ଆସୁଛି କାଳବୈଶାଖୀ: ୪ ଦିନ ପ୍ରବଳ ବର୍ଷା, ଏସବୁ ଜିଲାକୁ ସତର୍କ ସୂଚନା ଜାରି

ଭୁବନେଶ୍ୱର,୩ା୫: ଆସନ୍ତା ୬ ତାରିଖ ଯାଏ ରାଜ୍ୟରେ କାଳବୈଶାଖୀ ସମ୍ଭାବନା ରହିଛି। ଏନେଇ ସୂଚନା ଦେଇଛି ଭୁବନେଶ୍ୱରସ୍ଥିତ ପାଣିପାଗ କେନ୍ଦ୍ର। କାଳବୈଶାଖୀ ଅନେକ ଜିଲାରେ ତାଣ୍ଡବ ରଚିବା ନେଇ ସତର୍କ କରାଇଛି ପାଣିପାଗ ବିଭାଗ। ୮ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଥିବାବେଳେ ୨୨ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି।

ଶନିବାର ରାଜ୍ୟର ଅନେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ବାଲେଶ୍ୱର, ଭଦ୍ରକ, ଯାଜପୁର, ଗଜପତି ଏବଂ ଗଞ୍ଜାମର ସ୍ଥାନେ ସ୍ଥାନେ ପ୍ରବଳ ବର୍ଷା ସହ ୫୦-୬୦ କିଲୋମିଟର ବେଗରେ ପବନ ବହିବ। ଏଥିସହିତ କୁଆପଥର ମାଡ଼ ଏବଂ ବଜ୍ରପାତର ସମ୍ଭାବନା ରହିଛି।

ସେହିପରି ରାୟଗଡ଼ା, କୋରାପୁଟ, କନ୍ଧମାଳ, ଅନୁଗୋଳ, ନୟାଗଡ଼ ଓ ଢେଙ୍କାନାଳରେ ଘଡ଼ଘଡ଼ି ବର୍ଷା ସହ ପବନ ବହିବ। କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ପୁରୀ, ଖୋର୍ଦ୍ଧା, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, ନବରଙ୍ଗପୁର ଓ ମାଲକାନଗିରିରେ ଘଡ଼ଘଡ଼ି ବର୍ଷା ସହ ଧୂଳି ଝଡ଼ ହେବାର ସମ୍ଭାବନା ରହିଛି। ରାଜ୍ୟାରେ ୬ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା ପବନର ସମ୍ଭାବନା ରହିଥିବା ପାଣିପାଗ କେନ୍ଦ୍ର କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାଷୀ ପଞ୍ଜୀକରଣ କେନ୍ଦ୍ରରେ ଅଧିକାରୀଙ୍କୁ ତାଲା ପକାଇଲେ ଚାଷୀ

ଝାରବନ୍ଧ,୨୨ା୮(ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଡଭା ପ୍ୟାକ୍ସ ଅନ୍ତର୍ଗତ ବିଳାସପୁର ଧାନ ପଞ୍ଜୀକରଣ କେନ୍ଦ୍ରରେ ତାଲା ପକାଇ ଦେଇଛନ୍ତି ଚାଷୀ। ଚାଷୀଙ୍କ ଦାବି ଅନୁସାରେ…

୨ ଜଣଙ୍କୁ ଧକ୍କାଦେଲା କାର୍‌, ଗୋଡ଼ାଇ ଗୋଡ଼ାଇ ଧରି ପୋଲିସକୁ ଜିମାଦେଲେ ଲୋକେ

ଦାରିଙ୍ଗବାଡ଼ି,୨୨ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବିଦ୍ୟୁତ୍‌ କାର୍ଯ୍ୟାଳୟ ନିକଟରେ ଘଟିଯାଇଛି ଅଭାବନୀୟ ଘଟଣା। ଜଣେ କାର୍‌ ଚାଳକ ନିଶାସକ୍ତ ଅବସ୍ଥାରେ ୨ ଜଣଙ୍କୁ ଧକ୍କା ଦେବା…

ଲକ୍ଷାଧିକ ଟଙ୍କାର ବ୍ରାଉନସୁଗାର ସହ ଗଞ୍ଜେଇ ଜବତ, କିଙ୍ଗ୍‌ପିନ୍‌ଙ୍କୁ ଗିରଫ କରି ପୋଲିସ…

ବାଲିଗୁଡ଼ା,୨୨ା୮(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ପୋଲିସ ପକ୍ଷରୁ ଚାଲିଛି ନିଶାମୁକ୍ତ ସମଗ୍ର କନ୍ଧମାଳ। ଏହି ପରିପ୍ରେକ୍ଷୀରେ ବାଲିଗୁଡ଼ା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ବ୍ରାଉନ ସୁଗାର…

ସ୍ବାମୀଙ୍କ ସହ ବାଇକ୍‌ରେ ଯିବାବେଳେ ଓଢ଼ଣୀ ନେଲା ସ୍ତ୍ରୀଙ୍କ ଜୀବନ

ଝରିଗାଁ,୨୨ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ଏକ ଦୁଃଖଦ ଘଟଣା ଘଟିଛି। ବାଇକ୍‌ ଚକାରେ ଓଢ଼ଣୀ ଫସିଯିବା ଯୋଗୁ ତଳେ ପଡ଼ି ଜଣେ ମହିଳାଙ୍କ…

ଲଭ୍‌-ସେକ୍ସ-ଧୋକା ଅଭିଯୋଗ; ବାରିପଦା ଟାଉନ୍‌ ଥାନାର SI ଅଟକ

ବାରିପଦା,୨୨।୮: ବାରିପଦା ଟାଉନ୍‌ ଥାନାର ଜଣେ ସବ୍‌-ଇନ୍ସପେକ୍ଟରଙ୍କ ବିରୋଧରେ ଜଣେ ମହିଳା ଲଭ୍‌-ସେକ୍ସ-ଧୋକା ଅଭିଯୋଗ ଆଣିଛନ୍ତି। ଅଭିଯୋଗ ପରେ ଟାଉନ୍‌ ଥାନାର SI ପ୍ରଭାତ ନାୟକଙ୍କୁ ପୋଲିସ…

ଗରିମା ଦିବସ: ସଫେଇ କର୍ମୀ ପ୍ରତାପ ଦଳେଇଙ୍କ ପତ୍ନୀଙ୍କୁ ୧୦ ଲକ୍ଷ ଟଙ୍କାର ବୀମା ରାଶି

ଭୁବନେଶ୍ୱର, ୨୨।୮: ସଫେଇ କର୍ମୀଙ୍କ ସୁରକ୍ଷା, ସାମାଜିକ ସୁରକ୍ଷା ଓ ମର୍ଯ୍ୟାଦା ବୃଦ୍ଧି ଲକ୍ଷ୍ୟରେ ଆଜି ଗରିମା ଦିବସ ୨୦୨୬ ପାଳିତ ହୋଇଛି। ଏହି ଅବସରରେ ଲୋକସେବା…

କାମ କରୁଥିବାବେଳେ ଶ୍ରମିକଙ୍କୁ ଶୁଭିଲା ସାପର ଗର୍ଜନ, ପାଖକୁ ଯାଇ ଦେଖିବା ପରେ…

ଦିଗପହଣ୍ଡି,୨୨ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ ୧ ନଂ ଓ୍ବାର୍ଡ ଘୋଡ଼ାହାଡ଼ ଡ଼୍ୟାମ ରାସ୍ତାକଡ଼ରେ ନିର୍ମାଣାଧୀନ ମେଡିକାଲ କୋଠା ପରିସରରୁ ପ୍ରାୟ ୭…

ଗଞ୍ଜାମରେ ୯୦ ଦିନ ପାଇଁ ଧାରା ୩୦ ଲାଗୁ, ଜାଣନ୍ତୁ ଏହା କ’ଣ, କାହିଁକି ହୁଏ…

ଗଞ୍ଜାମ,୨୨ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ପୋଲିସ ଆଇନ ୧୯୬୧ର ଧାରା-୩୦ ଲାଗୁ କରାଯାଇଛି। ୯୦ ଦିନ ପାଇଁ କଟକଣା ଲଗାଇଛି ଗଞ୍ଜାମ ପୋଲିସ। ସଭା, ସମିତି ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri