ଆସୁଛି କାଳ ବୈଶାଖୀ, ରବିବାର ଠୁ ବଡ଼ ବର୍ଷା!

ଭୁବନେଶ୍ୱର,୫।୪: ନିଆଁରେ ଫୁଟୁଛି ଭୁବନେଶ୍ୱର। ଆଜି ତତଲା ତାୱାରେ ଭାଜି ହୋଇଛନ୍ତି ରାଜଧାନୀବାସୀ। ଆଜି ପରି ଆସନ୍ତାକାଲି ଶନିବାର ମଧ୍ୟ ଗ୍ରୀଷ୍ମ ପ୍ରବାହ ଜାରି ରହିବ। ତେବେ ରବିବାରଠାରୁ ପାଗର ପରିବର୍ତ୍ତନ ହୋଇପାରେ। ରାଜ୍ୟର କେତେକ ଜିଲାରେ ବର୍ଷା ଓ କାଳବୈଶାଖୀ ହେବାର ସମ୍ଭାବନା ଥିବାରୁ ତାତିରେ ଲାଗିପାରେ ବ୍ରେକ। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏନେଇ ପୂର୍ବାନୁମାନ କରାଯାଇଛି।

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଜାରି କରିଥିବା ସୂଚନା ଅନୁସାରେ ଶନିବାର ମାଲକାନଗିରି, ବଲାଙ୍ଗିର, କନ୍ଧମାଳ, ବୌଦ୍ଧ, ନୟାଗଡ଼, ଖୋର୍ଦ୍ଧା, କଟକ, ଯାଜପୁର, ଭଦ୍ରକ, କେନ୍ଦୁଝର, ଅନୁଗୋଳ, ମୟୂରଭଞ୍ଜ, ବାଲେଶ୍ୱର ଓ ଝାରସୁଗୁଡା ଗ୍ରୀଷ୍ମ ପ୍ରବାହ ଜାରି ହେବାର ସମ୍ଭାବନା ରହିଛି। ଦିନ ପରି ରାତିରେ ମଧ୍ୟ ସ୍ଥିତି ଭୟଙ୍କର ହେବ। ପ୍ରବଳ ଗରମ ସତ୍ତ୍ୱେ କେତେକ ସ୍ଥାନରେ କାଳବୈଶାଖୀ ହେବାର ସମ୍ଭାବନା ରହିଛି। ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, ସୁନ୍ଦରଗ ଡ଼ ଓ ଝାରସୁଗୁଡ଼ା ଜିଲାରେ ବଜ୍ରପାତ ସହ ଘଡ଼ଘଡ଼ି ମାରିପରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ରବିବାର ପାଗରେ ସାମାନ୍ୟ ପରିବର୍ତ୍ତନ ହେବ। ବୌଦ୍ଧ, ଅନୁଗୋଳ, ନୟାଗଡ଼, ଢେଙ୍କାନାଳ ଓ ଯାଜପୁର ଜିଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହାଛଡ଼ା ବଲାଙ୍ଗିର, ବରଗଡ଼, ସୁନ୍ଦରଗଡ଼ ଝାରସୁଗୁଡ଼ା, ଦେବଗଡ଼, ଅନୁଗୋଳ, ବୌଦ୍ଧ, ନୟାଗ କଟକ, ଯାଜପୁର, ଭଦ୍ରକ, ବାଲେଶ୍ୱର, କେନ୍ଦୁଝର, ସୋନପୁର, ସମ୍ବଲପୁର, ମୟୂରଭଞ୍ଜ ଓ ବାଲେଶ୍ୱର ଜିଲାରେ ବଜ୍ରପାତ ସହ ଘଡ଼ଘଡ଼ି ମାରିପାରେ। ସେହିପରି ବଲାଙ୍ଗିର, ସୋନପୁର, ସମ୍ବଲପୁର ଓ କେନ୍ଦୁଝର ଜିଲାରେ କୁଆପଥର ବର୍ଷା ହେବାର ସମ୍ଭାବନା ରହିଛି। ବରଗଡ଼, ଝାରସୁଗୁଡ଼ା, ସୋନପୁର, ସମ୍ବଲପୁର, ବୌଦ୍ଧ, ନୟାଗଡ଼, କଟକ, ଢେଙ୍କାନାଳ, ଯାଜପୁର, ଭଦ୍ରକ, ଅନୁଗୋଳ, ଦେବଗଡ଼, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଜିଲାରେ କେତେକ ସ୍ଥାନରେ ବର୍ଷା ସମୟରେ ପବନ ବୋହିପାରେ। ଏହି ସବୁ ଜିଲ୍ଲାରେ ଘଣ୍ଟା ପ୍ରତି ୪୦ରୁ ୫୦ କିମି ବେଗରେ ପବନ ବୋହିବାର ସମ୍ଭାବନା ରହିଛି। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ବାଣପୁରରେ ଦୁର୍ଘଟଣା: ଭାରସାମ୍ୟ ହରାଇ ବିଲ ମଝିକୁ ଓଲଟିଲା ଦ୍ରୁତଗାମୀ କାର୍, ୫ ମଦ୍ୟପ ଯୁବକ…

ବାଣପୁର, ୨୬।୬ (ଦିଲ୍ଲୀପ କୁମାର ସ୍ୱାଇଁ): ନାଚୁଣୀ ଥାନା ଅଧୀନ ଦେଓଗାଁ ଆଗୁଳଛକ ନିକଟ ବ୍ରିଜ୍‌ ପାଖରେ ଏକ ବଡ଼ ଧରଣର ସଡ଼କ ଦୁର୍ଘଟଣା ଘଟିଛି। ଏକ…

ଦୁବାଇରେ ହଠାତ ବାଜିଲା ସାଇରନ୍‌! ମିସାଇଲ୍‌ ଆକ୍ରମଣର ଚେତାବନୀ, ଖେଳିଗଲା ଆତଙ୍କ

ଦୁବାଇ,୨୬।୬: ସଂଯୁକ୍ତ ଆରବ ଏମିରେଟ୍ସ (UAE) କର୍ତ୍ତୃପକ୍ଷଙ୍କ ପକ୍ଷରୁ ଶୁକ୍ରବାର ଦିନ ଦୁବାଇ ପାଇଁ ଏକ ମିସାଇଲ ଆକ୍ରମଣର ସତର୍କ ସୂଚନା (Alert) ଜାରି କରାଯାଇଛି। ଏହାକୁ…

ଭାଜପାରେ ମିଶିଲେ ବିଜେଡି ନେତା କେଦାର ସ୍ୱାଇଁ

ଗଞ୍ଜାମ, ୨୬/୬ (ବିଦ୍ୟାଧର ସାହୁ): କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ୫୭ତମ ଜନ୍ମଦିନ ଅବସରରେ ଛତ୍ରପୁରରେ ଆୟୋଜିତ ମେଗା ରକ୍ତଦାନ ଶିବିରରେ ବିଜେଡି ନେତା ତଥା ପୂର୍ବତନ ସରପଞ୍ଚ…

ଚାଇନାର ୧୦୯ ମହଲା ବିଶିଷ୍ଟ ଅଟ୍ଟାଳିକା ‘CITIC  ଟାଓ୍ବାର’ ସହ ପିଟିହେଲା ବିମାନ, ସାମ୍ନାକୁ ଆସିଲା ଭୟଙ୍କର VIDEO

ବେଜିଂ,୨୬।୬: ଚାଇନାର ରାଜଧାନୀ ବେଜିଂରେ ଶୁକ୍ରବାର ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ବେଜିଂର ସବୁଠାରୁ ଉଚ୍ଚ ସ୍କାଈସ୍କ୍ରେପର (ଗଗନଚୁମ୍ବୀ ଅଟ୍ଟାଳିକା) ଅଟ୍ଟାଳିକା…

ମା ‘ ରତ୍ନେଶ୍ୱରୀ ମନ୍ଦିର ପରିସରରୁ  ଶିଶୁପୁତ୍ର ଉଦ୍ଧାର

​ଦିଗପହଣ୍ଡି,୨୬|୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ଗ୍ରାମ ନିକଟରେ ଥିବା ମା’ ରତ୍ନେଶ୍ୱରୀ ମନ୍ଦିର ପରିସରର ପରିତ୍ୟକ୍ତ ଜମିରୁ  ଶୁକ୍ରବାର ସନ୍ଧ୍ୟାରେ ଏକ…

ଯୋଜନା ଅପହଞ୍ଚ, ସମସ୍ୟା ଘେରରେ ଟୁମୋନିଖୋଲ: ସ୍ୱାଧୀନତାର ଦୀର୍ଘ ବର୍ଷ ପରେ ବି ମୌଳିକ ସୁବିଧାରୁ ବଞ୍ଚିତ ଆଦିବାସୀ ଗାଁ

ଥୁଆମୂଳ ରାମପୁର,୨୬/୦୬ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ବିରିକୋଟ ଗ୍ରାମପଞ୍ଚାୟତର ଆଦିବାସୀ ବହୁଳ ତୁମୋନିଖୋଲ ଗ୍ରାମରେ ସରକାରୀ ଯୋଜନା ସମ୍ପୂର୍ଣ୍ଣ ପ୍ରହସନ ପାଲଟିଛି।…

ପରିବାରର ବିରୋଧ ସତ୍ତ୍ୱେ ପ୍ରେମୀ ଯୁଗଳଙ୍କ ହେଲା ବିବାହ; ନିରାଶ ହୋଇ ଫେରିଲେ ଝିଅ ଘର ଲୋକ

ହାଟଡିହୀ, ୨୬/୬ (ଶୁଭକାନ୍ତ ନାୟକ): ପରିବାର ଲୋକଙ୍କ ପ୍ରବଳ ବିରୋଧ ସତ୍ତ୍ୱେ ଜଣେ ପ୍ରେମୀ ଯୁଗଳ ନିଜ ଇଚ୍ଛାରେ ବିବାହ କରିଛନ୍ତି। ଝିଅକୁ ଫେରାଇ ନେବାକୁ ଆସିଥିବା…

ଟ୍ରକ ପଛରେ ପିକଅପ୍‌ର ଧକ୍କା; ଚାଲିଗଲା ଦୁଇ ଜୀବନ

ଛତ୍ରପୁର, ୨୪/୬ (ଦିଲ୍ଲୀପ ସାମଲ): ଜାତୀୟ ରାଜପଥ ପୁଣି  ରକ୍ତରଞ୍ଜିତ ହୋଇଛି। ଏକ ଭୟାବହ ସଡ଼କ ଦୁର୍ଘଟଣାରେ ଦୁଇ ଜଣଙ୍କ ଜୀବନ ଚାଲିଯାଇଛି। ଏହି ଦୁର୍ଘଟଣା ଗଞ୍ଜାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri