ସୌମ୍ୟାଶ୍ରୀଙ୍କୁ ନ୍ୟାୟ ଦାବିରେ କଳାହାଣ୍ଡି ବନ୍ଦ ପ୍ରଭାବ: ସରକାରଙ୍କ ବିରୋଧରେ ବିକ୍ଷୋଭ

ଭବାନୀପାଟଣା,୧୭।୭(ଉତ୍ତମ କୁମାର ଦାଶ)-ବାଲେଶ୍ୱର ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟରେ ଛାତ୍ରୀ ସୌମ୍ୟାଶ୍ରୀ ବିଶି ଆତ୍ମାହୁତି ଦେବା ଘଟଣାକୁ ନେଇ ସମଗ୍ର ରାଜ୍ୟରେ ତାତି ଦେଖାଯିବା ସହ ପ୍ରତିବାଦର ସ୍ବର ଦେଖିବାକୁ ମିଳିଛି। ତେବେ ସୌମ୍ୟାଶ୍ରୀଙ୍କୁ ନ୍ୟାୟ ଦାବିରେ
ପୂର୍ବରୁ ପ୍ରଦେଶ କଂଗ୍ରେସ କମିଟିର ରାଜ୍ୟ ସଭାପତି ଭକ୍ତ ଚରଣ ଦାସ ଗୁରୁବାର ସାରା ରାଜ୍ୟକୁ ୧୨ ଘଣ୍ଟିଆ ବନ୍ଦ ଡାକରା ଦେଇଛନ୍ତି। ଯାହାର ପ୍ରଭାବ କଳାହାଣ୍ଡି ଜିଲାର ମଧ୍ୟ ଦେଖିବାକୁ ମିଳିଛି।
ସକାଳ ୬ଟାରୁ ଜିଲାର ମୁଖ୍ୟାଳୟ ଭବାନୀପାଟଣା ସହର ସମେତ ଜୁନାଗଡ଼, ଧର୍ମଗଡ଼,କେସିଙ୍ଗା ଆଦି ବିଭିନ୍ନ ସହରରେ ଏହି ବନ୍ଦକୁ ଜୋରଦାର କରାଯାଇଛି। ଜିଲାର ପ୍ରାୟ ସମସ୍ତ ବ୍ୟବସାୟିକ ଅନୁଷ୍ଠାନ, ସ୍କୁଲ, କଲେଜ, ସରକାରୀ ଓ ବେସରକାରୀ ଅନୁଷ୍ଠାନକୁ ସମ୍ପୂର୍ଣ୍ଣ ବନ୍ଦ ରହିଥିବା ଦେଖିବାକୁ ମିଳିଛି। ବିଭିନ୍ନ ସ୍ଥାନରେ କଂଗ୍ରେସ କାର୍ଯ୍ୟକର୍ତ୍ତା ଶୋଭାଯାତ୍ରା କରିବା ସହ ସରକାରଙ୍କ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ କରୁଛନ୍ତି। ଜିଲାରେ ଯାଇଥିବା ୨୬ ନମ୍ବର ଜାତୀୟ ରାଜପଥରେ ଯାନ ବାହାନ ଚଳାଚଳ ଠପ ହୋଇଯାଇଛି । ଭବାନୀପାଟଣା ରେ ସ୍ଥାନୀୟ ବିଧାୟକ ସାଗର ଚରଣ ଦାସ ଏହାର ନେତୃତ୍ୱ ନେଉଥିବାବେଳେ ତାଙ୍କ ସହ ଜିଲା ସଭାପତି ଜଳନ୍ଧର ନାଏକ, ପୂର୍ବତନ ଜିଲା କଂଗ୍ରେସ ସଭାପତି ଭାରତ ଭୂଷଣ ବେମାଲ, ଜିଲା ଯୁବ କଂଗ୍ରେସ ସଭାପତି ମହମ୍ମଦ ସାହେବ, ରାଜ୍ୟ ଶୃଙ୍ଖଳା କମିଟି ସଦସ୍ୟ ଇନ୍ଦ୍ରଜିତ୍ ମହାଖୁଡ, ରାଜୀବ ଗାନ୍ଧୀ ପଞ୍ଚାୟତ ରାଜ ସଂଗଠନ ସମ୍ପାଦକ ସରୋଜ ବାଗ, ଛାତ୍ର ସଭାପତି ସୁଶାନ୍ତ ପ୍ରଧାନୀ, ସିପିଏମ ନେତା ନବ କିଶୋର ପଟ୍ଟନାୟକ, ସିପିଆଇ ରାଜ୍ୟ ସମ୍ପାଦକ ମଣ୍ଡଳୀ ସଦସ୍ୟ ଦାମ ବେହେରା, ସିପିଆଇ ଜିଲା ସହ ସମ୍ପାଦକ ସଞ୍ଜୟ ସୁନାନୀ, ଜିଲା ଉପ ସଭାପତି ପ୍ରୀତମ ବେହେରା, ବ୍ଲକ ସଭାପତି ସୁବାଷ ପ୍ରଧାନ, ପୂର୍ବତନ ନଗର ସମ୍ପାଦକ ସନ୍ତୋଷ ପ୍ରଧାନ,ଟାଉନ ସଭାପତି ସୁକାନ୍ତି ସରାଫ ପ୍ରମୂଖ ସାମିଲ ହୋଇଛନ୍ତି । ସେହିପରି ଜୁନାଗଡ଼ରେ ରାଜ୍ୟ ଏସସି ସେଲର ଉପ ସଭାପତି ଚିତ୍ତ ରଞ୍ଜନ ନିଆଲ,ଟାଉନ ସଭାପତି ଅମିତ ଅଗ୍ରୱାଲ, ବରିଷ୍ଠ ନେତା ପ୍ରଭାତ ଦାଶ ପ୍ରମୁଖ ନେତୃତ୍ୱ ନେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତର ଏକତା ଓ ପ୍ରଗତି ପାଇଁ ସମର୍ପିତ ଏକ ଜୀବନ

ରାଷ୍ଟ୍ରବାଦ ଓ ନିଃସ୍ବାର୍ଥ ସେବାର ଆଦର୍ଶରେ ବିଶ୍ୱାସ କରୁଥିବା ଅଗଣିତ ଲୋକଙ୍କ ପାଇଁ ଆଜିର ଦିନ, ୬ ଜୁଲାଇର ବିଶେଷ ମହତ୍ତ୍ୱ ରହିଛି। ଆମେ ଡକ୍ଟର ଶ୍ୟାମା…

ମହିଳା ଟି୨୦ ବିଶ୍ୱକପ୍‌: ଅଷ୍ଟ୍ରେଲିଆ ଚାମ୍ପିୟନ

ଲଣ୍ଡନ,୫ା୭: ମହିଳା ଟି୨୦ ବିଶ୍ୱକପ୍‌ରେ ପୁଣି ଥରେ ଚାମ୍ପିୟନ ହୋଇଛି ଅଷ୍ଟ୍ରେଲିଆ। ଟୁର୍ନାମେଣ୍ଟରେ ଅପରାଜେୟ ରହିଥିବା ଅଷ୍ଟ୍ରେଲିଆ ଐତିହାସିକ ଲଡର୍‌ସ ଗ୍ରାଉଣ୍ଡରେ ରବିବାର ଖେଳାଯାଇଥିବା ଫାଇନାଲରେ ୭…

ଜିଲାପାଳଙ୍କ ବଡ଼ ଘୋଷଣା: କଟକରେ ସ୍କୁଲ ଛୁଟି

କଟକ,୫।୭: ସୋମବାର କଟକ ଜିଲାର ସମସ୍ତ ସରକାରୀ ଏବଂ ବେସରକାରୀ ଶିକ୍ଷାନୁଷ୍ଠାନ ଛୁଟି ରହିବ। ଲଘୁଚାପ ଜନିତ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି କଟକ ଜିଲାପାଳ ଛୁଟି…

ଗୁରଗାଁଓରେ ଚାଞ୍ଚଲ୍ୟ: ପ୍ରେମିକ ସହ ମିଶି ସ୍ବାମୀଙ୍କୁ ହତ୍ୟାକଲେ ନବବିବାହିତା ମହିଳା

ଗୁରଗାଁଓ,୫ା୭: ନିଖୋଜ ହେବାର ୨ ଦିନ ପରେ ଜଣେ ୨୧ ବର୍ଷୀୟ ଯୁବକଙ୍କ ମୃତଦେହ ରଓ୍ବୋରୀସ୍ଥିତ କେନାଲରୁ ମିଳିବା ପରେ ତାଙ୍କୁ ନବବିବାହିତା ସ୍ତ୍ରୀ ଓ ତାଙ୍କ…

ସମୁଦ୍ରରେ ଫସିଥିବା ମତ୍ସ୍ୟଜୀବୀ ଉଦ୍ଧାର

ପୁରୀ,୫ା୭(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସର ତତ୍ପରତାରେ ସମୁଦ୍ରରେ ଫସିଥିବା ଆନ୍ଧ୍ରପ୍ରଦେଶର ୧୦ ମତ୍ସ୍ୟଜୀବୀଙ୍କ ସୁରକ୍ଷିତ ଉଦ୍ଧାର କରାଯାଇଥିବା ନେଇ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନା…

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

ଚିଠା ଭୋଟର ତାଲିକା ପ୍ରକାଶ, ବଲାଙ୍ଗୀର ଜିଲାରୁ ବାଦ ପଡ଼ିଲେ…

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (Special Intensive Revision – SIR) ପ୍ରକ୍ରିୟାର ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ…

କାଳ ବୈଶାଖୀରେ ଉଡ଼ିଯାଇଥିଲା ଟିଣ, ଛପର, ହେଉନି ମରାମତି

ମୋହନା,୫।୭(ମନ୍ମଥ ମିଶ୍ର): କାଳବୈଶାଖୀରେ ଉଡ଼ିଯାଇଥିଲା ବିଦ୍ୟାଳୟର ଟିଣ ଛପର। ହେଲେ ବର୍ତ୍ତମାନ ସୁଦ୍ଧା ଏହା ମରାମତି ହୋଇନାହିଁ। ଫଳରେ ବାଧ୍ୟହୋଇ ଦୁଇଟି ଶ୍ରେଣୀ ଗୃହରେ ପ୍ରଥମରୁ ଅଷ୍ଟମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri