଗତ ବେଦପୁର ଗାଁରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟରେ ବଚସା ଓ ଗଣ୍ଡଗୋଳ ତୀବ୍ରତର…

୧୦୦ ଫୁଟ ଘେରିବନ୍ଧ ଭୁଶୁଡ଼ିବା ପରେ ତରବରିଆ କାମ, ଯନ୍ତ୍ରୀଙ୍କ ଦେଖାନାହିଁ, ଯନ୍ତ୍ର କରୁଛି…

ମହାକାଳପଡ଼ା,୫ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ରଡ଼ିଆ-କଂସାର-ବଡ଼ ଦାଣ୍ଡୁଆ ଲୁଣା ଘେରିବନ୍ଧ ନିର୍ମାଣ କାର୍ଯ୍ୟରେ ବହୁ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି।…

କେସିଙ୍ଗା ଅବକାରୀ ଥାନାରେ ନୂଆ ଓଆଇସିଙ୍କ ଯୋଗଦାନ

କେସିଙ୍ଗା,୫ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାରେ ନୂତନ ଭାବେ ମଳୟ ପ୍ରଧାନ ଓଆଇସି ଭାବେ ଯୋଗଦାନ କରିଛନ୍ତି। ସେ ଏହା ପୂର୍ବରୁ ବରଗଡ଼ରେ ଏଆଇସି…

ସ୍ତ୍ରୀ ପଛେ ପଛେ ସ୍ବାମୀଙ୍କ ମୃତ୍ୟୁ, ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳି ଆଣିଲେ ୨ ମୃତଦେହ, ସନ୍ଦେହରେ…

ଭଦ୍ରକ,୫ା୯(ସନାତନ ରାଉତ): ମୃତ୍ୟୁର ୨ ଦିନ ପରେ ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳା ହେଲା ଶବ। ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ସନ୍ଦେହ କରି ପରିବାର…

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri