କାଳବୈଶାଖୀର ତାଣ୍ଡବ: ଗଛ ପଡ଼ି ଭାଙ୍ଗିଲା ଘର

ଲାଞ୍ଜିଗଡ଼,୨୦ା୪(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ବିଭିନ୍ନ ଅଞ୍ଚଳରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି। ଏହାର ପ୍ରଭାବରେ ଗଛ ପଡି ଦୁଇଟି ଘର ସମ୍ପୂର୍ଣ୍ଣ ଭାଙ୍ଗି ଯାଇଥିବାବେଳେ ୨ ପରିବାର ଅଳ୍ପକେ ବର୍ତ୍ତିଯାଇଛନ୍ତି। ହଠାତ୍‌ ଘଡ଼ଘଡ଼ି ସହ ତୁହାକୁ ତୁହା ବର୍ଷା ପବନ ଆରମ୍ଭ ହୋଇଯାଇଥିଲା। ଏହି ସମୟରେ ବିଜେପୁର ପଞ୍ଚାୟତ ଅନ୍ତର୍ଗତ ବାତେରପଡ଼ା ଗାଁର ଜଗନ୍ନାଥ ନାଏକ ଓ ହେମ ହରିଜନଙ୍କ ଘର ଉପରେ ଏକ ବିରାଟ ବରଗଛ ଉପୁଡି ପଡିଥିଲା। ଗଛ ଉପୁଡିବାର ମାତ୍ର କେଇ ମୁହୂର୍ତ୍ତ ମଧ୍ୟରେ ଦୁଇ ପରିବାରର ୬ଜଣ ସଦସ୍ୟ ବାହାରକୁ ବାହାରିଯାଇ ବର୍ତ୍ତି ଯାଇଥିଲେ। ଏଥିରେ ସେମାନଙ୍କ ଘର ଦୁଇଟି ସମ୍ପୂର୍ଣ୍ଣ ଭାଙ୍ଗି ନଷ୍ଟ ହୋଇଯାଇଛି। ବର୍ତ୍ତମାନ ଏହି ଦୁଇ ପରିବାର ବାସହୀନ ହୋଇପଡିଛନ୍ତି।

ଗରିବ ଶ୍ରେଣୀର ହୋଇଥିବାରୁ ଘର ସଜାଡିବା ସେମାନଙ୍କ ପାଇଁ ମୁସ୍କିଲ ହୋଇପଡ଼ିଛି। ତୁରନ୍ତ ଉଜୁଡି ଯାଇଥିବା ଘରର କ୍ଷୟକ୍ଷତି ଆକଳନ କରିବା ସହିତ ହିତାଧିକାରୀଙ୍କୁ ପଲିଥିନ ସହ ଅନ୍ୟାନ୍ୟ ସରକାରୀ ସହାୟତା ପ୍ରଦାନ କରିବାକୁ ପରିବାର ଲୋକେ ପ୍ରଶାସନକୁ ଗୁହାରି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହଙ୍ଗା ପଡିଲା ମୋଡିଫାଏଡ୍ ସାଇଲେନ୍ସର ଲଗାଇବା: ୧୧ଟି ବୁଲେଟ୍ ଜବତ, ଲକ୍ଷାଧିକ ଟଙ୍କା ଫାଇନ୍ କାଟିଲା…

ଭବାନୀପାଟଣା,୪।୬(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣା ସହରର ବିଭିନ୍ନ ସ୍ଥାନରେ ଗୁରୁବାର ସ୍ଥାନୀୟ ପୋଲିସ ପକ୍ଷରୁ ମୋଟର ଯାନ ଯାଞ୍ଚ କରାଯାଇଥିଲା। ଏହି ସମୟରେ ୧୧ ଜଣ…

ଆଫଗାନିସ୍ତାନ ସିରିଜ୍‌ରୁ ବାଦ୍‌ପଡ଼ିଲେ କୋହଲି

ନୂଆଦିଲ୍ଲୀ, ୪ା୬: ବ୍ୟାଟିଂ ସୁପରଷ୍ଟାର ବିରାଟ କୋହଲି ହାମଷ୍ଟ୍ରିଙ୍ଗ ଇଞ୍ଜୁରୀ କାରଣରୁ ଆଗାମୀ ଆଫଗାନିସ୍ତାନ ବିପକ୍ଷ ଦିନିକିଆ ସିରିଜ୍‌ରୁ ବାଦ୍‌ ପଡ଼ିଛନ୍ତି। ସେହିପରି ପୂର୍ବତନ ଅଧିନାୟକ ରୋହିତ…

ସ୍ବାମୀ କାଠ ମିସ୍ତ୍ରୀ, ସ୍ତ୍ରୀ ହେଲେ OAS; ସଫଳତା ପରେ କହିଲେ- ‘ଗରିବଙ୍କ ସେବା କରିବି’

କେସିଙ୍ଗା,୪।୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ଜଣେ କାଠ ମିସ୍ତ୍ରୀଙ୍କ ପତ୍ନୀ ଓଡ଼ିଶା ପ୍ରଶାସନିକ ସେବା (ଓଏଏସ୍‌) ପରୀକ୍ଷାରେ କୃତକାର୍ଯ୍ୟ ହୋଇ ସଫଳତାର ଶୀର୍ଷକୁ ଛୁଇଁଛନ୍ତି।…

ଇରାନ ପ୍ରତି ପାକିସ୍ତାନର ବିଶ୍ୱାସଘାତକତା: ଆମେରିକାକୁ ଗୁପ୍ତ ସୂଚନା ଦେଇଥିଲେ ଇସାକ ଦାର? ବିବୃତ୍ତି ଜାରି କଲେ ଶାହବାଜ ସରକାର

ଇସଲାମାବାଦ,୪।୬: ମଧ୍ୟପ୍ରାଚ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ପୁଣି ଥରେ ଯୁଦ୍ଧ ଫେରିବା ପରି ପରିସ୍ଥିତି ସୃଷ୍ଟି ହେଉଥିବା ପରି ମନେ ହେଉଛି। ପାକିସ୍ତାନ ଦୁଇ ରାଷ୍ଟ୍ର…

କମ୍ପ୍ଲେକ୍ସ ଭିତରକୁ ପଶିଗଲା ଟ୍ରକ, ଆଉ ତା’ପରେ…

କୋରାପୁଟ,୪।୬(ଅମିତାଭ ବେହେରା): କୋରାପୁଟ ସହର ଦେଇ ଯାଇଥିବା ୨୬ ନମ୍ବର ଜାତୀୟ ରାଜପଥର ଆରଟିଓ ଅଫିସ ନିକଟରେ ଗୁରୁବାର ଏକ ଦୁର୍ଘଟଣା ଘଟିଛି। ଦୁର୍ଘଟଣା ସୌଭାଗ୍ୟବଶତଃ ଟ୍ରକ…

ରାଜ୍ୟ ସଭା ନିର୍ବାଚନ ପାଇଁ ୧୧ ପ୍ରାର୍ଥୀଙ୍କ ନାମ ଘୋଷଣା କଲା ଭାଜପା, ଜାଣନ୍ତୁ କାହାକୁ ମିଳିଲା ସୁଯୋଗ

ନୂଆଦିଲ୍ଲୀ,୪।୬: ଭାଜପା ରାଜ୍ୟ ସଭା ପାଇଁ ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ଦଳ ଅରୁଣାଚଳ ପ୍ରଦେଶରୁ ତାଇ ତାଗକଙ୍କୁ ପ୍ରାର୍ଥୀ କରିଛି। ଗୁଜୁରାଟରୁ, ରାଜୁଭାଇ ଶୁକ୍ଳା, ମୁକେଶଭାଇ…

ରାଜ୍ୟ ସଭା ପ୍ରାର୍ଥୀ ହେବା ପରେ ଆସିଲା ଦେବାଶିଷଙ୍କ ପ୍ରଥମ ପ୍ରତିକ୍ରିୟା, ଖୋଲି କହିଦେଲେ….

ଭୁବନେଶ୍ୱର,୪।୬: ଓଡ଼ିଶା ପାଇଁ ହେବାକୁ ଥିବା ରାଜ୍ୟ ସଭା ଉପନିର୍ବାଚନ ପାଇଁ ଭାଜପା ପ୍ରାର୍ଥୀ ଘୋଷଣା କରିଛି । ଦେବାଶିଷ ସାମନ୍ତରାୟଙ୍କୁ ଟିକେଟ ଦେଇଛି ଭାଜପା ।…

ଟିମ ଇଣ୍ଡିଆକୁ ମିଳିବ ନୂଆ ବସ୍‌, ଶ୍ରେୟସ ଆୟାର ହେବେ ଅଧିନାୟକ! IPLରେ ରହିଛନ୍ତି ସୁପରହିଟ

ନୂଆଦିଲ୍ଲୀ,୪।୬: ଟି-୨୦ କ୍ରିକେଟରେ ଟିମ ଇଣ୍ଡିଆକୁ ନୂଆ ବସ୍‌ ମିଳିବାକୁ ଯାଉଛି। ଜୁନ ୨୬ରୁ ଆରମ୍ଭ ହେଉଥିବା ଆୟରଲାଣ୍ଡ ବିପକ୍ଷରେ ଏବଂ ଜୁଲାଇ ୧ରୁ ଆରମ୍ଭ ହେଉଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri