ସୋସିଆଲ ମିଡିଆରୁ କାଜଲଙ୍କ ବିରତି

ମୁମ୍ବାଇ: ବର୍ତ୍ତମାନ ସମୟରେ ସମସ୍ତଙ୍କ ପାଇଁ ସୋସିଆଲ ମିଡିଆ ନିତାନ୍ତ ଆବଶ୍ୟକ ହୋଇଗଲାଣି। ଏହି ସମୟରେ ବଲିଉଡ୍‌ ଅଭିନେତ୍ରୀ କାଜଲ ଶୁକ୍ରବାର ଇନ୍‌ଷ୍ଟାଗ୍ରାମ୍‌ରେ ଏକ ପୋଷ୍ଟ ଶେୟାର କରିଛନ୍ତି। ଏହି ପୋଷ୍ଟ ଜରିଆରେ ସେ ସୋସିଆଲ ମିଡିଆରୁ ବିରତି ନେଉଛନ୍ତି ବୋଲି ଜଣାଇଛନ୍ତି। ସେ ତାଙ୍କର ସମସ୍ତ ଫଟୋକୁ ଇନ୍‌ଷ୍ଟାଗ୍ରାମ୍‌ରୁ ହଟାଇ ଦେଇଛନ୍ତି। ଏଥିସହ ସୋସିଆଲ ମିଡିଆ ଆକାଉଣ୍ଟକୁ ନିଷ୍କ୍ରିୟ କରି କିଛି ସମୟ ପାଇଁ ବିରତି ନେଇଛନ୍ତି। ତାଙ୍କର ଇନ୍‌ଷ୍ଟାଗ୍ରାମ୍‌ରେ କେବଳ ଗୋଟିଏ ପୋଷ୍ଟ ଅଛି। ସେଥିରେ ଲେଖାହୋଇଛି, ‘ମୋ ଜୀବନର ସବୁଠାରୁ କଠିନ ପରୀକ୍ଷଣର ସମ୍ମୁଖୀନ କରୁଛି।’ କ୍ୟାପ୍ସନରେ ସେ ସୋସିଆଲ ମିଡିଆରୁ ବିରତି ନେଉଥିବା ଲେଖାହୋଇଛି। ହେଲେ ସେ କାହଁିକି ବିରତି ନେଉଛନ୍ତି, ତାହା ଜଣାପଡିନାହିଁ। ତେବେ ପ୍ରଶଂସକମାନେ କହୁଛନ୍ତି ଯେ ଏହା ତାଙ୍କ ଆଗାମୀ ପ୍ରୋଜେକ୍ଚ ‘ଦି ଗୁଡ୍‌ ୱାଇଫ୍‌’ ପାଇଁ ପ୍ରମୋଶନ ଯୋଜନା। ଏଥିରେ ଅନେକ ପ୍ରଶଂସକ ଅଭିନେତ୍ରୀ କାଜଲଙ୍କୁ ସମର୍ଥନ ଜଣାଇଛନ୍ତି। ଜଣେ ଲେଖିଛନ୍ତି, ଆପଣଙ୍କ ଅପେକ୍ଷାରେ ରହିଲୁ। ତେବେ ସେ ୧୯୯୨ରୁ ଚଳଚ୍ଚିତ୍ର ‘ବେଖୁଦି’ ଜରିଆରେ ବଲିଉଡ୍‌ କ୍ୟାରିୟର ଆରମ୍ଭ କରିଥିଲେ। ଏହାପରେ ସେ ତାଙ୍କର ଅନେକ ହିଟ୍‌ ଫିଲ୍ମ ପ୍ରଶଂସକଙ୍କୁ ଭେଟି ଦେଇଛନ୍ତି। ଶେଷଥର ପାଇଁ ତାଙ୍କୁ ମୁଭି ସଲାମ ‘ଭେଙ୍କି’ରେ ଦେଖିବାକୁ ମିଳିଥିଲା। ଆଗକୁ ତାଙ୍କର ଏକ ଫିଲ୍ମ ‘ଲଷ୍ଟ ଷ୍ଟୋରି ୨’ ଆସନ୍ତା ୨୯ରେ ନେଟ୍‌ଫ୍ଲିକ୍ସରେ ରିଲିଜ୍‌ ହେବାକୁ ଯାଉଛି। ଏଥିସହ ସେ ଟେଲିଭିଜନରେ ମଧ୍ୟ ଅଭିନୟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଆରମ୍ଭ ହେଲା ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା

ବାଲିଗୁଡା,୨।୪:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲାର ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା ଆରମ୍ଭ ହୋଇଯାଇଛି। ଏନେଇ ଗାଁଠୁ ସହର ଉତ୍ସବମୁଖର ହୋଇପଡିଛି। ଶତାଧିକ ମାନସିକଧାରୀ ଦଣ୍ଡୁଆ ମା’ଙ୍କ ଦଣ୍ଡଯାତ୍ରାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri