କାଳ ସାଜିଲା କାଳବୈଶାଖୀ: ବଜ୍ରପାତରେ ଚାଲିଗଲା ୬ ଜୀବନ

ଭୁବନେଶ୍ୱର,୧୬।୫: କାଳ ସାଜିଲା କାଳବୈଶାଖୀ। ଶୁକ୍ରବାର କାଳବୈଶାଖୀ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବଜ୍ରପାତ ଘଟି ୬ଜଣଙ୍କ ମୃତ୍ୟୁ ଘଟିଛି। କୋରାପୁଟ ଜିଲାରେ ବଜ୍ରପାତ ଘଟି ୩ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଗଞ୍ଜାମ ଜିଲାରେ ୨ଜଣଙ୍କ ମୃତ୍ୟୁ ଘଟିଛି। ସେହିପରି ଗଜପତି ଜିଲାରେ ବଜ୍ରପାତରେ ଜଣଙ୍କର ମୃତ୍ୟୁ ଘଟିଥିବା ସୂଚନା ମିଳିଛି।

କୋରାପୁଟ ଜିଲା ଓଡ଼ିଆପେଣ୍ଠ ପଞ୍ଚାୟତ ପର୍ଡିଗୁଡ଼ା ଗାଁରେ ବିଲରେ ଏକାଧିକ ଲୋକ କାମ କରୁଥିଲେ। ସେତିକିବେଳେ ହଠାତ୍‌ କାଳବୈଶାଖୀ ପ୍ରଭାବରେ ଘଡଘଡି ସହ ବର୍ଷା ହୋଇ ବଜ୍ରପାତ ଘଟିଥିଲା। ଫଳରେ ଘଟଣାସ୍ଥଳରେ ୩ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଏକାଧିକ ବ୍ୟକ୍ତି ଆହତ ହୋଇଛନ୍ତି। ସେମାନଙ୍କୁ ଉଦ୍ଧାର କରି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏନେଇ ଗାଁରେ ଶୋକର ଛାୟା ଖେଳିଯାଇଛି।

ସେହିପରି ଗଞ୍ଜାମ ଜିଲା ଭଞ୍ଜନଗର ବେଲଗୁଣ୍ଠା କେବିରିବରପୁରରେ ବଜ୍ରପାତ ଘଟି ଜଣେ ଯୁବତୀଙ୍କ ମୃତ୍ୟୁ ଘଟିଛି। ଏପରିକି ପୋଲସରା କବିସୂର୍ଯ୍ୟନଗର କେ. ବରିଡ଼ା ଗାଁରେ ବଜ୍ରପାତରେ ଜଣେ ନାବାଳକ ମୃତ୍ୟୁ ଘଟିଛି। ଗଜପତି ଜିଲା ମୋହନା ଆର୍‌. ଉଦୟଗିରି କାନକଟା ଗ୍ରାମରେ ବଜ୍ରପାତ ଘଟି ଜଣେ ଯୁବତୀଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି।

ଅନ୍ୟପକ୍ଷେ ଶୁକ୍ରବାର ରାଜ୍ୟର ୧୧ ଜିଲାରେ କାଳବୈଶାଖୀ ବର୍ଷା ସମ୍ଭାବନା ରହିଥିବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ହେଲେ ୭ ଜିଲାକୁ ୨ ଘଣ୍ଟିଆ ରେଡ ଆଲର୍ଟ ଜାରି କଲା ପାଣିପାଗ କେନ୍ଦ୍ର।

କୋରାପୁଟ, କଟକ, ଖୋର୍ଦ୍ଧା, ନୟାଗଡ଼, ଯାଜପୁର, ବାଲେଶ୍ବର, ଗଞ୍ଜାମ ଜିଲାକୁ ରେଡ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ। ଏହି ଜିଲାଗୁଡିକରେ କାଳବୈଶାଖୀ ବର୍ଷା ସହ ବିଜୁଳି ଘଡ଼ଘଡ଼ି ମାରିବ। ଏହି ସମୟରେ କେହି ବାହାରକୁ ନ ବାହାରିବା ପାଇଁ ପରାମର୍ଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହୃଦୟ ଜିଣିଲେ ହାର୍ଦ୍ଦିକ ପାଣ୍ଡ୍ୟା: ଭାରତୀୟ ସୈନ୍ୟଙ୍କ ସହ…

ନୂଆଦିଲ୍ଲୀ,୫।୯: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଫଟୋ BSF (ସୀମା ସୁରକ୍ଷା ବଳ) କର୍ମଚାରୀଙ୍କ ସହ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ସେ…

ସ୍ତ୍ରୀ ପଛେ ପଛେ ସ୍ବାମୀଙ୍କ ମୃତ୍ୟୁ, ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳି ଆଣିଲେ ୨ ମୃତଦେହ, ସନ୍ଦେହରେ…

ଭଦ୍ରକ,୫ା୯(ସନାତନ ରାଉତ): ମୃତ୍ୟୁର ୨ ଦିନ ପରେ ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳା ହେଲା ଶବ। ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ସନ୍ଦେହ କରି ପରିବାର…

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

ଫାଇନାଲ ମ୍ୟାଚ ପୂର୍ବରୁ ବୈଭବଙ୍କୁ ନେଇ ଏ କ’ଣ କହିଦେଲେ ଇଶାନ କିଶନ, ଚାରିଆଡେ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୫।୯: ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ରବିବାରଠାରୁ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଏହି…

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

ପୁଇଁତୋଳା ପରିଚାଳନା କମିଟି ପକ୍ଷରୁ ଗଣେଶ ପୂଜା ପ୍ରସ୍ତୁତି: ଯୋଗଦେବେ ଛତ୍ରପୁର ବିଧାୟକ, ଟପ୍ପର ବିଦ୍ୟାର୍ଥୀଙ୍କୁ …

୫।୯ (ବିଦ୍ୟାଧର ସାହୁ): ଆସନ୍ତା ୧୪ ତାରିଖରେ ଅଗ୍ରପୂଜ୍ୟ ଗଜାନନଙ୍କ ଶ୍ରୀଗଣେଶ ଚତୁର୍ଥୀ। ଏଥିପାଇଁ ଗାଁଠୁ ସହର ସବୁଠି ଉତ୍ସବର ମାହୋଲ ଦେଖାଦେଇଛି। ଆକର୍ଷଣୀୟ ମେଢ଼ ସାଙ୍ଗକୁ…

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri