ଆଜି ଏହି ଜିଲାକୁ କାଳବୈଶାଖୀ: ଘଡ଼ଘଡ଼ି ବିଜୁଳି ସହ ପ୍ରବଳ ବର୍ଷା ନେଇ ସତର୍କତା ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ୱର,୧ା୬: ରାଜ୍ୟରେ ଏବେ କାଳବୈଶାଖୀ ବର୍ଷା ଲାଗି ରହିଛି। ଏହାର ପ୍ରଭାବରେ ଦିନ ତାପମାତ୍ରା ହ୍ରାସ ପାଉଛି। ଆହୁରି ୪ଦିନ ଏଭଳି ସ୍ଥିତି ଲାଗି ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ସୋମବାର ପ୍ରାୟତଃ ସମଗ୍ର ରାଜ୍ୟରେ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି। ବିଶେଷକରି ସୁନ୍ଦରଗଡ଼, ଅନୁଗୋଳ, ଢେଙ୍କାନାଳ, ନୟାଗଡ଼, ବୌଦ୍ଧ ଆଦି ଜିଲାକୁ ଘଡ଼ଘଡ଼ି ବିଜୁଳି ସହିତ ପ୍ରବଳ ବର୍ଷା ପବନ ନେଇ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି। ସେହିପରି କେନ୍ଦୁଝର, ମୟୂରଭଞ୍ଜ, କନ୍ଧମାଳ, ଗଞ୍ଜାମ ଓ ଗଜପତି ଜିଲାକୁ କାଳବୈଶାଖୀ ସହିତ କୁଆପଥର ବୃଷ୍ଟି ନେଇ ଅରେଞ୍ଜ ଓ୍ବାର୍ନିଂ ଦିଆଯାଇଛି।

ବାଲେଶ୍ୱର, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ସୋନପୁର, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ, ମାଲକାନଗିରି, ରାୟଗଡ଼ା, ଯାଜପୁର, କଟକ, ପୁରୀ ଏବଂ ଖୋର୍ଦ୍ଧା ଜିଲାକୁ କାଳବୈଶାଖୀ ବର୍ଷା ନେଇ ୟେଲୋ ଓ୍ବାର୍ନିଂ ଦିଆଯାଇଛି। ଜୁନ୍‌ ୪ ପର୍ଯ୍ୟନ୍ତ ରାଜ୍ୟରେ କାଳବୈଶାଖୀ ପ୍ରଭାବ ରହିବ ଏବଂ ଏଥିପାଇଁ ତାପମାତ୍ରାରେ ପରିବର୍ତ୍ତନ ଦେଖାଦେଇଥିବା ସୂଚନା ଦିଆଯାଇଛି। ପାଣିପାଗ କେନ୍ଦ୍ର ତଥ୍ୟ ଅନୁଯାୟୀ, ରବିବାର ରାଜ୍ୟର ୨ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଥିଲା। ବୌଦ୍ଧରେ ସର୍ବାଧିକ ତାପମାତ୍ରା ୪୧ ଡିଗ୍ରୀ ଓ ସର୍ବନିମ୍ନ ତାପମାତ୍ରା ୨୪.୫ ଡିଗ୍ରୀ ଏବଂ ଖୋର୍ଦ୍ଧାରେ ସର୍ବାଧିକ ତାପମାତ୍ରା ୪୦ ଡିଗ୍ରୀ ଓ ସର୍ବନିମ୍ନ ତାପମାତ୍ରା ୨୬.୫ ଡିଗ୍ରୀ ରହିଥିଲା। ନୟାଗଡ଼ରେ ସର୍ବାଧିକ ତାପମାତ୍ରା ୩୯.୭ ଡିଗ୍ରୀ, ଟିଟିଲାଗଡ଼ ଓ ନୂଆପଡ଼ା ୩୯.୫, ବଲାଙ୍ଗୀରରେ ୩୯ ଡିଗ୍ରୀ ରେକର୍ଡ ହୋଇଥିଲାବେଳେ ଗୋପାଳପୁରରେ ରାଜ୍ୟର ସବୁଠାରୁ କମ୍‌ ତାପମାତ୍ରା ୩୧.୯ ଡିଗ୍ରୀ ରହିଥିଲା। ଅପରପକ୍ଷେ ମହାରାଷ୍ଟ୍ରର ବିଦର୍ଭ ଉପରେ ସକ୍ରିୟ ଥିବା ଘୂର୍ଣ୍ଣିବଳୟଠାରୁ ମଧ୍ୟ-ପୂର୍ବ ବଙ୍ଗୋପସାଗରରେ ସକ୍ରିୟ ଥିବା ଘୂର୍ଣ୍ଣିବଳୟ ପର୍ଯ୍ୟନ୍ତ ସମୁଦ୍ର ପତ୍ତନଠାରୁ ୦.୯ କି.ମି. ଉଚ୍ଚତାରେ ଏକ ଟ୍ରଫ୍‌ ଲାଇନ୍‌ (ଲଘୁଚାପ ରେଖା) ଗତି କରୁଛି। ଦକ୍ଷିଣ ଓଡ଼ିଶା ଉପକୂଳ ସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସମୁଦ୍ର ପତ୍ତନଠାରୁ ୦.୯ କି.ମି. ଉଚ୍ଚତାରେ ସକ୍ରିୟ ଥିବା ଘୂର୍ଣ୍ଣିବଳୟ ବର୍ତ୍ତମାନ ଉପରୋକ୍ତ ଟ୍ରଫ୍‌ ଲାଇନ୍‌ ସହିତ ମିଶି ଯାଇଥିବା ସୂଚନା ଦିଆଯାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସୁଧାରିବାର ସୁଯୋଗ

ଆମେରିକାର ମଧ୍ୟବର୍ତ୍ତିକାଳୀନ ନିର୍ୱାଚନ ନଭେମ୍ୱର ୩ରେ ହେବ। ରାଷ୍ଟ୍ରପତିଙ୍କ ୪ ବର୍ଷର କାର୍ଯ୍ୟକାଳ ମଧ୍ୟଭାଗରେ ଅନୁଷ୍ଠିତ ହେଉଥିବାରୁ ଏହାକୁ ମିଡଟର୍ମ ବା ମଧ୍ୟବର୍ତ୍ତିକାଳୀନ ନିର୍ୱାଚନ କୁୁହାଯାଏ। ଆମେରିକାର…

DA Hike Alert: କେନ୍ଦ୍ରୀୟ କର୍ମଚାରୀଙ୍କ ପାଇଁ ବଡ଼ ଖବର: ୨୮ ଅକ୍ଟୋବରରେ ଡିଏ ଘୋଷଣା! କେତେ ବଢ଼ିବ ଦରମା?

ନୂଆଦିଲ୍‌ଲୀ,୨୫।୧୦:କେନ୍ଦ୍ରୀୟ କର୍ମଚାରୀ ଏବଂ ପେନସନଭୋଗୀଙ୍କ ଅପେକ୍ଷା ଆହୁରି ଲମ୍ୱା ହେବାରେ ଲାଗିଛି। ଜୁଲାଇ ୨୦୨୬ ପାଇଁ ମହଙ୍ଗା ଭତ୍ତା (DA) ଏବଂ ମହଙ୍ଗା ସହାୟତା (DR) ବୃଦ୍ଧି…

କୁମାର ପୂର୍ଣ୍ଣିମାରେ ଚମକିବ ୩ ରାଶିଙ୍କ ଭାଗ୍ୟ; ହୁ ହୁ ବଢିବ ଧନ, ଯାଚିକି ଟଙ୍କା ଦେବେ ଲୋକ…

ଆଜି ୨୫ ଅକ୍ଟୋବର ୨୦୨୬ ରବିବାର ଦିନ ଶରତ ପୂର୍ଣ୍ଣିମା (କୁମାର ପୂର୍ଣ୍ଣିମା) ପଡ଼ୁଛି। ଆଜି ଶରତ ପୂର୍ଣ୍ଣିମା ଅବସରରେ ଗ୍ରହମାନଙ୍କ ସଂଯୋଗରୁ ଅନେକ ଶୁଭ ଯୋଗ…

ବିଲ ହିଡ଼ଦେଇ ସ୍କୁଲ ଯାଉଛନ୍ତି ଛାତ୍ରୀଛାତ୍ର

ଖୋର୍ଦ୍ଧା,୨୫ା୧୦(ପ୍ରଭାତ ପାଣିଗ୍ରାହୀ): ହାତରେ ବହି, ଆଖିରେ ପଢ଼ିବାର ସ୍ୱପ୍ନ। ହେଲେ ସ୍କୁଲ ଯିବା ବାଟରେ ପାଦେ ପାଦେ ବିପଦ। କେଉଁଠି କାଦୁଅ ଓ ଖାଲଖମା ତ ଆଉ…

ଆଦିବାସୀଙ୍କ ସେବାରେ ନିୟୋଜିତ ଡାକ୍ତର ଏବେ ଜେଲରେ

ଭବାନୀପାଟଣା,୨୫ା୧୦(ଉତ୍ତମ କୁମାର ଦାଶ):ଆଦିବାସୀଙ୍କ ଚିକିତ୍ସା ସେବା ପାଇଁ ମୁମ୍ୱାଇ ଛାଡ଼ି କଳାହାଣ୍ଡିକୁ ଚାଲି ଆସିଥିଲେ ଡାକ୍ତର ରାଣ୍ଡାଲ ସେକ୍ୟୁରା। ଦୁର୍ଗମ ଅଞ୍ଚଳରେ ପହଞ୍ଚତ୍ ମ୍ୟାଲେରିଆ ଓ ଯକ୍ଷ୍ମା…

ଆଜି ଆସୁଛନ୍ତି ମୋଦି

ଭୁବନେଶ୍ୱର,୨୫।୧୦ (ସୁନିତ୍‌ ମିଶ୍ର): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଦିନିକିଆ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମରେ ଆସୁଛନ୍ତି। ସେ ଅପରାହ୍ନ ୨ଟା ୪୫ ମିନିଟ୍‌ ସମୟରେ ଉତ୍ତରପ୍ରଦେଶର ବାରାଣସୀ…

ଆକାଶଛୁଆଁ ଦାମ: ୭ ହଜାରରେ ପହଞ୍ଚିଲା ଗ୍ୟାସ ସିଲିଣ୍ଡର, ଇରାନ ରୋକିଲା ସପ୍ଲାଏ!

ନୂଆଦିଲ୍ଲୀ, ୨୫।୧୦: ବିଶ୍ୱର ବିଭିନ୍ନ ଦେଶ ଆଗରେ ହାତ ପତାଉଥିବା ପାକିସ୍ତାନର ସ୍ଥିତି ଏବେ ଅତ୍ୟନ୍ତ ଦୟନୀୟ। ମହଙ୍ଗା ମାଡ଼ ଓ ଆର୍ଥିକ ସଙ୍କଟ ପାକିସ୍ତାନକୁ ଅନ୍ୟ…

ଆନ୍ଧ୍ରରେ ମାଡ଼ହେବ ବାତ୍ୟା, ଓଡ଼ିଶାରେ ବର୍ଷା

ଭୁବନେଶ୍ୱର,୨୫ା୧୦(ବନ୍ଦନା ସେଠୀ): ବଙ୍ଗୋପସାଗରରେ ଦାନା ବାନ୍ଧୁଛି ବାତ୍ୟା। ଇତିମଧ୍ୟରେ ସୃଷ୍ଟି ହୋଇଥିବା ଲଘୁଚାପ ଶନିବାର ରାତିରେ ଅବପାତରେ ପରିଣତ ହୋଇଛି। ଏହା ଅଧିକ ଘନୀଭୂତ ହୋଇ ରବିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?