ଜଙ୍ଗଲରେ ବଣଭୋଜି ବେଳେ କାଳବୈଶାଖୀର କୋପ: ଗଛ ଡାଳ ପଡ଼ି ଆଖି ବୁଜିଲେ ମହିଳା, ସ୍ତବ୍ଧ ପରିବାର

କୋରାପୁଟ,୧୦।୬ (ଅମିତାଭ ବେହେରା): କୋରାପୁଟରେ ବଣଭୋଜି ବେଳେ ଏକ ଦୁଃଖଦ ଅଘଟଣ ଘଟିଛି। କାଳବୈଶାଖୀ ପ୍ରଭାବରେ ପ୍ରବଳ ପବନ ବହିବା ସମୟରେ ଗଛର ଏକ ବଡ଼ ଡାଳ ଭାଙ୍ଗି ପଡ଼ିବାରୁ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ କୋରାପୁଟ ମୁନିସିପାଲିଟିର ପିଏଚଡ଼ି କଲୋନୀର ବାସିନ୍ଦା ସୁଶାନ୍ତ ସାହୁଙ୍କ ସହଧର୍ମିଣୀ କନିକା ସାହୁ (୩୫)।

ସୂଚନା ଅନୁସାରେ, କୋରାପୁଟ ମୁନିସିପାଲିଟିର ପିଏଚଡ଼ି କଲୋନୀର ସୁଶାନ୍ତ କୁମାର ସାହୁଙ୍କ ପରିବାର ବୁଧବାର ଅପରାହ୍ନରେ ଦୟାନିଧିଗୁଡ଼ା ନିକଟସ୍ଥ ଜଙ୍ଗଲକୁ ବଣଭୋଜି ପାଇଁ ଯାଇଥିଲେ। ରୋଷେଇ କାମ ଶେଷ ହେବା ପରେ ସମସ୍ତେ ଖାଦ୍ୟ ଗ୍ରହଣ ପାଇଁ ପ୍ରସ୍ତୁତି ଚଳାଇଥିବା ବେଳେ ହଠାତ୍ କାଳବୈଶାଖୀ ପ୍ରଭାବରେ ପ୍ରବଳ ପବନ ବହିଥିଲା। ଏହି ସମୟରେ ଏକ ବିରାଟ ଗଛ ଡାଳ ଭାଙ୍ଗି ଅନିକାଙ୍କ ଉପରେ ପଡ଼ିଥିଲା। ଫଳରେ ସେ ଗୁରୁତର ଆହତ ହୋଇ ଘଟଣାସ୍ଥଳରେ ଅଚେତ ହୋଇପଡ଼ିଥିଲେ। ପରିବାର ଲୋକେ ତାଙ୍କୁ ତୁରନ୍ତ କୋରାପୁଟ ଜିଲ୍ଲା ସହିଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ଓ ହସ୍ପିଟାଲକୁ ନେଇଥିଲେ। ମାତ୍ର ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ବର୍ତ୍ତମାନ ମୃତଦେହ କୋରାପୁଟ ମୃତଦେହ ବ୍ୟବଚ୍ଛେଦ ଗୃହରେ ରଖାଯାଇଥିବା ବେଳେ ଗୁରୁବାର ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯିବ ବୋଲି ଜଣାପଡ଼ିଛି। ଏହି ଅକାଳ ବିୟୋଗ ପରେ ପରିବାର ଓ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଆଲୁମିନି କନେକ୍ଟ କ୍ୟାମ୍ପେନ ଉଦ୍‌ଘାଟିତ: ପୁରାତନ ଛାତ୍ରୀଙ୍କୁ ଦୃଢ଼ ନେଟୱର୍କରେ ଯୋଡ଼ିବା ଲକ୍ଷ୍ୟ

ଭଞ୍ଜନଗର,୧୧।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାବିତ୍ରୀ ମହିଳା ମହାବିଦ୍ୟାଳୟରେ ରାଜ୍ୟ ସରକାରଙ୍କ ଉଚ୍ଚଶିକ୍ଷା ନିର୍ଦ୍ଦେଶକ୍ରମେ ‘ଆମ ଗୌରବ ଆମ କଲେଜ ପରିଚାଳନା ସଂଗଠନ’ ଆନୁକୂଲ୍ୟରେ ଆଲୁମିନି…

ମହେନ୍ଦ୍ରତନୟା ଗାଧୋଇବାକୁ ଯାଇଥିଲେ ଦୁର୍ଗା: ହଠାତ୍‌ ଘଟିଲା…

ପାରଳାଖେମୁଣ୍ଡି,୧୨।୯(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଅମରା ନିକଟ ମହେନ୍ଦ୍ରତନୟା ନଦୀରେ ଗାଧୋଇବାବେଳେ ଜଣେ ବୃଦ୍ଧ ଭାସିଯାଇ ନିଖୋଜ ହୋଇଛନ୍ତି। ସେ ହେଲେ ଦୁର୍ଗା ପ୍ରସାଦ ପାଣିଗ୍ରାହୀ…

ରୋଗ ଯନ୍ତ୍ରଣାଠୁ ବଳିଯାଉଛି ଧାଡ଼ି ଯନ୍ତ୍ରଣା: ଡାକ୍ତରଖାନାରେ ବିକଳ ଚିତ୍ର

ପଦ୍ମପୁର,୧୨ା୯(ପ୍ରଦୀପ୍ତ ଦାଶ):କିଏ କାଖେଇ ଧରିଛି, କିଏ ଆଣ୍ଠେଇ ପଡ଼ିଛି, ଆଉ କିଏ ଯନ୍ତ୍ରଣାରେ ଭୂଇଁରେ ଲୋଟୁଛି। ବୃଦ୍ଧାବୃଦ୍ଧମାନେ ବାଡ଼ି ସାହାଯ୍ୟରେ ଘଣ୍ଟା ଘଣ୍ଟା ଧରି ଡାକ୍ତରଙ୍କୁ ଅପେକ୍ଷା…

ମହିଳାଙ୍କୁ ସ୍ବାବଲମ୍ବୀ ହେବାର ବାଟ ଦେଖାଇଛି ଖଲିଦନା: ଜଣେ ମହିଳା ମାସକୁ ରୋଜଗାର କରୁଛନ୍ତି…

ନୂଆପଡ଼ା,୧୨ା୯ (ମକାରୁ ବେମାଲ):ବହୁଳ ପ୍ଲାଷ୍ଟିକ ବ୍ୟବହାର ଯୋଗୁ ପରିବେଶ ପ୍ରଦୂଷଣ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ରୋକିବା ପାଇଁ ନୂଆପଡ଼ା ଜିଲା ପ୍ରଶାସନ ପକ୍ଷରୁ ଏକକ ବ୍ୟବହାର…

୨ ଦିନ ହେଲାଣି ଘରୁ ବାହାରି ଯାଇ ଜଙ୍ଗଲରେ ରହୁଥିଲେ ପ୍ରେମୀଯୁଗଳ, ତା’ପରେ କଲେ ଏମିତି କାମ…

ନୂଆପଡ଼ା,୧୨/୯(ମକାରୁ ବେମାଲ):ନୂଆପଡ଼ା ଜିଲା ସିନାପାଲି ଥାନା ଅଞ୍ଚଳରେ କୌଣସି କାରଣରୁ ପ୍ରେମୀଯୁଗଳ ବିଷପାନ କରିବା ପରେ ନାବାଳିକା ପ୍ରେମିକା ଡୋଲେଶ୍ୱରୀ ସା (୧୭)ଙ୍କ ମୃତ୍ୟୁ ଘଟିଛି। ପ୍ରେମିକ…

ଓରାଙ୍ଗ୍‌ଉଟାନ ଉଦ୍ଧାର ଘଟଣା: ଦୀଘାରୁ ୩ ଜଣଙ୍କୁ ଉଠାଇ ଆଣିଲା ଏସ୍‌ଟିଏଫ୍‌

ଭୁବନେଶ୍ୱର/ଭୋଗରାଇ,୧୨ା୯(ତ୍ରିନାଥ ମହାନ୍ତି/ ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଅନ୍ତର୍ଗତ ବିଚିତ୍ରପୁର ରଣକୋଠା ଜଙ୍ଗଲରୁ ୫ ଓରାଙ୍ଗଉଟାନ ଶାବକ ଉଦ୍ଧାର ଘଟଣାରେ ତଦନ୍ତକୁ ତ୍ୱରାନ୍ବିତ କରିଛି…

ଦୁବାଇରେ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ: ଓଡ଼ିଶାରେ…

ଭୁବନେଶ୍ୱର,୧୨ା୯(ସୁନିତ୍‌ ମିଶ୍ର): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ତାଙ୍କ ଟିମ୍‌ ୪ର୍ଥ ଦିନରେ ଦୁବାଇ ଠାରେ ଏକ ରୋଡ୍‌ ଶୋ କାର୍ଯ୍ୟକ୍ରମରେ ଯୋଗଦେଇଛନ୍ତି। ଓଡ଼ିଶାର ଶିଳ୍ପ…

ଗିରଫ ଧମକ ଦେଇ ଟଙ୍କା ଆଦାୟ ପଡ଼ିଲା ଭାରି: ଭିଜିଲାନ୍ସ ଜାଲରେ ଖଲ୍ଲିକୋଟ ଥାନା ASI ସୁଜିତ୍‌ ପାଣିଗ୍ରାହୀ

ଖଲ୍ଲିକୋଟ,୧୧।୯(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନାରେ ଶୁକ୍ରବାର ଭିଜିଲାନ୍ସ ଟିମ୍‌ ପକ୍ଷରୁ ଏକ ବଡ଼ଧରଣର ଚଢ଼ାଉ କରାଯାଇଛି। ୧୫ ହଜାର ଟଙ୍କା ଲାଞ୍ଚ ନେଉଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?