ଘରୋଇ ବସ ମାଲିକ ସଂଘ ସାଧାରଣ ସମ୍ପାଦକ ପ୍ରବୀଣ ଖମାରୀଙ୍କ ପରଲୋକ, କାଲି ସକାଳ ୬ରୁ…

ଭବାନୀପାଟଣା,୨୨।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଘରୋଇ ବସ ମାଳିକ ସଂଘର ସାଧାରଣ ସମ୍ପାଦକ ପ୍ରବୀଣ ଖମାରୀ (ମୁନା)ଙ୍କ ଶୁକ୍ରବାର ଅପରାହ୍ନରେ ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୫୪ ବର୍ଷ ବୟସ ହୋଇଥିଲା। ଶୁକ୍ରବାର ହୃଦଘାତ ଯୋଗୁ ଗୁରୁତର ଅବସ୍ଥାରେ ତାଙ୍କୁ ଭୁବନେଶ୍ୱରକୁ ନିଆଯାଉଥିବା ବେଳେ ବାଟରେ ତାଙ୍କର ମୃତ୍ୟୁ ହୋଇଛି। ତାଙ୍କ ପରଲୋକ ଖବର ଶୁଣି ଭବାନୀପାଟଣା ସହରରେ ଶୋକର ଛାୟା ଖେଳିଯାଇଛି। ଅନେକ ବ୍ୟକ୍ତି ବିଶେଷ ସୋସିଆଲ ମିଡିଆରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଉଛନ୍ତି। ଭବାନୀପାଟଣା ଭାଗିରଥୀ ଗ୍ରୁପର ଚେୟାରମେନ ତଥା ବିଶିଷ୍ଟ ସାମାଜିକ କର୍ମୀ ପ୍ରମୋଦ ଖମାରୀଙ୍କ ସେ ସାନ ଭାଇ ଅଟନ୍ତି। ଅନ୍ୟପକ୍ଷରେ ସମ୍ପାଦକ ଖମାରୀଙ୍କ ବିୟୋଗରେ ଶନିବାର ସକାଳ ୬ ରୁ ରାତ୍ରି ୧୨ ଟା ଯାଏ କଳାହାଣ୍ଡି ଜିଲାରେ ଘରୋଇ ବସ ଚଲାଚଳ ବନ୍ଦ ବନ୍ଦ ରହିବ। ଏହା ତାଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଜଣାଇବା ପାଇଁ ଏହି ବନ୍ଦ ନିଷ୍ପତ୍ତି ନିଆଯାଇଛି ବୋଲି କଳାହାଣ୍ଡି ଘରୋଇ ବସ ମାଲିକ ସଂଘର ସଭାପତି ପ୍ରବୋଧ ରଥ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ୱାଧୀନତା ଦିବସ ପୂର୍ବସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କଲେ ରାଷ୍ଟ୍ରପତି: ‘ସର୍ବଶ୍ରେଷ୍ଠ ଭାରତ’ ଗଠନ ପାଇଁ ରଖନ୍ତୁ ଭାବନା, ପଢ଼ନ୍ତୁ ପ୍ରମୁଖ…

ନୂଆଦିଲ୍ଲୀ,୧୪।୮: ୮୦ତମ ସ୍ୱାଧୀନତା ଦିବସର ପୂର୍ବସନ୍ଧ୍ୟାରେ ଦେଶବାସୀଙ୍କୁ ସମ୍ବୋଧନ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏହି ଅବସରରେ ସେ ଦେଶ ଓ ବିଦେଶରେ ରହୁଥିବା ସମସ୍ତ ଭାରତୀୟଙ୍କୁ…

୧ ଟଙ୍କାରେ ମିଳୁଛି ସିମ: ନେବାକୁ ଚାହୁଁଥିଲେ…

ଭବାନୀପାଟଣା,୧୪।୮(ଉତ୍ତମ କୁମାର ଦାଶ): ଦେଶରେ ଦୁରସଞ୍ଚାର ସେବା ପ୍ରଦାନକାରୀ ସଂସ୍ଥା ଭାବରେ, ବିଏସଏନଏଲ୍ ସାରା ଦେଶରେ ନିର୍ଭରଯୋଗ୍ୟ, ସୁରକ୍ଷିତ, ସୁଲଭ ଭାବେ ଗଣନା ହେଉଥିବାବେଳେ ଏବେ ସମସ୍ତ…

ଓଡ଼ିଶାକୁ ପୁଣି ଫେରିଲା କୋଭିଡ୍‌: ଭୁବନେଶ୍ୱରରେ ଚିହ୍ନଟ ହେଲେ ଆକ୍ରାନ୍ତ, ଭୟରେ…

ଭୁବନେଶ୍ୱର, ୧୪।୮ ରାଜଧାନୀ ଭୁବନେଶ୍ୱରରେ ପୁଣି ଜଣେ କୋଭିଡ୍‌ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାପଡ଼ିଛି। ବରମୁଣ୍ଡା ଅଞ୍ଚଳର ଜଣେ ୫୦ ବର୍ଷୀୟ ବ୍ୟକ୍ତି କୋଭିଡ୍‌ ସଂକ୍ରମିତ ହୋଇଥିବା…

ବିନୟତୋଷ ମିଶ୍ରଙ୍କୁ ମିଳିଲା ଓଡ଼ିଶାର ଅନ୍ତରୀଣ ଡିଜିପି ଦାୟିତ୍ୱ; ରଖିଲେ ଏଭଳି ପ୍ରତିକ୍ରିୟା…

ଭୁବନେଶ୍ୱର,୧୪।୮: ଓଡ଼ିଶାର ନୂତନ ଅନ୍ତରୀଣ ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ବରିଷ୍ଠ ଆଇପିଏସ୍ ଅଧିକାରୀ ବିନୟତୋଷ ମିଶ୍ର। ବର୍ତ୍ତମାନ କ୍ରାଇମବ୍ରାଞ୍ଚ ଡିଜି ଭାବେ…

ଦିଗପହଣ୍ଡି ସବଜେଲ କ୍ୱାଟର୍ସରୁ ମିଳିଲା ୱାର୍ଡରଙ୍କ ମୃତଦେହ, ଡ୍ୟୁଟିକୁ ନ ଯିବାରୁ ବଢ଼ିଲା …

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାହାସପୁର ଗ୍ରାମ ନିକଟ ଦିଗପହଣ୍ଡି ସବଜେଲ କ୍ୱାଟର୍ସରୁ ଶୁକ୍ରବାର ସନ୍ଧ୍ୟାରେ ଜଣେ ଜେଲ ୱାର୍ଡରଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ…

ସୂର୍ଯ୍ୟ-ଗୁରୁଙ୍କ ଯୋଗରେ ୫ ରାଶି ପାଇଁ ଭାରି ଭଲ; ପ୍ରଚୁର ଧନଲାଭକୁ ଅମାପ ସମ୍ପତ୍ତି ମିଳିବ…

ଦ୍ରିକ ପାଞ୍ଜି ଅନୁସାରେ, ୨୩ ଅଗଷ୍ଟ, ୨୦୨୬ ରେ ସୂର୍ଯ୍ୟ ଏବଂ ବୃହସ୍ପତି କେବଳ ୧୮° ଦୂରତାରେ ଅବସ୍ଥିତ ହେବେ। ଜ୍ୟୋତିଷ ଶାସ୍ତ୍ରରେ ଏହାକୁ ଅଷ୍ଟଦଶ ଯୋଗ…

ଚାମ୍ବରରେ ଧସେଇ ପଶି ଏମିତି କ’ଣ କହିଦେଲେ ଭାଜପା ନେତା, ଚେୟାରରେ ଚେତାଶୂନ୍ୟ ହୋଇ ପଡ଼ିଗଲେ ବିଡିଓ

ଡେରାବିଶ, ୧୪।୮ (ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ କାର୍ଯ୍ୟାଳୟରେ ଶୁକ୍ରବାର ଅପରାହ୍ନରେ ଏକ ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଛି। ବିଡିଓ ନମିତା ବାରିକ…

ସୁପ୍ରିମକୋର୍ଟରୁ ସମୟ ରୈନାଙ୍କୁ ବଡ଼ ଆଶ୍ୱସ୍ତି

ନୂଆଦିଲ୍ଲୀ,୧୪।୮: ‘ଇଣ୍ଡିଆ ଗଟ ଲ୍ୟାଟେଣ୍ଟ’ ମାମଲାରେ ହାସ୍ୟ ଅଭିନେତା ସମୟ ରୈନାଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଆଶ୍ୱସ୍ତି ମିଳିଛି। ସୁପ୍ରିମକୋର୍ଟ ସମୟ ରୈନା ଏବଂ ଅନ୍ୟ ଅଭିଯୁକ୍ତଙ୍କ ବିରୋଧରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri