ଆଉ ନାହାନ୍ତି ବିଶିଷ୍ଟ ଶିକ୍ଷାବିତ୍ ପ୍ରଫେସର ଡ. ଗୋପବନ୍ଧୁ ବେହେରା: କଳାହାଣ୍ଡିରେ ଶୋକର ଛାୟା

ଭବାନୀପାଟଣା, ୨୨।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ଜଣେ ଅଗ୍ରଣୀ ଶିକ୍ଷାବିତ୍, ଆଦର୍ଶ ମାର୍ଗଦର୍ଶକ ତଥା ବିଶିଷ୍ଟ ରସାୟନ ବିଜ୍ଞାନ ପ୍ରଫେସର ଡକ୍ଟର ଗୋପବନ୍ଧୁ ବେହେରାଙ୍କର ୮୭ ବର୍ଷ ବୟସରେ ପରଲୋକ ହୋଇଯାଇଛି। ମଙ୍ଗଳବାର ପ୍ରତ୍ୟୁଷରେ ଭୁବନେଶ୍ୱର ସ୍ଥିତ ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ତାଙ୍କର ବିୟୋଗରେ ସମଗ୍ର କଳାହାଣ୍ଡି ଜିଲା ତଥା ରାଜ୍ୟ ଶିକ୍ଷା ଜଗତରେ ଶୋକର ଛାୟା ଖେଳିଯାଇଛି।

ସ୍ୱର୍ଗତ ବେହେରା ୧୯୩୩ ମସିହା ଫେବ୍ରୁଆରୀ ୫ ତାରିଖରେ ଜୁନାଗଡ଼ ବ୍ଲକର ମହିଚଳା ଗ୍ରାମରେ ଜନ୍ମଗ୍ରହଣ କରିଥିଲେ। ସେ ନିଜ ଜୀବନସାରା ଶିକ୍ଷାର ପ୍ରସାର ଓ ବିକାଶ ପାଇଁ ସମର୍ପିତ ରହିଥିଲେ। ବିଶେଷ କରି କଳାହାଣ୍ଡିର ଶିକ୍ଷାଗତ ଉନ୍ନତି, କଳାହାଣ୍ଡି ବିଶ୍ୱବିଦ୍ୟାଳୟର ଗଠନ ଏବଂ ଏହାର ନୂତନ କ୍ୟାମ୍ପସ୍ ପ୍ରତିଷ୍ଠା ଦିଗରେ ତାଙ୍କର ଅବଦାନ ଅତୁଳନୀୟ ଥିଲା। ୧୯୯୯ ମସିହାରେ ଭବାନୀପାଟଣାରେ ‘କଳାହାଣ୍ଡି ଶିକ୍ଷା ବିକାଶ ପରିଷଦ’ ପ୍ରତିଷ୍ଠା କରି ସେ ଅଞ୍ଚଳରେ ଏକ ନୂତନ ଶିକ୍ଷା ବିପ୍ଲବର ସୂତ୍ରପାତ କରିଥିଲେ।

ତାଙ୍କର ଏହି ଅପୂରଣୀୟ କ୍ଷତିରେ ବିଭିନ୍ନ ମହଲରୁ ଗଭୀର ଶୋକବ୍ୟକ୍ତ କରାଯାଇଛି। ଜୁନାଗଡ଼ ବିଧାୟକ ତଥା ପୂର୍ବତନ ମନ୍ତ୍ରୀ କ୍ୟାପଟେନ ଦିବ୍ୟ ଶଙ୍କର ମିଶ୍ର ନିଜ ଫେସବୁକ୍ ପୋଷ୍ଟ ମାଧ୍ୟମରେ ପ୍ରଫେସର ବେହେରାଙ୍କ ବିୟୋଗରେ ଗଭୀର ଦୁଃଖ ପ୍ରକାଶ କରିବା ସହ ଅମର ଆତ୍ମାର ସଦ୍‌ଗତି କାମନା କରି ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସୁବଳୟା ମହାନଦୀରୁ ଦୁଇ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର: ଗଞ୍ଜେଇ ମାଫିଆ ହୋଇଥିବା ସନ୍ଦେହ, ପରିଚୟ ଖୋଜୁଛି…

ଅମରପାଲି, ୨୨।୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ସୁବଳୟା ମହାନଦୀ ଫେରିଘାଟ ନିକଟରୁ ମଙ୍ଗଳବାର ଅପରାହ୍ନରେ ଦୁଇଜଣ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି।…

ପୋଷଣ ସହ ବଢ଼ିବ ମନୋବଳ: ଗୁଡ଼ାରିରେ ଯକ୍ଷ୍ମା ଆକ୍ରାନ୍ତଙ୍କୁ ପୋଷଣ ଖାଦ୍ୟ ବାସ୍କେଟ ବଣ୍ଟନ, ଏମ୍‌ସିଏଲ୍‌ର ପ୍ରଶଂସନୀୟ…

ଗୁଡ଼ାରି, ୨୨।୯(ପ୍ରମୋଦ କୁମାର ପତି): ‘ପ୍ରଧାନମନ୍ତ୍ରୀ ଯକ୍ଷ୍ମା ମୁକ୍ତ ଭାରତ ଅଭିଯାନ’ ଅନ୍ତର୍ଗତ ରାୟଗଡ଼ା ଜିଲ୍ଲା ସ୍ୱାସ୍ଥ୍ୟ ଅଧିକାରୀଙ୍କ ତତ୍ତ୍ୱାବଧାନରେ ଗୁଡ଼ାରି ବ୍ଲକରେ ଚିହ୍ନଟ ହୋଇଥିବା ୫୧…

ହାଟଡିହୀର ଦୀପ୍ତିମୟୀଙ୍କୁ ବଡ଼ ଦାୟିତ୍ୱ: କେନ୍ଦୁଝର ଜିଲା ମହିଳା ମୋର୍ଚ୍ଚା ଉପସଭାପତି; ଛୁଟୁଛି ଶୁଭେଚ୍ଛାର…

ହାଟଡିହୀ,୨୨।୯(ଶୁଭକାନ୍ତ ନାୟକ): ଭାରତୀୟ ଜନତା ପାର୍ଟିର କେନ୍ଦୁଝର ଜିଲା ମହିଳା ମୋର୍ଚ୍ଚା ଉପସଭାପତି ଭାବେ ହାଟଡିହୀ ବ୍ଲକ ବଞ୍ଚୋ ଗ୍ରାମର ଦୀପ୍ତିମୟୀ ଖୁଣ୍ଟିଆଙ୍କୁ ମନୋନୀତ କରାଯାଇଛି। ଭାଜପା…

କଳାହାଣ୍ଡିରେ ଲଗାଣ ବର୍ଷାର ତାଣ୍ଡବ: କାଲି ସମସ୍ତ ଶିକ୍ଷାନୁଷ୍ଠାନ ଛୁଟି, ୨୫ ଯାଏ ସରକାରୀ କର୍ମଚାରୀଙ୍କ…

ଭବାନୀପାଟଣା, ୨୨।୯(ଉତ୍ତମ କୁମାର ଦାଶ): ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ପ୍ରଭାବରେ କଳାହାଣ୍ଡି ଜିଲାରେ ପ୍ରବଳ ବର୍ଷା ଜାରି ରହିଛି। ମଙ୍ଗଳବାର ସକାଳୁ ଘଡ଼ଘଡ଼ି ଓ ବିଜୁଳି…

ଦିଗପହଣ୍ଡିରେ ଲଗାଣ ବର୍ଷା: ଘୋଡ଼ାହାଡ଼ ନଦୀକୂଳିଆ ଗ୍ରାମବାସୀଙ୍କୁ ଆଲର୍ଟ, ଯେକୌଣସି ମୁହୂର୍ତ୍ତରେ ଖୋଲିପାରେ ଡ୍ୟାମ୍ ଗେଟ୍

ଦିଗପହଣ୍ଡି,୨୨।୯(ଅଶେଷ ନାଥ ମିଶ୍ର): ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଅଧିକ ଘନୀଭୂତ ହୋଇ ଘୂର୍ଣ୍ଣିବଳୟରେ ପରିଣତ ହେବା ଫଳରେ ଦିଗପହଣ୍ଡି ଅଞ୍ଚଳରେ ମଙ୍ଗଳବାର ସକାଳୁ ଅବିଶ୍ରାନ୍ତ ବର୍ଷା…

ନୂଆପଡ଼ାରେ ଲଜ୍ଜା, ନାବାଳିକାଙ୍କୁ ଟେକି ନେଇ ବଳାତ୍କାର

ନୂଆପଡ଼ା,୨୨ା୯(ମକାରୁ ବେମାଲ): ନୂଆପଡ଼ା ଜିଲା ବେଲଟୁକୁରି ଥାନା ଅଞ୍ଚଳରେ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗରେ ପୋଲିସ ମଙ୍ଗଳବାର ସମ୍ପୃକ୍ତ ଯୁବକଙ୍କୁ ଗିରଫ କରିଛି। ସେ ହେଲେ ଭାଲେଶ୍ୱର ପଞ୍ଚାୟତ…

ଦାରିଙ୍ଗବାଡ଼ିରେ ବ୍ଲକ ସ୍ତରୀୟ ‘ସେବା ସଂକଳ୍ପ ଅଭିଯାନ’: ଜିଲା ସ୍ତରୀୟ ପ୍ରତିଯୋଗିତା ପାଇଁ ୬ କୃତୀ ଛାତ୍ରଛାତ୍ରୀ ମନୋନୀତ

ଦାରିଙ୍ଗବାଡ଼ି,୨୨।୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ସରକାରୀ ଆଇଟିଆଇ (ITI) ପରିସରରେ ମଙ୍ଗଳବାର ବ୍ଲକ ସ୍ତରୀୟ ‘ସେବା ସଂକଳ୍ପ ଅଭିଯାନ’ ଆନନ୍ଦ-ଉଲ୍ଲାସ ସହ ଅନୁଷ୍ଠିତ ହୋଇଯାଇଛି। ଏହି…

ଗଞ୍ଜାମରେ ପୋଲିସ ଲୁଟେରାଙ୍କ ଖୋଲା ଚ୍ୟାଲେଞ୍ଜ: ଗୋଟିଏ ରାତିରେ ତିନି ତିନିଟି ମନ୍ଦିରରୁ ଲୁଟ୍‌, ରାତି ପାହିଲା ବେଳକୁ…

ଗଞ୍ଜାମ, ୨୨।୯(ବିଦ୍ୟାଧର ସାହୁ): ଗଞ୍ଜାମ ସହରରେ ଗୋଟିଏ ରାତିରେ ତିନୋଟି ମନ୍ଦିରରୁ ସଙ୍ଘବଦ୍ଧ ଲୁଟ୍ ହୋଇଥିବା ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ସୋମବାର ବିଳମ୍ବିତ ରାତିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?