ବିଧାନସଭାରେ ମମିତା ତାତି

ଭୁବନେଶ୍ୱର, ୨।୧୨(ବ୍ୟୁରୋ): କଳାହାଣ୍ଡି ମହାଲିଙ୍ଗ ସ୍କୁଲ ଅଧ୍ୟକ୍ଷା ମମିତା ମେହେର ହତ୍ୟା ଘଟଣାକୁ ନେଇ ବୁଧବାର ବିଧାନସଭା ହୁଲସ୍ଥୂଲ ହୋଇଛି। ଶୀତକାଳୀନ ଅଧିବେଶନ ଆରମ୍ଭରୁ ଏକ ଭିନ୍ନ ପରିବେଶ ଦେଖିବାକୁ ମିଳିଥିଲା। ପୂର୍ବ ଘୋଷଣା ଅନୁଯାୟୀ କଂଗ୍ରେସ ସଦସ୍ୟମାନେ ୧୦ଟା ୩୦ ମିନିଟ୍‌ ପୂର୍ବରୁ ଆସି ବିଧାନସଭାର ଦୁଇଟି ମୁଖ୍ୟ ପ୍ରବେଶ ଦ୍ୱାରକୁ ବନ୍ଦ କରି ହାତରେ ପ୍ଲାକାର୍ଡ ଧରି ଗୃହ ରାଷ୍ଟ୍ରମନ୍ତ୍ରୀଙ୍କୁ ଜଗି ରହିଥିଲେ। ସମ୍ମୁଖ ଗେଟ୍‌ ଆଗରେ ବିଧାୟକ ସୁରେଶ ରାଉତରାୟ, ସନ୍ତୋଷ ସିଂ ସାଲୁଜାଙ୍କ ସମେତ ୪ଜଣ ସଦସ୍ୟ ଜଗି ରହିଥିବା ବେଳେ ପଛ ଗେଟ୍‌ରେ ରମେଶ ଜେନା, ମହମ୍ମଦ ମୋକିମ, ତାରାପ୍ରସାଦ ବାହିନୀପତି ପ୍ଲାକାର୍ଡ ଧରି ବସି ରହିଥିଲେ।
ସେମାନେ ମନ୍ତ୍ରୀ ଓ ସରକାରଙ୍କ ବିରୋଧରେ ନାରାବାଜି ଦେଇଥିଲେ। ଏପରି କି ବିଧାନସଭା ପ୍ରବେଶ ଦ୍ୱାରକୁ ତାଲା ପକାଇ ଦେଇଥିଲେ। ପରିସ୍ଥିତି ଏପରି ହୋଇଥିଲା ଯେ, ବିଧାନସଭା ଭିତରକୁ କୌଣସି ସଦସ୍ୟ କିମ୍ବା କର୍ମଚାରୀ ପ୍ରବେଶ କରିପାରି ନ ଥିଲେ। ଶେଷରେ କର୍ମଚାରୀମାନେ ତାଲା ଭାଙ୍ଗି ଗେଟ୍‌ ଖୋଲିଥିଲେ।
ଅନ୍ୟପକ୍ଷରେ ଭାଜପା ସଦସ୍ୟମାନେ ମନ୍ତ୍ରୀ ଦିବ୍ୟଶଙ୍କରଙ୍କୁ ବିଧାନସଭାକୁ ଆସିବା ପାଇଁ ଅନୁମତି ନ ଦେବାକୁ ବାଚସ୍ପତିଙ୍କୁ ସାକ୍ଷାତ କରି ଅନୁରୋଧ କରିଥିଲେ। ପୂର୍ବାହ୍ନ ୧୧ଟାରେ ଗୃହ କାର୍ଯ୍ୟ ଆରମ୍ଭ ହୋଇଥିଲା। ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ସ୍ବର୍ଗତ ପୂର୍ବତନ ଉପବାଚସ୍ପତି ପ୍ରହଲ୍ଲାଦ ଦୋରାଙ୍କ ସମେତ ପୂର୍ବତନ ସଦସ୍ୟ, ସିପାହୀ ଏବଂ କରୋନା ଯୋଦ୍ଧାଙ୍କ ବିୟୋଗରେ ଶୋକ ପ୍ରସ୍ତାବ ଆଗତ କରିଥିଲେ। ଶୋକ ପ୍ରସ୍ତାବ ଥିବାରୁ ବିରୋଧୀ ସଦସ୍ୟମାନେ ହଟ୍ଟଗୋଳ କରି ନ ଥିଲେ। ଶୋକ ପ୍ରସ୍ତାବ ଆଲୋଚନା ପରେ ବାଚସ୍ପତି ଗୃହକୁ ୧୧ଟା ୨୦ରୁ ଅପରାହ୍ନ ୫ଟା ଯାଏ ମୁଲତବୀ ଘୋଷଣା କରିଥିଲେ। ଫଳରେ ପ୍ରଥମାର୍ଦ୍ଧରେ ଗୃହ ଭିତରେ ଗର୍ଜନ କରିବାକୁ ବିରୋଧୀଙ୍କୁ ମୌକା ମିଳି ନ ଥିଲା। ତେବେ ଅପରାହ୍ନରେ ଗୃହ କାର୍ଯ୍ୟ ଆରମ୍ଭ ହେବା ମାତ୍ରେ ବିରୋଧୀ ଭାଜପା ସଦସ୍ୟମାନେ କଳାଗାମୁଛା କାନ୍ଧରେ ପକାଇ ହାତରେ ପ୍ଲାକାର୍ଡ ଧରି ଏବଂ କଂଗ୍ରେସ ସଦସ୍ୟମାନେ ବ୍ୟାନର ଓ ପ୍ଲାକାର୍ଡ ଦେଖାଇ ସରକାର ଓ ମନ୍ତ୍ରୀଙ୍କ ବିରୋଧରେ ସ୍ଲୋଗାନ ଦେଇଥିଲେ। ଦିବ୍ୟଶଙ୍କର ମିଶ୍ର ଇସ୍ତଫା ଆମର ଦାବି… ଆମର ଦାବି … ସ୍ଲୋଗାନ ଦେଇଥିଲେ। ବିରୋଧୀଙ୍କ ହଟ୍ଟଗୋଳରେ ବିଧାନସଭା ପ୍ରକମ୍ପିତ ହୋଇଥିଲା। ବାଚସ୍ପତି ତରବରିଆ ଭାବେ ୨୦୨୧-୨୨ ଆର୍ଥିକ ବର୍ଷ ପାଇଁ ଅତିରିକ୍ତ ବଜେଟ ଉପସ୍ଥାପନ କରିବାକୁ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କୁ ଅନୁମତି ଦେଇଥିଲେ। ମାତ୍ର ଦୁଇ ମିନିଟରେ ସେ ବଜେଟ ଉପସ୍ଥାପନ କାର୍ଯ୍ୟ ଶେଷ କରିଥିଲେ ା ପରେ ବାଚସ୍ପତି ଗୃହକୁ ଗୁରୁବାର ପୂର୍ବାହ୍ନ ୧୦ଟା ୩୦ ମିନିଟ ଯାଏ ମୁଲତବୀ ଘୋଷଣା କରିଥିଲେ।
ବିଧାନସଭା ବାହାରେ ପ୍ରତିକ୍ରିୟାରେ ସାଲୁଜା କହିଛନ୍ତି ଯେ, କଳଙ୍କିତ ମନ୍ତ୍ରୀଙ୍କୁ ଗୃହରେ ପୂରାଇ ଦେବୁନାହିଁ। ହତ୍ୟା ଘଟଣାରେ ମନ୍ତ୍ରୀ ପୂରା ସାମିଲ ଅଛନ୍ତି। କିନ୍ତୁ ଏ ସରକାର କିଛି କରୁନାହିଁ। ତାଙ୍କ ବାବଦରେ ତଦନ୍ତ କରାଯାଇନାହିଁ। ଯେ ପର୍ଯ୍ୟନ୍ତ ସରକାର ତାଙ୍କୁ ମନ୍ତ୍ରିମଣ୍ଡଳରୁ ବାହାର କରିନାହାନ୍ତି ସେ ପର୍ଯ୍ୟନ୍ତ ତାଙ୍କୁ ପବିତ୍ର ଗୃହରେ ପ୍ରବେଶ କରାଇ ଦିଆଯିବ ନାହିଁ।
ବିରୋଧୀ ଦଳ ମୁଖ୍ୟ ସଚେତକ ମୋହନ ଚରଣ ମାଝି କହିଛନ୍ତି, ମମିତା ହତ୍ୟା ଘଟଣାରେ ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟ ଶଙ୍କର ମିଶ୍ରଙ୍କ ସମ୍ପୃକ୍ତି ରହିବା ବେଳେ ରାଜ୍ୟ ସରକାର ଜାଣିଶୁଣି ଗୃହ ତାଙ୍କୁ ସୁରକ୍ଷା ଦେଉଛନ୍ତି। ମନ୍ତ୍ରୀଙ୍କୁ ବହିସ୍କାର ସହ ଏହି ଘଟଣାର ତଦନ୍ତ ସିବିଆଇକୁ ଦିଆଯାଉ ବୋଲି ଆମେ ବାରମ୍ବାର ଦାବି କରି ଆସୁଛୁ।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri