ସ୍ଵତନ୍ତ୍ର ଅତିଥି ଭାବେ ନୂଆଦିଲ୍ଲୀ ସ୍ଵାଧୀନତା ଦିବସରେ ଯୋଗ ଦେବେ କଳାହାଣ୍ଡିର ପୁଅ ନିମନ୍ତ୍ରିତ ହୋଇଛନ୍ତି ଯୁବ ଲେଖକ

ଭବାନୀପାଟଣା, ୧୨।୮ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ପ୍ରତିଭାବାନ ଯୁବ ଲେଖକ ଡିଲେଶ୍ୱର ରଣାଙ୍କୁ ନୂଆଦିଲ୍ଲୀ ସ୍ଥିତ ଲାଲକିଲ୍ଲାରେ ଆୟୋଜିତ “୭୯ ତମ ସ୍ବାଧିନତା ଦିବସ”ରେ ଯୋଗଦାନ ନିମନ୍ତେ ନିମନ୍ତ୍ରଣ ମିଳିଛି। ଭାରତ ସରକାରଙ୍କ ତରଫରୁ ସ୍ଵତନ୍ତ୍ର ଅତିଥି ଭାବେ ନିମନ୍ତ୍ରିତ ହୋଇ ସେ ଏହି କାର୍ଯ୍ୟକ୍ରମରେ ଯୋଗ ଦେବାକୁ ଯାଉଛନ୍ତି। କଳାହାଣ୍ଡିର ଜଣେ ଯୁବଲେଖକ ଭାବେ ପ୍ରଥମଥର ପାଇଁ ଲାଲକିଲ୍ଲାସ୍ଥିତ କାର୍ଯ୍ୟକ୍ରମରେ ସାମିଲ ହେବେ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପତାକା ଉତ୍ତୋଳନ ଓ ଦେଶକୁ ସମ୍ବୋଧନ ପର୍ବରେ ଉପସ୍ଥିତ ହେବ ସହ ସେ ଅନ୍ୟ କାର୍ଯ୍ୟକ୍ରମରେ ଯୋଗ ଦେବାର ସୁଯୋଗ ପାଇଛନ୍ତି। ସୂଚନାଯୋଗ୍ୟ ଯେ, କଳାହାଣ୍ଡି ଜିଲ୍ଲା ନର୍ଲା ବ୍ଲକ୍ ଅନ୍ତର୍ଗତ ଧଅଁରାମାଲ ଗାଁରେ ଜନ୍ମିତ ଡିଲେଶ୍ୱରଙ୍କର ଗଳ୍ପ, କବିତା, ଫିଚର ଓ ଗୀତ ରଚନା, ଅଭିନୟ ଓ ଉପସ୍ଥାପନାରେ ବେଶ୍ ରୁଚି ରହିଛି। ତାଙ୍କର ଟାଇମପାସ ପ୍ରକାଶିତ ଗଳ୍ପ ସଂକଳନ ‘ସେଁରରା’ ଓ ନେସନାଲ୍ ବୁକ୍ ଟ୍ରଷ୍ଟ ପ୍ରକାଶିତ ଉପନ୍ୟାସ ‘ମେଳିଭୂଇଁ’ ବିପୁଳ ପାଠକୀୟତା ଲାଭ କରିଛି। ‘ସେଁର୍‌ରା’ ସଂକଳନର ଶୀର୍ଷକ ଗଳ୍ପକୁ ନେଇ ପ୍ରସ୍ତୁତ ଟେଲିଫିଲ୍ମ ଦୂରଦର୍ଶନରେ ପ୍ରସାରିତ ହୋଇ ବେଶ୍ ଆଦୃତ ହୋଇଛି। ସାରସ୍ୱତ ସାଧନା ପାଇଁ ସେ କେନ୍ଦ୍ର ସାହିତ୍ୟ ଏକାଡେମୀ ଯୁବ ପୁରସ୍କାର, ପ୍ରଧାନମନ୍ତ୍ରୀ ୟୁବା ମେଣ୍ଟରସିପ୍, କଥା ନବପ୍ରତିଭା ପୁରସ୍କାର, କାଦମ୍ବିନୀ ଗଳ୍ପ ଉନ୍ମେଷ ପୁରସ୍କାର, ତପସ୍ୟା ସମ୍ଭାବନା ପୁରସ୍କାର, ପଲ୍ଲବନ ଶବ୍ଦ ସମ୍ମାନ, ଦେବଗିରି ଯୁବ ସମ୍ମାନ, କଳାହାଣ୍ଡି ଯୁବ ପ୍ରତିଭା ପୁରସ୍କାର ପାଇବା ସହ କେନ୍ଦ୍ର ସାହିତ୍ୟ ଅକାଦେମୀର ଯୁବସହିତି କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିସାରିଛନ୍ତି। ସେହିପରି ଦେଶର ବିଭିନ୍ନ ମଞ୍ଚରେ ଅଭିନୟ କରିବା ସହ ବଲିଉଡ ଫିଲ୍ମ ‘ଏ ରେଡ୍ ଶାର୍ଟ’ରେ ଅଭିନେତା ରଘୁବୀର ଯାଦବଙ୍କ ସହ ଅଭିନୟ କରିଛନ୍ତି। ଜଣେ ଲେଖକ ଭାବେ କଳାହାଣ୍ଡିରୁ ସେ ଜାତୀୟ ସ୍ଵାଧୀନତା ଦିବସ ଉତ୍ସବରେ ସାମିଲ ହେଉଥିବାରୁ ଅନେକ ବ୍ୟକ୍ତିବିଶେଷ ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶୀତରେ ଥରୁଛି ଜି.ଉଦୟଗିରି: ଜନଜୀବନ ଅସ୍ତବ୍ୟସ୍ତ

ଜି.ଉଦୟଗିରି,୮।୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ସାରା ରାଜ୍ୟରେ ହାଡ଼ଭଙ୍ଗା ଶୀତ ଜାରି ରହିଥିବାବେଳେ ଥଣ୍ଡା ଶୁଷ୍କ ବାୟୁ ପ୍ରଭାବରେ ୧୨ ଯାଏ ଶୀତ ଲହରୀ ଜାରି...

ଟାଇକୋଣ୍ଡୋ ଏକାଡେମୀର ଗୌରବମୟ ସଫଳତା: ସୋହନଙ୍କୁ ମିଳିଲା…

ଛତ୍ରପୁର,୮।୧୨(ଦିଲ୍ଲୀପ ସାମଲ): ଛତ୍ରପୁର ନିକଟ ଧିରେଶର୍‌ ବିଦ୍ୟାପୀଠର ନବମ ଶ୍ରେଣୀ ଛାତ୍ର ଏସ୍‌. ସୋହନ ରେଡ୍ଡି ଅରୁଣାଞ୍ଚଳ ପ୍ରଦେଶରେ ହୋଇଥିବା ଜାତୀୟ ବିଦ୍ୟାଳୟ ସମୂହ କ୍ରୀଡା...

କାମ ଦେଉଛି AI କ୍ୟାମେରା: ପୁଣି ଗିରଫ ହେଲେ ୨ ଶିକାରୀ

ନୀଳଗିରି,୮ା୧୨(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ବର ଜିଲା ନୀଳଗିରି ଉପଖଣ୍ଡ ଅଧୀନ କୁଲଡିହା ଅଭୟାରଣ୍ୟରୁ ପୁଣି ଦୁଇ ଶିକାରୀଙ୍କୁ ଧରାଇଦେଲା ଏ.ଆଇ କ୍ୟାମେରା। କିଛି ଦିନ ପୂର୍ବରୁ...

ପଲିଥିନ୍‌ କାରଖାନାରେ ଲାଗିଲା ନିଆଁ

କଟକ,୮ା୧୨(କାର୍ତ୍ତିକ ସାହୁ): ସୋମବାର କଟକ ଜଗତପୁରର ଗୁଜରପୁରଠାରେ ଥିବା ଏକ ପଲିଥିନ ଉତ୍ପାଦନ ୟୁନିଟ ‘ଜଗା କାଳିଆ ପଲିପ୍ୟାକ୍‌ ଏଣ୍ଟରପ୍ରାଇଜେସ’ ରେ ଏକ ବଡ଼ ଧରଣର...

ହ୍ୟୁମାନଙ୍କ ମୃତ୍ୟୁ ମାମଲାରେ ଆସିଲା ବଡ଼ ଟୁଇଷ୍ଟ: ଅର୍ପିତାଙ୍କୁ ନେଇ ପ୍ରଥମ ଥର ମୁହଁ ଖୋଲିଲେ ସ୍ତ୍ରୀ ଶ୍ରୀୟା

ବଲାଙ୍ଗୀର,୮।୧୨(ସୁନିଲ ମହାନ୍ତି): ବଲାଙ୍ଗୀର ଟିଟିଲାଗଡ଼ରେ ରବିବାର ଲୋକପ୍ରିୟ କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ପାଇଁ ଥିଲା ଶ୍ରଦ୍ଧାଞ୍ଜଳି ସଭା। ଏହି ସଭାରେ ଅଭିନେତା ଅନୁଭବ ମହାନ୍ତି, ଅସିମା...

ପିକ୍‌ନିକ୍‌ ସ୍ପଟ୍‌ ଶାନ୍ତିବନ: ମନ ଭିତରେ ଆପେ ଆପେ ସୃଷ୍ଟି ହୋଇଯାଏ ଆଧ୍ୟାତ୍ମିକ ଭାବନା

କର୍ଲାମୁଣ୍ଡା,୮ା୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ କୁଶୁର୍ଲା ଓ ମ. ରାମପୁର ବ୍ଲକ୍‌ ମସ୍କାଦାଣ୍ଡି ଗ୍ରାମ ସୀମାରେ ରହିଛି ଶାନ୍ତିବନ ଗ୍ରାମ୍ୟ ଜଙ୍ଗଲ।...

ହ୍ୟୁମାନଙ୍କ ଗୀତ ଶୁଣି ଷ୍ଟେଜ୍‌ରେ କାନ୍ଦି ପକାଇଲେ ମା’-ସ୍ତ୍ରୀ-ଝିଅ

ବଲାଙ୍ଗୀର,୮ା୧୨(ସୁନିଲ କୁମାର ମହାନ୍ତି): ଓଡ଼ିଶାର ସୁନାମଧନ୍ୟ ଗାୟକ ହ୍ୟୁମାନ ସାଗରଙ୍କ ଉଦ୍ଦେଶ୍ୟରେ ଟିଟିଲାଗଡ଼ର ବୟଜ ହାଇସ୍କୁଲ ପଡ଼ିଆରେ ଓଡ଼ିଶା କଳାକାର ଏକତା ମଞ୍ଚ ପକ୍ଷରୁ ରବିବାର...

ସୁନା ବିସ୍କୁଟ ପ୍ରଲୋଭନ ଦେଖାଇ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି,୮ା୧୨(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡ ଅଞ୍ଚଳରେ ସୁନା ବିସ୍କୁଟ ପ୍ରଲୋଭନ ଦେଖାଇ ପୁରୀର ଜଣେ ବ୍ୟକ୍ତିଙ୍କ ଠାରୁ ୪ ଲକ୍ଷ ଟଙ୍କାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri