କାଳ ସାଜିଲା କାଳବୈଶାଖୀ: ବଜ୍ରପାତରେ ଚାଲିଗଲା ୬ ଜୀବନ

ଭୁବନେଶ୍ୱର,୧୬।୫: କାଳ ସାଜିଲା କାଳବୈଶାଖୀ। ଶୁକ୍ରବାର କାଳବୈଶାଖୀ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବଜ୍ରପାତ ଘଟି ୬ଜଣଙ୍କ ମୃତ୍ୟୁ ଘଟିଛି। କୋରାପୁଟ ଜିଲାରେ ବଜ୍ରପାତ ଘଟି ୩ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଗଞ୍ଜାମ ଜିଲାରେ ୨ଜଣଙ୍କ ମୃତ୍ୟୁ ଘଟିଛି। ସେହିପରି ଗଜପତି ଜିଲାରେ ବଜ୍ରପାତରେ ଜଣଙ୍କର ମୃତ୍ୟୁ ଘଟିଥିବା ସୂଚନା ମିଳିଛି।

କୋରାପୁଟ ଜିଲା ଓଡ଼ିଆପେଣ୍ଠ ପଞ୍ଚାୟତ ପର୍ଡିଗୁଡ଼ା ଗାଁରେ ବିଲରେ ଏକାଧିକ ଲୋକ କାମ କରୁଥିଲେ। ସେତିକିବେଳେ ହଠାତ୍‌ କାଳବୈଶାଖୀ ପ୍ରଭାବରେ ଘଡଘଡି ସହ ବର୍ଷା ହୋଇ ବଜ୍ରପାତ ଘଟିଥିଲା। ଫଳରେ ଘଟଣାସ୍ଥଳରେ ୩ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଏକାଧିକ ବ୍ୟକ୍ତି ଆହତ ହୋଇଛନ୍ତି। ସେମାନଙ୍କୁ ଉଦ୍ଧାର କରି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏନେଇ ଗାଁରେ ଶୋକର ଛାୟା ଖେଳିଯାଇଛି।

ସେହିପରି ଗଞ୍ଜାମ ଜିଲା ଭଞ୍ଜନଗର ବେଲଗୁଣ୍ଠା କେବିରିବରପୁରରେ ବଜ୍ରପାତ ଘଟି ଜଣେ ଯୁବତୀଙ୍କ ମୃତ୍ୟୁ ଘଟିଛି। ଏପରିକି ପୋଲସରା କବିସୂର୍ଯ୍ୟନଗର କେ. ବରିଡ଼ା ଗାଁରେ ବଜ୍ରପାତରେ ଜଣେ ନାବାଳକ ମୃତ୍ୟୁ ଘଟିଛି। ଗଜପତି ଜିଲା ମୋହନା ଆର୍‌. ଉଦୟଗିରି କାନକଟା ଗ୍ରାମରେ ବଜ୍ରପାତ ଘଟି ଜଣେ ଯୁବତୀଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି।

ଅନ୍ୟପକ୍ଷେ ଶୁକ୍ରବାର ରାଜ୍ୟର ୧୧ ଜିଲାରେ କାଳବୈଶାଖୀ ବର୍ଷା ସମ୍ଭାବନା ରହିଥିବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ହେଲେ ୭ ଜିଲାକୁ ୨ ଘଣ୍ଟିଆ ରେଡ ଆଲର୍ଟ ଜାରି କଲା ପାଣିପାଗ କେନ୍ଦ୍ର।

କୋରାପୁଟ, କଟକ, ଖୋର୍ଦ୍ଧା, ନୟାଗଡ଼, ଯାଜପୁର, ବାଲେଶ୍ବର, ଗଞ୍ଜାମ ଜିଲାକୁ ରେଡ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ। ଏହି ଜିଲାଗୁଡିକରେ କାଳବୈଶାଖୀ ବର୍ଷା ସହ ବିଜୁଳି ଘଡ଼ଘଡ଼ି ମାରିବ। ଏହି ସମୟରେ କେହି ବାହାରକୁ ନ ବାହାରିବା ପାଇଁ ପରାମର୍ଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri