ତଳାମପଦର ଅଞ୍ଚଳରେ କାଳବୈଶାଖୀ ପ୍ରଭାବ: ଉଡ଼ିଗଲା ଆଜବେଷ୍ଟସ୍‌

ଥୁଆମୂଳ ରାମପୁର,୨୩ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ତଳାମପଦର ପଞ୍ଚାୟତର ତଳାମପଦର ଓ ଚୁଲବାଡିରେ କାଳବୈଶାଖିର ପ୍ରଭାବ ଦେଖିବାକୁ ମିଳିଛି। ସୂଚନା ଅନୁସାରେ  ହଠାତ୍‌ ଜୋର୍‌ରେ ପବନ ବହିବା ସହ ବର୍ଷା ହୋଇଥିଲା। ଏଥିରେ କାଳବୈଶାଖିର ପ୍ରଭାବରେ ତଳାମପଦର ଗ୍ରାମର ଘାସିରାମ ମାଝୀ ଓ ଭକ୍ତରାମ ଜାଲଙ୍କ ଘରର ଆଜବେଷ୍ଟସ୍‌ ଉଡିଯାଇ ନଷ୍ଟ ହୋଇଛି। ସେହିପରି ଚୁଲବାଡି ଗ୍ରାମର ସରକାରୀ ବିଦ୍ୟାଳୟ ଆଜବେଷ୍ଟ ଟିଣ ପବନରେ ଅସ୍ତବ୍ୟସ୍ତ ହୋଇ ପଡିଥିବା ବେଳେ ଗ୍ରାମର କମ୍ୟୁନିଟି ଘର ଉପରେ ଏକ ଗଛ ଭାଙ୍ଗି ପଡିଯିବା ଫଳରେ ଘରର ଆଜବେଷ୍ଟସ୍‌ ଭାଙ୍ଗି ନଷ୍ଟ ହୋଇଯାଇଛି। ସିଗନିପଡାକୁ ସଂଯୋଗ କରୁଥିବା ଏକ ବିଦ୍ୟୁତ୍‌ ଖୁଣ୍ଟ ତଳେ ପଡିଯାଇଥିବାରୁ ବିଦ୍ୟୁତ ଯୋଗାଣ ବାଧାପ୍ରାପ୍ତ ହୋଇଛି। ପ୍ରଶାସନ ତୁରନ୍ତ କ୍ଷୟକ୍ଷତି ଆକଳନ କରି ସହାୟତା ଯୋଗାଇବାକୁ କ୍ଷତିଗ୍ରସ୍ତ ପରିବାର ସମେତ ଗ୍ରାମବାସୀ ଦାବି କରିଛନ୍ତି। କ୍ଷତିଗ୍ରସ୍ତ ପରିବାରକୁ ସରକାରୀ ସହାୟତା ପ୍ରଦନ ସହ ଅନ୍ୟାନ୍ୟ କ୍ଷୟକ୍ଷତି ସମ୍ପର୍କରେ ଥୁଆମୂଳ ରାମପୁର ବିଡ଼ିଓଙ୍କୁ ଜଣାଇଥିବା ସରପଞ୍ଚ ପ୍ରକାଶ ମାଝୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜେଲରେ ୨ ବିରୋଧୀ ଗୋଷ୍ଠୀ ମଧ୍ୟରେ ସଂଘର୍ଷ: ୨୫ ମୃତ

କଲମ୍ବୋ,୬ା୭(ପି.ଟି.):ଶ୍ରୀଲଙ୍କାର ପଶ୍ଚିମ ଉପକୂଳ ସହର ନେଗୋମ୍ବୋରସ୍ଥିତ ଏକ ଜେଲରେ ସଂଘର୍ଷ ଘଟି ୨୫ ଜଣଙ୍କ ମୃତ୍ୟୁ ଘଟିଥିବା କର୍ତ୍ତୃପକ୍ଷ ସୋମବାର କହିଛନ୍ତି। ସାମର୍ଥ୍ୟଠାରୁ ଅଧିକ ବନ୍ଦୀ ରହିଥିବା…

ଇନ୍ଦ୍ରାବତୀ ଜଳ ଭଣ୍ଡାରରୁ ମିଳିଲା ୨୭ କେଜିର ଭାକୁର

ଭବାନୀପାଟଣା,୬।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ଇନ୍ଦ୍ରାବତୀ ବତୀ ଜଳ ଭଣ୍ଡାର କେବଳ ଜଳସେଚନ କି ବିଦ୍ୟୁତ ଉତ୍ପାଦନ ପାଇଁ ନୁହେଁ ବରଂ ମାଛ ଉତ୍ପାଦନ ପାଇଁ…

ଯୁବକଙ୍କୁ ଆକ୍ରମଣ ମାମଲା: ଜେଲ୍‌ ଗଲେ ଅଭିଯୁକ୍ତ

ରିଷିଡା,୬।୭(ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ରିଷିଡା ଫାଣ୍ଡି ଅଧୀନ ବଡଡୁଙ୍ଗୁରୀଗୁଡା ଗ୍ରାମରେ ରବିବାର ଅପରାହ୍ନରେ ଘଟିଥିବା ଏକ ମରଣାନ୍ତକ ଆକ୍ରମଣ ଘଟଣାରେ ଜଣେ ଯୁବକଙ୍କୁ ପୋଲିସ…

ନୀରବ ମୋଦିଙ୍କ ଭାରତ ଫେରିବା ପାଇଁ ପଥ ପରିଷ୍କାର: ହାରିଗଲେ ଶେଷ ଆଇନଗତ ଲଢ଼େଇ

ନୂଆଦିଲ୍ଲୀ,୬।୭: ପଳାତକ ଭାରତୀୟ ହୀରା ବ୍ୟବସାୟୀ ନୀରବ ମୋଦିଙ୍କ ଭାରତ ଫେରିବା ପାଇଁ ପଥ ପରିଷ୍କାର ହୋଇଛି। ସେ ୟୁରୋପୀୟ କୋର୍ଟରେ ତାଙ୍କର ଶେଷ ଆଇନଗତ ଲଢ଼େଇ…

ପ୍ରଦୂଷଣ ନିୟନ୍ତ୍ରଣ ଆଇନ ଅବମାନନା: ସିଲ ହେଲା ୩ ହୋଟେଲ, କଲ୍ୟାଣ ମଣ୍ଡପ

ବରଗଡ଼,୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ରହିଥିବା ବିଭିନ୍ନ ହୋଟେଲ, କଲ୍ୟାଣ ମଣ୍ଡପ ଗୁଡ଼ିକ ସହରକୁ ପ୍ରଦୂଷଣ କରୁଥିବା ଅଭିଯୋଗ ହୋଇଛି। ଏପରିକି ସେମାନେ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡର…

ବାହାଘରକୁ ଭଙ୍ଗା ପୋଲ ଅଡ଼ୁଆ: ବହୁଛି ୭ ଫୁଟ ପାଣି

ଭେଡେନ,୬।୭(ହୃଷୀକେଶ ଖମାରୀ): ବରଗଡ଼ ଜିଲାରେ ବର୍ଷା ଥମିବାର ନାଁ ନେଉ ନାହିଁ। ଅଧିକରୁ ଅଧିକ ବର୍ଷା ହେଉଥିବା ଯୋଗୁ ବିଭିନ୍ନ ନଦୀ, ନାଳର ଜଳସ୍ରୋତ ବୃଦ୍ଧି ପାଇଛି।…

ସମୁଦ୍ରଜଳରେ ଲୀନ ହୋଇଯିବ ତାମ୍ପରା ହ୍ରଦ: ଛତ୍ରପୁର ସହରକୁ ଘାରିବ ବିପଦ

ଛତ୍ରପୁର,୬।୭(ଦିଲ୍ଲୀପ ସାମଲ): ବଙ୍ଗୋପସାଗର ଗଞ୍ଜାମ ଜିଲାର ବିଭିନ୍ନ କୂଳକୁ ଅତିକ୍ରମ କରିବା ଘଟଣା ଗଣମାଧ୍ୟମରେ ଚର୍ଚ୍ଚା ଜୋର୍‌ ଧରିଛି। ଆଉ ଅନ୍ୟପଟେ ଛତ୍ରପୁର ପୌରପରିଷଦର ଜୀବନରକ୍ଷା କରୁଥିବା…

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ସୁନାମ: ହଠାତ୍‌ ଘଟିଗଲା…

ଦିଗପହଣ୍ଡି,୬।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡି ଗ୍ରାମର ଶ୍ରୀ ରଘୁନାଥ ମନ୍ଦିର ନିକଟସ୍ଥ ଏକ ପୋଖରୀରେ ବୁଡି ଜଣେ ବୃଦ୍ଧଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri