ନୂଆଦିଲ୍ଲୀରେ ସମ୍ମାନିତ ହେଲେ କଇଠଖଣ୍ଡି ପଞ୍ଚାୟତ ସରପଞ୍ଚ 

ଦିଗପହଣ୍ଡି,୧୭।୯(ଅଶେଷ ନାଥ ମିଶ୍ର): ନୂଆଦିଲ୍ଲୀ ସ୍ଥିତ ସରପଞ୍ଚ ସମ୍ବାଦ ପରିବାରର ଦୁଇ ବର୍ଷ ପୂର୍ତ୍ତି ଅବସରରେ ଆୟୋଜିତ ଜାତୀୟ ଗୁଣବତ୍ତା ସମ୍ମିଳନୀର ସମ୍ବର୍ଦ୍ଧନା ଉତ୍ସବରେ ଦିଗପହଣ୍ଡି ବ୍ଳକ  କଇଠଖଣ୍ଡି ପଞ୍ଚାୟତ ସରପଞ୍ଚ ତଥା ଗଞ୍ଜାମ ଜିଲା ସରପଞ୍ଚ ସଂଘ ସଭାପତି  ମନୋରଞ୍ଜନ ଗୈାଡ ସମ୍ମାନିତ ହୋଇଥିବା ଜଣାପଡିଛି। ସୋମବାର ଆୟୋଜିତ ସମ୍ବର୍ଦ୍ଧନା ସମାରୋହରେ ସମଗ୍ର ଦେଶର ବିଭିନ୍ନ ରାଜ୍ୟରୁ ଆସିଥିବା ୭୫ ଜଣ ସରପଞ୍ଚଙ୍କୁ ସମ୍ବର୍ଦ୍ଧିତ କରାଯାଇଥିବା  ବେଳେ ଓଡ଼ିଶାର ୬୭୯୮ ସରପଞ୍ଚଙ୍କ ମଧ୍ୟରୁ ଏକମାତ୍ର ସରପଞ୍ଚ ଭାବେ ମନୋରଞ୍ଜନଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ମନୋରଞ୍ଜନଙ୍କ ଏଭଳି ସଫଳତା ଓଡ଼ିଶା ତଥା ଗଞ୍ଜାମ ଜିଲାର ଦିଗପହଣ୍ଡି ବ୍ଳକ ପାଇଁ ଗୈାରବ ଆଣିଛନ୍ତି। ଏହି କାର୍ଯ୍ୟକ୍ରମରେ  କେନ୍ଦ୍ର ଜଳଶକ୍ତି ମନ୍ତ୍ରୀ ସି. ଆର୍. ପାଟିଲ , କେନ୍ଦ୍ର ପଞ୍ଚାୟତରାଜ ସଚିବ ବିବେକ ଭରଦ୍ୱାଜ, କେନ୍ଦ୍ର ପାନୀୟଜଳ ପରିମଳ ଓ ଜଳଶକ୍ତି ବିଭାଗ ସଚିବ ଅଶୋକ କେ. ମୀନା, କ୍ୟୁସିଆଇର ଅଧ୍ୟକ୍ଷ ଜାକ୍ସି ସାହା ଉପସ୍ଥିତ ରହି ଦେଶର ମେରୁଦଣ୍ଡ ଭାବେ ବିବେଚିତ ଗ୍ରାମ ପଞ୍ଚାୟତର ବିକାଶ କିପରି ହେବ ଓ ଏହାର ଗୁଣବତ୍ତା କିପରି ସ୍ୱଚ୍ଛ ଓ ସୁଜ୍ଜଳ ହୋଇପାରିବ ଓ ସରପଞ୍ଚ ସମ୍ବାଦ କ୍ୱାଲିଟି କାଉନସିଲ ଅଫ୍ ଇଣ୍ଡିଆ ସଂସ୍ଥା ମାଧ୍ୟମରେ ଦେଶର କୋଣ ଅନୁକୋଣରେ ହେଉଥିବା ବିକାଶ କିପରି ଦେଶ ଦେଖିବ ସେନେଇ ଉଦବୋଧନ ଦେଇଥିଲେ । ଏହି ସଫଳତା ମିଳିବାପରେ କଇଠଖଣ୍ଡି ଗ୍ରାମପଞ୍ଚାୟତକୁ ଦେଶର ସର୍ବୋତ୍ତମ ଗ୍ରାମ ପଞ୍ଚାୟତ ଗଢ଼ି ତୋଳିବାର ପ୍ରେରଣା ମିଳିବା ସହ  ଆଗାମୀ ଦିନରେ ପଞ୍ଚାୟତବାସୀଙ୍କ  ସହଯୋଗ ଜାରି ରହିଲେ ଆମ ପଞ୍ଚାୟତ ଆନ୍ତର୍ଜାତୀୟସ୍ତରରେ ମଧ୍ୟ ପରିଚିତ ହୋଇପାରିବ ବୋଲି  ସରପଞ୍ଚ ତାଙ୍କ ପ୍ରତିକ୍ରିୟାରେ  କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରକାଶ ପାଇଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟର ବାର୍ଷିକ ପରୀକ୍ଷା ଫଳ; ଅଭିଭାବକ-ଶିକ୍ଷକ ସମନ୍ୱୟ ଉପରେ…

ଭଞ୍ଜନଗର,୨୭।୩(ବାବୁଲା ପ୍ରଧାନ)-ଶୁକ୍ରବାର ସମଗ୍ର ଦେଶରେ ଥିବା ବିଭିନ୍ନ କେନ୍ଦ୍ରୀୟ ବିଦ୍ୟାଳୟର ପ୍ରଥମରୁ ନବମ ଏବଂ ଏକାଦଶ ଶ୍ରେଣୀର ବାର୍ଷିକ ପରୀକ୍ଷା ଫଳ ପ୍ରକାଶିତ ହୋଇଛି। ମାଟ୍ରିକ ଏବଂ…

ବେଆଇନ ‘ସାହାରା ନର୍ସିଂହୋମ’କୁ ପୁଣି ସିଲ କଲା ପୋଲିସ: ବିନା ଲାଇସେନ୍ସରେ…

ଦିଗପହଣ୍ଡି, ୨୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ମୁଖ୍ୟ ରାସ୍ତାକଡ଼ରେ ଥିବା ‘ସାହାରା ନର୍ସିଂହୋମ’କୁ ଶୁକ୍ରବାର ଅପରାହ୍ନରେ ପୋଲିସ ଓ ପ୍ରଶାସନ…

ପାଟଣା:ରଘୁନାଥ ଜିଉ ମଠରେ ରାମନବମୀ ଉତ୍ସବ,ବିଶ୍ୱ ହିନ୍ଦୁ ପରିଷଦ ପକ୍ଷରୁ ଶ୍ରୀରାମ ଝଣ୍ଡା ଯାତ୍ରା

ପାଟଣା, ୨୭।୩ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକର ବିଭିନ୍ନ ସ୍ଥାନରେ ମହାସମାରୋହରେ ପବିତ୍ର ରାମ ନବମୀ ଉତ୍ସବ ପାଳିତ ହୋଇଯାଇଛି। ରଘୁନାଥ ଜିଉ…

ଚଳନ୍ତା ଟ୍ରେନ୍‌ରୁ ଡେଇଁ ପଡ଼ିଲେ ଯୁବକ, ଆଉ ତା’ପରେ…

ଛତ୍ରପୁର,୨୭ା୩(ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟରେ ଚଳନ୍ତା ଟ୍ରେନରୁ ଖସିପଡି ଜଣେ ଯୁବକ ଆହତ ହୋଇଛନ୍ତି। ସେ ହେଲେ କେନ୍ଦୁଝର ଜିଲା ଗୁଣ୍ଠପୁର ଅଞ୍ଚଳର ବିକ୍ରମ…

ରାସ୍ତାକଡ଼ ବୁଦା ଭିତରୁ ମିଳିଲା ପୁଳାପୁଳା ସରକାରୀ ଔଷଧ, ଏକ୍ସପାଏରୀ ଡେଟ୍‌ ଥିଲେ ସୁଦ୍ଧା କିଏ ଫିଙ୍ଗିଲା ସେ ନେଇ…

ସୁନ୍ଦରଗଡ଼, ୨୭।୩(ଜୟ ନାରାୟଣ ମେଣ୍ଡୁଳି): ସରକାର ଗରିବ ଲୋକଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଓ ଔଷଧ ଯୋଗାଇବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ, ସୁନ୍ଦରଗଡ଼ରେ…

ବିଦ୍ୟୁତ୍‌ କାଟ୍‌କୁ ନେଇ ବଢୁଛି ଅସନ୍ତୋଷ

ଶେରଗଡ଼,୨୭ା୩(ସୂର୍ଯ୍ୟ ନାରାୟଣ ଦାଶ): ଶେରଗଡ଼ରେ ବିଦ୍ୟୁତ୍‌ ବିଭ୍ରାଟ ଦିନକୁ ଦିନ ବଢ଼ିବାରେ ଲାଗିଛି। ମେଣ୍ଟେନାନ୍ସ ଆଳରେ ଏପରି ବିଦ୍ୟୁତ୍‌ କାଟ କରାଯାଉଥିବା ଅଭିଯୋଗ ହେଉଛି। ଏପରି ଦିନକୁ…

ଏପ୍ରିଲ ୧ରୁ ଆରମ୍ଭ ହେବ ମାରାଗୁଡ଼ା ଲୋକମହୋତ୍ସବ

ନୂଆପଡ଼ା,୨୭ା୩(ମକାରୁ ବେମାଲ): ନୂଆପଡ଼ା ଜିଲାର ଐତିହ୍ୟ, ଲୋକକଳା ଓ ସଂସ୍କୃତିର ମହାପାର୍ବଣ ମାରାଗୁଡ଼ା ଲୋକମହୋତ୍ସବ ଆସନ୍ତା ଏପ୍ରିଲ ୧ରୁ ୫ ତାରିଖ ପର୍ଯ୍ୟନ୍ତ ନୂଆପଡ଼ାର ନ୍ୟାଶନାଲ ମହାବିଦ୍ୟାଳୟ…

ଓଡିଶାର ଶ୍ରେଷ୍ଠ ପୋଲିସ ଥାନା ଘୋଷଣା: ବାଜିମାରିଲା ଏହି ଥାନା

ଛତ୍ରପୁର, ୨୭/୩ (ଦିଲ୍ଲୀପ ସାମଲ): ଭାରତ ସରକାରଙ୍କ ଗୃହ ମନ୍ତ୍ରଣାଳୟ ଦ୍ୱାରା ଗଞ୍ଜାମ ପୋଲିସ ଜିଲାର ବଡ଼ଗଡ଼ ପୋଲିସ ଥାନା ୨୦୨୫ ବର୍ଷ ପାଇଁ ଓଡ଼ିଶାର ଶ୍ରେଷ୍ଠ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri