ତାଣ୍ଡବ ରଚିଲା କାଳବୈଶାଖୀ

ଭୁବନେଶ୍ୱର,୧୭।୫(ବ୍ୟୁରୋ):ପ୍ରଚଣ୍ଡ ଗରମ ଯୋଗୁ ଦିନତମାମ ଜନଜୀବନ ଅସ୍ତବ୍ୟସ୍ତ ହୋଇଥିବା ବେଳେ ଅପରାହ୍ନରେ କାଳବୈଶାଖୀଜନିତ ଝଡ଼ବର୍ଷା ତାଣ୍ଡବ ରଚିଛି। ଉପକୂଳବର୍ତ୍ତୀ ଜିଲା କଟକ,ପୁରୀ, ଖୋର୍ଦ୍ଧା, ଜଗତ୍‌ସିଂହପୁର, କେନ୍ଦ୍ରାପଡ଼ା, ନୟାଗଡ଼ ଆଦି ଜିଲାରେ ପ୍ରବଳ ବର୍ଷା ଓ ପବନ ହୋଇଛି। ଘଣ୍ଟା ପ୍ରତି ୪୦ରୁ ୫୦ କି.ମି. ବେଗରେ ପବନ ବହିବା ଯୋଗୁ କେତେକ ସ୍ଥାନରେ ଗଛଡ଼ାଳ ଭାଙ୍ଗିପଡ଼ିବା ସହିତ ଘଡ଼ଘଡ଼ି ସହିତ ବର୍ଷା ହୋଇଛି। ଏଥିଯୋଗୁ ଦିନର ପ୍ରଚଣ୍ଡ ଗରମରୁ ଆଶ୍ୱସ୍ତି ମିଳିଛି। ଅନ୍ୟପକ୍ଷରେ ଝଡ଼ବର୍ଷା ଯୋଗୁ ୨ ଜଣଙ୍କର ଜୀବନ ଯାଇଥିବା ବେଳେ ୩ ଜଣ ମହିଳା ଆହତ ହୋଇଛନ୍ତି। ରାସ୍ତାରେ ଆସୁଥିବା ବେଳେ ଉପରେ ଗଛଡ଼ାଳ ପଡ଼ିଯିବାରୁ ୨ଜଣଙ୍କ ମୃତ୍ୟୁ ହୋଇଛି। ନୟାଗଡ଼ ଜିଲା ଖଣ୍ଡପଡ଼ା-ଖଳିସାହି ରାସ୍ତାର ଅଁଳାପଟା ନିକଟରେ ଗୋଟିଏ ଘଟଣା ଘଟିଥିବା ବେଳେ ଅନ୍ୟଟି ଗଣିଆ ଥାନା ଅନ୍ତର୍ଗତ ଦଶପଲ୍ଲାରେ ଘଟିଛି। ରାଜଧାନୀ ଭୁବନେଶ୍ୱରରେ ମଧ୍ୟ କାଳବୈଶାଖୀଜନିତ ଝଡ଼ବର୍ଷା ଯୋଗୁ କେତେକ ସ୍ଥାନରେ ଗଛଡ଼ାଳ ଭାଙ୍ଗିବା ସହ ହୋର୍ଡିଂ ଉଡ଼ିଯାଇଛି।
ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ଜନଜୀବନକୁ ଅସ୍ତବ୍ୟସ୍ତ କରିଛି। ପ୍ରବଳ ଗରମ ସାଙ୍ଗକୁ ଅସହ୍ୟ ଗୁଳୁଗୁଳି ଅସହ୍ୟ କରିଛି। ସକାଳ ୭ଟାରୁ ମାଡ଼ିଆସୁଛି ପ୍ରଚଣ୍ଡ ତାତି। ସନ୍ଧ୍ୟା ୬ଟା ଯାଏ ନିସ୍ତାର ନାହିଁ। ମନୁଷ୍ୟଠାରୁ ଆରମ୍ଭ କରି ପଶୁପକ୍ଷୀ ଗରମରେ ଆଉଟୁପାଉଟୁ ହେଉଛନ୍ତି। ମଙ୍ଗଳବାର ପାରଦ ୪୪ ଡିଗ୍ରୀ ସେଲ୍‌ସିୟସକୁ ଟପିଯାଇଛି। ରାଜ୍ୟର ୪ଟି ସ୍ଥାନରେ ସର୍ବୋଚ୍ଚ ତାପମାତ୍ରା ୪୪ ଡିଗ୍ରୀ ଉପରେ ରହିଥିବା ବେଳେ ୯ଟି ସ୍ଥାନରେ ୪୩ ଡିଗ୍ରୀ ଉପରେ ରହିଛି। ସେହିପରି ୧୮ଟି ସହରରେ ସର୍ବୋଚ୍ଚ ତାପମାତ୍ରା ୪୦ ଡିଗ୍ରୀ ସେଲ୍‌ସିୟସକୁ ଟପିଯାଇଛି। ଆସନ୍ତା ୪୮ ଘଣ୍ଟା ମଧ୍ୟରେ ରାଜ୍ୟରେ ତାତି ବଢ଼ିବା ସହିତ କେତେକ ସ୍ଥାନରେ କାଳବୈଶାଖୀଜନିତ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି। ଏହି ସମୟରେ ସତର୍କ ରହିବାକୁ ଲୋକମାନଙ୍କୁ ପରାମର୍ଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

ଉତ୍ତମ ପ୍ରଦର୍ଶନ ପାଇଁ ସମ୍ବର୍ଦ୍ଧିତ ହେଲେ ୨ ହୋମ୍‌ଗାର୍ଡ

ଭଞ୍ଜନଗର,୬ା୧୨(ବାବୁଲା ପ୍ରଧାନ): କର୍ମକ୍ଷେତ୍ରରେ ଉତ୍ତମ ପ୍ରଦର୍ଶନ ପାଇଁ ଭଞ୍ଜନଗର ଥାନାର ଦୁଇ ହୋମଗାର୍ଡ ସମ୍ବର୍ଦ୍ଧିତ ହୋଇଛନ୍ତି। ସେମାନେ ହେଲେ ଗୃହରକ୍ଷୀ ପ୍ଲାଟୁନ କମାଣ୍ଡର ପି.ହେମନ୍ତ ରାଓ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri