ତୃତୀୟ ଦିନରେ କାଇଁଚପୁର ଠାକୁରାଣୀଙ୍କ ଯାତ୍ରା, ଅସ୍ଥାୟୀ ମଣ୍ଡପରେ ପୂଜା ପାଉଛନ୍ତି ମା’ଶୀତଳୟା

ଗଞ୍ଜାମ,୫ା୫(ବିଦ୍ୟାଧର ସାହୁ): ଠାକୁରାଣୀ ଯାତ୍ରା ପାଇଁ କାଇଁଚପୁର ଗାଁ ଚଳଚଞ୍ଚଳ ହୋଇଉଠିଛି। ଏହି ଯାତ୍ରା ସୋମବାର ତୃତୀୟ ଦିନରେ ପହଞ୍ଚିଛି। ବର୍ତ୍ତମାନ ମା’ ଶୀତଳୟା ଅସ୍ଥାୟୀ ମଣ୍ଡପରେ ପୂଜା ପାଉଛନ୍ତି। ମା’ଙ୍କୁ ପୂଜାର୍ଚ୍ଚନା ପରେ ଗ୍ରାମବାସୀଙ୍କ ପକ୍ଷରୁ ପ୍ରତ୍ୟେକ ଦିନ ସନ୍ଧ୍ୟାରେ ଘଟ ପରିକ୍ରମା କରାଯାଉଛି। ମା’ ଶୀତଳାଙ୍କ ଆଳତି ଦର୍ଶନ ପାଇଁ ହଜାର ହଜାର ଭକ୍ତଙ୍କ ଭିଡ଼ ଜମୁଛି। ଘଟ ପରିକ୍ରମା ବେଳେ ସାହିର ପିଲାମାନେ ବିଭିନ୍ନ ବେଶ ହୋଇଥିବା ଦେଖିବାକୁ ମିଳିଛି। ଶୁକ୍ରବାର ମା’ଙ୍କୁ ଫୁଲ ଚଢା ଯାଇଥିଲା। ମା’ଙ୍କ ମସ୍ତକରୁ ଫୁଲ ଖସିବା ପରେ ଯାତ୍ରା ଆରମ୍ଭ ହୋଇଥିଲା। ଘଣ୍ଟ ମୃଦଙ୍ଗ ସହ ବିଭିନ୍ନ ବାଦ୍ୟ ବାଜଣାରେ କମ୍ପି ଉଠିଥିଲା। ଗ୍ରାମ ପୂଜକ ଲକ୍ଷ୍ମୀ ନାରାୟଣ ପଣ୍ଡାଙ୍କ ଦ୍ୱାରା ମା’ଙ୍କ ପୂଜାର୍ଚ୍ଚନା ଚାଲିଛି। ଯାତ୍ରା ପରିଚାଳନା କମିଟି ସଭାପତି ତଥା ୧୫ ନଂ ଜିଲା ପରିଷଦ ସଭ୍ୟ ସନାତନ ବେହେରା, ସମ୍ପାଦକ ଭାଗ୍ୟ ରେଡ୍ଡୀ, କୋଷାଧ୍ୟକ୍ଷ ପି.କ୍ରିଷ୍ଣା ରେଡ୍ଡୀ, ପୂର୍ବତନ ସରପଞ୍ଚ ଗୋବିନ୍ଦ ରେଡ୍ଡୀ, ଶାନ୍ତି କମିଟି ସଦସ୍ୟ କେ.ରଜନୀ ରେଡ୍ଡୀ, ରାବଣା ରେଡ୍ଡୀ, ମାସେନୁ ରେଡ୍ଡୀ, ଈଶ୍ୱର ସେଠୀ, ଶିବଶଙ୍କର ସେଠୀ, ଲୋକନାଥ ବେହେରା ପ୍ରମୁଖ ସହଯୋଗ କରୁଛନ୍ତି। ପୂର୍ବରୁ ଏହି ଯାତ୍ରା ୩ ବର୍ଷକୁ ଥରେ ଅନୁଷ୍ଠିତ ହେଉଥିଲା କିନ୍ତୁ କୌଣସି କାରଣରୁ ତାହା ବନ୍ଦ ହୋଇଯାଇଥିଲା। ୧୨ବର୍ଷ ପରେ ଚଳିତ ବର୍ଷ ମା’ଙ୍କ ଯାତ୍ରା ଅନୁଷ୍ଠିତ ହେଉଥିବାରୁ କାଇଁଚପୁର ଗ୍ରାମ ଉତ୍ସବ ମୁଖର ହୋଇ ଉଠିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri