ପାରମ୍ପରିକ ‘ଟୋକି ପର୍ବ’ ପାଇଁ  ଚଳଚଞ୍ଚଳ କଳାହାଣ୍ଡି:  ସଜାଗ ଅଛନ୍ତି ପର୍ବ ପାଳନ କମିଟି, ଜାନୀ-ଦିଶାରୀଙ୍କ ନେତୃତ୍ୱରେ…

ଥୁଆମୂଳ ରାମପୁର, ୨୮ା୧୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ଆଦିବାସୀ ଅଞ୍ଚଳରେ ଆସନ୍ତାକାଲି ଅର୍ଥାତ ରବିବାର କନ୍ଧ ସମ୍ପ୍ରଦାୟର ଗଣପର୍ବ ଟୋକି ମରା ବା ‘ଟୋକି ପର୍ବ’ ଅନୁଷ୍ଠିତ ହେବ। ଧରଣୀ ମାତାଙ୍କ ଆଶୀର୍ବାଦ ଭିକ୍ଷା କରିବା ସହ ଗ୍ରାମର ସମୂହ ମଙ୍ଗଳ ପାଇଁ ବ୍ଲକର ବିଭିନ୍ନ ସ୍ଥାନରେ ହଜାର ହଜାର ଅଧିବାସୀ ତଥା ଶ୍ରଦ୍ଧାଳୁଙ୍କ ସମାଗମ ହେବାକୁ ଯାଉଛି। ଏହି ପ୍ରାଚୀନ ପର୍ବକୁ ସୁଚାରୁରୂପେ ପାଳନ କରିବା ପାଇଁ ପର୍ବ ପାଳନ କମିଟି, ଯୁବ ଅନୁଷ୍ଠାନ ଓ ଗ୍ରାମବାସୀ ସମ୍ପୂର୍ଣ୍ଣ ସଜାଗ ରହିଛନ୍ତି।

ସୂଚନା ଅନୁଯାୟୀ, ରବିବାର ଗୋପାଳପୁର ପଞ୍ଚାୟତ ସ୍ଥିତ ବେନ୍ଦାଝୋଲା, ତଲଝାପି ପଞ୍ଚାୟତର ମସ୍କାଗୁଡ଼ା (ମୁନୁଷ୍ପଡ଼ା) ଏବଂ ମହୁଲ ପାଟଣା ପଞ୍ଚାୟତର ଟିକିଲି ପଦର ଗ୍ରାମରେ ଏହି ବଡ଼ପର୍ବ ପାଳିତ ହେବ। ଶନିବାର ରାତିରୁ ହିଁ ବିଭିନ୍ନ ପ୍ରାନ୍ତରୁ ଆଦିବାସୀ ଭାଇ ଭଉଣୀମାନେ ପାରମ୍ପରିକ ବେଶଭୂଷା ଓ ଅସ୍ତ୍ରଶସ୍ତ୍ର ଧରି ଉକ୍ତ  ଗ୍ରାମଗୁଡ଼ିକରେ ପହଞ୍ଚି ସାରିଛନ୍ତି। ରାତିସାରା ଧରଣୀ ପେନୁ ବା ଧରଣୀ ଗୁଡ଼ି ପରିକ୍ରମା କରିବା ସହ ଢାପ ଓ ସଲପ ନିଶାଣର ତାଳେ ତାଳେ ନାଚଗୀତରେ ଅଞ୍ଚଳ ଉତ୍ସବମୁଖର ହୋଇଉଠିଛି। ପୂର୍ବରୁ ଏହି ପର୍ବରେ ନରବଳି ବା ‘ମେରିଆ ବଳି’ ପ୍ରଥା ରହିଥିବା ବେଳେ ଏବେ ତାହା ‘ଟୋକି’ (ଗଡର) ବଳିରେ ପରିଣତ ହୋଇଛି। ଗ୍ରାମର ମୁଖ୍ୟ ପୂଜକ ବା ‘ଜାନି’ଙ୍କ ନେତୃତ୍ୱରେ ଦିଶାରି, ରାପିଆ, ବେଜୁ ଏବଂ ଗୌଡ ପ୍ରମୁଖଙ୍କ ଉପସ୍ଥିତିରେ ଧରିତ୍ରୀ ମାତାଙ୍କୁ ସନ୍ତୁଷ୍ଟ କରିବା ପାଇଁ ସୱତନ୍ତ୍ର ପୂଜାର୍ଚ୍ଚନା ପରେ ରକ୍ତ ଅର୍ପଣ କରାଯିବାର ବିଧି ରହିଛି। ଗ୍ରାମର ମଙ୍ଗଳ ଏବଂ ଉତ୍ତମ ଶସ୍ୟ ଅମଳ କାମନା କରି ଆଦିବାସୀମାନେ ଏହି ନିଆରା ପରମ୍ପରାକୁ ବହୁ ବର୍ଷ ଧରି ବଞ୍ଚାଇ ରଖିଛନ୍ତି। ବଳି ପରେ ପ୍ରସାଦକୁ ପରିବାର ମଧ୍ୟରେ ବଣ୍ଟନ କରାଯିବା ସହ ଜମିରେ ପୋତିବାର ପରମ୍ପରା ମଧ୍ୟ ରହିଛି। ଏହା ସହ ଆସନ୍ତା ଜାନୁଆରୀ ୪ ତାରିଖରେ କାଣିଗୁମା (ଚାଚିକନା), ଗୁଣପୁର ସଦର, ଶେରପଦର୍‌ ଏବଂ ନାକରୁଣ୍ଡି (ତୂରୀ ଭେଜିଗୁଡ଼ା) ଠାରେ ମଧ୍ୟ ଏହି ପର୍ବ ପାଳିତ ହେବ। ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ ପର୍ବ ପାଳନ କମିଟି ଓ ସ୍ଥାନୀୟ ପୋଲିସ ପ୍ରଶାସନ ପକ୍ଷରୁ ସଜାଗ ଦୃଷ୍ଟି ରଖାଯାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ସବଜେଲ କ୍ୱାଟର୍ସରୁ ମିଳିଲା ୱାର୍ଡରଙ୍କ ମୃତଦେହ, ଗାଡ଼ି ଆସିଲେ ମଧ୍ୟ ସେ ଡ୍ୟୁଟିକୁ ନ ଯିବାରୁ ବଢ଼ିଲା …

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାହାସପୁର ଗ୍ରାମ ନିକଟ ଦିଗପହଣ୍ଡି ସବଜେଲ କ୍ୱାଟର୍ସରୁ ଶୁକ୍ରବାର ସନ୍ଧ୍ୟାରେ ଜଣେ ଜେଲ ୱାର୍ଡରଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ…

ଚାମ୍ବରରେ ଧସେଇ ପଶି ଏମିତି କ’ଣ କହିଦେଲେ ଭାଜପା ନେତା, ଚେୟାରରେ ଚେତାଶୂନ୍ୟ ହୋଇ ପଡ଼ିଗଲେ ବିଡିଓ

ଡେରାବିଶ, ୧୪।୮ (ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ କାର୍ଯ୍ୟାଳୟରେ ଶୁକ୍ରବାର ଅପରାହ୍ନରେ ଏକ ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଛି। ବିଡିଓ ନମିତା ବାରିକ…

ଘୁମୁସର ସ୍ବର ଶୁଣିବେ ଶ୍ରୋତା, ‘ରେଡିଓ ଆଇନା’ର ଲୋକାର୍ପଣ କରି ବିଧାୟକ କହିଲେ…

ଭଞ୍ଜନଗର,୧୪ା୮(ବାବୁଲା ପ୍ରଧାନ): ରେଡିଓର ବିକାଶ ଓ ଏହାକୁ ଲୋକଙ୍କ ନିକଟତର କରିବା ଲକ୍ଷ୍ୟରେ ଭଞ୍ଜନଗର ମାଲସାହିଠାରେ ଶୁକ୍ରବାର ‘ରେଡିଓ ଆଇନା’ର ଲୋକାର୍ପଣ ହୋଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ…

ବିଦ୍ୟୁତ୍‌ ଆଘାତରେ ନାବାଳିକାଙ୍କ ଜୀବନ ଗଲା, କ୍ଷତିପୂରଣ ଦାବିରେ…

କାଲିମେଳା,୧୪ା୮(ଜୀବନ କୃଷ୍ଣ ଦାସ): ମାଲକାନଗିରି ଜିଲା କାଲିମେଳା ଥାନା ଅନ୍ତର୍ଗତ କୁର୍ମାନୁର ପଞ୍ଚାୟତର ଗୁରାଲୁର ଗ୍ରାମରେ ବିଦ୍ୟୁତ୍‌ ଆଘାତରେ ଜଣେ ୧୩ ବର୍ଷୀୟା ନାବାଳିକାଙ୍କ ମୃତ୍ୟୁ ଘଟିଛି।…

ଗୁଣପୁରରେ ଅଖଣ୍ଡ ଭାରତ ଦିବସ: ତ୍ରିରଙ୍ଗା ଯାତ୍ରାରେ ବାହାରି ମହାପୁରୁଷଙ୍କ ବଳିଦାନକୁ ନେଇ…

ଗୁଣପୁର,୧୪ା୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ପୁରୁଣା ବସ୍‌ଷ୍ଟାଣ୍ଡଠାରେ ଶୁକ୍ରବାର ଅଖଣ୍ଡ ଭାରତ ଦିବସ ପାଳନ ହୋଇଯାଇଛି। ଏହି ଅବସରରେ ଭାଜପା ଜିଲା ସଭାପତି ଗୋପୀ ଆନନ୍ଦ…

ପାନୀୟ ଜଳ ପାଇଁ ଯିବାକୁ ପଡୁଛି ୨ କିମି, ଏସ୍‌ଡିପିଓ କହିଲେ ଯୁଦ୍ଧକାଳୀନ ଭିତ୍ତିରେ ଆଜି…

କେସିଙ୍ଗା,୧୪ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ମଖାପଳା ଗ୍ରାମରେ ଦୀର୍ଘଦିନରୁ ପାନୀୟଜଳ ସମସ୍ୟା ରହିଛି। ଏହି ଅଞ୍ଚଳରେ ନଳକୂପ ଖୋଳିଲେ ମଧ୍ୟ ପାଣି ବାହାରୁନାହିଁ। ଗ୍ରାମରୁ…

ତାଳଚେର-ପୁରୀ ମେମୁ ପାସେଞ୍ଜର ଲାଇନ୍‌ଚ୍ୟୁତ

ପୁରୀ,୧୪ା୮(ଅଜିତ କୁମାର ମହାନ୍ତି): ପୁରୀ ଷ୍ଟେଶନ ନିକଟରେ ତାଳଚେରରୁ ପୁରୀ ଆସୁଥିବା ମେମୁ ପାସେଞ୍ଜର ଟ୍ରେନ ପୁରୀ ଷ୍ଟେଶନରୁ ମାତ୍ର ୫୦୦ ମିଟର ଦୂରରେ ଲାଇନଚ୍ୟୁତ ହୋଇଛି।…

ବରାଳ ବାଲୁଙ୍କେଶ୍ୱର ମନ୍ଦିର ବିକାଶ ପାଇଁ ୮୫ ଲକ୍ଷ ଟଙ୍କା ମଞ୍ଜୁର

ସାକ୍ଷୀଗୋପାଳ,୧୪ା୮(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ପୁରୀ ଜିଲା ସତ୍ୟବାଦୀ ବ୍ଲକର ବରାଳ ଗ୍ରାମର ପୁରାଣ ପ୍ରସିଦ୍ଧ ବାଲୁଙ୍କେଶ୍ୱର ଦେବ ମନ୍ଦିରକୁ ଦିନକୁ ଦିନ ଶ୍ରଦ୍ଧାଳୁମାନଙ୍କ ସମାଗମ ବୃଦ୍ଧି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri