ନିଶାଦ୍ରବ୍ୟ ତଥା ଅପମିଶ୍ରିତ ବିଷାକ୍ତ ଦ୍ରବ୍ୟ ବିରୋଧରେ ସଚେତନ କଲା ପ୍ରଶାସନ

କେସିଙ୍ଗା,୧୭।୬(ତୁମେଶ୍ବର ସାହୁ): କଳାହାଣ୍ଡି ଜିଲା ଅବକାରୀ ଓ କେସିଙ୍ଗା ପଞ୍ଚାୟତ ସମିତି ମିଳିତ ଉଦ୍ୟମରେ ବ୍ଲକ କାର୍ଯ୍ୟାଳୟ ସଭା ଗୃହରେ ବିଡିଓ ଜନ୍ମେଜୟ ସ୍ବାଇଁଙ୍କ ନେତୃତ୍ୱରେ ଏକ ନିଶା ଦ୍ରବ୍ୟ ତଥା ଅପମିଶ୍ରିତ ବିଷାକ୍ତ ଦ୍ରବ୍ୟ ବିରୋଧରେ ମଙ୍ଗଳବାର ଏକ ବ୍ଲକସ୍ତରୀୟ ସଚେତନତା ଅଭିଯାନ ଅନୁଷ୍ଠିତ ହୋଇଥିଲା। ପ୍ରଥମେ କେସିଙ୍ଗା ଏସ୍‌ଡିପିଓ ସନ୍ଦିପ କୁମାର ମାଝୀ ନିଶାଦ୍ରବ୍ୟ, ଅପମିଶ୍ରିତ ଓ ବିଷାକ୍ତ ବିଷୟରେ ଆଲୋକପାତ କରିଥିଲେ। କେସିଙ୍ଗା ସହରର ୱାର୍ଡ ନଂ ୮ରେ ଥିବା ୮ଟି କୁଚିଆ ମଦ ଦୋକାନକୁ ୱାର୍ଡ ବାସୀ ମିଳିତ ଉଦ୍ୟମ ରେ ବନ୍ଧ କରିଥିବା ଉଦାହରଣ ଦେଇ ଉପସ୍ଥିତ ଜନସାଧାରଣଙ୍କୁ ବୁଝାଇଥିଲେ।

ଗରିବ ଲୋକମାନେ ଦି ପଇସା ରୋଜଗାର କରି ପରିବାର ପୋଷିବା ପରିବର୍ତ୍ତେ ମଦ ନିଶାରେ ଆକୃଷ୍ଟ ହୋଇ ପରିବାର ପ୍ରତି ପୋଷଣରେ ବ୍ୟଘାତ ସୃଷ୍ଟି କରିଥାନ୍ତି। ଯାହାଫଳରେ ପରିବାର ପ୍ରତି ପୋଷଣରେ ସମସ୍ୟା ଦେଖାଯାଉଛି। ସେଥିପାଇଁ ଜିଲା ଅବକାରୀ ଓ ବ୍ଲକ ପ୍ରଶାସନ ପକ୍ଷରୁ ୧୭ ତାରିଖ ଠାରୁ ୨୫ତାରିଖ ଯାଏ କେସିଙ୍ଗା ବ୍ଲକର ବିଭିନ୍ନ ଗ୍ରାମ ପଞ୍ଚାୟତରେ ଏହି ସଚେତନତା ଅଭିଯାନ ପ୍ରକ୍ରିୟା ଚାଲୁ କରିବା ପାଇଁ ପ୍ରଶାସନ ପକ୍ଷରୁ ଶପଥ ନେଇଛି। ଏହି ନିଶା ଦ୍ରବ୍ୟ ତଥା ଅପମିଶ୍ରିତ, ବିଷାକ୍ତ ଦ୍ରବ୍ୟ ବିରୋଧରେ ପ୍ରଶାସନ ପକ୍ଷରୁ ବ୍ଲକ କାର୍ଯ୍ୟାଳୟରୁ ମଙ୍ଗଳବାରଠାରୁ ଏହି ସଚେତନତା ଅଭିଯାନକୁ ଆରମ୍ଭ କରାଯାଇଛି। ଏହି କାର୍ଯ୍ୟକ୍ରମରେ ଏସଡିପିଓ ସନ୍ଦିପ କୁମାର ମାଝି, ବିଡ଼ିଓ ଜନ୍ମେଜୟ ସ୍ବାଇଁ, ଅତିରିକ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ ସିଦ୍ଧେଶ୍ବର ମେହେର, କେସିଙ୍ଗା ଅବକାରୀ ବିଭାଗର ଶବ ଇନିସପେକ୍ଟର ବିଶ୍ୱଜିତ ଆରୁକ , ଏ ପିଓ ଙ୍କ ସମେତ ବ୍ଲକ ର ତୁଣ୍ଡଳା ଗ୍ରାମ ପଞ୍ଚାୟତ ର ସରପଞ୍ଚ ସରୋଜ ସେଠି, ଗୋକୁଳେଶ୍ୱର ଗ୍ରାମ ପଞ୍ଚାୟତ ର ସରପଞ୍ଚ କେଶୁଲାଲ ତାଣ୍ଡି,ଚାଞ୍ଚେର ଗ୍ରାମ ପଞ୍ଚାୟତ ସରପଞ୍ଚ ଅଞ୍ଜୁ କୁମାର,ତହସିର ଗ୍ରାମ ପଞ୍ଚାୟତ ର ସରପଞ୍ଚ ମମତାରାଣୀ ନାଗ, ବ୍ଲକ ର ବିଭିନ୍ନ ମହିଳା ଗୋଷ୍ଠୀର ସଦସ୍ୟା, ଏମ୍‌ବିକେ, ବ୍ୟାଙ୍କ ମିତ୍ର ପ୍ରମୁଖ ମାନ୍ୟ ଗଣ୍ୟ ବ୍ୟକ୍ତି ବିଶେଷ ଏହି କାର୍ଯ୍ୟକ୍ରମ ରେ ଅଂଶଗ୍ରହଣ କରି ଥିଲେ।ଏହି ଅଭିଯାନ କୁ କିପରି ସଫଳ ରୂପାୟନ କରିବେ ସେ ବିଷୟରେ ଅତିଥିମାନେ ଉଦବୋଧନ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା: ପାଖରେ ପଡ଼ିଛି ମୋବାଇଲ, ବ୍ୟାଗ୍‌; ମିଳିନି ପରିଚୟ…

ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ବିଶାଖାପାଟଣାରୁ ଭୁବନେଶ୍ୱର ଯାଉଥିବା ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତକଙ୍କ ପରିଚୟ ଜଣା ପଡ଼ିନାହିଁ।...

ଶିଶୁ ମନ୍ଦିରର ରୋପ୍ୟ ଜୟନ୍ତୀ ସମାରୋହ: ବାର୍ଷିକ ମୁଖପତ୍ର ‘ଆହ୍ବାନ’କୁ ଉନ୍ମୋଚନ କଲେ ବିଧାୟକ

ଦିଗପହଣ୍ଡି,୨୩।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରର ୨୫ ତମ ପ୍ରତିଷ୍ଠା ଦିବସ ଅବସରରେ ମଙ୍ଗଳବାର ସଂଧ୍ୟାରେ ଆୟୋଜିତ ରୌପ୍ୟ ଜୟନ୍ତୀ...

ମଦ୍ୟପଙ୍କୁ ତାରାତାରିଣୀ ମନ୍ଦିର ମନା: ଏଣିକି ମୋବାଇଲ ସହ ଫଟୋ ଉଠାକୁ ବାରଣ; ପ୍ରଶାସନିକ ବୈଠକରେ… 

ପୁରୁଷୋତ୍ତମପୁର,୨୩।୧୨ (ସବିତା ମିଶ୍ର): ବର୍ତ୍ତମାନ ପର୍ଯ୍ୟଟନର ଋତୁ ଚାଲିଥିବାବେଳେ ଆଉ କିଛି ଦିନ ପରେ ଆସୁଛି ନୂଆବର୍ଷ। ଏହି ଅବସରରେ ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ...

ଦିଗପହଣ୍ଡିରେ ଖୋଲିଲା ଧାନମଣ୍ଡି: ଜିଲାପାଳ କଲେ ଶୁଭାରମ୍ଭ, ବିଧାୟକ ଯୋଗଦେଇ…

ଦିଗପହଣ୍ଡି,୨୩।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି ଭାସନ ମଙ୍ଗଳବାର ଦିଗପହଣ୍ଡି ବ୍ଳକ ଫାସିଗୁଡା ଗ୍ରାମ ପ୍ରାଥମିକ ସେବା ସମବାୟ ସମିତି କାର୍ଯ୍ୟାଳୟ ପରିସରରେ ପହଞ୍ଚି...

ଦିନକ ପରେ ବଡ଼ଦିନ: ପୋଲିସର ଫ୍ଲାଗ ମାର୍ଚ୍ଚ, ପାଟ୍ରୋଲିଂ ବ୍ୟବସ୍ଥା କଡ଼ାକଡି

ବାଲିଗୁଡ଼ା,୨୩।୧୨:(ସଞ୍ଜୟ କୁମାର ପାଣିଗ୍ରାହୀ): ଆଉ ଦିନକ ପରେ ବଡଦିନ ପର୍ବ। ଏହାକୁ ଦୃଷ୍ଟିରେ ରଖି କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ...

ବାରିପଦାରେ ନିର୍ମାଣ ହେବ ବିମାନବନ୍ଦର ପରି ଅତ୍ୟାଧୁନିକ ‘ଅଟଳ ବସ୍ ଷ୍ଟାଣ୍ଡ’

ବାରିପଦା,୨୩।୧୨: ମୟୂରଭଞ୍ଜ ଜିଲାର ବାରିପଦା ସହରରେ ବିମାନବନ୍ଦର ଭଳି ସୁବିଧା ସମ୍ପନ୍ନ ଏକ ସୁସଜ୍ଜିତ ‘ଅଟଳ ବସ୍ ଷ୍ଟାଣ୍ଡ’ ନିର୍ମାଣ କରାଯିବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ...

ଥିଲେ ଦିଅନ୍ତୁ ନଥିଲେ ନିଅନ୍ତୁ

ଯାଜପୁର,୨୩।୧୨: ଓଡିଶାର ଅଗ୍ରଣୀ ସ୍ବେଚ୍ଛାସେବୀ ଅନୁଷ୍ଠାନ “ଜୟ ମହାକାଳ ଫାଉଣ୍ଡେସନ” ପକ୍ଷରୁ “ଥିଲେ ଦିଅନ୍ତୁ ନଥିଲେ ନିଅନ୍ତୁ” କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଯାଜପୁର ଜିଲ୍ଲା ଯାଜପୁର...

କୁର୍ମୀ କ୍ଷତ୍ରିୟ ପ୍ରଦେଶ ସଂସ୍ଥାର ମହାସଭା ପ୍ରସ୍ତୁତି: ବିଧାୟକ କହିଲେ….

ଭଞ୍ଜନଗର,୨୩।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିଠାରେ ଆସନ୍ତା ୨୫ ତାରିଖରୁ ୨୮ ତାରିଖ ପର୍ଯ୍ୟନ୍ତ କୁର୍ମୀ କ୍ଷତ୍ରିୟ ପ୍ରଦେଶ ସଂସ୍ଥାର ମହାସଭା ଅନୁଷ୍ଟିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri