ମାଡ଼ି ଆସିଲା କାଳବୈଶାଖୀ: କେଇ ମିନିଟରରେ ଛାରଖାର ହୋଇଗଲା ଜନତା ମଇଦାନ

ଭୁବନେଶ୍ବର,୬।୬: ରାଜଧାନୀ ଭୁବନେଶ୍ବରରେ ମାଡ଼ି ଆସିଲା କାଳବୈଶାଖୀ। କେଇ ମିନିଟର ଝଡତୋଫାନ ବର୍ଷାରେ ଛାରଖାର ହୋଇଗଲା ଜନତା ମଇଦାନ।

ଜନତା ମଇଦାନରେ ଅନ୍ତର୍ଜାତୀୟ ଟ୍ରେଡ ଫେୟାର ପାଇଁ ନିର୍ମିତ ଟେଣ୍ଟ ଭାଙ୍ଗି ପଡ଼ି ପଡିଥିବା ବେଳେ ପ୍ରାୟ ୨୫୦ଟି ଷ୍ଟଲ ବର୍ଷା ପବନରେ ମାଟିରେ ମିଶି ଯାଇଛି। ଏନେଇ ଅନ୍ତର୍ଜାତୀୟସ୍ତରରୁ ଆସିଥିବା ବ୍ୟବସାୟୀ କ୍ଷତିଗ୍ରସ୍ତ ହୋଇଥିବା ଅଭିଯୋଗ କରିଛନ୍ତି।

ଏପରିକି ଝଡତୋଫାନ ବର୍ଷାରେ ଲକ୍ଷାଧିକ ଟଙ୍କାର ସାମଗ୍ରୀ ନଷ୍ଟ ହୋଇଯାଇଛି। ଖବର ପାଇ ପ୍ରାୟ ୧୫ ଅଗ୍ନିଶମ ଟିମ୍‌ ଘଟଣା ସ୍ଥଳରେ ପହଞ୍ଚି ଗଛ କାଟି ରାସ୍ତା ସଫା କରୁଛନ୍ତି।

ଆଜି ଭୁବନେଶ୍ବରରେ ଅସହ୍ୟ ଗରମ ଓ ଗୁଳୁଗୁଳି ପରିଲକ୍ଷିତ ହୋଇଥିଲା। ସକାଳ ସାଢେ ୮ଟା ସୁଦ୍ଧା ଭୁବନେଶ୍ବରର ତାପମାତ୍ରା ୩୩ ଡିଗ୍ରୀ ଓ ଆର୍ଦ୍ରତା ୭୭% ଥିଲା । ୪୭ ଡିଗ୍ରୀ ପରି ଅନୁଭୂତ ହେଉଥିଲା ଗରମ। ଠିକ୍‌ ଅପରାହ୍ନରେ ଆକାଶରେ କଳାହାଣ୍ଡିଆ ମେଘ ଦେଖାଯିବା ସହ କାଳବୈଶାଖୀ ପ୍ରଭାବରେ ଝଡତୋଫାନ ବର୍ଷା ଯୋଗୁ ରାଜଧାନୀବାସୀଙ୍କୁ ଗରମ, ଗୁଳୁଗୁଳିରୁ ଆଶ୍ବସ୍ତି ମିଳିଛି। ହେଲେ ଝଡତୋଫାନ ଫଳରେ ବଡ଼ ବଡ଼ ଗଛଭାଙ୍ଗି ପଡିଥିବା ବେଳେ ତେତେକ ସ୍ଥାନରେ ବିଦ୍ୟୁତ୍‌ ତାର ଛିଣ୍ଡି ଥିବା ମଧ୍ୟ ଖବର ଆସିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଲରୁ ଫେରୁଥିଲେ: ରାସ୍ତାରେ ଚାଲିଗଲା ଜୀବନ

ଛତ୍ରପୁର, ୧୨।୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଚମାଖଣ୍ଡି ଥାନା ଅନ୍ତର୍ଗତ ରେଗିଡ଼ି ଛକ ନିକଟରେ ଶୁକ୍ରବାର ଘଟିଥିବା ସଡ଼କ ଦୁର୍ଘଟଣାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ମୃତକ…

ବଡ଼ଭାଇଙ୍କୁ ଲୁହା ପାଇପରେ ହତ୍ୟା: ସାନ ଭାଇ ଗିରଫ

ଭେଡେନ, ୧୨/୯ (ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଥାନା ରୁଷୁଡ଼ା ଫାଣ୍ଡି ଅଧୀନସ୍ଥ ଲୁଇସିରା-ଖଲିଆପାଲି କୁଚିଆ ମଦଭାଟି ନିକଟରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ବଡ଼ଭାଇଙ୍କୁ…

ନନ୍ଦନକାନନରେ ଦେଖାଦେଲେ ୧୪ ପ୍ରଜାତିର ବିଦେଶୀ ପ୍ରାଣୀ

ବାରଙ୍ଗ, ୧୨/୧୦ (ଲିଙ୍ଗରାଜ ରାଉତ): ନନ୍ଦନକାନନ ପ୍ରାଣୀ ଉଦ୍ୟାନକୁ ଶୁକ୍ରବାର ବିଳମ୍ବିତ ରାତିରେ ଗୁଜରାଟର ‘ରାଧା କୃଷ୍ଣ ମନ୍ଦିର ହାତୀ କଲ୍ୟାଣ ଟ୍ରଷ୍ଟ’ (RKTEWT) ପକ୍ଷରୁ ଦାନ…

ମୁଁ ଆତ୍ମହତ୍ୟା କରିଦେବି… ମୋତେ କ୍ଷମା କରିଦିଅ ବାପା: ଭାବପ୍ରବଣ ହୋଇ ଏମିତି କାହିଁକି କହିଲେ ୱୁଶୁ ଖେଳାଳି

ନୂଆଦିଲ୍ଲୀ,୧୨।୯: ଏସୀୟ କ୍ରୀଡ଼ାରେ ଭାରତର ପ୍ରତିନିଧିତ୍ୱ କରିବାର ସ୍ବପ୍ନ ଭାଙ୍ଗିଯିବା ପରେ ଭାରତୀୟ ୱୁଶୁ (Wushu) ଖେଳାଳି ଦିବ୍ୟାଂଶୀ ଚୌଧୁରୀଙ୍କ ଏକ ଅତ୍ୟନ୍ତ ଭାବପ୍ରବଣ ଭିଡିଓ ସାମ୍ନାକୁ…

ଦିଗପହଣ୍ଡି ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ

ଦିଗପହଣ୍ଡି, ୧୨।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସିଦ୍ଧେଶ୍ୱର ଗ୍ରାମ ନିକଟସ୍ଥ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ-୨୦୨୬’ ଅନୁଷ୍ଠିତ ହୋଇଯାଇଛି।…

ରିସର୍ଟରେ ଲାଗିଲା ନିଆଁ: ହଠାତ୍‌ ପ୍ରଚଣ୍ଡ ଶବ୍ଦ ହେବାରୁ….

ଦାରିଙ୍ଗବାଡ଼ି,୧୨।୯(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ କିରିକୁଟି ପଞ୍ଚାୟତ ଅଞ୍ଚଳରେ ଥିବା ଏକ ଘରୋଇ ରିସର୍ଟର ଗୋଟିଏ କଟେଜରେ ଅଗ୍ନିକାଣ୍ଡ ଘଟି ଏହା ସମ୍ପୂର୍ଣ୍ଣ ଜଳିପୋଡ଼ି…

କିଡନୀ ରୋଗୀଙ୍କୁ ମାନବିକତାର ହାତ ବଢ଼ାଇଲେ ବାବୁ ଭାଇ ଫ୍ୟାନ କ୍ଲବ

ଭଞ୍ଜନଗର, ୧୨।୯ (ବାବୁଲା ପ୍ରଧାନ): ମାନବିକତାର ହାତ ବଢ଼ାଇ ଜଣେ ଅସହାୟ କିଡନୀ ରୋଗୀଙ୍କ ଚିକିତ୍ସା ପାଇଁ ଆର୍ଥିକ ସହାୟତା ଯୋଗାଇ ଦିଆଯାଇଛି। ଗଞ୍ଜାମ ଜିଲା ଭଞ୍ଜନଗର…

ଯୁବକଙ୍କୁ ୧୭ଥର ଛୁରି ଭୁସିଲେ ସହଯୋଗୀ: ଆଉ ତା’ପରେ ଘଟିଲା…

ନୂଆଦିଲ୍ଲୀ,୧୨ା୯ :ପୂର୍ବ ଦିଲ୍ଲୀର ମାଣ୍ଡଓ୍ବାଲି ଅଞ୍ଚଳରେ ଜଣେ ୨୨ ବର୍ଷୀୟ ଯୁବକଙ୍କୁ ୧୭ ଥର ଛୁରାମାଡ଼ ହେବାରୁ ତାଙ୍କର ମୃତ୍ୟୁ ଘଟିଥିବା ଶୁକ୍ରବାର ପୋଲିସ କହିଛି। ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?