କାଳବୈଶାଖୀର ତାଣ୍ଡବ: କେଉଁଠି ଘର ଭାଙ୍ଗିଲା ତ ଆଉ କେଉଁଠି…

ମୋହନା,୨୯ା୪(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଅଞ୍ଚଳରେ ବୁଧବାର ସନ୍ଧ୍ୟାରେ ବିଭିନ୍ନ ଅଞ୍ଚଳରେ ପବନ ଘଡ଼ଘଡ଼ି ସହ କୁଆପଥର ଏବଂ ପ୍ରବଳ ବର୍ଷା ହୋଇଛି। ଫଳରେ ଲୋକେ ତାତିରୁ ସାମାନ୍ୟ ଆଶ୍ୱସ୍ତି ଅନୁଭବ କରିଛନ୍ତି।

ଗଜପତି ଜିଲା ମୋହନା ସମେତ ଅଡ଼ବା, ପାଣିଗଣ୍ଡା, କଟାମା ସହ ବିଭିନ୍ନ ଅଞ୍ଚଳରେ ସନ୍ଧ୍ୟାରେ ପବନ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହୋଇଥିବା ବେଳେ ମୋହନା ବ୍ଲକର ବିଭିନ୍ନ ଅଞ୍ଚଳରେ କୁଆପଥର ବର୍ଷା ହୋଇଛି। ପ୍ରାୟ ଦେଢ଼ ଘଣ୍ଟା କାଳ ପ୍ରବଳ ବର୍ଷା ଅଞ୍ଚଳରେ ହୋଇଥିଲା। ଯାହା ଫଳରେ ଲିଲିଗଡ଼ ଗ୍ରାମ ପଞ୍ଚାୟତ କାମିଳିଗୁଡା ଗାଁର ତିଳୋତ୍ତମା ରଇତ (୫୨)ଙ୍କ ଘର ଭାଙ୍ଗିବା ସହ ଗାଁର ଲକି ମଳିକ ( ୧୪ )ଙ୍କ ଉପରେ ସେହି ଘରର ଏକ କାନ୍ଥ ପଡ଼ିଯାଇଥିଲା। ଯାହା ଫଳରେ ଗ୍ରାମବାସୀ ଉଦ୍ଧାର କରି ତାଙ୍କୁ ମୋହନା ମେଡିକାଲରେ ଭର୍ତ୍ତି କରି ଚିକିତ୍ସା କରାଉଛନ୍ତି । ଅନ୍ୟପଟେ କେସେରା ଗ୍ରାମ ମୁଖ୍ୟ ରାସ୍ତାରେ ଏକ ବିରାଟକାୟ ଗଛ ପଡ଼ି ମୋହନାଠାରୁ ଗଞ୍ଜାମ ଜିଲା ବଡ଼ଗଡ଼କୁ ସଂଯୋଗ କରୁଥିବା ରାସ୍ତା ଅବରୋଧ ହୋଇଥିଲା। ଖବରପାଇ ମୋହନା ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି କଟର ମେଶନି ମାଧ୍ୟମରେ ରାସ୍ତାରୁ ଗଛକୁ ହଟାଇଥିଲେ।

ଗତ କିଛି ଦିନଧରି ଗ୍ରୀଷ୍ମ ପ୍ରବାହ ଯୋଗୁ ଲୋକେ ଘରୁ ବାହାରିବା ମୁସ୍କିଲ ହୋଇ ପଡ଼ିଥିବାବେଳେ ଗତ କାଲି ଓ ଆଜି ସନ୍ଧ୍ୟାରେ ମୋହନାର ବିଭିନ୍ନ ଅଞ୍ଚଳରେ ବର୍ଷା ଯୋଗୁ ପାଗର ପରିବର୍ତ୍ତନ ହେବା ସହ ଲୋକେ ତାତିରୁ ଆଶ୍ୱସ୍ତି ଅନୁଭବ କରିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବଚସାରୁ ଗୋଡ଼ାଇ ଗୋଡ଼ାଇ କରିଥିଲେ ଆକ୍ରମଣ, ଜାମିନ ଖାରଜ ହେବାରୁ ଜେଲ ଗଲେ…

ଦିଗପହଣ୍ଡି, ୧।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପ୍ରତାପଗିରି ଗ୍ରାମର ସୁନୀଲ ଗୌଡ଼ଙ୍କୁ ହତ୍ୟା ଉଦ୍ୟମ କରିଥିବା ଅଭିଯୋଗରେ ପାଟପୁର ପୋଲିସ ଶନିବାର ଅଭିଯୁକ୍ତ…

ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଇତିହାସରେ ରଚିଲେ ପାରା ଆଥଲେଟ୍‌

ଗ୍ଲାସଗୋ,୧ା୮: ଭାରତୀୟ ପାରା ଆଥଲେଟ୍‌ମାନେ ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ସେମାନଙ୍କ ଶ୍ରେଷ୍ଠ ପ୍ରଦର୍ଶନ କରିଛନ୍ତି। ୨୮ ଜଣିଆ ଭାରତୀୟ ପାରା ସ୍ପୋଟର୍‌ସ ଦଳ ୭ ପଦକ ଜିତିଛି,…

କେଜ୍‌ରିଓ୍ବାଲଙ୍କ ବଡ଼ ଘୋଷଣା, ୪ରେ ବାହାରିବେ ପଦଯାତ୍ରା

ନୂଆଦିଲ୍ଲୀ,୧ା୮: ଖାଣ୍ଟି ପେଟ୍ରୋଲ ଏବଂ ଇ୨୦ (୨୦% ଇଥାନଲ ମିଶ୍ରିତ ପେଟ୍ରୋଲ) ମଧ୍ୟରୁ ଗ୍ରାହକ ଗୋଟିଏକୁ ବାଛିବା ନିମନ୍ତେ ପେଟ୍ରୋଲ ପମ୍ପଗୁଡ଼ିକରେ ସରକାର ବିକଳ୍ପ ବ୍ୟବସ୍ଥା ରଖିବାକୁ…

ଘାସ, ଲତାରେ ଲୁଚିଗଲାଣି ୨ ମହଲା ପାଠାଗାର

ବଉଳା,୧ା୮(ଦୁର୍ଗାପ୍ରସାଦ ଆୟଚ): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ହାଟଡ଼ିହୀ ପଞ୍ଚାୟତ ମଠଡାହିଠାରେ ନିର୍ମିତ ବ୍ଲକ୍‌ସ୍ତରୀୟ ପାଠାଗାର ଜରାଜୀର୍ଣ୍ଣ ଅବସ୍ଥାରେ ରହିଛି। ରକ୍ଷଣାବେକ୍ଷଣ ଅଭାବରୁ ଘାସ, ଲତାରେ ୨…

ଆନନ୍ଦପୁର ରିଙ୍ଗ୍ ବନ୍ଧ ଘାଇ ହୋଇ ବନ୍ୟା ବିପର୍ଯ୍ୟୟ: ସରକାର-ଜଳସମ୍ପଦ ବିଭାଗ ଉପରେ ବର୍ଷିଲେ ଜୟଦେବ ଜେନା

ଆନନ୍ଦପୁର, ୧।୮(ପ୍ରଦୋଷ କୁମାର ବିଶ୍ୱାଳ ): ଆନନ୍ଦପୁର ରିଙ୍ଗ୍ ବନ୍ଧରେ ଘାଇ ସୃଷ୍ଟି ହୋଇ ବନ୍ୟା ବିପର୍ଯ୍ୟୟ ଘଟିବା ପରେ ଶନିବାର ଆନନ୍ଦପୁରରେ କଂଗ୍ରେସ ପକ୍ଷରୁ ଏକ…

ଆର୍ଯ୍ୟପଲ୍ଲୀରେ ପୁଣି କୂଳ ଲଙ୍ଘିଲା ସମୁଦ୍ର: ଲୀନ ହେଲା ଗ୍ରାମ ରାସ୍ତା-ମନ୍ଦିର, ସ୍ଥାୟୀ ପ୍ରତିକାର ଦାବିରେ…

ଛତ୍ରପୁର, ୧।୮ (ଦିଲ୍ଲୀପ ସାମଲ / ଦ୍ଵାରିକା ପଟ୍ଟନାୟକ): ଗଞ୍ଜାମ ଜିଲାରେ ଦିନକୁ ଦିନ ସମୁଦ୍ର କୂଳ କ୍ଷୟ ପରିସ୍ଥିତିକୁ ନେଇ ଚିନ୍ତା ବଢ଼ିବାରେ ଲାଗିଥିବାବେଳେ ସ୍ଥାନୀୟ…

୭ ବର୍ଷର ଛାତ୍ରୀଙ୍କୁ ବଳାତ୍କାର, ଶିକ୍ଷକଙ୍କୁ ମିଳିଲା ଏହି ଦଣ୍ଡ, ଜାଣନ୍ତୁ…

କେନ୍ଦୁଝର,୧।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ଜଣେ ୭ ବର୍ଷୀୟା ଛାତ୍ରୀଙ୍କୁ ବଳାତ୍କାର ମାମଲାରେ କୋଚିଂ ସେଣ୍ଟରର ଜଣେ ଶିକ୍ଷକଙ୍କୁ କଠୋର ଦଣ୍ଡାଦେଶ ଦେଇଛନ୍ତି ପୋସ୍କୋ ଅଦାଲତ । ଅତିରିକ୍ତ…

ବୈତରଣୀ ନଦୀର ବନ୍ୟା ଜଳରେ ହାତୀପଲଙ୍କ ଜଳକ୍ରୀଡ଼ା: ଦେଖିବା ପାଇଁ ଲୋକଙ୍କ ପ୍ରବଳ ଭିଡ଼

ପାଟଣା,୧।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ କିଆପଡା ନିକଟସ୍ଥ ବୈତରଣୀ ନଦୀର ବନ୍ୟା ଜଳରେ ହାତୀପଲଙ୍କ ଜଳକ୍ରୀଡ଼ାର ଏକ ମନୋରମ ଓ ରୋମାଞ୍ଚକର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri