କାଳବୈଶାଖୀ ତାଣ୍ଡବ: ଉଡିଗଲା ଛପର, ଗଛ ପଡି ଭାଙ୍ଗିଲା ଘର

ପାଟଣା,୨୫।୫(ସ୍ବ.ପ୍ର ): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ଅଞ୍ଚଳରେ କାଳବୈଶାଖୀ ପ୍ରଭାବରେ ପ୍ରବଳ ବର୍ଷା ସହ ଝଡ଼ ତୋଫାନ ହୋଇଛି। ଏହା ଯୋଗୁ କଇଣ୍ଡା ଗ୍ରାମରେ ବୁଧବାର ରାତ୍ରି ୧୨ରୁ ଉର୍ଦ୍ଧ ଘରର ଆଜବେଷ୍ଟସ ଓ ଛପର ଘରର ଛପର ଉଡିଯାଇଛି। ପବନର ବେଗ ଏତେ ପ୍ରଖର ଥିଲା ଯେ, ବଡ଼ ବଡ଼ ଗଛ ସବୁ ଉପୁଡି ପଡି ଯାଇଛି । ଘର ଉପରେ ଗଛ ପଡି ଘରର ଛପର ସହ ଆଜବେଷ୍ଟସ ଭାଙ୍ଗି ନଷ୍ଟ ହୋଇଛି। ଫଳରେ ଗାଈଗୋରୁ ଚାପି ହୋଇ ରହିଥିଲେ। ଏଥିସହ ଟିଣ ଛପର ଉଡି ଯାଇ ଗଛ ଡାଳରେ ଲଟକି ଥିବା ଦେଖିବାକୁ ମିଳିଛି। କାଳବୈଶାଖୀ ଯୋଗୁ ବିଦ୍ୟୁତ ଖୁଣ୍ଟ ପଡିଯିବାରୁ ଅଞ୍ଚଳରେ ବିଦ୍ୟୁତ ସେବା ମଧ୍ୟ ଠପ ହୋଇ ପଡିଛି । ଖବର ପାଇ ତୁରୁମୁଙ୍ଗା ସରପଞ୍ଚ ସୁଲେଖା ନାଏକ କ୍ଷତିଗ୍ରସ୍ତଙ୍କ ନିକଟରେ ପହଞ୍ଚି ତୁରନ୍ତ କ୍ଷତିପୂରଣ ଯୋଗାଇ ଦେବାକୁ ପ୍ରଶାସନ ନିକଟରେ ଦାବି କରିଛନ୍ତି। ଗ୍ରାମର ଗୋବିନ୍ଦ ଦେହୁରୀ, ଚିତ୍ରସେନ ବେହେରା, କଂସଲା ବେହେରା, ସରସ୍ବତୀ ବେହେରା, ଭାଗବତ ବେହେରା, ଧ୍ୟାନ ବେହେରା, ରବୀନ୍ଦ୍ର ବେହେରା, କୃଷ୍ଣଚନ୍ଦ୍ର ବେହେରା, ଉଗ୍ରେସନ ବେହେରା, ମଣ୍ଟୁ ବେହେରାଙ୍କ ଘରର ଛପର ଉଡି ଯାଇଥିବା ବେଳେ ଜନ୍ମେଜୟ ବେହେରାଙ୍କ ଛପର ଘର ଉପରେ ଏକ ବିରାଟ ଶିମିଳି ଗଛ ଖସି ପଡିଥିବାରୁ ଦୁଇ ବଖରା ଘର ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଛି l


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri