କାଳବୈଶାଖୀର ତାଣ୍ଡବ: ୨ ବିଦ୍ୟାଳୟର ଛପର ଉଡ଼ିଲା…

ନନ୍ଦପୁର/ପାଡୁଆ,୨୯।୫( ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କାଳବୈଶାଖୀ ପ୍ରଭାବରେ କୋରାପୁଟ ଜିଲା ନନ୍ଦପୁର ବ୍ଲକ ହାତୀବାରୀ ପଞ୍ଚାୟତରେ ଥିବା ବାରି ଆଶ୍ରମପୁଟ ସେବାଶ୍ରମ ବିଦ୍ୟାଳୟ ଓ ନନ୍ଦୀଗୁଡା ପ୍ରାଥମିକ ବିଦ୍ୟାଳୟର ଟିଣ ଆଜବେଷ୍ଟସ ଛପର ଉଡ଼ିଯାଇଛି। ଖରା ଛୁଟି ଯୋଗୁ ୨ ବିଦ୍ୟାଳୟରେ ଛାତ୍ରୀଛାତ୍ର ଓ କର୍ତ୍ତୃପକ୍ଷ ନଥିବାରୁ ସମସ୍ତେ ଏକ ବଡ ଧରଣର ବିପଦରୁ ବର୍ତ୍ତି ଯାଇଛନ୍ତି। ଛୁଟି ପୂର୍ବରୁ ମଙ୍ଗଳ ବିଭାଗ ଓ ଆଇଟିଡିଏ କର୍ତ୍ତୃପକ୍ଷ ବାରି ଆଶ୍ରମପୁଟ ସେବାଶ୍ରମ ବିଦ୍ୟାଳୟ ଓ ଶିକ୍ଷା ବିଭାଗ, ଡିପିଇପି, ପଞ୍ଚାୟତ ଓ ବ୍ଲକ ପ୍ରଶାସନ ନନ୍ଦୀଗୁଡ଼ା ପ୍ରାଥମିକ ବିଦ୍ୟାଳୟ ପରିଦର୍ଶନ କରନ୍ତୁ। କ୍ଷୟକ୍ଷତି ଆକଳନ କରି ତ୍ୱରିତ ଆବଶ୍ୟକ ମରାମତି କରନ୍ତୁ ବୋଲି ସେବାଶ୍ରମ ବିଦ୍ୟାଳୟର ପରିଚାଳନା କମିଟି ସଭାପତି ବିଶ୍ୱନାଥ ଖରା, ଉପସଭାପତି ସେବକ ଖରା, ପୂର୍ବତନ ସରପଞ୍ଚ ସମରାଜ ପାଙ୍ଗି, ରାଜୀବ ଖରା ଓ ନନ୍ଦିଗୁଡ଼ା ପ୍ରାଥମିକ ବିଦ୍ୟାଳୟର ପରିଚାଳନା କମିଟି ସଭାପତି କୁଟୁମ୍ବ ପାଙ୍ଗି, ଉପସଭାପତି ରାଜୀବ ଖରା ଅବିଭାବକ ବିଶ୍ୱନାଥ ହନ୍ତାଳ, କାମେସ ଖରା, କୃଷ୍ଣ ଖରା ପ୍ରମୁଖ ଅନୁରୋଧ କରିଛନ୍ତି।

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଶିକ୍ଷିତ ବେକାରୀ ଯୁବକଙ୍କୁ ନିଯୁକ୍ତି ଦେଉନି କମ୍ପାନୀ, ଆନ୍ଦୋଳନ ପାଇଁ ସଜବାଜ ଯୁବ ଗୋଷ୍ଠୀ

ଗଞ୍ଜାମ,୩୧।୮,(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ଠାରେ ଅବସ୍ଥିତ ଗ୍ରାସୀମ କମ୍ପାନୀ ସ୍ଥାନୀୟ ଅଞ୍ଚଳ ଶିକ୍ଷିତ ବେକାରୀ ଯୁବକଙ୍କୁ ନିଯୁକ୍ତି ଦେଉ ନଥିବା ଅଭିଯୋଗ ହୋଇଛି। ରାଜ୍ୟ…

ଏଇ ଭାରତରେ

ଅଭାବୀ ପରିବାରର ପିଲାମାନେ ଶିକ୍ଷାରୁ ବଞ୍ଚିତ ନ ହେବା ଲାଗି ସୁଯୋଗ ସୃଷ୍ଟି କରିଛନ୍ତି ବେଙ୍ଗାଲୁରୁର ହରେକାଲା ହଜାବ୍ବା। ଏଥିପାଇଁ ତାଙ୍କୁ ଜୀବନରେ ଅନେକ କଷ୍ଟ ସ୍ବୀକାର…

ସବୁକିଛି ବଦଳାଇବା ଠିକ୍‌ କି

ବିକାଶ ଏକ ନିରନ୍ତର ପ୍ରକ୍ରିୟା। ଏହା ସବୁବେଳେ ପୂର୍ବଜଙ୍କ କାନ୍ଧରେ ପାଦ ରଖିଥାଏ। ମୂଳଦୁଆ ଦୁର୍ବଳ ହେଲେ ଆମର ଅସ୍ତିତ୍ୱ ଦୁର୍ବଳ ହୁଏ। ସେହିପରି ପରିବର୍ତ୍ତନ ମଧ୍ୟ…

ସ୍ବାୟତ୍ତ ପାଇଁ ସରି ନାହିଁ ସଂଘର୍ଷ

ବରଗଡ଼,୩୧।୮(ପ୍ରେମାନନ୍ଦ ଖମାରୀ): ନିଜ ହାତରେ ନିଜ ଶାସନ। ନିଜେ ନିଜ ଅଞ୍ଚଳର ବିକାଶ ପାଇଁ ନିଷ୍ପତ୍ତି ନେବା ହିଁ ସ୍ବାୟତ୍ତ ଶାସନ। ସୁସ୍ଥ ଅନୁଶାସନ ବ୍ୟବସ୍ଥା ସହିତ…

ସ୍ବାୟତ୍ତ ଶାସନ ଦିବସ: ସଶକ୍ତ ନଗର ଶାସନ, ସମୃଦ୍ଧ ଓଡ଼ିଶାର ସଂକଳ୍ପ

ସ୍ବାୟତ୍ତ ଶାସନ ଦିବସ ଆମ ଗଣତାନ୍ତ୍ରିକ ବ୍ୟବସ୍ଥାର ସେହି ମୌଳିକ ଆଦର୍ଶକୁ ପୁନର୍ଜୀବିତ କରିବାର ଏକ ମହାର୍ଘ୍ୟ ଅବସର, ଯେଉଁଠି ଶାସନ କ୍ଷମତାର କେନ୍ଦ୍ରବିନ୍ଦୁ ଲୋକସେବା ବନ୍ଦ…

NEET ପରୀକ୍ଷା ଦେବା ପାଇଁ ମଦ୍ୟପାନ କରି ଆସି ସିଟରେ ବସିଗଲେ ପ୍ରାର୍ଥୀ, ହେଲେ କିପରି? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୩୧।୮: ତେଲଙ୍ଗାନାର ରଙ୍ଗା ରେଡ୍ଡି ଜିଲାରେ NEET-PG ପରୀକ୍ଷା ଦେଉଥିବା ପ୍ରାର୍ଥୀ ମହମ୍ମଦ ରିଜୱାନ ମଦ୍ୟପାନ କରି ପରୀକ୍ଷାସ୍ଥଳରେ ପହଞ୍ଚିଥିଲେ। ସେ ସୁରକ୍ଷା ବ୍ୟବସ୍ଥାକୁ ଭେଦ କରି…

ବିଧାୟକଙ୍କ ବଦାନ୍ୟତା: ଦୁଇ ମହିଳାଙ୍କୁ ପ୍ରତିମାସରେ ନିଜ ଆକାଉଣ୍ଟରୁ ପଠାଇବେ ଟଙ୍କା, ଜାଣନ୍ତୁ କେତେ…

ଖଡ଼ିଆଳ,୩୧।୮(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡ଼ିଆଳ ବ୍ଲକ କିରିକିଟା ଗ୍ରାମ ପଞ୍ଚାୟତର ଜଙ୍ଗଲ ପାହାଡ଼ ପରିବେଷ୍ଟିତ ଅପହଞ୍ଚ ଇଲାକା କପରଗଡ଼ରେ ଆଦିବାସୀ କଲ୍ୟାଣ ମହାସଂଘ ତରଫରୁ…

ସ୍ବାବଲମ୍ବୀ ହୋଇ ଅନ୍ୟକୁ ରୋଜଗାରର ପଥ ଦେଖାଇଛନ୍ତି ମହିଳା, କଦଳୀ ଚାଷ କରିି ବବି ଲକ୍ଷପତି

ନୂଆପଡା,୩୧।୮ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ସୁନାବେଡା ଅଭୟାରଣ୍ୟର ପାଦଦେଶରେ ଥିବା ବିଶିବାହାଲ ଗାଁ ମାଟି ଲେଖୁଛି ସଫଳତାର ନୂଆ କାହାଣୀ। ବିଶିବାହାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri