ଦିଗପହଣ୍ଡିରେ କାଳବୈଶାଖୀର ଭୀମ ତାଣ୍ଡବ: ଉପୁଡ଼ି ପଡ଼ିଲା ବଡ଼ ବଡ଼ ଗଛ, ଉଡ଼ିଲା ଟିଣ ଛପର

ଦିଗପହଣ୍ଡି,୧୬ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଗ୍ରାମାଞ୍ଚଳ ମାନଙ୍କରେ ଶୁକ୍ରବାର ଅପରାହ୍ନରେ କାଳବୈଶାଖୀ ତାଣ୍ଡବ ରଚିଛି। ଏହାର ପ୍ରଭାବରେ ବିଭିନ୍ନ ସ୍ଥାନରେ ବିରାଟ ଗଛ, ବିଦ୍ୟୁତ ଖୁଣ୍ଟ ଉପୁଡ଼ି ପଡ଼ିବା ସହ କିଛି ଲୋକଙ୍କ ଘରର ଟିଣ ଓ ଚାଳ ଛପର ଉଡ଼ିଯାଇଛି। ଏନ୍‌ଏସି ୫ ନଂ ୱାର୍ଡ ଫୁଲସୁନ୍ଦରୀ ସାହିରେ ରହୁଥିବା ନରସିଂହ ବେହେରାଙ୍କ ଘରର ଟିଣ ଛପର ସମ୍ପୂର୍ଣ୍ଣ ରୂପେ ଉଡ଼ି ଯାଇଥିଲା। ଏଥିସହ କେନ୍ଦ୍ରୀୟ ବିଦ୍ୟାଳୟ ନିକଟରେ ଏକ ବିଦ୍ୟୁତ ଖୁଣ୍ଟ ଓ ମତ୍ସ୍ୟ ସମ୍ପଦ କାର୍ଯ୍ୟାଳୟ ପରିସରରେ ଥିବା ବଡ଼ ବଡ଼ ଗଛ ଉପୁଡ଼ି ପଡିଥିଲା। ଦିଗପହଣ୍ଡି ସହର ଓ ଆଖପାଖ ଗ୍ରାମାଞ୍ଚଳରେ ପ୍ରାୟ ୫ ଘଣ୍ଟା ବିଦ୍ୟୁତ ସରବରାହ ବନ୍ଦ ରହିଥିଲା। ତହସିଲଦାର ସନ୍ତୋଷ ସାହୁ ଏବଂ ଏନଏସି ଅଧ୍ୟକ୍ଷ ପ୍ରଫୁଲ ପଣ୍ଡା କ୍ଷତିଗ୍ରସ୍ତ ନରସିଂହଙ୍କ ପରିବାରକୁ ଭେଟି ୩ଟି ପଲିଥିନ ଦେବା ସହ ଖୁବଶୀଘ୍ର ସରକାରୀ ସହାୟତା ପ୍ରଦାନ କରାଯିବ ବୋଲି ପ୍ରତିଶ୍ରୁତି ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶୀତ ମହୋତ୍ସବରେ ଯୋଗଦେବେ ନବରଙ୍ଗପୁର ବିଧାୟକ ଗୌରୀ ଶଙ୍କର: ଭାଜପା କର୍ମକର୍ତ୍ତଙ୍କୁ ଭେଟି …

ଦାରିଙ୍ଗବାଡି,୨୭।୧୨(ଅରୁଣ ସାହୁ ): ଦାରିଙ୍ଗବାଡିରେ ଆସନ୍ତା ଜାନୁଆରୀ ୮ରୁ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ଅନୁଷ୍ଠିତ ହେବାକୁ ଯାଉଛି। ଗତ ୨୦୧୫ରୁ ପ୍ରଥମଥର ପାଇଁ ତାଜ୍ୟ ସ୍ତରୀୟ...

ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା: ଭଞ୍ଜନଗର ଆଇଆରବି ବାଟାଲିୟନ ରନର୍ସ ଅପ୍‌

ଭଞ୍ଜନଗର, ୨ ୮।୧୨(ବାବୁଲା ପ୍ରଧାନ): ସ୍ପେଶାଲ ଅପରେଶନ ଗ୍ରୁପ (ଏସଓଜି) ଚନ୍ଦକା ଠାରେ ୮ମ ରାଜ୍ୟ ପୋଲିସ ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା ଉଦ୍‌ଯାପିତ ହୋଇଯାଇଛି...

ମ୍ଭାରୀଗୁଡା ରାସ୍ତାପଟେ ବୃଦ୍ଧା ଯାଉଥିବା ବେଳେ ହଠାତ୍‌ ଆସିଲା ଭାଲୁ : ପରେ…

ନୂଆପଡ଼ା/ସିନାପାଲି,୨୮ା୧୨ (ମକାରୁ ବେମାଲ/ମନଫୁଲ ମେହେର): ନୂଆପଡ଼ା ଜିଲା ସିନାପାଲି ଥାନା ଗଣ୍ଡାବାହାଲି ଗାଁରେ ଶୁକ୍ରବାର ଭାଲୁ ଆକ୍ରମଣରେ ଜଣେ ବୃଦ୍ଧାଙ୍କ ମୁତ୍ୟୁ ଘଟିଛି। ସେ ହେଲେ...

ସର୍ୱୋତ୍ତମ ପ୍ରତିନିଧିତ୍ୱ ବ୍ୟବସ୍ଥା

କ୍ଷତା, ଯୋଗ୍ୟତା ଓ ଲୋକପ୍ରିୟତା ନିର୍ୱିଶେଷରେ ହାତୀ ସୁନାକଳସ ଢାଳିଲା ପରି ଆମ ଲୋକପ୍ରତିନିଧିମାନେ ସଦନକୁ ନିର୍ୱାଚିତ ହୋଇଯାଉଛନ୍ତି। ନିର୍ୱାଚନର ନୀତି ନିୟମ ଅନୁଯାୟୀ ଜଣେ...

ସଙ୍କଟରେ ପକ୍ଷୀକୁଳ

ବତ୍ତର୍ର୍ନର ସ୍ତରକୁ ଲକ୍ଷ୍ୟ କଲେ ଜଣାଯାଏ ମଣିଷ ଆଗମନର ଢେର ଆଗରୁ ସୃଷ୍ଟି ହୋଇଥିଲେ ଉଦ୍ଭିଦମାନେ ଆଉ କ୍ରମେ ଉଦ୍ଭବ ହୋଇଥିଲେ ବିବିଧ ପ୍ରାଣୀ। ମଣିଷ...

ଉଦ୍ଦେଶ୍ୟ ଓ ଉଦାସୀନତା

ଭାରତୀୟ ଜନତା ପାର୍ଟି (ଭାଜପା) ଏହାର ବିଚାରଧାରାକୁ କାର୍ଯ୍ୟକାରୀ କରିବା ପାଇଁ ଦୃଢ଼ ସଂକଳ୍ପ ନେଇଛି ଏବଂ ଏହା ତାହାର ମୂଳ ଉଦ୍ଦେଶ୍ୟ। ଦଳ କ୍ଷମତାରେ...

କାଠଗଡ଼ାକୁ ଯିବେ ରହମାନ୍‌ ଡକୈତ

ମୁମ୍ୱାଇ,୨୮ା୧୨: ‘ଧୁରନ୍ଧର’ ଫିଲ୍ମର ସୁପରହିଟ୍‌ ସଫଳତା ପରେ ଅଭିନେତା ଅକ୍ଷୟ ଖାନ୍ନାଙ୍କ ଡିମାଣ୍ଡ ରାତାରାତି ବଢ଼ିଯାଇଛି। ସେ ନିଜ ସାଲାରି ୩ ଗୁଣା ବଢ଼ାଇଦେଇଛନ୍ତି। ଏପରି...

ପୁରୀ, ଭୁବନେଶ୍ୱରରେ ରେଳ ଚଳାଚଳ ଦୁଇଗୁଣା ବଢ଼ିବ

ଭୁବନେଶ୍ୱର,୨୮ା୧୨(ଅନୁରାଧା ମହାରଣା): ଆସନ୍ତା ୫ ବର୍ଷରେ ଅର୍ଥାତ୍‌ ୨୦୩୦ ସୁଦ୍ଧା ଭୁବନେଶ୍ୱର, ପୁରୀ ଏବଂ ବିଶାଖାପାଟଣାରେ ରେଳ ଚଳାଚଳ କ୍ଷମତା ଦ୍ୱିଗୁଣା କରାଯିବ। ଏଥିପାଇଁ ପ୍ରମୁଖ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri