Posted inଖେଳ

କଳାହାଣ୍ଡି କପ୍‌: କଟକ ‘ଏ’ ଚାମ୍ପିୟନ

ଭୁବନେଶ୍ୱର,୯ା୬ (ସ୍ପୋଟର୍‌ସ ବ୍ୟୁରୋ): ଓଡ଼ିଶା କ୍ରିକେଟ ଆସୋସିଏଶନ୍‌ (ଓସିଏ) ଆନୁକୂଲ୍ୟରେ କଟକର ରେଭେନ୍ସା-୧ ଗ୍ରାଉଣ୍ଡରେ ଅନୁଷ୍ଠିତ ଆନ୍ତଃଜିଲା କଳାହାଣ୍ଡି କପ୍‌ କ୍ରିକେଟ ଟୁର୍ନାମେଣ୍ଟରେ ଚାମ୍ପିୟନ୍‌ ହୋଇଛି କଟକ ‘ଏ’। ଫାଇନାଲରେ ସାଇଦୀପ ମହାପାତ୍ରଙ୍କ ଶତକ ଏବଂ ସୌଭାଗ୍ୟ ମିଶ୍ରଙ୍କ ଦୃଢ଼ ବ୍ୟାଟିଂ ବଳରେ କଟକ ‘ଏ’ ପ୍ରଥମ ଦିବସ ଖେଳ ଶେଷସୁଦ୍ଧା ୯୦ ଓଭରରେ ୭ ଉଇକେଟ ହରାଇ ୩୬୧ ରନ ସଂଗ୍ରହ କରିଥିଲା। ଜବାବରେ ଅବଶିଷ୍ଟ ଓଡ଼ିଶା ଡି ୯୦ ଓଭରରେ ୮ ଉଇକେଟରେ ୧୮୮ ରନ୍‌ କରିଥିଲା। ଦଳ ପକ୍ଷରୁ ଦେବେନ୍ଦ୍ର ୪୮ ରନ୍‌ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଜାମଳା ବି ମହାପାତ୍ର ୩୬ ଓ ଶୁଭମ ନାୟକ ୩୪ ରନ୍‌ କରିଥିଲେ। କଟକ ପକ୍ଷରୁ ରାମଚନ୍ଦ୍ର ବେହେରା ୩୦ ରନ୍‌ ଦେଇ ୬ ଉଇକେଟ ନେଇଥିଲେ। ପ୍ରଥମ ଦିନରେ ସାଇଦୀପ ୨୧୯ ବଲ୍‌ରୁ ୧୭୬ ରନର ଇନିଂସ ଖେଳିଥିବା ବେଳେ ସୌଭାଗ୍ୟ ୮୬ ରନ କରିଥିଲେ। ଅବଶିଷ୍ଟ ଓଡ଼ିଶା ‘ଡି’ ପକ୍ଷରୁ ଜାମଳା ଭଞ୍ଜନ ମହାପାତ୍ର ୩ଟି ଓ ମିଲନ ସାମଲ ୨ଟି ଉଇକେଟ ନେଇଥିଲେ। ଉଦ୍‌ଯାପନୀ ତଥା ପୁରସ୍କାର ବିତରଣୀ ଉତ୍ସବରେ ରେଭେନ୍ସା ବିଶ୍ୱବିଦ୍ୟାଳୟ କୁଳପତି ପ୍ରଫେସର ଡ. ସଞ୍ଜୟ କୁମାର ନାୟକ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ। ବିଧାୟକ ସୌଭିକ ବିଶ୍ୱାଳ, ଫାଓ ସମ୍ପାଦକ ଆଶୀର୍ବାଦ ବେହେରା, ଓସିଏ ଉପସଭାପତି ପଙ୍କଜ ଲୋଚନ ମହାନ୍ତି, ସମ୍ପାଦକ ସଞ୍ଜୟ ବେହେରା, ଯୁଗ୍ମ ସମ୍ପାଦକ ପ୍ରଭାତ କୁମାର ଭୋଳ, କୋଷାଧ୍ୟକ୍ଷ ବିକାଶ ପ୍ରଧାନ, ଆପେକ୍ସ କାଉନସିଲ ସଦସ୍ୟ ପ୍ରତାପ ଚନ୍ଦ୍ର ପ୍ରଧାନ ପ୍ରମୁଖ ଅନ୍ୟତମ ଅତିଥି ଭାବେ ଉପସ୍ଥିତ ଥିଲେ । ଏହି ଅବସରରେ ବାହାନଗା ରେଳ ଦୁର୍ଘଟଣାରେ ମୃତକଙ୍କ ନିମନ୍ତେ ଦୁଇ ମିନିଟ ନୀରବ ପ୍ରାର୍ଥନା କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ଧୁ ମିଳନ ନାମରେ ବଳ କଷିଲେ ଯୁବ ଗୋଷ୍ଠୀ: ସାମିଲ ହେଲେ ଶହ ଶହ…

ଗଞ୍ଜାମ,୩।୪(ବିଦ୍ୟାଧର ସାହୁ ): ୧୬ ନଂ ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ମା’ ଏଲେମା ମନ୍ଦିର ପ୍ରାଙ୍ଗଣରେ ଗଞ୍ଜାମ ସହରର ଏକ ବନ୍ଧୁ ମିଳନ କାର୍ଯ୍ୟକ୍ରମ ଶୁକ୍ରବାର…

ଉତ୍ସବମୁଖର ଦାରିଙ୍ଗବାଡି: ଉତ୍ସାହ ସହ ପାଳନହେଲା ଗୁଡ ଫ୍ରାଇଡେ, ଯୀଶୁଖ୍ରୀଷ୍ଟଙ୍କ ଯାତନାର ଦୃଶ୍ୟ…

ଦାରିଙ୍ଗବାଡି,୩।୪ (ଅରୁଣ ସାହୁ): ଗୁଡ୍‌ ଫ୍ରାଇଡେ ପାଇଁ କନ୍ଧମାଳ ଜିଲା  ଉତ୍ସବ ମୁଖର ହୋଇଥିବା ବେଳେ ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ମଧ୍ୟ ଏହି ପର୍ବ ବଡ଼ ଧୁମଧାମରେ…

ମାମୁଁ ଘରକୁ ଆସି ଗତକାଲିଠୁ ଥିଲେ ନିଖୋଜ: ଆଜି କେନାଲରୁ ମିଳିଲା ମୃତଦେହ, ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

ପଟ୍ଟାମୁଣ୍ଡାଇ ୩।୪(କଳ୍ପତରୁ ନାୟକ) କେନ୍ଦ୍ରାପଡା ଜିଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗୁରୁବାର ପୂର୍ବାହ୍ନରୁ ନିଖୋଜ ଥିବା ଜଣେ ୭ ବର୍ଷୀୟ ନାବାଳିକା ସ୍କୁଲ…

ଇସ୍ରାଏଲକୁ ‘ପଙ୍ଗୁ’ କରିଦେଲା ଇରାନ: IDF ‘ଗୁପ୍ତଚର’ଙ୍କୁ ତାଲିମ ଦେଇଥିବା କାରଖାନାକୁ ଉଡ଼ାଇ ଦେଲା

ତେହରାନ,୩।୪: ଇରାନ ପୁଣିଥରେ ଇସ୍ରାଏଲର ଏକ ଉଚ୍ଚ-ପ୍ରଯୁକ୍ତି ପ୍ରତିରକ୍ଷା କେନ୍ଦ୍ର ଉପରେ ଏକ ସଠିକ ବାଲିଷ୍ଟିକ କ୍ଷେପଣାସ୍ତ୍ର ଆକ୍ରମଣ କରିଛି। ଏଥର, ଟାର୍ଗେଟ ଥିଲା ପେଟାହ ଟିକଭା…

ଆମେରିକାକୁ ଇରାନର ଖୋଲା ଧମକ, କହିଲା ‘ଆମେ ଆମେରିକାକୁ ପ୍ରସ୍ତର ଯୁଗଠାରୁ ବି ପୂର୍ବ ଯୁଗକୁ ଫେରାଇ ଦେବୁ’

ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ଏବେ ଆହୁରି ବିପଦପୂର୍ଣ୍ଣ ପର୍ଯ୍ୟାୟରେ ପ୍ରବେଶ କରିଛି। ଏହି ମୁକାବିଲା ଆଉ କେବଳ ଦୁଇଟି ରାଷ୍ଟ୍ର…

ରାଜ୍ୟ ସଭାର ଉପନେତା ପଦରୁ ହଟାଯିବା ପରେ କମିଯିବ କି ରାଘବ ଚଢାଙ୍କ ଦରମା? ଜାଣନ୍ତୁ କ’ଣ ରହିଛି ନିୟମ

ନୂଆଦିଲ୍ଲୀ,୩।୪: ରାଜ୍ୟ ସଭାରେ ଉପନେତା ପଦରୁ ରାଘବ ଚଢାଙ୍କୁ ହଟାଇବା ପରେ ରାଜନୈତିକ ବିତର୍କ ଆରମ୍ଭ ହୋଇଛି। ଅଶୋକ ମିତ୍ତଲ ଏବେ ଏହି ଭୂମିକା ଗ୍ରହଣ କରିବେ।…

ସ୍ତ୍ରୀଙ୍କ ସହ ଯାଇଥିଲେ ଶ୍ୱଶୁର ଘର: ଘରେ ବୁଲିଲା କଳାକନା

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଜଗନ୍ନାଥ ମନ୍ଦିର ସାହିରେ ରହୁଥିବା ରାଜମିସ୍ତ୍ରୀ ପିଣ୍ଟୁ ସାହୁଙ୍କ ଘର ତାଲା ଭାଙ୍ଗି ଦୁର୍ୱୃତ୍ତମାନେ କଳାକନା…

ଶପଥ ନେଲେ ନବନିର୍ବାଚିତ ବାର ଆସୋସିଏଶନ କର୍ମକର୍ତ୍ତା, ଜାଣନ୍ତୁ ସେମାନେ କିଏ…

ଭଞ୍ଜନଗର,୩।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନର ନବ ନିର୍ବାଚିତ କର୍ମକର୍ତ୍ତାମାନେ ଶୁକ୍ରବାର ଶପଥ ନେଇଛନ୍ତି। ନିର୍ବାଚନ ଅଧିକାରୀ ଲଡ଼ୁ କିଶୋର ଅଳତିଆ ନବନିର୍ବାଚିତ କର୍ମକର୍ତ୍ତାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri