କାଳ ବୈଶାଖୀର ପ୍ରଭାବରେ ଆଜବେଷ୍ଟସ ଉଡିବା ଘଟଣା: ରାଜସୱ ନିରୀକ୍ଷକ କଲେ କ୍ଷୟକ୍ଷତି ଆକଳନ

ଦାରିଙ୍ଗବାଡି,୧୫।୩ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବାଡାବାଙ୍ଗା ପଞ୍ଚାୟତର ଦୁର୍ଗମ ଗ୍ରୁତୁବାଡି ଗ୍ରାମରେ ଶନିବାର ଅପରାହ୍ନରେ କାଳ ବୈଶାଖୀର ପ୍ରଭାବରେ ଗୋଷ୍ଠୀ ଗୃହ ସମେତ ଏକାଧିକ ଲୋକଙ୍କ ଘରର ଆଜବେଷ୍ଟସ ପବନରେ ଉଡି ଯାଇ ସମ୍ପୂର୍ଣ୍ଣ ଭାଙ୍ଗି ଯାଇଥିଲା।ଖବର ପାଇ ଦାରିଙ୍ଗବାଡି ତହସିଲଦାର ଧୀରଜ ପାତ୍ରଙ୍କ ନିର୍ଦ୍ଦେଶକ୍ରମେ ସିମନବାଡିର ରାଜସ୍ବ ନିରୀକ୍ଷକ ଚାନ୍ଦିନୀ ଦିଗାଲ ଦୁର୍ଗମ ଗୃଟୁବାଡ଼ି ଗ୍ରାମରେ ପହଞ୍ଚି କ୍ଷୟକ୍ଷତି ଆକଳନ କରିଛନ୍ତି। ଏହି ରିପୋର୍ଟ ସେ ତହସିଲଦାରଙ୍କୁ ଦେବେ ବୋଲି କହିଛନ୍ତି। ଏଥିସହ କ୍ଷତି ଘଟିଥିବା ପରିବାର ଲୋକଙ୍କୁ ପଲିଥିନ ଯୋଗାଇ ଦିଆଯାଉଛି ବୋଲି କହିଛନ୍ତି । ରାଜସୱ ନିରୀକ୍ଷକଙ୍କ ସହ ବାଡାବାଙ୍ଗା ସରପଞ୍ଚ ପ୍ରସନ୍ନ କୁମାର ପ୍ରଧାନ, ପଙ୍କଜ ପ୍ରଧାନ ପ୍ରମୁଖ ଗସ୍ତ କରି ଲୋକଙ୍କୁ ଆବଶ୍ୟକ ସହଯୋଗ କରାଯିବାକୁ ପ୍ରଶାସନ ନିକଟରେ ଜଣାଯିବ ବୋଲି ସରପଞ୍ଚ ପ୍ରଧାନ କହିଛନ୍ତ।
ସୂଚନାଯୋଗ୍ୟ, ଶନିବାର ଅପରାହ୍ନରେ ଉକ୍ତ ଗ୍ରାମରେ ହଟାତ କାଳବୈଶାଖୀର ପ୍ରଭାବରେ ପ୍ରଚଣ୍ଡ ପବନ ବୋହଥିଲା ଓ ଘରର ଛପର ଉଡାଇ ଦେଇଥିଲା ମାତ୍ର ଏହାର ପ୍ରଭାବରେ ବର୍ଷା ହୋଇନଥିବା ଜଣାପଡିଛି।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଦୋକାନ ଭିତରେ ଜିଅନ୍ତା ଜଳିଗଲେ ବାପ-ପୁଅ, ଶୋଇଥିବାବେଳେ ଘଟିଲା…

ଖୋର୍ଦ୍ଧା,୧୫ା୩(ପ୍ରଭାତ ପାଣିଗ୍ରାହୀ): ବୋଲଗଡ଼ ବ୍ଲକ ସାନପଦର ଗାଁରେ ଏକ ଅଭାବନୀୟ ଘଟଣା ଘଟିଛି। ରବିବାର ସକାଳୁ ଦୋକାନରେ ଶୋଇଥିବା ବେଳେ ଜିଅନ୍ତା ଜଳି ଯାଇଛନ୍ତି ବାପ-ପୁଅ। ସୂଚନା…

ମହାକାଳପଡ଼ାରେ ପହଞ୍ଚିଲା ଗ୍ୟାସ୍‌ ସିଲିଣ୍ଡର ଗାଡ଼ି: ସବୁ ଉପଭୋକ୍ତାଙ୍କୁ ମିଳିଲାନି

ମହାକାଳପଡ଼ା, ୧୫ା୩ (ପ୍ରତାପ ଚନ୍ଦ୍ର ସ୍ବାଇଁ): ଉପସାଗରୀୟ ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଯୋଗୁ ହର୍ମୁଜ୍‌ ପ୍ରଣାଳୀ ଜଳପଥ ଦେଇ ଭାରତକୁ ପ୍ରାକୃତିକ ତୈଳ ଓ ଜାଳେଣି ଗ୍ୟାସ୍‌ ଆମଦାନୀରେ…

ପୁଣି ଯଜ୍ଞନାରାୟଣଙ୍କୁ ଗୁରୁଦାୟିତ୍ୱ ଦେଲା ଭାଜପା: ସାନଖେମୁଣ୍ଡି ନିର୍ବାଚନ ମଣ୍ଡଳୀ ପ୍ରଭାରୀ ଭାବେ ନିଯୁକ୍ତି

ପୁରୁଷୋତ୍ତମପୁର,୧୫।୩(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳର ଭାଜପାର ବରିଷ୍ଠ ନେତା ଯଜ୍ଞନାରାୟଣ ଦାଶଙ୍କ ଉପରେ ଆସ୍ଥାପ୍ରକଟ କଲା ଭାଜପା। ଭାଜପା ପୁଣି ଗୁରୁଦାଇୟିତ୍ୱ ଦେଇ ସାନଖେମୁଣ୍ଡି…

ବରଗଡ଼ରେ ରାଷ୍ଟ୍ରୀୟ ଲୋକ ଅଦାଲତ

ବରଗଡ଼,୧୫।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଆଇନ ସେବା ପ୍ରାଧିକରଣ ଆନୁକୁଲ୍ୟରେ ଶନିବାର ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ ହୋଇଯାଇଛି। ସ୍ଥାନୀୟ ସିଭିଲ୍‌ କୋର୍ଟ ପରିସରରେ ଜିଲା ଓ…

ତୈଳ ସଙ୍କଟ ମଧ୍ୟରେ ବିଶ୍ୱକୁ ଏମିତି ନିବେଦନ କଲେ ଟ୍ରମ୍ପ, କହିଲେ ହର୍ମୁଜ ପ୍ରଣାଳୀକୁ…

ଓ୍ବାଶିଂଟନ,୧୫ା୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ହର୍ମୁଜ ପ୍ରଣାଳୀକୁ ସୁରକ୍ଷା ଦେବା ପାଇଁ ଅନ୍ୟ ଦେଶମାନଙ୍କୁ ଜାହାଜ ପଠାଇବାକୁ ଅନୁରୋଧ କରିଛନ୍ତି। ସେ ପୂର୍ବରୁ କହିଥିଲେ ଯେ,…

ତାରସିଂ ରେଞ୍ଜରେ  ହାତୀ ମୃତ୍ୟୁ: ଜେଟିଏଫ ଟିମ ଉପସ୍ଥିତିରେ ଚାଲିଛି ବ୍ୟବଚ୍ଛେଦ

ଭଞ୍ଜନଗର,୧୫।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା  ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ତାରସିଂ ରେଞ୍ଜର ନାରାୟଣପ୍ରସାଦ ରାସ୍ତା କଡ ଜଙ୍ଗଲରେ ଏକ  ହାତୀ ମୃତ୍ୟୁ ବରଣ କରିଥିବା ଖବର…

ଅସହ୍ୟ କଲାଣି ଚୋରା ମଦ କାରବାର: ଦଣ୍ଡିମା, ସିମନବାଡିରେ ଅବାଧରେ ଚାଲିଛି ବ୍ୟବସାୟ 

ଦାରିଙ୍ଗବାଡି,୧୫।୩ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ଦିନକୁ ଦିନ ଚୋରା ମଦକାରବାର ବଢିବାରେ ଲାଗିଛି ।ବିଶେଷ କରି ଶ୍ରାନିକେତା ପଞ୍ଚାୟତ ଦଣ୍ଡିମା ଅଞ୍ଚଳରେ…

ହୋର୍ମୁଜରେ ଫସିଗଲା ଭାରତର ୨୨ ଜାହାଜ, ୬ LPG ଜାହାଜକୁ ଘେରିଗଲେ…

ନୂଆଦିଲ୍ଲୀ,୧୫।୩; ପଶ୍ଚିମ ଏସିଆରେ ସଂଘର୍ଷ ଯୋଗୁଁ ସୃଷ୍ଟି ହୋଇଥିବା ଉତ୍ତେଜନା ସମଗ୍ର ବିଶ୍ୱକୁ ପ୍ରଭାବିତ କରିଛି। ଭାରତ ମଧ୍ୟ ଏହାର ପ୍ରଭାବ ଅନୁଭବ କରିଛି। ବିଶେଷକରି, ହରମୁଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri