ପାଟଣାରେ କାଳବୈଶାଖୀର ତାଣ୍ଡବ: ବର୍ଷା ପବନ ସାଙ୍ଗକୁ କୁଆପଥର ମାଡ଼ରେ ଉପୁଡ଼ିଲା ଗଛ, ଯାତାୟତ-ବିଦ୍ୟୁତ ସେବା ବାଧାପ୍ରାପ୍ତ

ପାଟଣା ,୧୨।୪(ବୀରକିଶୋର ଦାଶ ): କେନ୍ଦୁଝର ଜିଲା ପାଟଣା ଓ ସାହାରପଡା ବ୍ଲକ ଅଞ୍ଚଳରେ ଶନିବାର ଅପରାହ୍ନରେ କାଳବୈଶାଖୀ ପ୍ରଭାରେ ତୁହାକୁ ତୁହା ଘଡ଼ଘଡି, ପବନ ସାଙ୍ଗକୁ କୁଆ ପଥର ବର୍ଷା ପବନ ଲାଗି ରହିଛି। ପବନ ଯୋଗୁ ବିଭିନ୍ନ ସ୍ଥାନରେ ବଡ଼ ବଡ଼ ଗଛ ଉପୁଡି ପଡ଼ିଛି। ଫଳରେ ଗମନାଗମନ ବ୍ୟାଘାତ ହେବା ସହ ବିଦ୍ୟୁତ ସରବରାହ ବ୍ୟାଘାତ ହୋଇଛି। ପାଟଣା କରଞ୍ଜିଆଦେଇ ଯାଇଥିବା ରାଞ୍ଚି ବିଜୟ ୱାଡା ୨୨୦ ନଂ ଜାତୀୟ ରାଜପଥ ଉପରେ ବଡ଼ବିଲ ପଞ୍ଚାୟତ ନିକଟରେ ଗଛ ପଡି ରହିଛି । ଖଜୁରୀଡିହା ଛକରେ ଏକ ଦୋକାନ ଉପରେ ବଡ଼ ଗଛ ଉପୁଡ଼ି ପଡିଛି। ବର୍ଷା ପବନରେ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଥିବା ଲୋକେ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ସେହି ଭଳି ବେଗେନା ଗ୍ରାମରେ ଏକ ବିଶାଳ ଶାଳ ଗଚ୍ଛ ଉପୁଡ଼ି ପଡ଼ିଛି। କୁଆପଥର ମାଡ଼ରେ ଅଞ୍ଚଳରେ ହୋଇଥିବା ପନିପରିବା ଚାଷ ସହ ଖରାଟିଆ ଧାନଫସଲ ଓ ଆମ୍ବ ନଷ୍ଟ ହୋଇଛି। କାଳ ବୈଶାଖୀ ପ୍ରଭାବରେ ବର୍ଷା ଜନିତ କାରଣରୁ ଲୋକେ ଅସହ୍ୟ ଗୁଳୁଗୁଳି ଓ ତାତିରୁ ସାମାନ୍ୟ ଆଶ୍ୱସ୍ତି ପାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରୀରାମକୃଷ୍ଣ ବିଦ୍ୟାମନ୍ଦିରରେ +୨ ଖୋଲିବାକୁ CBSEର ଅନୁମତି

କୋରାପୁଟ,୭ା୩(ଅମିତାଭ ବେହେରା): କୋରାପୁଟସ୍ଥିତ ଶ୍ରୀରାମକୃଷ୍ଣ ବିଦ୍ୟାମନ୍ଦିରରେ ଯୁକ୍ତ୨ ଶ୍ରେଣୀ ଖୋଲିବା ପାଇଁ CBSE ପକ୍ଷରୁ ଅନୁମତି ମିଳିଛି। ସିବିଏସ୍‌ଇ ବୋର୍ଡର ନିୟମାନୁଯାୟୀ ଏହି ବିଦ୍ୟାଳୟ ସମସ୍ତ ଆବଶ୍ୟକ…

‘ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଉଜ୍ବଳ ହେଲେ ପୃଥିବୀ ଉଜ୍ଜ୍ୱଳ ହେବ’

ପୁରୁଷୋତ୍ତମପୁର,୭।୩(ସବିିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜର ବାର୍ଷିକ ଉତ୍ସବ ଅଧ୍ୟକ୍ଷ ଡ. ପ୍ରଦୀପ କୁମାର ସାହୁଙ୍କ ପୌରୋହିତ୍ୟରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ…

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

‘ଆମେ ଯାହା କରିଛୁ ଠିକ୍‌ କରିଛୁ’, କାହିଁକି ଏମିତି କହିଲେ ଜୟଶଙ୍କର? ଜାଣନ୍ତୁ ଇରାନ ଯୁଦ୍ଧ ସହ କ’ଣ ରହିଛି ସମ୍ପର୍କ

ନୂଆଦିଲ୍ଲୀ,୭।୩: ରାଇସିନା ଡାଏଲଗ ୨୦୨୬ରେ ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କୋଚିରେ ଏକ ଇରାନୀ ନୌସେନା ଜାହାଜକୁ ଡକିଂ କରିବାକୁ ଅନୁମତି…

ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ: ସମୀକ୍ଷା କଲେ ଆସିକା ଏମ୍‌ପି

ଛତ୍ରପୁର,୭ା୩(ଦିଲ୍ଲୀପ ସାମଲ): ସ୍ଥାନୀୟ ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ(ଦିଶା) ଅନୁଷ୍ଠିତ ହୋଇଥିଲା। ବୈଠକରେ କମିଟିର ଅଧ୍ୟକ୍ଷା ତଥା ଆସିକା…

ଯୁଦ୍ଧ ଭିତରେ ପାକିସ୍ତାନକୁ ଶକ୍ତ ଝଟ୍‌କା, ବରବାଦ୍‌ ହୋଇଯିବ ପାକ୍‌

ଇସଲାମବାଦ,୭।୩: ପାକିସ୍ତାନ ଏବେ ମଧ୍ୟପ୍ରାଚ୍ୟରେ ଯୁଦ୍ଧର ପରିଣାମ ମଧ୍ୟ ଭୋଗୁଛି। କାତାର ପାକିସ୍ତାନକୁ ଏକ ଫୋର୍ସ ମ୍ୟାଜିଅର ନୋଟିସ ଜାରି କରିଛି। ଏହାର ଅର୍ଥ ହେଉଛି ଯେ…

ପଡ଼ୋଶୀ ଦେଶକୁ କ୍ଷମା ମାଗିବା ସହ ଧମକ ଦେଲେ ଇରାନ ରାଷ୍ଟ୍ରପତି! କହିଲେ, ‘ ଆମେ ସେ ପର୍ଯ୍ୟନ୍ତ ଆକ୍ରମଣ କରିବୁ ନାହିଁ ଯେପର୍ଯ୍ୟନ୍ତ…’

ତେହରାନ,୭।୩: ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ପଡ଼ୋଶୀ ଦେଶ ଉପରେ ଆକ୍ରମଣ କରିବାକୁ ନେଇ କ୍ଷମା ପ୍ରାର୍ଥନା କରିଛନ୍ତି। ରାଷ୍ଟ୍ରପତି ସରକାରୀ ଟେଲିଭିଜନରେ ପୂର୍ବରୁ ରେକର୍ଡ ହୋଇଥିବା…

ପଙ୍ଖାରେ ଝୁଲୁଥିଲା ବୃଦ୍ଧଙ୍କ ମୃତଦେହ, ଘର ଆଗରେ ପଡ଼ିଛି କୁରାଢ଼ି, ବୋହୂଙ୍କ ମୁଣ୍ଡ ଫାଟିଛି, କହିଲେ ଶ୍ୱଶୁର…

ପାରାଦୀପ,୭ା୩(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଭୁତମୁଣ୍ଡାଇ ଗ୍ରାମରେ ଶନିବାର ସକାଳୁ ଜଣେ ଶତାୟୁ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ମିଳିଥିଲା। ମୃତକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri