ବିବାହ ପରେ ନାମ ବଦଳାଇଲେ କାଜଲ; ଅଗ୍ରଓ୍ବାଲ ପରିବର୍ତ୍ତେ ରଖିଲେ କିଚଲୁ

ବମ୍ବେ: ଜୀବନରେ ଅନେକ କିଛି ପରିବର୍ତ୍ତନ କରିଦିଏ ବିବାହ। ସେଭଳି ଗୋଟିଏ ହେଉଛି ନାମ ପରିବର୍ତ୍ତନ। ମହିଳାଟିଏ ବିବାହ ପରେ ନିଜ ସରନେମ୍‌ ବଦଳାଇଥାଏ। ଯଦିଓ ଆଜିକାଲିର ସମାଜରେ କିଛି ମହିଳା ଏଭଳି କରିବାକୁ ପସନ୍ଦ କରୁନାହାନ୍ତି, ତଥାପି କିଛି ଖୁସିରେ ଏଭଳି କରୁଥିବା ମଧ୍ୟ ଦେଖାଯାଏ। ଏବେ ନିକଟରେ ହାତକୁ ଦୁଇହାତ ହୋଇଥିବା ଅଭିନେତ୍ରୀ କାଜଲ ଅଗ୍ରଓ୍ବାଲ ଏହି ପରମ୍ପରାକୁ ଆପଣାଇଥିବା ଦେଖିବାକୁ ମିଳିଛି।

ଅକ୍ଟୋବର ୩୦ରେ କାଜଲ ନିଜର ପ୍ରେମିକ ଗୌତମ କିଚଲୁଙ୍କୁ ବିବାହ କରିଛନ୍ତି। ଏହାପରେ ସେ ପ୍ରଶଂସକଙ୍କଠାରୁ କିଛି ଦିନ ପାଇଁ ଦୂରେଇ ଯାଇଥିଲେ। ହେଲେ ପୁଣିଥରେ ନଭେମ୍ବର ୭ରେ ସେ ସୋସିଆଲ ମିଡିଆରେ ଆକ୍ଟିଭ ହୋଇ ନିଜର ନୂଆ ପାସପୋର୍ଟର ଫଟୋ ଶେୟାର କରିଛନ୍ତି। ଫଟୋରୁ କାଜଲ ହନିମୁନରେ ଯାଉଥିବା ସ୍ପଷ୍ଟ ହୋଇଛି। ଏହାଛଡ଼ା ସେ ନିଜ ନାମକୁ ବଦଳାଇ କାଜଲ କିଚଲୁ କରିଥିବା ମଧ୍ୟ ଦେଖାଯାଉଛି।

ତେବେ ନିଜର ବିବାହକୁ ନେଇ ବେଶ୍‌ ଖୁସି ଅଛନ୍ତି କାଜଲ। ସେ ନୂଆ ପରିସ୍ଥିତିରେ ନିଜକୁ ଢ଼ାଳିବାକୁ ଚେଷ୍ଟା କରୁଛନ୍ତି। ତାଙ୍କୁ ଲୋକେ ମିସେସ୍‌ କିଚଲୁ କହୁଛନ୍ତି, ଯାହା ଶୁଣିବାକୁ ତାଙ୍କୁ ଭଲ ଲାଗୁଛି। ଜୀବନର ଏହି ନୂଆ ଯାତ୍ରା ପାଇଁ ସେ ଏବେଠାରୁ ଅଭ୍ୟାସ କରୁଛନ୍ତି ବୋଲି ସାକ୍ଷାତକାରରେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୋତାଗଲା ଚିହ୍ନଟ ହୋଇ ନ ଥିବା ମୃତଦେହ

କାଠମାଣ୍ଡୁ,୩୧ା୮: ନେପାଳ ବନ୍ୟାଜନିତ ମୃତ୍ୟୁସଂଖ୍ୟା ରବିବାର ସନ୍ଧ୍ୟା ସୁଦ୍ଧା ୭୯୪ରେ ପହଞ୍ଚତ୍ଛି। ମୃତଦେହ ରଖିବା ପାଇଁ ହସ୍ପିଟାଲଗୁଡ଼ିକରେ ସ୍ଥାନାଭାବ ଦେଖାଦେଇଛି। ସେପଟେ ମୃତଦେହଗୁଡ଼ିକ ଚିହ୍ନଟ ହୋଇ ନ…

ଆର୍‌ଏସ୍‌ଏସ୍‌ ମୁଖ୍ୟ ଭୁଆଁ ବୁଲାଉଛନ୍ତି: ବିରୋଧୀ

ନୂଆଦିଲ୍ଲୀ,୩୧ା୮(ପି.ଟି.): ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆର୍‌ଏସ୍‌ଏସ୍‌) ମୁଖ୍ୟ ମୋହନ ଭାଗବତ ଆମେରିକାରେ ବିବିଧତା ଉପରେ ଦେଇଥିବା ମନ୍ତବ୍ୟ ଭୁଆଁ ବୁଲାଇବା ପାଇଁ ଉଦ୍ଦିଷ୍ଟ ବୋଲି ବିରୋଧୀ ନେତାମାନେ…

ୟୁରୋପର ସର୍ବୋଚ୍ଚ ଶୃଙ୍ଗରେ ଭାରତୀୟ ମହିଳା

ଲକ୍ଷ୍ନୌ, ୩୧ା୮ (ପି.ଟି.) : ଲକ୍ଷ୍ନୌର ୪୩ ବର୍ଷୀୟା ଶିବାନୀ ମେହରୋତ୍ରା ସାଂସାରିକ ବନ୍ଧନରେ ଥାଇ ମଧ୍ୟ ବିଶ୍ୱର ଉଚ୍ଚତମ ଶୃଙ୍ଗଗୁଡ଼ିକୁ ଚଢ଼ି ନିଜର ଦୃଢ଼ ଇଚ୍ଛାଶକ୍ତିର…

ସର୍ଭର ଡାଉନ, ପଞ୍ଜୀକରଣ ପାଇଁ ଚାଷୀ କଲବଲ

ହାଟଡିହୀ/ଛେନାପଦୀ,୩୦l୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ଚାଷୀଙ୍କ ନାମ ପଞ୍ଜୀକରଣର ସମୟ ସୀମା ସରକାର ଆଉ ୭ ଦିନ ବୃଦ୍ଧି କରିଛନ୍ତି। କିନ୍ତୁ ସର୍ଭର ଡାଉନ ଥିବାରୁ ଚାଷୀ ନାମ…

ଲାଞ୍ଚ ନେଇ ଧରାପଡ଼ିଲେ ଜିଲା ଶ୍ରମ ଅଧିକାରୀ

କେନ୍ଦୁଝର,୩୦ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଶ୍ରମ ଅଧିକାରୀ ଆକାଶ ବିଶୋଇ ଜଣେ ବ୍ୟକ୍ତିଙ୍କଠାରୁ ଲାଞ୍ଚ ନେଇ ଭିଜିଲାନ୍ସ ବିଭାଗ ହାତରେ ଧରାପଡ଼ିଛନ୍ତି। ଜିଲା ଶ୍ରମ ଅଧିକାରୀ…

ସ୍କୁଲ ପ୍ରିନି୍ସପାଲଙ୍କ ଉପସ୍ଥିତ ବୁଦ୍ଧି ଯୋଗୁ ବଞ୍ଚିଗଲା ସମସ୍ତ ସ୍କୁଲ ପିଲା, ଶିକ୍ଷକଙ୍କ ଜୀବନ, କେମିତି ଜାଣନ୍ତୁ…

କାଠମାଣ୍ଡୁ,୩୦ା୮: ନେପାଳରେ ପ୍ରଳୟଙ୍କରୀ ବନ୍ୟା ମାଡ଼ିଆସିବା ବେଳେ ଜଣେ ସ୍କୁଲ ପ୍ରିନି୍ସପାଲଙ୍କ ଉପସ୍ଥିତ ବୁଦ୍ଧି ଯୋଗୁ ୧,୬୪୩ ଜଣ ପିଲାଙ୍କ ଜୀବନ ବଞ୍ଚତ୍ୟାଇଛି। ନୁଓ୍ବାକୋଟ୍‌ ଜିଲା ତ୍ରିଭୁବନ…

ସ୍ବୟଂ ସହାୟିକା ଗୋଷ୍ଠୀ ଟଙ୍କା ଆତ୍ମାସତ କରି ମହିଳା ଗିରଫ, ମୁଖ୍ୟ ଅଭିଯୁକ୍ତ ଫେରାର

ପାରଳାଖେମୁଣ୍ଡି,୩୦ା୮(ଗିରିଧାରୀ ପରିଚ୍ଛା): ସ୍ବୟଂ ସହାୟକ ଗୋଷ୍ଠୀ ଜଟଙ୍କା ଓ ସୁନା ସଂଗ୍ରହ କରି ଆତ୍ମସାତ୍‌ କରିବା ଅଭିଯୋଗରେ ପାରଳାଖେମୁଣ୍ଡି ପୋଲିସ ଜଣଙ୍କୁ ହାଇଦ୍ରାବାଦରୁ ଗିରଫ କରିଛି। ଗିରଫ…

ହକି ବିଶ୍ୱକପ୍‌: ନେଦରଲାଣ୍ଡ୍ସକୁ ହରାଇ ବ୍ରୋଞ୍ଜ ପଦକ ଜିତିଲା ଆର୍ଜେଣ୍ଟିନା

ବେଲଫିଅସ,୩୦ା୮: ଚଳିତ ଏଫ୍‌ଆଇଏଚ୍‌ ପୁରୁଷ ହକି ବିଶ୍ୱକପ୍‌ରେ ଆର୍ଜେଣ୍ଟିନା ବ୍ରୋଞ୍ଜ ପଦକ ହାସଲ କରିଛି। ରବିବାର ଅନୁଷ୍ଠିତ ମ୍ୟାଚ୍‌ରେ ଆର୍ଜେଣ୍ଟିନା ୨-୧ ଗୋଲରେ ହକି ପାଓ୍ବରହାଉସ୍‌ ତଥା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri