କାଳବୈଶାଖୀ ତାଣ୍ଡବ: ୫ ଆହତ

ବଳଙ୍ଗା/ପିପିଲି/ନିମାପଡ଼ା, ୨୬।୫(ଡି.ଏନ୍‌.ଏ./ସ୍ବ.ପ୍ର.): କାଳବୈଶାଖୀ ପ୍ରଭାବରେ ଗୁରୁବାର ବଳଙ୍ଗା ଅଞ୍ଚଳରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ଘଡ଼ଘଡ଼ି ସହ କୁଆପଥର ବର୍ଷା ସାଙ୍ଗକୁ ପ୍ରବଳ ବେଗରେ ପବନ ବହିବାରୁ ଅଞ୍ଚଳର ବିଭିନ୍ନ ଗ୍ରାମ ଓ ମୁଖ୍ୟ ରାସ୍ତାରେ ଥିବା ବଡ଼ ବଡ଼ ଗଛ ଉପୁଡ଼ି ରାସ୍ତାରେ ପଡ଼ିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଥିଲା। ବଳଙ୍ଗା ବଜାରରେ ଥିବା ଅନେକ କ୍ୟାବିନ ଓ ଉଠାଦୋକାନୀଗୁଡ଼ିକ ନଷ୍ଟ ହୋଇଯାଇଛି। ଗ୍ରାମାଞ୍ଚଳର କେତେକ ଚାଳଘରର ଛପର ଉଡ଼ିଯାଇଛି। ଅନ୍ୟ ୪ କ୍ୟାବିନ ରାସ୍ତା ତଳକୁ ଓଲଟି ପଡ଼ି ଭିତରେ ଥିବା ସମସ୍ତ ଆସବାବପତ୍ର ନଷ୍ଟ ହୋଇଯାଇଛି। ଅନେକ ସ୍ଥାନରେ ବିଦ୍ୟୁତ୍‌ ତାର ଛିଣ୍ଡି ପଡ଼ିବାରୁ ବିଦ୍ୟୁତ୍‌ ସରବରାହ ବନ୍ଦ ହୋଇଯାଇଛି। ନିମାପଡ଼ାରୁ ଅଗ୍ନିଶମବାହିନୀ ଘଟଣାସ୍ଥଳରେ ପହଞ୍ଚି ଭଙ୍ଗା ଗଛକୁ କାଟି ରାସ୍ତା ସଫା କରିଥିଲେ। ସରକାରୀ ସ୍ତରରେ କ୍ଷୟକ୍ଷତି ଆକଳନ ପୂର୍ବକ ସରକାରଙ୍କ ପକ୍ଷରୁ ସହାୟତା ଯୋଗାଇ ଦେବାକୁ ବଳଙ୍ଗା ଅଞ୍ଚଳବାସୀ ଦାବି କରିଛନ୍ତି। ସେହିପରି କାଳବୈଶାଖୀ ପ୍ରଭାବରେ ପିପିଲି ସବ୍‌ଡିଭିଜନର ଏକାଧିକ ସ୍ଥାନରେ ବିଦ୍ୟୁତ୍‌ ତାର ଛିଡ଼ି ସରବରାହ ବନ୍ଦ ରହିଥିଲା। ପିପିଲି ସମେତ ବିଭିନ୍ନ ପଞ୍ଚାୟତରେ ବଡ଼ ବଡ଼ ଗଛ ଡାଳ ଭାଙ୍ଗି ଦୋକାନ ଘର ଭାଙ୍ଗିଯାଇଛି। ପ୍ରବଳ ବେଗରେ ବର୍ଷା ପବନ ଯୋଗୁ ରାସ୍ତାରେ ଗାଡି ଚଳାଚଳ ବନ୍ଦ ହୋଇଯାଇଥିଲା। ଏଥିସହ ବଜ୍ରପାତରେ ନୂଆ ଶାସନ ଉତ୍ତର ସାହିର ପ୍ରାୟ ୩୦ ଫୁଟ ଉଚ୍ଚ ନଡ଼ିଆ ଗଛରେ ନିଆଁ ଲାଗି ଗଛ ପୋଡ଼ିଯାଇଛି। ତେଇଶିପୁର ପଞ୍ଚାୟତ ପୋଟଳ ଗ୍ରାମଠାରେ ଥିବା ବିସ୍‌ଲାରି ପାଣି କମ୍ପାନିର ୩ବଖରା ଘରର ଟିଣ ଚଦର ଉଡ଼ିଯାଇ ଏକ ଗଛ ଡାଳରେ ଲାଗିଥିବା ଦେଖିବାକୁ ମିଳିଥିଲା। ସେହିପରି ପୁରୀ-ଭୁବନେଶ୍ୱର ୩୧୬ନଂ ଜତୀୟ ରାଜପଥର ପିପିଲିଠାରୁ ସାତଶଙ୍ଖ ପର୍ଯ୍ୟନ୍ତ ରାସ୍ତା କଡ଼ରେ ଥିବା ବିଭିନ୍ନ ଦୋକାନ ଘର ସବୁ ଭାଙ୍ଗିଯାଇଥିବା ଜଣାପଡ଼ିଛି। ସେହିପରି କାଳବୈଶାଖୀର ପ୍ରଚଣ୍ଡ ଶବ୍ଦରେ ନିମାପଡ଼ା ବ୍ଲକର ଛଣିଜଙ୍ଗ ପଞ୍ଚାୟତ ଅଧୀନ କନ୍ତିଆ ଗ୍ରାମର ମଣ୍ଡପ ଉପରେ ବସିଥିବା ୫ଜଣ ଆହତ ହୋଇ ଚାରିଛକ ମେଡିକାଲରେ ଚିକିତ୍ସିତ ହେଉଛନ୍ତି। ସେମାନଙ୍କ ମଧ୍ୟରୁ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ଥିବାରୁ ତାଙ୍କୁ କ୍ୟାପିଟାଲ ହସ୍ପିଟାଲ ସ୍ଥାନାନ୍ତର କରାଯାଇଛି। ଖବରପାଇ ନିମାପଡ଼ା ବିଧାୟକ ସମୀର ରଞ୍ଜନ ଦାଶ ଆହତଙ୍କୁ ଭେଟି ସେମାନଙ୍କ ଆରୋଗ୍ୟ କାମନା କରଥିଲେ। ସେମାନଙ୍କ ଉତ୍ତମ ଚିକିତ୍ସା ପାଇଁ ଡାକ୍ତରଙ୍କ ସହ ଆଲୋଚନା କରିଥିଲେ। କାଳବୈଶାଖୀ ପ୍ରଭାବରେ ଡେଣୁଅଁବସ୍ତ, ବଜିପୁର, ସର୍ବାପଡ଼ାର ବହୁ ନଡ଼ିଆ ଗଛ ବଜ୍ରପାତରେ ଜଳିଯାଇଛି। ଏଥିସହ ବିଦ୍ୟୁତ୍‌ ସରବରାହ ବହୁଳ ଭାବେ ବାଧାପ୍ରାପ୍ତ ହୋଇଛି। ଚାରିଛକ ଥାନା ଅଧିକାରୀ ମମତା ବିଶ୍ୱାଳ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଚଳାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗିଲ୍‌ଙ୍କୁ ମିଳିଲା ଏତିକି ଟଙ୍କାର ପୁରସ୍କାର: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଗୁଆହାଟୀ,୧।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ ଧମାକାଦାର ଦ୍ୱିଶତକ ହାସଲ କରି ଦଳକୁ ଐତିହାସିକ ବିଜୟ ଦେବାରେ ବଡ଼ ଭୂମିକା ନେଇଛନ୍ତି।…

ଐତିହାସିକ ରେକର୍ଡ ହାସଲ କଲେ ହିଟ୍‌ମ୍ୟାନ୍‌: ଏମିତି ମାଇଲଷ୍ଟୋନ କରିବାରେ ବିଶ୍ୱର…

ଗୁଆହାଟୀ,୧।୧୦: ଭାରତୀୟ କ୍ରିକେଟ୍‌ର ଷ୍ଟାର୍‌ ବ୍ୟାଟର୍‌ ରୋହିତ ଶର୍ମା ଦିନିକିଆ ଅନ୍ତର୍ଜାତୀୟ କ୍ରିକେଟ୍‌ରେ ଆଉ ଏକ ବଡ଼ ମାଇଲଷ୍ଟୋନ ହାସଲ କରିଛନ୍ତି। ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ…

ରାଜସ୍ବ ମନ୍ତ୍ରୀଙ୍କ ବଡ଼ ଘୋଷଣା: ଦଶହରା ପୂର୍ବରୁ ମିଳିବ…

ଭୁବନେଶ୍ୱର,୧।୧୦(ସୁନିତ୍‌ ମିଶ୍ର):ରାଜୀବ ଭବନଠାରେ ବୁଧବାର ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଗଜପତି,…

ଘୂର୍ଣ୍ଣିବଳୟ ସକ୍ରିୟ: ଘଡ଼ଘଡି ସହ ବର୍ଷା ସମ୍ଭାବନା, ୟେଲୋ ୱାର୍ନିଂ

ଭୁବନେଶ୍ୱର,୧।୧୦(ସୌମ୍ୟରଞ୍ଜନ ରାଉତ):ଉତ୍ତର ମ୍ୟାନ୍‌ମାର, ବାଂଲାଦେଶ ଓ ବଙ୍ଗୋପସାଗର ଉପରେ ରହିଥିବା ସୁସ୍ପଷ୍ଟ ଲଘୁଚାପ କ୍ଷେତ୍ର ମିଜୋରାମ, ତ୍ରିପୁରା ଓ ଦକ୍ଷିଣ-ପୂର୍ବ ବାଂଲାଦେଶ ଆଡ଼କୁ ଗତି କରିବା ସହ…

ମଇଁଷି ଚରାଇବାକୁ ଯାଇ ଆଉ ଫେରିଲେନି: କେନାଲରୁ ନିଖୋଜ ବୃଦ୍ଧଙ୍କ ମୃତଦେହ ଉଦ୍ଧାର, ଗାଁରେ ଶୋକର ଛାୟା

ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପ୍ରଥମ ଢେପାଗୁଡ଼ା ଗ୍ରାମର ରଘୁ ମଲ୍ଲିକ (୬୩) ନାମକ ଜଣେ ବୃଦ୍ଧଙ୍କ ମୃତଦେହ କେନାଲ ପାଣିରୁ…

ଫ୍ଲାଇଦୁବାଇ ବିମାନରେ ଆକ୍ରମଣ: ନିଜେ ଆହାତ ହୋଇ ମଧ୍ୟ ବଞ୍ଚାଇଲେ ୧୮୦ ଯାତ୍ରୀଙ୍କ ଜୀବନ, କିଏ ଏହି ପାଇଲଟ୍?

ନୂଆଦିଲ୍ଲୀ,୩୦ା୯: ଦୁବାଇରୁ ତେଲ ଅଭିଭ ଯାଉଥିବା ଫ୍ଲାଇଦୁବାଇର FZ1073 ବିମାନରେ ବୁଧବାର ଘଟିଥିବା ଘଟଣାକୁ ନେଇ ଭାରତୀୟ ପାଇଲଟ୍ ସ୍ମିତ ମଚ୍ଛରଙ୍କ ନାଁ ଚର୍ଚ୍ଚାରେ ରହିଛି। ରିପୋର୍ଟ…

ଦିଗପହଣ୍ଡି ଗଞ୍ଜେଇ ଚୋରା ଚାଲାଣ ଘଟଣା: ଗିରଫ ହେଲେ ଅଭିଯୁକ୍ତ ୨ ଭାଇ, କାରବାର ପଛର ଗୁମର ଖୋଲିଲା…

ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ପୋଲିସ ଗଞ୍ଜେଇ ଚୋରା ଚାଲାଣ ମାମଲାରେ ଏକ ବଡ଼ ସଫଳତା ହାସଲ କରିଛି। ଗଞ୍ଜେଇ କାରବାର…

ଗିଲ୍‌ଙ୍କ ଦ୍ୱିଶତକ, ରୋହିତଙ୍କ ଶତକ: ୱେଷ୍ଟଇଣ୍ଡିଜକୁ ଧୂଳି ଚଟାଇଲା ଭାରତ

ଗୁଆହାଟୀ,୩୦ା୯: ଶୁବମନ ଗିଲଙ୍କ ଦ୍ୱିଶତକ ଏବଂ ରୋହିତ ଶର୍ମାଙ୍କ ଧମାକାଦାର ଶତକ ବଳରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତ ୮ ୱିକେଟ୍‌ରେ ବଡ଼ ବିଜୟ ହାସଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?