ସ୍ଵତନ୍ତ୍ର ଅତିଥି ଭାବେ ନୂଆଦିଲ୍ଲୀ ସ୍ଵାଧୀନତା ଦିବସରେ ଯୋଗ ଦେବେ କଳାହାଣ୍ଡିର ପୁଅ ନିମନ୍ତ୍ରିତ ହୋଇଛନ୍ତି ଯୁବ ଲେଖକ

ଭବାନୀପାଟଣା, ୧୨।୮ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ପ୍ରତିଭାବାନ ଯୁବ ଲେଖକ ଡିଲେଶ୍ୱର ରଣାଙ୍କୁ ନୂଆଦିଲ୍ଲୀ ସ୍ଥିତ ଲାଲକିଲ୍ଲାରେ ଆୟୋଜିତ “୭୯ ତମ ସ୍ବାଧିନତା ଦିବସ”ରେ ଯୋଗଦାନ ନିମନ୍ତେ ନିମନ୍ତ୍ରଣ ମିଳିଛି। ଭାରତ ସରକାରଙ୍କ ତରଫରୁ ସ୍ଵତନ୍ତ୍ର ଅତିଥି ଭାବେ ନିମନ୍ତ୍ରିତ ହୋଇ ସେ ଏହି କାର୍ଯ୍ୟକ୍ରମରେ ଯୋଗ ଦେବାକୁ ଯାଉଛନ୍ତି। କଳାହାଣ୍ଡିର ଜଣେ ଯୁବଲେଖକ ଭାବେ ପ୍ରଥମଥର ପାଇଁ ଲାଲକିଲ୍ଲାସ୍ଥିତ କାର୍ଯ୍ୟକ୍ରମରେ ସାମିଲ ହେବେ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପତାକା ଉତ୍ତୋଳନ ଓ ଦେଶକୁ ସମ୍ବୋଧନ ପର୍ବରେ ଉପସ୍ଥିତ ହେବ ସହ ସେ ଅନ୍ୟ କାର୍ଯ୍ୟକ୍ରମରେ ଯୋଗ ଦେବାର ସୁଯୋଗ ପାଇଛନ୍ତି। ସୂଚନାଯୋଗ୍ୟ ଯେ, କଳାହାଣ୍ଡି ଜିଲ୍ଲା ନର୍ଲା ବ୍ଲକ୍ ଅନ୍ତର୍ଗତ ଧଅଁରାମାଲ ଗାଁରେ ଜନ୍ମିତ ଡିଲେଶ୍ୱରଙ୍କର ଗଳ୍ପ, କବିତା, ଫିଚର ଓ ଗୀତ ରଚନା, ଅଭିନୟ ଓ ଉପସ୍ଥାପନାରେ ବେଶ୍ ରୁଚି ରହିଛି। ତାଙ୍କର ଟାଇମପାସ ପ୍ରକାଶିତ ଗଳ୍ପ ସଂକଳନ ‘ସେଁରରା’ ଓ ନେସନାଲ୍ ବୁକ୍ ଟ୍ରଷ୍ଟ ପ୍ରକାଶିତ ଉପନ୍ୟାସ ‘ମେଳିଭୂଇଁ’ ବିପୁଳ ପାଠକୀୟତା ଲାଭ କରିଛି। ‘ସେଁର୍‌ରା’ ସଂକଳନର ଶୀର୍ଷକ ଗଳ୍ପକୁ ନେଇ ପ୍ରସ୍ତୁତ ଟେଲିଫିଲ୍ମ ଦୂରଦର୍ଶନରେ ପ୍ରସାରିତ ହୋଇ ବେଶ୍ ଆଦୃତ ହୋଇଛି। ସାରସ୍ୱତ ସାଧନା ପାଇଁ ସେ କେନ୍ଦ୍ର ସାହିତ୍ୟ ଏକାଡେମୀ ଯୁବ ପୁରସ୍କାର, ପ୍ରଧାନମନ୍ତ୍ରୀ ୟୁବା ମେଣ୍ଟରସିପ୍, କଥା ନବପ୍ରତିଭା ପୁରସ୍କାର, କାଦମ୍ବିନୀ ଗଳ୍ପ ଉନ୍ମେଷ ପୁରସ୍କାର, ତପସ୍ୟା ସମ୍ଭାବନା ପୁରସ୍କାର, ପଲ୍ଲବନ ଶବ୍ଦ ସମ୍ମାନ, ଦେବଗିରି ଯୁବ ସମ୍ମାନ, କଳାହାଣ୍ଡି ଯୁବ ପ୍ରତିଭା ପୁରସ୍କାର ପାଇବା ସହ କେନ୍ଦ୍ର ସାହିତ୍ୟ ଅକାଦେମୀର ଯୁବସହିତି କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିସାରିଛନ୍ତି। ସେହିପରି ଦେଶର ବିଭିନ୍ନ ମଞ୍ଚରେ ଅଭିନୟ କରିବା ସହ ବଲିଉଡ ଫିଲ୍ମ ‘ଏ ରେଡ୍ ଶାର୍ଟ’ରେ ଅଭିନେତା ରଘୁବୀର ଯାଦବଙ୍କ ସହ ଅଭିନୟ କରିଛନ୍ତି। ଜଣେ ଲେଖକ ଭାବେ କଳାହାଣ୍ଡିରୁ ସେ ଜାତୀୟ ସ୍ଵାଧୀନତା ଦିବସ ଉତ୍ସବରେ ସାମିଲ ହେଉଥିବାରୁ ଅନେକ ବ୍ୟକ୍ତିବିଶେଷ ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାଟଣା-ସାହାରପଡ଼ା ବ୍ଲକ ବିଜେଡିର ନୂଆ କର୍ମକର୍ତ୍ତା ନିଯୁକ୍ତ, ରଞ୍ଜନ-ମଧବାଙ୍କୁ ବଡ଼ ଦାୟିତ୍ବ ଦେଲା ବିଜେଡି

ପାଟଣା,୨୧ା୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀ ଅଧୀନ ପାଟଣା ଓ ସାହାରପଡ଼ା ବ୍ଲକ ବିଜେଡିର କାର୍ଯ୍ୟକାରୀ କମିଟିକୁ ଗତ ଶନିବାର ଦଳର ବରିଷ୍ଠ ଉପସଭାପତି…

ବାଲେଶ୍ୱରରେ ଭୟଙ୍କର ଅଗ୍ନିକାଣ୍ଡ, ହୁତୁହୁତୁ ହୋଇ ଜଳିଲା ଶାନ୍ତି ରେଷ୍ଟୁରାଣ୍ଟ

ବାଲେଶ୍ୱର, ୨୧ା୯( ବାଞ୍ଛାନିଧି ଦେ): ହୁତୁ ହୁତୁ ହୋଇ ଜଳୁଛି ରେଷ୍ଟୁରାଣ୍ଟ । ବାଲେଶ୍ୱର ଓଟି ରୋଡ୍‌ରେ ଥିବା ଶାନ୍ତି ରେଷ୍ଟୁରାଣ୍ଟରେ ସୋମବାର ଭୟଙ୍କର ଅଗ୍ନିକାଣ୍ଡ ଘଟିଛି…

ରିଷିଡ଼ା କନ୍ଧପଡ଼ାରେ ମରଣଯନ୍ତା ସାଜିଛି ବିପଦପୂର୍ଣ୍ଣ ଟ୍ରାନ୍ସଫର୍ମର, ମରାମତି ନହେଲେ ଆନ୍ଦୋଳନ…

ରିଷିଡ଼ା,୨୧ା୯(ସୁଶାନ୍ତ ମଲ୍ଲିକ): ବିପଦ ସଙ୍କୁଳ ଅବସ୍ଥାରେ ଝୁଲୁଛି ମୃତ୍ୟୁର ଫାଶ । ତାର ଗୁଡ଼ିକ ତଳକୁ ଲମ୍ବିଛି, ହେଲେ ବିଭାଗ ପକ୍ଷରୁ କୌଣସି ପଦକ୍ଷେପ ଗ୍ରହଣ କରାଯାଉ…

ଶଙ୍ଖଭବନରୁ ଆସିଲା ଖୁସି ଖବର, ପୌର ନିର୍ବାଚନ ପୂର୍ବରୁ ଈଶ୍ୱର-ପୂର୍ଣ୍ଣଙ୍କୁ ମିଳିଲା ଗୁଡ଼ାରିର ବଡ଼ ଦାୟିତ୍ୱ

ଗୁଡ଼ାରି,୨୧ା୯(ପ୍ରମୋଦ କୁମାର ପତି): ଶଙ୍ଖଭବନରୁ ଆସିଲା ଖୁସି ଖବର। ବିଜୁ ଜନତା ଦଳର ଗୁଡ଼ାରି ନଗର କମିଟି ସଭାପତି ଭାବେ ବିଜେଡି ନେତା ଈଶ୍ୱର ପାଣିଗ୍ରାହୀଙ୍କୁ ଦଳ…

ଗଭୀର ଅବପାତକୁ ନେଇ ଗଞ୍ଜାମ ଜିଲା ପ୍ରଶାସନର ଆଗୁଆ ପ୍ରସ୍ତୁତି, ଅଧିକାରୀ ହେଡ୍‌କ୍ୱାର୍ଟର ନ ଛାଡ଼ିବାକୁ ନିର୍ଦ୍ଦେଶ

ଛତ୍ରପୁର,୨୧ା୯(ଦିଲ୍ଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତ ଯୋଗୁ ସମ୍ଭାବ୍ୟ ପ୍ରବଳ ବର୍ଷା ଓ ପ୍ରତିକୂଳ ପାଣିପାଗକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ…

ଧାନ ଫସଲରେ ବ୍ୟାପୁଛି ନଳିପୋକ, ଚକଡ଼ା ରୋଗ, ଚିନ୍ତାରେ ଚାଷୀ

ବରଗଡ଼,୨୧।୯(ପ୍ରେମାନନ୍ଦ ଖମାରୀ): ବର୍ଷା କମିଛି। ଗୁଳୁଗୁଳି ଆରମ୍ଭ ହୋଇଛି। ଏଭଳି ସ୍ଥିତିରେ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଧାନ ଫସଲରେ ନଲିପୋକ (ପତ୍ରପୋଡ଼ା), ଚକଡ଼ା…

କ୍ଷଣସ୍ଥାୟୀ କରୁଛନ୍ତି କ୍ଷତି

ଭାରତ ନୂଆଦିଲ୍ଲୀଠାରେ ବ୍ରିକ୍ସ ଶିଖର ସମ୍ମିଳନୀ ଆୟୋଜନ କରି ବାହାବା ନେଲା। ଚାଇନା ରାଷ୍ଟ୍ରପତି ଶି ଜିନ୍‌ପିଙ୍ଗ ଓ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ଙ୍କ ଗସ୍ତକୁ ବିରାଟ…

ଆଜି ଅବପାତ ରୂପ ନେବ ଲଘୁଚାପ, ପାଣିପାଗ ବିଭାଗ କହିଲା ବୁଧବାର ସକାଳ ସୁଦ୍ଧା…

ଭୁବନେଶ୍ୱର,୨୧ା୯: ଉତ୍ତର ଆଣ୍ଡାମାନ ସାଗର ଏବଂ ସଂଲଗ୍ନ ଅଞ୍ଚଳ ଉପରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରି ରବିବାର ସକାଳେ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?