କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ କ୍ରୀଡ଼ାବିତ୍ ଆକାଶଙ୍କୁ ସମ୍ବର୍ଦ୍ଧନା; ମିଳିଲା ୫୧ ହଜାର ଟଙ୍କାର ପୁରସ୍କାର ରାଶି

ଭବାନୀପାଟଣା, ୩।୭(ଉତ୍ତମ କୁମାର ଦାଶ):  ତୁର୍କୀର ମରସିନ ଠାରେ ଅନୁଷ୍ଠିତ ହୋଇଯାଇଥିବା ସେଲିବ୍ରେଟେଡ୍ ‘ୱାର୍ଲ୍ଡ ଆବିଲିଟି ସ୍ପୋର୍ଟ ୟୁଥ୍ ଗେମ୍ସ- ୨୦୨୬’ ରେ ଚମତ୍କାର ପ୍ରଦର୍ଶନ କରି ଦେଶ ତଥା ରାଜ୍ୟ ପାଇଁ ଗୌରବ ଆଣିଛନ୍ତି କଳାହାଣ୍ଡିର ପୁଅ ଆକାଶ ରଞ୍ଜନ ମୁଣ୍ଡ। ଏହି ଆନ୍ତର୍ଜାତୀୟ କ୍ରୀଡ଼ା ପ୍ରତିଯୋଗିତାରେ ସେ ୨ଟି ସ୍ୱର୍ଣ୍ଣ ଏବଂ ଗୋଟିଏ ରୌପ୍ୟ  ପଦକ ହାସଲ କରିଛନ୍ତି। ଏହି ବଡ଼ ସଫଳତା ପରେ ଶୁକ୍ରବାର ଆକାଶ ନିଜ ଗୃହ ଜିଲା  କଳାହାଣ୍ଡିର ଭବାନୀପାଟଣା ସହରରେ ପହଞ୍ଚିବା ପରେ ତାଙ୍କୁ ବିଭିନ୍ନ ସଂଗଠନ ଓ ଅନୁଷ୍ଠାନ ପକ୍ଷରୁ ସ୍ୱାଗତ କରାଯାଇ ଭବ୍ୟ ସମ୍ବର୍ଦ୍ଧନା ଦିଆଯାଇଛି।

ଆକାଶଙ୍କ ଏହି କୃତିତ୍ୱ ପାଇଁ କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ମଧ୍ୟ ତାଙ୍କୁ ସ୍ୱତନ୍ତ୍ର ଭାବେ ସମ୍ବର୍ଦ୍ଧିତ କରାଯାଇଛି। ଜିଲା ପ୍ରଶାସନ ତରଫରୁ ତାଙ୍କୁ ଉତ୍ସାହିତ କରିବା ପାଇଁ ୫୧ ହଜାର ଟଙ୍କାର ପୁରସ୍କାର ରାଶି ପ୍ରଦାନ କରାଯାଇଛି। କଳାହାଣ୍ଡି ଜିଲାପାଳ ପାୱାର ସଚିନ ପ୍ରକାଶ ନିଜେ ଏହି ପୁରସ୍କାର ରାଶି ଆକାଶଙ୍କୁ ହସ୍ତାନ୍ତର କରିବା ସହ ତାଙ୍କର ଉଜ୍ଜଳ ଭବିଷ୍ୟତ କାମନା କରିଛନ୍ତି।

ଏହି ସମ୍ବର୍ଦ୍ଧନା ସମୟରେ ଜିଲାପାଳଙ୍କ ସମେତ ଅତିରିକ୍ତ ଜିଲାପାଳ ତନ୍ମୟ କୁମାର ଦରୱାନ, ଜିଲା ସଂସ୍କୃତି ଅଧିକାରୀ ବିବେକାନନ୍ଦ ମହାନନ୍ଦ ଏବଂ ଜିଲା କ୍ରୀଡ଼ା ଅଧିକାରୀ ରମେଶ ଚନ୍ଦ୍ର ପାଢ଼ୀ ପ୍ରମୁଖ ଉପସ୍ଥିତ ଥିଲେ। ଆଗାମୀ ଦିନରେ ଆକାଶ ନିଜର ଶ୍ରେଷ୍ଠ ପ୍ରଦର୍ଶନ ଜାରି ରଖି କଳାହାଣ୍ଡି ସମେତ ସମଗ୍ର ଦେଶ ପାଇଁ ଆହୁରି ଅନେକ ସଫଳତା ଆଣନ୍ତୁ ବୋଲି ଉପସ୍ଥିତ ଅତିଥିମାନେ କହିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପାର୍ବଣକୁ ନେଇ ଆନନ୍ଦପୁରରେ କଡ଼ା ସୁରକ୍ଷା: ନାକା ଡ୍ୟୁଟିରେ ପୋଲିସଙ୍କ ସହ ସାମିଲ ହେଲେ ଉପଜିଲାପାଳ

ବଞ୍ଚୋ, ୩/୧୦ (ପ୍ରଦୋଷ ବିଶ୍ୱାଳ): ପାର୍ବଣ ଋତୁ ଆରମ୍ଭ ହୋଇଥିବାରୁ ଆନନ୍ଦପୁର ଅଞ୍ଚଳରେ ଶାନ୍ତିଶୃଙ୍ଖଳା ଓ ସୁରକ୍ଷା ବଜାୟ ରଖିବା ପାଇଁ ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା…

ଫୁଟବଲରେ କର୍ଲାମୁଣ୍ଡା ବ୍ଲକ ଚାମ୍ପିୟନ, ୩ ଖେଳାଳି ରାଜ୍ୟସ୍ତରକୁ ମନୋନୀତ

କର୍ଲାମୁଣ୍ଡା,୩।୧୦(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲ୍ଲାସ୍ତରୀୟ ବିଦ୍ୟାଳୟ ଖେଳକୁଦ ପ୍ରତିଯୋଗିତାରେ କର୍ଲାମୁଣ୍ଡା ବ୍ଲକକୁ ମିଳିଛି ବଡ଼ ସଫଳତା। ୧୭ ବର୍ଷରୁ କମ ବର୍ଗର ଫୁଟବଲ ପ୍ରତିଯୋଗିତାରେ କର୍ଲାମୁଣ୍ଡା…

ଦୁର୍ଘଟଣାରେ ମୃତ ଅନିଲଙ୍କ ପରିବାରକୁ ମିଳିଲା ୪ ଲକ୍ଷ ଟଙ୍କାର ସହାୟତା

ଗଞ୍ଜାମ, ୩/୧୦ (ଅନାଥ ତରାଇ): ଦୁର୍ଘଟଣାରେ ଅକାଳରେ ପ୍ରାଣ ହରାଇଥିବା ଗଞ୍ଜାମ ଏନ୍‌ଏସି ସାମନ୍ତରା ସାହିର ଅନିଲ ମହାପାତ୍ରଙ୍କ ପରିବାରକୁ ମୁଖ୍ୟମନ୍ତ୍ରୀ ରିଲିଫ୍‌ ପାଣ୍ଠିରୁ ୪ ଲକ୍ଷ…

କନ୍ଧମାଳ ଏମ୍‌ପିଙ୍କ ନୂଆ ପ୍ରତିନିଧି ନିଯୁକ୍ତି: ଜାଣନ୍ତୁ କାହାକୁ କେଉଁ ଦାୟିତ୍ବ …

ଦାରିଙ୍ଗବାଡ଼ି, ୩/୧୦ (ଅରୁଣ ସାହୁ): କନ୍ଧମାଳ ଏମ୍‌ପି ସୁକାନ୍ତ କୁମାର ପାଣିଗ୍ରାହୀ ତାଙ୍କ ପ୍ରତିନିଧି ମଣ୍ଡଳ ପାଇଁ ଜିଲା ପ୍ରଶାସନକୁ ନାମ ତାଲିକା ପଠାଇଥିବା ଜଣାପଡ଼ିଛି। ସେ…

ସ୍କୁଲ ଛାତ୍ରଙ୍କ ମଧ୍ୟରେ ହିଂସା: ଅଣଛାତ୍ରଙ୍କ ସହାୟତାରେ ଦୁଇ ଛାତ୍ରଙ୍କୁ ମାଡ଼, ଲହୁଲୁହାଣ

ବ୍ରହ୍ମପୁର, ୩।୧୦ (ସୁବାସ ଚନ୍ଦ୍ର ପାଢ଼ୀ): ଭଲ ପାଠ ପଢ଼ି ଭବିଷ୍ୟତ ଗଢ଼ିବାକୁ ସ୍ୱପ୍ନ ଦେଖିବା ବଦଳରେ ଏବେ ସ୍କୁଲରେ ହିଂସା ଭଳି ଘଟଣା ଦେଖିବାକୁ ମିଳୁଛି।…

ଖୁଦୁରୁକୁଣୀ ଭସାଣି ବେଳେ ଏସ୍‌ଆଇଙ୍କୁ ଆକ୍ରମଣ: ଡିଜେ ବଜାଇବାକୁ….

ହାଟଡିହୀ,୩ା୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଘଷିପୁରା ଥାନା ଚଉମୁଇଁରେ ଖୁଦୁରୁକୁଣୀ ଭସାଣି ବେଳେ ଡିଜେ ବଜାଇବାକୁ ବିରୋଧ କରିବାରୁ ଏସ୍‌ଆଇ କଳ୍ପତ୍ତରୁ ନାୟକଙ୍କୁ ଆକ୍ରମଣ କରାଯାଇଥିବା ଅଭିଯୋଗ…

ଗୁଡ଼ାରୀରୁ ଭୁବନେଶ୍ୱରକୁ ବସ୍‌ ଚଳାଚଳ ଦାବି: ସାଇକେଲ ଯାତ୍ରାବେଳେ ଅଧାବାଟରେ ଅସୁସ୍ଥ ହେଲେ ପ୍ରମୋଦ

ଗୁଣପୁର,୩ା୧୦(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଡ଼ାରୀରୁ ରାଜଧାନୀ ଭୁବନେଶ୍ୱରକୁ ସିଧାସଳଖ ସରକାରୀ ବସ୍‌ ଚଳାଚଳ ଦାବିରେ ଗାନ୍ଧୀ ଜୟନ୍ତୀରୁ ସାଇକେଲ ଯାତ୍ରା ଆରମ୍ଭ କରିଥିବା ଆନ୍ଦୋଳନକାରୀ ପ୍ରମୋଦ…

ସୁବର୍ଣ୍ଣରେଖାରେ ଗାଧୋଇବାବେଳେ ବୁଡ଼ିଗଲେ ଅଣ ଓଡ଼ିଆ ପର୍ଯ୍ୟଟକ

ବାଲେଶ୍ୱର,୩ା୧୦(ବାଞ୍ଛାନିଥି ଦେ): ବାଲେଶ୍ୱର ଜିଲା ବସ୍ତା ଥାନା ଅନ୍ତର୍ଗତ ରାଜଘାଟ ନିକଟରେ ସୁବର୍ଣ୍ଣରେଖା ନଦୀରେ ଶନିବାର ଗାଧୋଇବା ବେଳେ ଜଣେ ଅଣ ଓଡ଼ିଆ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?