ନିଶାଦ୍ରବ୍ୟ ତଥା ଅପମିଶ୍ରିତ ବିଷାକ୍ତ ଦ୍ରବ୍ୟ ବିରୋଧରେ ସଚେତନ କଲା ପ୍ରଶାସନ

କେସିଙ୍ଗା,୧୭।୬(ତୁମେଶ୍ବର ସାହୁ): କଳାହାଣ୍ଡି ଜିଲା ଅବକାରୀ ଓ କେସିଙ୍ଗା ପଞ୍ଚାୟତ ସମିତି ମିଳିତ ଉଦ୍ୟମରେ ବ୍ଲକ କାର୍ଯ୍ୟାଳୟ ସଭା ଗୃହରେ ବିଡିଓ ଜନ୍ମେଜୟ ସ୍ବାଇଁଙ୍କ ନେତୃତ୍ୱରେ ଏକ ନିଶା ଦ୍ରବ୍ୟ ତଥା ଅପମିଶ୍ରିତ ବିଷାକ୍ତ ଦ୍ରବ୍ୟ ବିରୋଧରେ ମଙ୍ଗଳବାର ଏକ ବ୍ଲକସ୍ତରୀୟ ସଚେତନତା ଅଭିଯାନ ଅନୁଷ୍ଠିତ ହୋଇଥିଲା। ପ୍ରଥମେ କେସିଙ୍ଗା ଏସ୍‌ଡିପିଓ ସନ୍ଦିପ କୁମାର ମାଝୀ ନିଶାଦ୍ରବ୍ୟ, ଅପମିଶ୍ରିତ ଓ ବିଷାକ୍ତ ବିଷୟରେ ଆଲୋକପାତ କରିଥିଲେ। କେସିଙ୍ଗା ସହରର ୱାର୍ଡ ନଂ ୮ରେ ଥିବା ୮ଟି କୁଚିଆ ମଦ ଦୋକାନକୁ ୱାର୍ଡ ବାସୀ ମିଳିତ ଉଦ୍ୟମ ରେ ବନ୍ଧ କରିଥିବା ଉଦାହରଣ ଦେଇ ଉପସ୍ଥିତ ଜନସାଧାରଣଙ୍କୁ ବୁଝାଇଥିଲେ।

ଗରିବ ଲୋକମାନେ ଦି ପଇସା ରୋଜଗାର କରି ପରିବାର ପୋଷିବା ପରିବର୍ତ୍ତେ ମଦ ନିଶାରେ ଆକୃଷ୍ଟ ହୋଇ ପରିବାର ପ୍ରତି ପୋଷଣରେ ବ୍ୟଘାତ ସୃଷ୍ଟି କରିଥାନ୍ତି। ଯାହାଫଳରେ ପରିବାର ପ୍ରତି ପୋଷଣରେ ସମସ୍ୟା ଦେଖାଯାଉଛି। ସେଥିପାଇଁ ଜିଲା ଅବକାରୀ ଓ ବ୍ଲକ ପ୍ରଶାସନ ପକ୍ଷରୁ ୧୭ ତାରିଖ ଠାରୁ ୨୫ତାରିଖ ଯାଏ କେସିଙ୍ଗା ବ୍ଲକର ବିଭିନ୍ନ ଗ୍ରାମ ପଞ୍ଚାୟତରେ ଏହି ସଚେତନତା ଅଭିଯାନ ପ୍ରକ୍ରିୟା ଚାଲୁ କରିବା ପାଇଁ ପ୍ରଶାସନ ପକ୍ଷରୁ ଶପଥ ନେଇଛି। ଏହି ନିଶା ଦ୍ରବ୍ୟ ତଥା ଅପମିଶ୍ରିତ, ବିଷାକ୍ତ ଦ୍ରବ୍ୟ ବିରୋଧରେ ପ୍ରଶାସନ ପକ୍ଷରୁ ବ୍ଲକ କାର୍ଯ୍ୟାଳୟରୁ ମଙ୍ଗଳବାରଠାରୁ ଏହି ସଚେତନତା ଅଭିଯାନକୁ ଆରମ୍ଭ କରାଯାଇଛି। ଏହି କାର୍ଯ୍ୟକ୍ରମରେ ଏସଡିପିଓ ସନ୍ଦିପ କୁମାର ମାଝି, ବିଡ଼ିଓ ଜନ୍ମେଜୟ ସ୍ବାଇଁ, ଅତିରିକ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ ସିଦ୍ଧେଶ୍ବର ମେହେର, କେସିଙ୍ଗା ଅବକାରୀ ବିଭାଗର ଶବ ଇନିସପେକ୍ଟର ବିଶ୍ୱଜିତ ଆରୁକ , ଏ ପିଓ ଙ୍କ ସମେତ ବ୍ଲକ ର ତୁଣ୍ଡଳା ଗ୍ରାମ ପଞ୍ଚାୟତ ର ସରପଞ୍ଚ ସରୋଜ ସେଠି, ଗୋକୁଳେଶ୍ୱର ଗ୍ରାମ ପଞ୍ଚାୟତ ର ସରପଞ୍ଚ କେଶୁଲାଲ ତାଣ୍ଡି,ଚାଞ୍ଚେର ଗ୍ରାମ ପଞ୍ଚାୟତ ସରପଞ୍ଚ ଅଞ୍ଜୁ କୁମାର,ତହସିର ଗ୍ରାମ ପଞ୍ଚାୟତ ର ସରପଞ୍ଚ ମମତାରାଣୀ ନାଗ, ବ୍ଲକ ର ବିଭିନ୍ନ ମହିଳା ଗୋଷ୍ଠୀର ସଦସ୍ୟା, ଏମ୍‌ବିକେ, ବ୍ୟାଙ୍କ ମିତ୍ର ପ୍ରମୁଖ ମାନ୍ୟ ଗଣ୍ୟ ବ୍ୟକ୍ତି ବିଶେଷ ଏହି କାର୍ଯ୍ୟକ୍ରମ ରେ ଅଂଶଗ୍ରହଣ କରି ଥିଲେ।ଏହି ଅଭିଯାନ କୁ କିପରି ସଫଳ ରୂପାୟନ କରିବେ ସେ ବିଷୟରେ ଅତିଥିମାନେ ଉଦବୋଧନ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

ଭାଜପାର ମହାଅଭିଯାନ: ମନୂତନ ଭାରତ ଗଠନ କରିବାକୁ ପ୍ରୟାସ

ବନ୍ତ,୭।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ସରସ୍ବତୀ ବିଦ୍ୟାମନ୍ଦିରଠାରେ ପଣ୍ଡିତ ଦିନଦୟାଲ ଉପାଧ୍ୟାୟଙ୍କ ନୀତି ଆଦର୍ଶକୁ ପାଥେୟ କରି ଭାଜପା ତରଫରୁ ଏକ ପ୍ରଶିକ୍ଷଣ ଶିବିର…

କୁଆପଥର ବର୍ଷାରେ ଭାଙ୍ଗିଲା ହଜାର ହାଜାର ଘର: ତହସିଲ ଅଫିସରେ ଧସେଇ ପଶିବା ସହ ରାସ୍ତାରୋକୋ

ପାଟଣା,୭।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ଘର୍ଣ୍ଣିଝଡ଼ ସହ ପ୍ରବଳ କୁଆପଥର ମାଡ ହୋଇଛି। ଫଳରେ ହଜାର ହଜାର ଟାଇଲ,…

ମୋହନା ପୋଲିସ ପକ୍ଷରୁ ନୂତନ ଜଳଛତ୍ର ଉଦଘାଟନ: ସଚେତନ ବାର୍ତ୍ତା ଦେଲେ ଥାନା ଅଧିକାରୀ

ମୋହନା,୭।୪: ଦିନକୁ ଦିନ ଗ୍ରୀଷ୍ମ ପ୍ରବାହ ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଗଜପତି ଜିଲା ମୋହନା ଥାନା ପକ୍ଷରୁ ଆଜି ନୂତନ ଜଳଛତ୍ର ଖୋଲାଯାଇଛି। ଏହି…

ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀଙ୍କୁ ମିଳିଲା ବଡ଼ ଦାୟିତ୍ୱ : ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇ କହିଲେ…

ଛତ୍ରପୁର, ୭।୪(,ଦିଲ୍ଲୀପ ସାମଲ): ଆଜି ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠି ଗଞ୍ଜାମ ଜିଲା ଯୋଜନା କମିଟିର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଦଳୀୟ ନେତା…

ଫାଇନାନ୍ସ କମ୍ପାନୀ ମ୍ୟାନେଜରଙ୍କୁ ହତ୍ୟା ଉଦ୍ୟମ ଅଭିଯୋଗ: ସୁନା ଚେନ୍‌ ଛଡାଇ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଆଙ୍କୋରଡ଼ା ଗାଁ ନିକଟରେ ଥିବା କ୍ରସର ୟୁନିଟରୁ ପଶ୍ଚିମବଙ୍ଗ କୋଲକତାସ୍ଥିତ ସିଭିଲ କୋର୍ଟଙ୍କ ଆଦେଶ କ୍ରମେ କୋବେଲକୋ…

ତାଣ୍ଡବ ରଚିଲା କାଳବୈଶାଖୀ: ଉଡିଲା ଘର ଛପର, ଭାଙ୍ଗିଲା ବଡ଼ ବଡ଼ ଗଛ

ତୁମୁଡିବନ୍ଧ,୭।୪ (ଦୀପକ କୁମାର ପରାସେଠା): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ କୁର୍ତମଗଡ ପଞ୍ଚାୟତ ଅଞ୍ଚଳରେ କାଳବୈଶାଖୀ ତାଣ୍ଡବ ରଚାଇଥିବାର ଗତକାଲି ଦେଖିବାକୁ ମିଳିଛି l ସୂଚନା ଅନୁସାରେ…

ନୂତନ ପ୍ରାଥମିକ କୃଷି ସମବାୟ ସମିତିର ଭିତ୍ତିପ୍ରସ୍ତର ସ୍ଥାପନ: ଅଞ୍ଚଳର ଚାଷୀମାନଙ୍କୁ ମିଳିବ ଏସବୁ ସୁବିଧା

ଲୋଇସିଂହା,୭।୪(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ବୁଢୀପଦରଠାରେ ନୂତନ ପ୍ରାଥମିକ କୃଷି ସମବାୟ ସମିତି ଲିମିଟେଡର ଭିତ୍ତି ପ୍ରସ୍ତର ସ୍ଥାପନ କାର୍ଯ୍ୟକ୍ରମ ଉତ୍ସାହ ଓ ଆନନ୍ଦର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri