କେବେ ଶେଷ ହେବ ଜନନୀ ଯନ୍ତ୍ରଣା: ପୁଣି ଖଟିଆରେ ବୁହାହେଲେ ଗର୍ଭବତୀ

ଥୁଆମୂଳ ରାମପୁର,୬।୬(ଦୁର୍ଗା କୀର୍ତ୍ତି): କେବେ ଶେଷ ହେବ ଦୁର୍ଗମ ଥୁଆମୂଳ ରାମପୁର ବ୍ଲକ ଅଞ୍ଚଳର ଜନନୀ ଯନ୍ତ୍ରଣାର ଦୁଃଖ। ପୁଣି ଗର୍ଭବତୀଙ୍କୁ ଖଟିରେ ବୁହା ହେବା ଭଳି ଏକ ଅଭାବନୀୟ ଘଟଣା ସାମ୍‌ନାକୁ ଆସିଛି। ଦୁର୍ଗମ ଅଞ୍ଚଳରେ ଭଲ ରାସ୍ତାଘାଟ ନ ଥିବା ଯୋଗୁ ଗ୍ରାମବାସୀଙ୍କୁ ମିଳିପାରୁ ନାହିଁ ମୌଳିକ ସୁବିଧା ସାଙ୍ଗକୁ ଆବଶ୍ୟକ ଚିକିତ୍ସା ସେବା। ଫଳରେ ଜରୁରୀ ସମୟରେ ଭାରରେ ଏବଂ ଷ୍ଟ୍ରେଚରରେ ବୁହା ହେଉଛନ୍ତି ରୋଗୀ। ଏହି ସବୁ ଘଟଣା କୁନେଇ ଗ୍ରାମବାସୀ ଭୋଟ ବର୍ଜନ ମଧ୍ୟ କରିଥିଲେ l ବ୍ଲକ ପ୍ରଶାସନ ପହଞ୍ଚି ତାଙ୍କୁ ବୁଝାସୁଝା କରିଥିଲେ। ଏପରି କି ରାସ୍ତା ନିମାଣ ପାଇଁ ପ୍ରତିଶ୍ରୁତି ମଧ୍ୟ ଦେଇଥିଲେ। ହେଲେ ଓଡ଼ିଶାର ସାଧାରଣ ନିର୍ବାଚନ ଶେଷ ହୋଇ ବର୍ତ୍ତମାନ ନୂଆ ସରକାର ଗଠନ ହେବା ପୂର୍ବରୁ ଆସିଛି ଆଉ ଏକ ଜନନୀ ଯନ୍ତ୍ରଣାର ଚିତ୍ର । ଏଭଳି ଏକ ଘଟଣା ଦେଖିବାକୁ ମିଳିଛି କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଥୁଆମୂଳ ପଞ୍ଚାୟତ ସ୍ଥିତ ଡେଙ୍ଗଫାର୍ସ ଗ୍ରାମରେ।

ମିଳିଥିବା ସୂଚନା ମୁତାବକ, ଗୁରୁବାର ଡେଙ୍ଗଫାର୍ସ ଗ୍ରାମର ଭଗିନ୍ଦ୍ର ମାଝିଙ୍କ ସ୍ତ୍ରୀ ସାଇବନି ମାଝିଙ୍କ ପ୍ରସବ ଯନ୍ତ୍ରଣା ହେବାରୁ ୧୦୨ ଆମ୍ବୁଲାନ୍ସକୁ ଯୋଗାଯୋଗ କରାଯାଇଥିଲା। ଅନ୍ୟପକ୍ଷେ ଗାଁକୁ ଭଲ ରାସ୍ତା ନ ଥିବାରୁ ଆମ୍ବୁଲାନ୍ସ ପହଞ୍ଚିବାରେ ଆଶଙ୍କା କରି ଗ୍ରାମର ୩ଜଣ ଯୁବକ ବାଧ୍ୟ ହୋଇ ଗର୍ଭବତୀଙ୍କୁ ଖଟିଆରେ ବୋହି ୨ କି.ମି. ପର୍ଯ୍ୟନ୍ତ ଚାଲିଥିଲେ। ଏଭଳି ସ୍ଥିତିରେ ଆମ୍ବୁଲାନ୍ସ ଆସିବାରେ ମଧ୍ୟ ବିଳମ୍ବ ହୋଇଥିଲା। ହେଲେ ହସ୍ପିଟାଲରେ ପହଞ୍ଚିବା ପୂର୍ବରୁ ସାଇବନି ଏକ କନ୍ୟା ସନ୍ତାନଙ୍କୁ ଜନ୍ମ ଦେଇଥିଲେ। ପରବର୍ତ୍ତୀ ସମୟରେ ଆମ୍ବୁଲାନ୍ସ ପହଞ୍ଚି ମା’ ଛୁଆଙ୍କୁ ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନେଇଥିଲା। ବର୍ତ୍ତମାନ ମା’ ଓ ଛୁଆ ସୁସ୍ଥ ଥିବା ଚିକିତ୍ସା କରୁଥିବା ଡାକ୍ତର ଶକ୍ତି ସାଗର ଗଣମାଧ୍ୟମ ଆଗରେ ପ୍ରକାଶ କରିଛନ୍ତି।

ଅନ୍ୟପକ୍ଷେ ଗ୍ରାମର ୱାର୍ଡ ମେମ୍ବର ଦୂର୍ଯ୍ୟଧନ ମାଝି ଏବଂ ସଚେତନ ଯୁବକ ଯଶବନ୍ତ ମାଝି ଜନପ୍ରତିନିଧିଠାରୁ ଆରମ୍ଭ କରି ବ୍ଲକ ଓ ଜିଲା ପ୍ରଶାସନ ଅଧିକାରୀଙ୍କୁ ତୁରନ୍ତ ଗ୍ରାମବାସୀଙ୍କୁ ମୌଳିକ ସୁବିଧା ଯୋଗାଇ ଦେବାକୁ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…

ଛତ୍ରପୁର,୮।୪(ଦିଲ୍ଲୀପ ସାମଲ):  ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ମାନସିକ ଚାପରୁ ଚରମ ନିଷ୍ପତ୍ତି, ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେଲା…

କୋକସରା,୮ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):v କଳାହାଣ୍ଡି ଜିଲା କୋକସରା ଥାନା ବୋବରିଆ ଗ୍ରାମର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ନିଜ ଘର ଭିତରୁ ଜବତ ହୋଇଛି। ମୃତକ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଶ୍ରୀରାମ ନବମୀର ୭୫ ବର୍ଷ ପୂର୍ତ୍ତି ସମାରୋହ, ଯୋଗଦେଲେ ଯୁବ ନେତା ନୀଳମାଧବ ସିଂଦେଓ

ରିଷିଡ଼ା, ୮ା୪ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକ ତେରେସିଂହା ପଞ୍ଚାୟତ ବିନ୍ଧାଣି ଗ୍ରାମରେ ପବିତ୍ର ରାମନବମୀ ପାଳନର ୭୫ ବର୍ଷ ପୂର୍ତ୍ତି ସମାରୋହ ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri