କଇଠଖଣ୍ଡି ପଞ୍ଚାୟତକୁ ପ୍ରକୃତି ମିତ୍ର ଏବଂ ଅଧ୍ୟକ୍ଷ ଚିନ୍ତାମଣି ଏବଂ ଚାଷୀ କେ. ଶ୍ୟାମ ସୁନ୍ଦରଙ୍କୁ ମିଳିଲା ପ୍ରକୃତି ବନ୍ଧୁ ପୁରସ୍କାର

ଦିଗପହଣ୍ଡି,୫|୬(ଅଶେଷ ନାଥ ମିଶ୍ର): ପ୍ରକୃତି ସଂରକ୍ଷଣ ଓ ପରିବେଶ ସୁରକ୍ଷା କ୍ଷେତ୍ରରେ ଦିଗପହଣ୍ଡି ବ୍ଳକର କଇଠଖଣ୍ଡି ପଞ୍ଚାୟତକୁ ପ୍ରକୃତି ମିତ୍ର ସମ୍ମାନରେ ସମ୍ମାନୀତ କରାଯିବା ସହ ପୁରସ୍କାର ପ୍ରଦାନ କରାଯାଇଛି । ଶୁକ୍ରବାର  ବିଶ୍ବ ପରିବେଶ ଦିବସ ଅବସରରେ ଜଙ୍ଗଲ , ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ପକ୍ଷରୁ ଦିଗପହଣ୍ଡି ବ୍ଳକ ସ୍ତରରେ କଇଠଖଣ୍ଡି ପଞ୍ଚାୟତ ସର୍ବୋତ୍କୃଷ୍ଟ ବିବେଚିତ ହୋଇଥିବାରୁ ପ୍ରୋତ୍ସାହନ ରାଶି ସ୍ଵରୁପ ୨୦ ହଜାର ଟଙ୍କା ପୁରସ୍କାର ସହ ପ୍ରମାଣ ପତ୍ର ପ୍ରଦାନ କରାଯାଇଥିଲା ।  ସ୍ଥାନୀୟ ସରପଞ୍ଚ ମନୋରଞ୍ଜନ ଗୈାଡ ବ୍ରହ୍ମପୁର ବନଖଣ୍ଡ ଅଧିକାରୀଙ୍କ କାର୍ଯ୍ୟାଳୟରେ ପହଞ୍ଚି ଏହି ପୁରସ୍କାର ଗ୍ରହଣ କରିଥିବା ବେଳେ ତାଙ୍କୁ ବନ ବିଭାଗ ପକ୍ଷରୁ ସମ୍ବର୍ଦ୍ଧିତ କରାଯାଇଥିଲା । ବୃକ୍ଷକୁ ଭଲ ପାଉଥିବା ଏବଂ ବୃକ୍ଷକୁ ନିଜର ଜୀବନ ବୋଲି ଭାବୁଥିବା ସରପଞ୍ଚ  ପ୍ରତ୍ୟେକ ବର୍ଷ ନିଜର ପଞ୍ଚାୟତ ସମେତ ଦିଗପହଣ୍ଡି ଆଖପାଖ ଅଞ୍ଚଳରେ ବହୁ ସଂଖ୍ୟକ ବୃକ୍ଷ ଚାରା ରୋପଣ କରି ଆସୁଛନ୍ତି । ତାଙ୍କର ଜନ୍ମଦିନ ହେଉ କିମ୍ବା ଭତ୍ତା ବଣ୍ଟନ ଏବଂ ସାମାଜିକ କାର୍ଯ୍ୟକ୍ରମରେ ପ୍ରତ୍ୟେକ ଲୋକଙ୍କୁ ବିଭିନ୍ନ କିସମର ବୃକ୍ଷ ଚାରା ବଣ୍ଟନ କରି ପରିବେଶର ସୁରକ୍ଷା ପାଇଁ ଲୋକଙ୍କୁ ସଚେତନତା କରାଇ ସେ ସମସ୍ତଙ୍କ ପ୍ରିୟ ଭାଜନ ହୋଇପାରିଛନ୍ତି । ତାଙ୍କର ଏହି ପ୍ରୟାସ ଆଗକୁ ମଧ୍ୟ ଜାରି ରହିବ ବୋଲି ପୁରସ୍କାର ଗ୍ରହଣ ପରେ ସରପଞ୍ଚ ତାଙ୍କ  ପ୍ରତିକ୍ରିୟା ରେ କହିଛନ୍ତି। ଏହି ସଫଳତା ପାଇବା ପରେ ପଞ୍ଚାୟତ ବାସୀ ସରପଞ୍ଚଙ୍କୁ  ପ୍ରଶଂସା କରିଥିବା ବେଳେ ତାଙ୍କୁ ବିଭିନ୍ନ ମହଲରୁ ଶୁଭେଚ୍ଛାର  ସୁଅ ଛୁଟିଥିବା ଜଣାପଡିଛି । ସେହିପରି ଦିଗପହଣ୍ଡି ବ୍ଲକ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ଅଧ୍ୟକ୍ଷ ଚିନ୍ତାମଣି ପଲାଇ ଏବଂ ସାନଖେମୁଣ୍ଡି ବ୍ଲକ ମହାନଳା ଗ୍ରାମର ଜଣେ ପ୍ରମୁଖ ଫୁଲ ଚାଷୀ କେ. ଶ୍ୟାମ ସୁନ୍ଦର ଦୋରା ଙ୍କୁ ପ୍ରକୃତି ବନ୍ଧୁ ପୁରସ୍କାର ମିଳିଛି । ଉଭୟଙ୍କୁ ବିଭିନ୍ନ ମହଲରୁ ଶୁଭେଚ୍ଛାର ସୁଅ ଛୁଟୁଛି।ସେହିପରି ଚୁଡୁଙ୍ଗପୁର ଗ୍ରାମ ସ୍ଥିତ ସାନଖେମୁଣ୍ଡି ହାଇସ୍କୁଲ କୁ ପ୍ରକୃତି ମିତ୍ର ପୁରସ୍କାର ମିଳିଥିବା ଜଣାପଡ଼ିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

୯/୧୧ ପରବର୍ତ୍ତୀ ଯୁଦ୍ଧ

ଆଉ ଦିନ କେଇଟା ପରେ ସେପ୍ଟେମ୍ୱର ୧୧ ଆକ୍ରମଣକୁ ୨୫ ବର୍ଷ ହୋଇଯିବ। ଆମେରିକୀୟମାନେ ଶୋକ ପ୍ରକାଶ କରିବେ ଏବଂ ଅନ୍ୟ ଏକ ଯୁଦ୍ଧ ଯୋଗୁ ସେମାନଙ୍କ…

ଜୋହିରି ମୋଲା ମିସ୍ ୱାର୍ଲ୍ଡ

ହାନୋଇ,୬ା୯: ଭିଏଟନାମ୍‌ର ନା ତ୍ରାଙ୍ଗ୍‌ ସହରରେ ଶନିବାର ଅନୁଷ୍ଠିତ ୭୩ତମ ଅନ୍ତର୍ଜାତୀୟ ବିଶ୍ୱ ସୁନ୍ଦରୀ ପ୍ରତିଯୋଗିତାର ଗ୍ରାଣ୍ଡ ଫିନାଲେରେ ଡୋମିନିକାନ୍‌ ରିପବ୍ଲିକ୍‌ର ଜୋହିରି ମୋଲା ମିସ୍‌ ଓ୍ୱାଲର୍‌ଡ…

ନୂଆଁଖାଇ ଲଗ୍ନ ଧାର୍ଯ୍ୟ

ସମ୍ୱଲପୁର, ୬ା୯ (ବି.ଶଙ୍କର): ପରମ୍ପରା ଓ ରୀତିନୀତି ଅନୁସାରେ ପଶ୍ଚିମଓଡ଼ିଶାର କୃଷିଭିତ୍ତିକ ଗଣପର୍ୱ ନୂଆଁଖାଇ ପାଇଁ ଶନିବାର ଲଗ୍ନ ଧାର୍ଯ୍ୟ ହୋଇଛି। ଇଷ୍ଟ ଦେବୀ ସମଲେଇଙ୍କ ରାଶି…

୬ କ୍ଷୁଦ୍ର ଦଳ ପାଇଛନ୍ତି ୧୭୦୦ କୋଟି

ଭୁବନେଶ୍ୱର, ୬ା୯(ଜିତେନ୍ଦ୍ର କୁମାର ନାୟକ):ଭାରତରେ ରାଜନୈତିକ ଦଳ ଠୁଳ କରିଥିବା ଅର୍ଥ ପରିମାଣ ଓ ଉପାୟ ବିଷୟରେ ଦେଶରେ ଆଖିଦୃଶିଆ ଆଲୋଚନା ହୁଏନି। ଏବେ ବିବିସି ହିନ୍ଦୀର…

ଦାରିଙ୍ଗବାଡ଼ିରେ ବର୍ଷା ଛାଡ଼ିବା ପରେ ସକାଳୁଆ ଶୀତ ସହ ଘନ କୁହୁଡ଼ି

ଦାରିଙ୍ଗବାଡ଼ି, ୬/୯ (ଅରୁଣ ସାହୁ): ଲଘୁଚାପଜନିତ ବର୍ଷା ଛାଡ଼ିବା ପରେ ଏବେ ଦାରିଙ୍ଗବାଡ଼ି ଅଞ୍ଚଳରେ ପାଗ ସମ୍ପୂର୍ଣ୍ଣ ଶୁଖିଲା ରହିଛି। ଗତ ୨ ଦିନ ହେଲା ଦିନ…

୩ ବର୍ଷରେ ପୂରଣ ହେବ ୪୫ ହଜାର ଶିକ୍ଷକ ପଦବୀ: ମୁଖ୍ୟମନ୍ତ୍ରୀ

କଟକ,୬।୯(କାର୍ତ୍ତିକ ସାହୁ): ରାଜ୍ୟର ଶିକ୍ଷା ବ୍ୟବସ୍ଥାରେ ବ୍ୟାପକ ସୁଧାର ଆଣିବା ପାଇଁ ସରକାର ‘କେଜିରୁ ପିଜି’ ନିଃଶୁଳ୍କ ଶିକ୍ଷା ଯୋଜନା କରିଛନ୍ତି। ସାରା ଭାରତରେ ଓଡ଼ିଶା ପ୍ରଥମ…

କଫ୍‌ ସିରଫ ଚାଲାଣ ବେଳେ ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୫।୯(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ପୋଲିସ ଶନିବାର ବେଆଇନ କଫ୍‌ ସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।…

୨୧ ଦିନ ପରେ ଶିକ୍ଷକ ଆନ୍ଦୋଳନ ସ୍ଥଗିତ, ସରକାରଙ୍କ ସହ ସଫଳ ବୈଠକ ପରେ…

ଭୁବନେଶ୍ୱର,୫।୯: ଶିକ୍ଷକ ଓ କର୍ମଚାରୀଙ୍କ ଅହୋରାତ୍ର ଆନ୍ଦୋଳନ ୨୧ଦିନ ପରେ ସ୍ଥଗିତ ହୋଇଛି। ଶନିବାର ରାତି ପ୍ରାୟ ୮ଟାରେ ଭୁବନେଶ୍ୱର ଲୋୟର ପିଏମ୍‌ଜିସ୍ଥିତ ଧାରଣାସ୍ଥଳରେ ଆଠଟି ସଂଗଠନର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri