କଳାହାଣ୍ଡି ଉତ୍ସବ ‘ଘୁମୁରା’ ୨୦୨୬ ଉଦ୍‌ଘାଟିତ: ପ୍ରଥମ ସନ୍ଧ୍ୟାରେ ଜମିଲା ଲୋକକଳାର ଆସର; କାଲି ଗାଇବେ…

ଥୁଆମୂଳ ରାମପୁର, ୬ା୧ (ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ସ୍ଥିତ ବାବା ଖଣ୍ଡୁଆଳ ଖେଳ ପଡ଼ିଆଠାରେ ମଙ୍ଗଳବାର ଥୁଆମୂଳ ରାମପୁର ବ୍ଲକସ୍ତରୀୟ ୨୮ତମ କଳାହାଣ୍ଡି ଉତ୍ସବ ‘ଘୁମୁରା-୨୦୨୬’ ମହାସମାରୋହରେ ଉଦ୍‌ଘାଟିତ ହୋଇଯାଇଛି। କଳାହାଣ୍ଡି ଉତ୍ସବ ପାଳନ କମିଟି ଆନୁକୂଲ୍ୟରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଅଞ୍ଚଳର କଳା, ସଂସ୍କୃତି ଓ ପରମ୍ପରାର ଝଲକ ଦେଖିବାକୁ ମିଳିଛି। ଉତ୍ସବର ପରମ୍ପରା ଅନୁଯାୟୀ, ଅଧିଷ୍ଠାତ୍ରୀ ଦେବୀ ମା’ ମାଣିକେଶ୍ୱରୀଙ୍କ ପୀଠରୁ ଏକ ଭବ୍ୟ ମଶାଲ ଓ କଳସ ଯାତ୍ରା ସହର ପରିକ୍ରମା କରି ଉତ୍ସବ ସ୍ଥଳରେ ପହଞ୍ଚିଥିଲା। ଗୋଷ୍ଠୀ ଉନ୍ନୟନ ଅଧିକାରୀ ଧ୍ରୁବଚରଣ ମୁଦୁଲି ସରକାରୀ କାର୍ଯ୍ୟ ବ୍ୟସ୍ତତା ହେତୁ ଅନୁପସ୍ଥିତ ଥିବାରୁ ତାଙ୍କ ନିର୍ଦ୍ଦେଶକ୍ରମେ ସହକାରୀ ଯନ୍ତ୍ରୀ ସାଲକୋ ହେମ୍ବ୍ରମଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ମା’ଙ୍କୁ ମଞ୍ଚରେ ସ୍ଥାପନା କରାଯାଇଥିଲା। ବ୍ଲକ ଅଧ୍ୟକ୍ଷ ଦୟାନିଧି ମାଝୀଙ୍କ ତତ୍ତ୍ୱାବଧାନରେ ଆୟୋଜିତ ଏହି ସମାରୋହରେ ସାଂସଦ ପ୍ରତିନିଧି ପବିତ୍ର ନିଏକ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ। ସ୍ଥାନୀୟ ମହାବିଦ୍ୟାଳୟର ଅଧ୍ୟକ୍ଷ ସତ୍ୟନାରାୟଣ ମୁଣ୍ଡଛିନା ମୁଖ୍ୟ ବକ୍ତା ଭାବେ ଯୋଗଦେଇ କଳାହାଣ୍ଡିର ସମୃଦ୍ଧ ଲୋକ ସଂସ୍କୃତି ଉପରେ ସାରଗର୍ଭକ ବକ୍ତବ୍ୟ ପ୍ରଦାନ କରିଥିଲେ। ଉକ୍ତ ଉଦ୍‌ଘାଟନୀ ସନ୍ଧ୍ୟାରେ ସମ୍ମାନିତ ଅତିଥି ଭାବେ ତହସିଲଦାର ସତ୍ୟସନାତନ ପାଣିଗ୍ରାହୀ, ପୂର୍ବତନ ଅତିରିକ୍ତ ତହସିଲଦାର ସନାତନ ମହାରଣା, ଅତିରିକ୍ତ ତହସିଲଦାର ତପନ କୁମାର ପତି, ଲାଞ୍ଜିଗଡ଼ ନିର୍ବାଚନ ମଣ୍ଡଳୀ ବିଜେପି ପ୍ରଭାରୀ ବିଷ୍ଣୁ ନାଏକ, ସ୍ଥାନୀୟ ଥାନା ଅଧିକାରୀ କୈବଲ୍ୟ ସେଠ୍, କର୍ଲାପାଟ ଓଆଇସି ଶ୍ରୀକାନ୍ତ କୋଲକା, ସମିତି ସଭ୍ୟା ପୁଷ୍ପାଞ୍ଜଳି ନାଏକ, ଜିଲା ପରିଷଦ ସଭ୍ୟା ଟୁନି ଖୋସ୍ଲା, କଂଗ୍ରେସ ନେତା ପରମେସ୍ୱର ନାଏକ,ଦେବୀ ଚରଣ ଭାଟି, ସରପଞ୍ଚ ବିଜୟା ମାଝୀ, ବିରଞ୍ଚି ନାଏକ ଓ ଅଭିରାମ ନାଏକ ପ୍ରମୁଖ ଯୋଗଦେଇ ଉତ୍ସବର ଶୁଭାରମ୍ଭ କରିଥିଲେ। ପ୍ରଥମ ଦିବସରେ ବ୍ଲକ ର ବିଭିନ୍ନ ସାଂସ୍କୃତିକ ଦଳ ପକ୍ଷରୁ ମନୋଜ୍ଞ ନୃତ୍ୟ ପରିବେଷିତ ହୋଇଥିବା ବେଳେ ବିଭିନ୍ନ ପ୍ରତିଯୋଗିତାରେ କୃତୀ ପ୍ରତିଯୋଗୀଙ୍କୁ ପୁରସ୍କୃତ କରାଯାଇଥିଲା। ଏବିଓ ହେମନ୍ତ କୁମାର ପଣ୍ଡା, ଜିପିଡିଓ ବାଲେଶ୍ୱର ନାଏକ ଓ ଅଧ୍ୟାପକ ବବ୍ରୁବାହାନ ବୁଦ୍ଧିଆ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ତେବେ ବୁଧବାର ଦ୍ୱିତୀୟ ସନ୍ଧ୍ୟାର ମୁଖ୍ୟ ଆକର୍ଷଣ ସାଜିବେ ଓଡ଼ିଶାର ଲୋକପ୍ରିୟ କଣ୍ଠଶିଳ୍ପୀ ତୃପ୍ତିରେଖା ପାଢ଼ୀ। ତାଙ୍କ ସଙ୍ଗୀତ କାର୍ଯ୍ୟକ୍ରମକୁ ନେଇ ଅଞ୍ଚଳବାସୀଙ୍କ ମଧ୍ୟରେ ଉତ୍ସାହ ଦ୍ୱିଗୁଣିତ ହୋଇଛି। ପ୍ରଶାସନ ଓ ପୋଲିସ ପକ୍ଷରୁ ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ହଠାତ୍‌ ମୋଚିରାମଙ୍କୁ କାମୁଡ଼ିଲା ସାପ: ତା’ପରେ ଏମିତି କାମ କଲେ ଡାକ୍ତର ଆଶ୍ଚର୍ଯ୍ୟ

ଉଦଳା,୫।୯(ସନ୍ତୋଷ ବାଛିନୀ): ଅଚାନକ କାମୁଡିଲା ସାପ, ଆଉ ସାପକୁ ମାରି ତାକୁ ଧରି ମେଡିକାଲରେ ପହଁଚିଲେ ଯୁବକ। ଏଭଳି ଘଟଣା ଦେଖିବାକୁ ମିଳିଛି ମୟୁରଭଞ୍ଜ ଜିଲା ଉଦଳା…

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇବେ ମୀନାକ୍ଷୀରାଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଲୋଇସିଂହା,୫।୯(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ହରେକୃଷ୍ଣ ମହତାବ ହାଇସ୍କୁଲର କଳା ଶିକ୍ଷୟିତ୍ରୀ ତଥା ଗାଳ୍ପିକା ମୀନାକ୍ଷୀରାଣୀ ମିଶ୍ର ଜିଲାର ଏକମାତ୍ର ଶିକ୍ଷୟିତ୍ରୀ ଭାବେ ରାଜ୍ୟସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା…

ମନ୍ଦିର ବୁଲାଣିରେ ଅଘଟଣ, ବାଇକ୍‌କୁ ଧକ୍କା ଦେଲା ବାଇକ୍‌: ଆଉ ତା’ପରେ…

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭଟ୍‌ଲି ଥାନା ଅନ୍ତର୍ଗତ ମେଣ୍ଢାପାଲି ବନଦୁର୍ଗା ମନ୍ଦିର ନିକଟସ୍ଥ ବୁଲାଣିରେ ଏକ ପିକ୍‌ଅପ ଭ୍ୟାନ (ନଂ-ଓଡି ୧୫ଏଡି ୭୮୯୨) ଅନ୍ୟ ଏକ ବାଇକକୁ…

ନାମ, କାରଣ ଖୋଜୁଛି ଜିଲାପାଳଙ୍କ ମୋବାଇଲ: ଗୁରୁତର ସମସ୍ୟାରେ ବନ୍ୟାଞ୍ଚଳବାସୀ

ଯାଜପୁର,୫ା୯(ହର୍ଷବର୍ଦ୍ଧନ ବେହେରା):ସରକାରୀ ସେବାକୁ ସାଧାରଣ ଲୋକଙ୍କ ପାଖରେ ସହଜରେ ପହଞ୍ଚାଇବା ପାଇଁ ରାଜ୍ୟ ସରକାର ‘ଲୋକଙ୍କ ସରକାର’ କାର୍ଯ୍ୟକ୍ରମ ମାଧ୍ୟମରେ ବ୍ୟାପକ ପ୍ରୟାସ କରୁଛନ୍ତି। ଜିଲା ପ୍ରଶାସନ…

ଜଣେ ଶିକ୍ଷକଙ୍କ କାନ୍ଧରେ ସ୍କୁଲ ଭାର: ୭ ବିଷୟ ସହ ଶାରୀରିକ ଶିକ୍ଷା ଦେଉଛନ୍ତି ସାହିତ୍ୟ ସାର୍‌

ହାଟଡିହୀ,୫।୯(ଶୁଭକାନ୍ତ ନାୟକ):କେନ୍ଦ୍ର ଓ ରାଜ୍ୟ ସରକାର ସମସ୍ତଙ୍କୁ ଶିକ୍ଷା, ଉତ୍ତମ ଶିକ୍ଷାର ନାରା ଦେଉଛନ୍ତି। ମାତ୍ର ବାସ୍ତବ ସ୍ଥିତି କିନ୍ତୁ ଓଲଟା। ଗ୍ରାମାଞ୍ଚଳରେ ସ୍କୁଲରେ ମୌଳିକ ସୁବିଧା,…

ବିଡ଼ା ବିଡ଼ା ଟଙ୍କା ଗଣାଚାଲିଛି

ପୁରୀ,୫ା୯(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସ ଚଢ଼ାଉ କରି ବିପୁଳ ପରିମାଣର ଗଞ୍ଜେଇ ଜବତ କରିବା ସହ ଘଟଣାରେ ସମ୍ପୃକ୍ତ ୨ ଯୁବକଙ୍କୁ ଗିରଫ କରିଛି। ପୋଲିସ…

ସିଏମ୍ କିଷାନ ଯୋଜନା: ବରଗଡ଼ର ୧.୭୫ ଲକ୍ଷ ଚାଷୀଙ୍କୁ ମିଳିବ ରବି ସହାୟତା, ସିଧାସଳଖ ବ୍ୟାଙ୍କ ଖାତାକୁ ଗଲା ଟଙ୍କା

ବରଗଡ଼,୪।୯(ପ୍ରେମାନନ୍ଦ ଖମାରୀ): ରାଜ୍ୟର ଚାଷୀମାନଙ୍କ ଆର୍ଥିକ ସମୃଦ୍ଧି ଓ କୃଷି କାର୍ଯ୍ୟକୁ ଅଧିକ ଗତିଶୀଳ କରିବା ପାଇଁ ଶୁକ୍ରବାର ଭୁବନେଶ୍ୱରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ କରକମଳରେ…

ମହିଳା SHGରୁ ୨ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଠକେଇ! ଗଜପତି ପୋଲିସର ବଡ଼ କାର୍ଯ୍ୟାନୁଷ୍ଠାନ, ୩ ଅଭିଯୁକ୍ତ ଗିରଫ, ମୁଖ୍ୟ ନାୟିକା…

ଗଜପତି,୪।୯(ଗିରିଧାରୀ ପରିଛା): ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ (SHG)ର କୋଟି କୋଟି ଟଙ୍କା ଠକେଇ ଓ ଆତ୍ମସାତ୍‌ ମାମଲାରେ ଗଜପତି ସାଇବର ସେଲ୍‌ ଏବଂ ଆର୍ଥିକ ଅପରାଧ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri