କଳାହାଣ୍ଡି ଜିଲାରେ ଚହଟିବ କଫି ଚାଷ

ଭବାନୀପାଟଣା,୧୩।୮(ଉତ୍ତମ କୁମାର ଦାଶ)କଫି ମହକରେ ପୁଣି ମହକିବ କଳାହାଣ୍ଡି। ଆଦିବାସୀ ଅଧ୍ୟୁଷିତ ଅଞ୍ଚଳବାସୀଙ୍କ ସାମାଜିକ ସୁରକ୍ଷାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ଆରମ୍ଭ ହୋଇଛି କଫି ଚାଷ। ଜିଲାରେ ପୁଣି ଥରେ ଚହଟିବ କଫି ଚାଷ । ୧୯୮୦ ମସିହାରେ ଜିଲାର ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ ଥୁଆମୂଳ ରାମପୁର କଫି ଚାଷକୁ ନେଇ ରାଜ୍ୟ ତଥା ଦେଶରେ ଚର୍ଚ୍ଚାରେ ରହିଆସିଥିଲା । କିନ୍ତୁ ସେ ସମୟର ସଚେତନତାର ଅଭାବ ଯୋଗୁ ଅଞ୍ଚଳରେ ଲୋପ ପାଇବାକୁ ବସିଥିଲା କଫି ଚାଷ। ଯାହାର ଉଦାହରଣ ଥୁଆମୂଳ ରାମପୁର ରାସ୍ତା ଉପରେ ଥିବା କଫି ଗଛ। ବର୍ତ୍ତମାନ ମଧ୍ୟ ରାସ୍ତାର ଉଭୟ ପାର୍ଶ୍ୱରେ ଥିବା ୨୦ରୁ ଊଦ୍ଧର୍‌ବ କଫି ଗଛ ଏହି ଅଞ୍ଚଳର କଫି ଇତାହାସର ମୁକସାକ୍ଷୀ। ତେବେ ଦୀର୍ଘ ବର୍ଷ ପରେ ପୁଣି କଫି ଚାଷ ଆରମ୍ଭ ହୋଇଛି। ଏନେଇ ରାଜ୍ୟ ସରକାର କଳାହାଣ୍ଡି ଜିଲାପାଳଙ୍କୁ ଆବଶ୍ୟକୀୟ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦେବା ପରେ ଥୁଆମୂଳ ରାମପୁର ବ୍ଲକରେ ଏବେ ପ୍ରଥମ ପର୍ଯ୍ୟାୟରେ ୩ଶହ ଏକର ଜମିରେ କଫି ଚାଷ ଆରମ୍ଭ ହୋଇଛି। ସେହିପରି ୨ଶହ ଏକର ଜମିରେ କଫି ଚାରା ଉତ୍ପାଦନ କରାଯାଉଛି। ଓଡ଼ିଶାର କୋରାପୁଟ କଫି ଦେଶ ତଥା ବିଦେଶରେ ବେଶ ସୁନାମ ଅର୍ଜନ କରିଛି। ରାଜ୍ୟ ସରକାରଙ୍କ ପକ୍ଷରୁ ଏହାର ବିପଣନ ବ୍ୟବସ୍ଥା ଯୋଗୁ ଏହା ବେଶ ଆଦର ଲାଭ କରିଛି। କୋରାପୁଟ କଫି ପରେ କଳାହାଣ୍ଡି ଜିଲାରେ ପୁଣି କଫି ଚାଷ ପାଇଁ ଉଦ୍ୟମ ଆରମ୍ଭ ହୋଇଛି। ରାଜ୍ୟ ସରକାରଙ୍କ ଉଦ୍ୟମରେ ଜଳଛାୟା ବିଭାଗର ଅଧିକାରୀମାନଙ୍କୁ ଡାକି କଫି ଚାଷର ଆରମ୍ଭ କରିବା ନେଇ ନିର୍ଦ୍ଦେଶ ଦେଇଥିଲେ ରାଜ୍ୟ ସରକାର। ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ଯୋଜନା, କଫି ବୋର୍ଡ, ଡିଏମ୍‌ଏଫ୍‌ ଫଣ୍ଡ ଦ୍ବାରା ଜଳଛାୟା ବିଭାଗ ପକ୍ଷରୁ କଫି ଚାଷ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଥିଲା। ଯେଉଁଥିରେ ଅଞ୍ଚଳରେ ଲୋକେ ରୋଜଗାର ପାଇବା ସହ ସେହି ଅଞ୍ଚଳରେ ଥିବା ୧୦ଟି ମହିଳା ସ୍ବୟଂ ସହାୟକ ଗୋଷ୍ଠୀଙ୍କୁ ଏଥିରେ ନିୟୋଜିତ କରାଯାଇ କଫି ବଗିଚାର ରକ୍ଷଣାବେକ୍ଷଣ କରାଯାଉଛି। ଜିଲାର ଥୁଆମୂଳ ରାମପୁର ବ୍ଲକର କାଣିଗୁମା, ଗୋପିନାଥପୁର ପଞ୍ଚାୟତର ବଡବଫ୍ଲା, ମହୁଲପାଟଣା ପଞ୍ଚାୟତର ଉପର ଚବରି ଓ ମହୁଲପାଟଣାରେ କଫି ଚାଷ ଆରମ୍ଭ ହୋଇଛି। କଫି ଚାଷ କରିବା ପାଇଁ ଆଗ୍ରହ ଥିବା ଚାଷୀଙ୍କ ପ୍ରଡ୍ୟୁସର ଗୋଷ୍ଠୀ ଗଠନ କରି ଜଳଛାୟା ବିଭାଗର ମୃତ୍ତିକା ସଂରକ୍ଷଣ କମିଟି ଦାରା କଫି ଚାଷ ନିମନ୍ତେ ଆହୁରି ପଦକ୍ଷେପ ଗ୍ରହଣ କରାଯିବା ସହ ସେମାନଙ୍କୁ ବିନା ମୂଲ୍ୟରେ କଫି ଚାରା ରାଜ୍ୟ ସରକାର ଯୋଗାଇ ଦେବାର ମଧ୍ୟ ବ୍ୟବସ୍ଥା କରାଯିବ ବୋଲି ଜଳଛାୟା ପ୍ରକଳ୍ପ ନିର୍ଦ୍ଦେଶକ ପ୍ରସନ୍ନ ପ୍ରଧାନ ପ୍ରକାଶ କରିଛନ୍ତି। ସେପଟେ ରାଜ୍ୟ ସରକାରଙ୍କ ଏଭଳି ନିଷ୍ପତ୍ତି ଅଞ୍ଚଳବାସୀଙ୍କ ପାଇଁ ରୋଜଗାରର ଏକ ମାଧ୍ୟମ ପାଲଟିଥିବା ସେମାନେ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମଇଁଷି ଚରାଇବାକୁ ଯାଇ ଆଉ ଫେରିଲେନି: କେନାଲରୁ ନିଖୋଜ ବୃଦ୍ଧଙ୍କ ମୃତଦେହ ଉଦ୍ଧାର, ଗାଁରେ ଶୋକର ଛାୟା

ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପ୍ରଥମ ଢେପାଗୁଡ଼ା ଗ୍ରାମର ରଘୁ ମଲ୍ଲିକ (୬୩) ନାମକ ଜଣେ ବୃଦ୍ଧଙ୍କ ମୃତଦେହ କେନାଲ ପାଣିରୁ…

ଫ୍ଲାଇଦୁବାଇ ବିମାନରେ ଆକ୍ରମଣ: ନିଜେ ଆହାତ ହୋଇ ମଧ୍ୟ ବଞ୍ଚାଇଲେ ୧୮୦ ଯାତ୍ରୀଙ୍କ ଜୀବନ, କିଏ ଏହି ପାଇଲଟ୍?

ନୂଆଦିଲ୍ଲୀ,୩୦ା୯: ଦୁବାଇରୁ ତେଲ ଅଭିଭ ଯାଉଥିବା ଫ୍ଲାଇଦୁବାଇର FZ1073 ବିମାନରେ ବୁଧବାର ଘଟିଥିବା ଘଟଣାକୁ ନେଇ ଭାରତୀୟ ପାଇଲଟ୍ ସ୍ମିତ ମଚ୍ଛରଙ୍କ ନାଁ ଚର୍ଚ୍ଚାରେ ରହିଛି। ରିପୋର୍ଟ…

ଦିଗପହଣ୍ଡି ଗଞ୍ଜେଇ ଚୋରା ଚାଲାଣ ଘଟଣା: ଗିରଫ ହେଲେ ଅଭିଯୁକ୍ତ ୨ ଭାଇ, କାରବାର ପଛର ଗୁମର ଖୋଲିଲା…

ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ପୋଲିସ ଗଞ୍ଜେଇ ଚୋରା ଚାଲାଣ ମାମଲାରେ ଏକ ବଡ଼ ସଫଳତା ହାସଲ କରିଛି। ଗଞ୍ଜେଇ କାରବାର…

ଗିଲ୍‌ଙ୍କ ଦ୍ୱିଶତକ, ରୋହିତଙ୍କ ଶତକ: ୱେଷ୍ଟଇଣ୍ଡିଜକୁ ଧୂଳି ଚଟାଇଲା ଭାରତ

ଗୁଆହାଟୀ,୩୦ା୯: ଶୁବମନ ଗିଲଙ୍କ ଦ୍ୱିଶତକ ଏବଂ ରୋହିତ ଶର୍ମାଙ୍କ ଧମାକାଦାର ଶତକ ବଳରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତ ୮ ୱିକେଟ୍‌ରେ ବଡ଼ ବିଜୟ ହାସଲ…

ସ୍ୱାମୀ-ବର୍ଷକର ପୁଅ ଆଖି ଆଗରେ ଚାଲିଗଲା ମା’ର ଜୀବନ! ବାଲି ବୋଝେଇ ଟ୍ରାକ୍ଟର ଧକ୍କାରେ ମହିଳାଙ୍କ ମୃତ୍ୟୁ,ଅପରାହ୍ନରୁ ଅଟକିଛି…

କୋକସରା, ୩୦ା୯(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥ କୋକସରା ଥାନା ମୋଟେର ନିକଟରେ ବୁଧବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଲି…

ଖେଳୁ ଖେଳୁ ହଠାତ୍ ପଡ଼ିଆ ମଝିରେ ନାଚିଲେ ହିଟମ୍ୟାନ, ଭିଡିଓ ଦେଖିଲେ….

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ‘ହିଟମ୍ୟାନ୍’ ରୋହିତ ଶର୍ମାଙ୍କ ବ୍ୟାଟ୍‌ରୁ ଦେଖିବାକୁ ମିଳିଛି ଧମାକାଦାର ଶତକ । ୪୦୬ ରନ୍‌ର ବିଶାଳ ଲକ୍ଷ୍ୟ ପିଛା କରୁଥିବା…

ଶିକ୍ଷା ବିଭାଗର ସମନ୍ୱୟ ଅଭାବ: ଷାଣ୍ମାସିକ ପରୀକ୍ଷା ବେଳେ ଜିଲାସ୍ତରୀୟ କ୍ରୀଡ଼ା, ପରୀକ୍ଷାରୁ ବଞ୍ଚିତ ହେଲେ ଛାତ୍ରଛାତ୍ରୀ

ଅମରପାଲି, ୩୦ା୯(ପୀତାମ୍ବର ସାହୁ): ସରକାର ଶିକ୍ଷାକୁ ସାର୍ବଜନୀନ ଓ ବାଧ୍ୟତାମୂଳକ କରିଥିବା ବେଳେ ଶିକ୍ଷା ବିଭାଗରେ ସମନ୍ୱୟର ଅଭାବକୁ ନେଇ ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକରେ ଗମ୍ଭୀର…

ବିମାନକୁ କ୍ରାଶ କରିବାକୁ….ବଡ଼ ବୟାନ ଦେଲେ ପ୍ରଧାନମନ୍ତ୍ରୀ, ବିଶ୍ବରେ ହଇଚଇ!

ଦୁବାଇରୁ ଇସ୍ରାଏଲ ଯାଉଥିବା ଏକ ଫ୍ଲାଇଦୁବାଇ ବିମାନରେ ହୋଇଥିବା ଅଘଟଣକୁ ନେଇ ପ୍ରତିକ୍ରିୟା ଦେଇଛନ୍ତି ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତନ୍ୟାହୁ । ବିମାନ ଇସ୍ରାଏଲ ନିକଟରେ ପହଞ୍ଚିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?