କାଳବୈଶାଖୀର ତାଣ୍ଡବ: କ୍ଷତିଗ୍ରସ୍ତଙ୍କୁ ସହାୟତା ପ୍ରଦାନ ପାଇଁ ଭେଟିଲା ବିଜେଡି ବ୍ଲକ ଟିମ୍‌

ଥୁଆମୂଳ ରାମପୁର,୨୩ା୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ନାକୁରୁଣ୍ଡି ପଞ୍ଚାୟତରେ କାଳବୈଶାଖୀ ଜନିତ ବ୍ୟାପକ କ୍ଷୟକ୍ଷତି ପରେ ପ୍ରଭାବିତ ଅଞ୍ଚଳରେ ଶନିବାର ବିଜେଡିର ଏକ ପ୍ରତିନିଧି ଦଳ ପହଞ୍ଚି ସ୍ଥିତି ସମୀକ୍ଷା କରିଛନ୍ତି। ବ୍ଲକ ବିଜେଡି ଟିମ୍‌ ସର୍ବସ୍ବ ହରାଇଥିବା ବିପନ୍ନ ପରିବାରଗୁଡ଼ିକୁ ସାକ୍ଷାତ କରି ସେମାନଙ୍କ ଦୁଃଖ ବୁଝିବା ସହ ତୁରନ୍ତ ସରକାରୀ ସହାୟତା ଯୋଗାଇ ଦେବା ପାଇଁ ପ୍ରତିଶ୍ରୁତି ଦେଇଛନ୍ତି।

ପ୍ରଳୟଙ୍କରୀ କାଳବୈଶାଖୀ ପବନରେ ନାକୁରୁଣ୍ଡି ପଞ୍ଚାୟତର ଟୁରି ଭେଜିଗୁଡା ଏବଂ ଝୁଡୁଙ୍ଗିଜୋର୍‌ ଗ୍ରାମର ଅନେକ ଗରିବ ପରିବାରର ଘରଦ୍ୱାର ଭାଙ୍ଗି ଯାଇଥିବା ବେଳେ ଖାଦ୍ୟସାମଗ୍ରୀ ନଷ୍ଟ ହୋଇଯାଇଛି। ଖବର ପାଇ ବିଜେଡି ବ୍ଲକ ସଭାପତି କପିଳାସ ନାଏକଙ୍କ ନେତୃତ୍ୱରେ ଏକ ସ୍ବତନ୍ତ୍ର ଟିମ ବିପନ୍ନ ଅଞ୍ଚଳ ପରିଦର୍ଶନ କରିଥିଲେ। ଏହି ପ୍ରତିନିଧି ଦଳରେ ଜିଲା ବିଜେଡି ସମ୍ପାଦକ ଗୋବିନ୍ଦ ଚନ୍ଦ୍ର ପ୍ରଧାନି, ପଞ୍ଚାୟତ ବିଜେଡି ସଭାପତି ରାମଚନ୍ଦ୍ର ନାଏକ ଏବଂ ପୂର୍ବତନ ସମିତି ସଭ୍ୟସାନୁ ମାଝୀ ପ୍ରମୁଖ ସାମିଲ ଥିଲେ। ନେତୃବୃନ୍ଦ ପ୍ରତ୍ୟେକ କ୍ଷତିଗ୍ରସ୍ତ ପରିବାର ନିକଟକୁ ଯାଇ ସେମାନଙ୍କୁ ସାନ୍ତ୍ୱନା ଦେବା ସହ ତତ୍କାଳୀନ ସାହାଯ୍ୟ ସ୍ବରୂପ ବ୍ୟକ୍ତିଗତ ପାଣ୍ଠିରୁ ପ୍ରତି ପରିବାରକୁ ନଗଦ ୧,୦୦୦ ଟଙ୍କା ଲେଖାଏ ଆର୍ଥିକ ସହାୟତା ପ୍ରଦାନ କରିଥିଲେ।

କାଳବୈଶାଖୀର ଏହି ତାଣ୍ଡବ ଯୋଗୁ ଲୋକେ ବାସହୀନ ହୋଇ ଖୋଲା ଆକାଶ ତଳେ ରହିଥିବାରୁ ବିଜେଡି ନେତୃବୃନ୍ଦ ଗଭୀର ଚିନ୍ତା ପ୍ରକଟ କରିଛନ୍ତି। ଏ ସମ୍ପର୍କରେ ଟିମ୍‌ ପକ୍ଷରୁ ସ୍ଥାନୀୟ ତହସିଲଦାର ଏବଂ ସମ୍ପୃକ୍ତ ରାଜସ୍ବ ନିରୀକ୍ଷକ (RI)ଙ୍କ ସହ ଆଲୋଚନା କରାଯାଇଛି। ବିପନ୍ନ ଅଞ୍ଚଳରେ ତୁରନ୍ତ ସରକାରୀ ସ୍ତରରେ ଯୁଦ୍ଧକାଳୀନ ଭିତ୍ତିରେ କ୍ଷୟକ୍ଷତିର ଆକଳନ (Assessment) କରାଯାଇ ରିପୋର୍ଟ ପ୍ରସ୍ତୁତ କରିବାକୁ ସେମାନେ ପ୍ରଶାସନ ନିକଟରେ ଦାବି କରିଛନ୍ତି। ଏଥିସହ ପ୍ରଭାବିତ ପରିବାରଗୁଡ଼ିକୁ ଯଥାଶୀଘ୍ର ସରକାରୀ ଗୃହ ନିର୍ମାଣ ସହାୟତା, ପଲିଥିନ ଏବଂ ଅନ୍ୟାନ୍ୟ ସାମଗ୍ରୀ ଯୋଗାଇ ଦେବା ପାଇଁ ପ୍ରଶାସନିକ ସ୍ତରରେ ଦୃଢ଼ ପଦକ୍ଷେପ ନେବାକୁ ନେତୃବୃନ୍ଦ ପ୍ରତିଶ୍ରୁତି ଦେଇଛନ୍ତି। ପ୍ରଶାସନ ପକ୍ଷରୁ ତୁରନ୍ତ ସହାୟତା ପ୍ରଦାନ କରା ନ ଗଲେ ଆଗାମୀ ଦିନରେ ବ୍ଲକ ଟିମ୍‌ ଏନେଇ ଉଚ୍ଚପଦସ୍ଥ ଅଧିକାରୀଙ୍କ ଦ୍ୱାରସ୍ଥ ହେବେ ବୋଲି ସୂଚନା ମିଳିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଚାଞ୍ଚଲ୍ୟକର ମନ୍ତବ୍ୟ ଦେଲେ କପିଳ ଦେବ: କ୍ରିକେଟ୍‌ ଜଗତ ସ୍ତବ୍ଧ

ନୂଆଦିଲ୍ଲୀ,୮।୧୦: କ୍ରିକେଟ ଜଗତରେ ପାଦ ଥାପିବା ପରଠାରୁ ନିଜ ପ୍ରତିଭାର ଝଲକ ଦେଖାଇ ଆସୁଛନ୍ତି ଯୁବ ବ୍ୟାଟର୍‌ ବୈଭବ ସୂର୍ଯ୍ୟବଂଶୀ। ବୟସ ମାତ୍ର ୧୫ ବର୍ଷ ହୋଇଥିବା…

ଏମ୍‌ଏମ୍‌ଡିଆର, ଏସ୍‌ଆଇଆର୍‌ ମୁଖ୍ୟ ପ୍ରସଙ୍ଗ ନେଇ କଂଗ୍ରେସର ବନ୍ଦ ଡାକରା

କେନ୍ଦୁଝର,୮ା୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): ଏମ୍‌ଏମ୍‌ଡିଆର, ଏସ୍‌ଆଇଆର୍‌-୨୦୨୬, ପାଠ୍ୟପୁସ୍ତକ ତ୍ରୁଟି ଏବଂ ବନ୍ୟା ସମସ୍ୟା ପ୍ରସଙ୍ଗକୁ ନେଇ ବୁଧବାର ଓଡ଼ିଶା ବନ୍ଦ ଡାକରା ପରିପ୍ରେକ୍ଷୀରେ କେନ୍ଦୁଝରରେ ବନ୍ଦ ପାଳନ…

ମୃତ୍ୟୁ ପରେ ମୋତେ ଏମିତି କରିବ, କ’ଣ ଥିଲା ନାନା ପାଟେକରଙ୍କ ଶେଷ ଇଚ୍ଛା? ୨୦୨୩ରେ ପ୍ରକାଶ କରି ସମସ୍ତଙ୍କୁ ଚମକାଇ ଦେଇଥିଲେ

ମୁମ୍ବାଇ,୮।୧୦: ବଲିଉଡରେ ଏପରି କିଛି ଅଭିନେତା ଅଛନ୍ତି ଯେଉଁମାନେ କେବଳ ପରଦାରେ ଚରିତ୍ର ରୂପାୟନ କରିବାଠାରୁ ଊର୍ଦ୍ଧ୍ୱକୁ ଯାଇ ଦର୍ଶକଙ୍କ ହୃଦୟରେ ଏକ ସ୍ବତନ୍ତ୍ର ସ୍ଥାନ ସୃଷ୍ଟି…

ବୋରିଆ ସ୍କୁଲରେ ଶିକ୍ଷକ ଅଭାବ: ପାଠପଢ଼ାରେ ବ୍ୟାଘାତ

କେସିଙ୍ଗା, ୮।୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ବୋରିଆ ଗ୍ରାମରେ ଜାତୀୟ ରାଜପଥ-୨୬ କଡ଼ରେ ଥିବା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ଅଭାବକୁ ନେଇ ଅସନ୍ତୋଷ…

ସଂସଦରେ ଟ୍ରମ୍ପଙ୍କ ସୁନାର ନଗ୍ନ ପ୍ରତିମୂର୍ତ୍ତି, ନାଁ ଶୁଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୮।୧୦: ୟୁରୋପ ସଂସଦ ପରିସରରେ ଏବେ ଏକ ଅଜବ ଏବଂ ଚର୍ଚ୍ଚିତ କଳାକୃତି ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରୁଛି । ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଏକ…

ଓଡ଼ିଶା ବନ୍ଦ ଡାକରାରେ ଅତାବିରାରେ ଜନଜୀବନ ପ୍ରଭାବିତ

ଅତାବିରା,୮ା୧୦(ଯୁଧିଷ୍ଠିର ମହାପାତ୍ର): କଂଗ୍ରେସ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକରାରେ ବରଗଡ଼ ଜିଲା ଅତାବିରା ଠପ୍‌ ହୋଇପଡ଼ିଛି। ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଏବଂ…

ପାକିସ୍ତାନ ସୁପର ଲିଗ୍‌ର ତାରିଖ ଘୋଷଣା କଲା PCB, ୨୦୨୭ରେ ପୁଣି IPL-PSL ଲଢ଼େଇ

ନୂଆଦିଲ୍ଲୀ,୮।୧୦: ୨୦୨୭ରେ ପୁଣିଥରେ ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ଏବଂ ପାକିସ୍ତାନ ସୁପର ଲିଗ୍ (PSL) ମଧ୍ୟରେ ସିଧାସଳଖ ଟକ୍କର ଦେଖିବାକୁ ମିଳିବ । ପାକିସ୍ତାନ କ୍ରିକେଟ୍…

ସରକାରୀ ବସ୍‌ କାଚ ଭାଙ୍ଗିଲେ, ସାପ୍ତାହିକ ହାଟ ବି ବନ୍ଦ କଲେ ବିକ୍ଷୋଭକାରୀ

ଛତ୍ରପୁର,୮ା୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଇଣ୍ଡିଆ ବ୍ଲକ ପକ୍ଷରୁ ଗୁରୁବାର ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି। ଏହାର ପ୍ରଭାବ ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦରେ ମଧ୍ୟ ଦେଖାଯାଇଛି। ସିପିଆଇର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?