ତାଣ୍ଡବ ରଚିଲା କାଳବୈଶାଖୀ

କୋକସରା,୭।୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କାଳବୈଶାଖୀ ଆଣିଛି ତାତିରୁ ଶାନ୍ତି, ହେଲେ ଏହାର ପ୍ରଭାବରେ ବଡ ବଡ ଗଛ ସହ ବିଦ୍ୟୁତ ଖୁଣ୍ଟ ଉପୁଡି ପଡି ଉପାନ୍ତ ଅଞ୍ଚଳରେ ବିଦ୍ୟୁତ ସେବା ପ୍ରଭାବିତ ହୋଇଥିବା ଦେଖିବାକୁ ମିଳିଛି। ମଙ୍ଗଳବାର ଭୋର ସମୟରେ ହାଠାତ କାଳବୈଶାଖୀ ସହ ପ୍ରବଳ ବେଗରେ ପବନ ଓ ଝିପି ଝିପି ବର୍ଷା ହୋଇଥିଲା। ତେବେ ବିଗତ କିଛି ଦିନରୁ ପ୍ରଚଣ୍ଡ ଖରାରୁ ଲୋକଙ୍କୁ ସାମୟିକ ଭାବେ ଆଶ୍ୱସ୍ତି ମିଳିଥିବାବେଳେ କାଳବୈଶାଖୀ ପ୍ରଭାବରେ ହୋଇଥିବା ଝଡତୋଫାନରେ କୋକସରା ବ୍ଲକର ବଡକେନ୍ଦୁଗୁଡା, ଡୁଡୁକାଠେଙ୍ଗା, ଖଲିଗଡ, ଦାବ୍ରିଗୁଡା, ଆମପାଣି ସହ ୨୫ରୁ ଉଦ୍ଧର୍‌ବ ଗାଁରେ ବିଦ୍ୟୁତ ସେବା ବ୍ୟାହତ ହୋଇଥିବା ଜଣାପଡିଛି।

କାଳବୈଶାଖୀର ପ୍ରଭାବ ଏତେ ଜୋରରେ ଥିଲା ଯେ ଆମପାଣି ଗ୍ରାମ ବସଷ୍ଟାଣ୍ଡ ନିକଟରେ ଥିବା ଏକ ଘରେ ଏକ ବିରାଟ ତେନ୍ତୁଳି ଗଛ ଦୁଇ ଜଣଙ୍କ ଘର ଉପରେ ପଡିବାରୁ ପରିବାର ଲୋକେ ଅଳ୍ପକେ ବର୍ତ୍ତି ଯାଇଥିବା ବେଳେ ଘର ନଷ୍ଟ ହୋଇଛି। ଖବର ପାଇ କୋକସରା ଦମକଳ କର୍ମଚାରୀ ମାନେ ପହଞ୍ଚି ଗଛ କାଟି ହଟାଇଥିଲେ। ଅନ୍ୟପଟେ ଉପାନ୍ତ ଅଞ୍ଚଳକୁ ଯୋଗାଣ ହେଉଥିବା ବଡ଼ ବଡ଼ ବିଦ୍ୟୁତ ଖୁଣ୍ଟକୁ ଧରାଶାୟୀ କରିଦେଇଛି। ଡୁଡୁକାଠେଙ୍ଗା ପଞ୍ଚାୟତର ବଡ଼କଛାରକୁ ସଂଯୋଗ କରୁଥିବା ବିଦ୍ୟୁତ ଖୁଣ୍ଟକୁ ଉପାଡି ଦେଇଛି, ଫଳରେ ଏହି ଅଞ୍ଚଳରେ ବିଦ୍ୟୁତ ସେବା ଖବର ଲେଖା ଯିବା ପର୍ଯ୍ୟନ୍ତ ଠପ ହୋଇପଡିଛି। ଏନେଇ ସରପଞ୍ଚ ହରିପ୍ରିୟା ନାଗ ବିଦ୍ୟୁତ ବିଭାଗ ଅଧିକାରୀଙ୍କୁ ସୂଚନା ଦେଇଥିଲେ ଓ ଖବର ପାଇଁ ବିଦ୍ୟୁତ ବିଭାଗର କର୍ମଚାରୀ ମାନେ ମରାମତି କାର୍ଯ୍ୟ ଜାରି ରଖିଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡି ସରକାରର ବଜେଟଠାରୁ ଏଥର ୧୫% ଅଧିକ: ସମୀର

ଭୁବନେଶ୍ୱର, ୨୭।୭(ସୁନିତ୍‌ ମିଶ୍ର): ନୂତନ ରାଜନୈତିକ ସଂସ୍କୃତିର ପ୍ରତିଷ୍ଠାକରି ଭାଜପା ପ୍ରଥମ ଥର ଓଡ଼ିଶାରେ ସରକାର ଗଠନ କରିଛି। ଭାଜପା ସରକାରର ପ୍ରଥମ ବଜେଟ ଓଡ଼ିଶା...

ଆମ ଓଡ଼ିଶା ନବୀନ ଓଡ଼ିଶା ଯୋଜନାକୁ ନେଇ ବିରୋଧୀ-ଶାସକ ମୁହାଁମୁହିଁ

ଭୁବନେଶ୍ୱର,୨୭।୭(ଅନିଲ ଦାସ): ଆମ ଓଡ଼ିଶା ନବୀନ ଓଡ଼ିଶା ଯୋଜନାକୁ ନେଇ ବିଜେଡି -ଭାଜପା ବିଧାନସଭାରେ ମୁହାଁମୁହିଁ ହୋଇଛନ୍ତି। ଯୋଜନାର ନଁା ବଦଳିବାକୁ ନେଇ ବିଜେଡି ବିଧାୟକ...

ସୃଷ୍ଟି ହେଲା ଆଉ ଏକ ଲଘୁଚାପ, ପ୍ରବଳ ବର୍ଷିବ

ଭୁବନେଶ୍ୱର, ୨୬ା୭(ଅନୁରାଧା ମହାରଣା) – ଲଘୁଚାପ ପ୍ରଭାବରେ ଓଡ଼ିଶାରେ ତୁହାକୁ ତୁହା ବର୍ଷା ଲାଗିରହିଥିବାବେଳେ ପ୍ରାୟ ସବୁ ଜିଲାରେ ସ୍ଥିତି ବିଗିଡ଼ିବାରେ ଲାଗିଛି। ବର୍ଷା ଯୋଗୁ...

ମମତାଙ୍କୁ ଚିଠି ଲେଖିବା ନେଇ ନବୀନଙ୍କୁ ଟାର୍ଗେଟ କଲା ଭାଜପା

ଭୁବନେଶ୍ୱର, ୨୬।୭(ସୁନିତ୍‌ ମିଶ୍ର): ନିଜ ୨୪ ବର୍ଷ ଶାସନରେ ନବୀନ ପଟ୍ଟନାୟକଙ୍କ ନେତୃତ୍ୱାଧୀନ ବିଜେଡି ସରକାର ଓଡ଼ିଶାକୁ କୌଣସି କ୍ଷେତ୍ରରେ ଆତ୍ମନିର୍ଭରଶୀଳ ରାଜ୍ୟ ଭାବେ ଗଢ଼ି...

କୃଷି ବିଭାଗରେ ସରକାରୀ କାର୍ଯ୍ୟ ଓଡ଼ିଆ ଭାଷାରେ କରିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୨୬।୭(ଶର୍ମିଷ୍ଠା ପାଣିଗ୍ରାହୀ): କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଏହାର ନିର୍ଦ୍ଦେଶାଳୟ ଏବଂ ବିଭାଗ ଅଧିନରେ ଥିବା ଅନ୍ୟ ଅଧସ୍ତନ କାର୍ଯ୍ୟାଳୟଗୁଡିକରେ ସମସ୍ତ ସରକାରୀ କାର୍ଯ୍ୟ...

ଅଗ୍ନିବୀର ଯୋଜନା ନେଇ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି

ଭୁବନେଶ୍ୱର,୨୬।୭: ଅଗ୍ନିବୀରଙ୍କୁ ପାଇଁ ବଡ଼ ଘୋଷଣା କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝି। ରାଜ୍ୟର ସବୁ ୟୁନିଫର୍ମ ସେବାରେ ସେମାନଙ୍କୁ ଗ୍ରହଣ କରାଯିବ ବୋଲି ଘୋଷଣା...

ଜୀବିକା ଦେଇଛି ବାଉଁଶ କାରିଗରୀ

କୋକସରା,୨୬ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବରାଡଙ୍ଗା ପଞ୍ଚାୟତର ଏକ ଆଦିବାସୀ ବହୁଳ ଗ୍ରାମ ଝୁଲେନବର। ଜଙ୍ଗଲ ପରିବେଷ୍ଟିତ ଗାଁରେ ପ୍ରାୟ...

ହରିଣ ଛୁଆକୁ ଘେରିଗଲେ ବିଲୁଆ ଦଳ:, ଆଉ ତା’ପରେ…

ପାତ୍ରପୁର,୨୬।୭(ଉମା ଚରଣ ନେପାକ): ସାମନ୍ତିଆପଲ୍ଲୀ ବନାଞ୍ଚଳ ଅଧୀନ ଗୋପୀନାଥପୁର ନିକଟସ୍ଥ ଜଙ୍ଗଲରୁ ଶୁକ୍ରବାର ଏକ ଆହତ ହରିଣ ଛୁଆ ଉଦ୍ଧାର ହୋଇଛି। କିଛି ବିଲୁଆ ହରିଣମାନଙ୍କୁ...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri