ଆଜି ଏହି ଜିଲାକୁ କାଳବୈଶାଖୀ: ଘଡ଼ଘଡ଼ି ବିଜୁଳି ସହ ପ୍ରବଳ ବର୍ଷା ନେଇ ସତର୍କତା ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ୱର,୧ା୬: ରାଜ୍ୟରେ ଏବେ କାଳବୈଶାଖୀ ବର୍ଷା ଲାଗି ରହିଛି। ଏହାର ପ୍ରଭାବରେ ଦିନ ତାପମାତ୍ରା ହ୍ରାସ ପାଉଛି। ଆହୁରି ୪ଦିନ ଏଭଳି ସ୍ଥିତି ଲାଗି ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ସୋମବାର ପ୍ରାୟତଃ ସମଗ୍ର ରାଜ୍ୟରେ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି। ବିଶେଷକରି ସୁନ୍ଦରଗଡ଼, ଅନୁଗୋଳ, ଢେଙ୍କାନାଳ, ନୟାଗଡ଼, ବୌଦ୍ଧ ଆଦି ଜିଲାକୁ ଘଡ଼ଘଡ଼ି ବିଜୁଳି ସହିତ ପ୍ରବଳ ବର୍ଷା ପବନ ନେଇ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି। ସେହିପରି କେନ୍ଦୁଝର, ମୟୂରଭଞ୍ଜ, କନ୍ଧମାଳ, ଗଞ୍ଜାମ ଓ ଗଜପତି ଜିଲାକୁ କାଳବୈଶାଖୀ ସହିତ କୁଆପଥର ବୃଷ୍ଟି ନେଇ ଅରେଞ୍ଜ ଓ୍ବାର୍ନିଂ ଦିଆଯାଇଛି।

ବାଲେଶ୍ୱର, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ସୋନପୁର, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ, ମାଲକାନଗିରି, ରାୟଗଡ଼ା, ଯାଜପୁର, କଟକ, ପୁରୀ ଏବଂ ଖୋର୍ଦ୍ଧା ଜିଲାକୁ କାଳବୈଶାଖୀ ବର୍ଷା ନେଇ ୟେଲୋ ଓ୍ବାର୍ନିଂ ଦିଆଯାଇଛି। ଜୁନ୍‌ ୪ ପର୍ଯ୍ୟନ୍ତ ରାଜ୍ୟରେ କାଳବୈଶାଖୀ ପ୍ରଭାବ ରହିବ ଏବଂ ଏଥିପାଇଁ ତାପମାତ୍ରାରେ ପରିବର୍ତ୍ତନ ଦେଖାଦେଇଥିବା ସୂଚନା ଦିଆଯାଇଛି। ପାଣିପାଗ କେନ୍ଦ୍ର ତଥ୍ୟ ଅନୁଯାୟୀ, ରବିବାର ରାଜ୍ୟର ୨ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଥିଲା। ବୌଦ୍ଧରେ ସର୍ବାଧିକ ତାପମାତ୍ରା ୪୧ ଡିଗ୍ରୀ ଓ ସର୍ବନିମ୍ନ ତାପମାତ୍ରା ୨୪.୫ ଡିଗ୍ରୀ ଏବଂ ଖୋର୍ଦ୍ଧାରେ ସର୍ବାଧିକ ତାପମାତ୍ରା ୪୦ ଡିଗ୍ରୀ ଓ ସର୍ବନିମ୍ନ ତାପମାତ୍ରା ୨୬.୫ ଡିଗ୍ରୀ ରହିଥିଲା। ନୟାଗଡ଼ରେ ସର୍ବାଧିକ ତାପମାତ୍ରା ୩୯.୭ ଡିଗ୍ରୀ, ଟିଟିଲାଗଡ଼ ଓ ନୂଆପଡ଼ା ୩୯.୫, ବଲାଙ୍ଗୀରରେ ୩୯ ଡିଗ୍ରୀ ରେକର୍ଡ ହୋଇଥିଲାବେଳେ ଗୋପାଳପୁରରେ ରାଜ୍ୟର ସବୁଠାରୁ କମ୍‌ ତାପମାତ୍ରା ୩୧.୯ ଡିଗ୍ରୀ ରହିଥିଲା। ଅପରପକ୍ଷେ ମହାରାଷ୍ଟ୍ରର ବିଦର୍ଭ ଉପରେ ସକ୍ରିୟ ଥିବା ଘୂର୍ଣ୍ଣିବଳୟଠାରୁ ମଧ୍ୟ-ପୂର୍ବ ବଙ୍ଗୋପସାଗରରେ ସକ୍ରିୟ ଥିବା ଘୂର୍ଣ୍ଣିବଳୟ ପର୍ଯ୍ୟନ୍ତ ସମୁଦ୍ର ପତ୍ତନଠାରୁ ୦.୯ କି.ମି. ଉଚ୍ଚତାରେ ଏକ ଟ୍ରଫ୍‌ ଲାଇନ୍‌ (ଲଘୁଚାପ ରେଖା) ଗତି କରୁଛି। ଦକ୍ଷିଣ ଓଡ଼ିଶା ଉପକୂଳ ସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସମୁଦ୍ର ପତ୍ତନଠାରୁ ୦.୯ କି.ମି. ଉଚ୍ଚତାରେ ସକ୍ରିୟ ଥିବା ଘୂର୍ଣ୍ଣିବଳୟ ବର୍ତ୍ତମାନ ଉପରୋକ୍ତ ଟ୍ରଫ୍‌ ଲାଇନ୍‌ ସହିତ ମିଶି ଯାଇଥିବା ସୂଚନା ଦିଆଯାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଜିଲାସ୍ତରୀୟ ଜନଶୁଣାଣି: ୨୨୧ ଅଭିଯୋଗ ଶୁଣିଲେ ଜିଲାପାଳ-ଏସପି

ଦାରିଙ୍ଗବାଡି, ୩୧।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତ ସମିତି କାର୍ଯ୍ୟାଳୟ ଠାରେ ଥିବା ସଭାଗୃହରେ ସୋମବାର ଜିଲାସ୍ତରୀୟ ଜନ ଶୁଣାଣି ଅନୁଷ୍ଠିତ ହୋଇଯାଇଛି। ଏହି…

କନ୍ୟା ରାଶିରେ ବୁଧଙ୍କ ଗୋଚର: ୭ ସେପ୍ଟେମ୍ବରରୁ ଏହି ୫ ରାଶିଙ୍କ ଖୋଲିବ ଉନ୍ନତିର ରାସ୍ତା, ବଢ଼ିବ…

ବୈଦିକ ଜ୍ୟୋତିଷରେ ବୁଧଙ୍କୁ ବୁଦ୍ଧି, ବାଣୀ, ତର୍କ, ଗଣନା, ବ୍ୟବସାୟ ଓ ଯୋଗାଯୋଗର କାରକ ଗ୍ରହ ଭାବେ ମାନାଯାଏ। ତେଣୁ ବୁଧଙ୍କ ରାଶି ପରିବର୍ତ୍ତନର ପ୍ରଭାବ ଜାତକଙ୍କ…

ବନ୍ୟା ସ୍ରୋତରେ ଭାସିଗଲେ: ଜଣେ ଉଦ୍ଧାର, ଜଣେ ନିଖୋଜ

ପଟ୍ଟାମୁଣ୍ଡାଇ୩୧।୮(କଳ୍ପତରୁ ନାୟକ): କେନ୍ଦ୍ରପଡ଼ା ପଟ୍ଟାମୁଣ୍ଡାଇ ବ୍ଲକ ପେଣ୍ଠପାଳ ପଞ୍ଚାୟତ କୋଳଥିଆ ବ୍ରାହ୍ମଣ ସାହି ଘୋଷରା ନିକଟ ଘାଇରେ ଘଟିଛି ଏକ ଦୁଃଖଦ ଘଟଣା। ବନ୍ୟା ସ୍ରୋତରେ ଦୁଇଜଣ…

ଗୁଡ଼ାରି ଏନ୍‌ଏସିରେ ଜାତୀୟ ପତାକାକୁ ଅବମାନନା

ଗୁଡ଼ାରି, ୩୧।୮ (ପ୍ରମୋଦ କୁମାର ପତି): ଗୁଡ଼ାରି ଏନ୍‌ଏସି ପରିସରରେ ସୋମବାର ସ୍ୱାୟତ୍ତ ଶାସନ ଦିବସ ପାଳନ ବେଳେ ଏକ ଅଭାବନୀୟ ଘଟଣା ଘଟିଥିବା ଦେଖିବାକୁ ମିଳିଛି।…

ବ୍ୟାପୁଛି ସ୍କ୍ରବ ଟାଇଫସ୍‌: ଦିନକରେ ୨୨ ପଜିଟିଭ ଚିହ୍ନଟ

ପାଳଲହଡ଼ା,୩୧।୮(ଦିବ୍ୟଜ୍ୟୋତି ଦାଶ): ଅନୁଗୋଳ ଜିଲା ପାଳଲହଡ଼ା ସାନବାଗଦରୀ ଗାଁରେ ସ୍କ୍ରବ ଟାଇଫସ୍‌(Scrub Typhus) ବ୍ୟାପିବା ଖବର ପ୍ରସାରଣ ପରେ ସ୍ବାସ୍ଥ୍ୟ ବିଭାଗର ଏକ ଡାକ୍ତରୀ ଟିମ୍‌ ଗାଁରେ…

୬ ମାସର ପାରିଶ୍ରମିକ ଦାବିରେ ଆଶା କର୍ମୀଙ୍କ ଆନ୍ଦୋଳନ

ଖଡ଼ିଆଳ, ୩୧।୮ (ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡ଼ିଆଳ ଉପଖଣ୍ଡ ସ୍ୱାସ୍ଥ୍ୟକେନ୍ଦ୍ର ଅଧୀନରେ କାର୍ଯ୍ୟରତ ସମସ୍ତ ଆଶା କର୍ମୀଙ୍କ ୬ ମାସର ଆର୍ଥିକ ସହାୟତା ପ୍ରଦାନ…

ଦୌଡୁଛି ଭାରତୀୟ ଅର୍ଥନୀତି: ପ୍ରଥମ ତ୍ରୈମାସିକରେ GDP ଅଭିବୃଦ୍ଧି ଆଶ୍ଚର୍ଯ୍ୟଜନକ

ନୂଆଦିଲ୍ଲୀ,୩୧।୮: ଆମେରିକା-ଇରାନ ବିବାଦରୁ ସୃଷ୍ଟି ହୋଇଥିବା ବିଶ୍ୱ ଉତ୍ତେଜନା ମଧ୍ୟରେ ଭାରତୀୟ ଅର୍ଥନୀତି ପ୍ରଭାବଶାଳୀ ପ୍ରଦର୍ଶନ କରିଛି। ୨୦୨୭ ଆର୍ଥିକ ବର୍ଷର ପ୍ରଥମ ତ୍ରୈମାସିକରେ ଭାରତର GDP…

ବ୍ରେକଅପ୍‌ ପରେ ଭାଙ୍ଗିପଡ଼ିଥିଲେ ବିଜୟ, ସମ୍ଭାଳିଥିଲେ ରଶ୍ମିକା! ଚମକାଇଲା ଅଭିନେତାଙ୍କ ବଡ଼ ଖୁଲାସା

ମୁମ୍ବାଇ: ତେଲୁଗୁ ସିନେମାର ଲୋକପ୍ରିୟ ଅଭିନେତା ବିଜୟ ଦେବରକୋଣ୍ଡା ନିକଟରେ ଏକ ଇଭେଣ୍ଟରେ ନିଜ ବ୍ୟକ୍ତିଗତ ଜୀବନ ଓ ଅଭିନେତ୍ରୀ ରଶ୍ମିକା ମନ୍ଦାନାଙ୍କ ସ୍ବାସ୍ଥ୍ୟ ସମ୍ପର୍କରେ ଅନେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri