କଳାହାଣ୍ଡି ପେକ୍ସ ପକ୍ଷରୁ ହେବ ଡାକଟିକଟ ପ୍ରଦର୍ଶିନୀ”ସମାରୋହ: ପ୍ରଦର୍ଶିତ ହେବ ଦେଶ ବିଦେଶର ଅନେକ ବିରଳ ଡାକ ଟିକେଟ

ଭବାନୀପାଟଣା,୮।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଡାକ ମଣ୍ଡଳ ପକ୍ଷରୁ ଶୁକ୍ରବାର ଭବାନୀପାଟଣା ମୁଖ୍ୟ ଡାକଘର ପ୍ରଶିକ୍ଷଣ କେନ୍ଦ୍ରରେ ଏକ ଖବରଦାତା ସମ୍ମିଳନୀର ଆୟୋଜନ କରାଯାଇଥିଲା। ଏଥିରେ  ୯ ତାରିଖ  ଶନିବାର ଓ ରବିବାର ୧୦ ତାରିଖ ୨ଦିନ ଧରି ଭବାନୀପାଟଣା ସହର ବ୍ରଜମୋହନ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ଗୃହ ଠାରେ  କଳାହାଣ୍ଡି ପେକ୍ସ ପକ୍ଷରୁ ଦିତୀୟ “ଡାକଟିକଟ ପ୍ରଦର୍ଶିନୀ” ସମାରୋହ ହେବା ନେଇଁ କଳାହାଣ୍ଡି  ଡାକ ଅଧିକ୍ଷକ ସୁଶାନ୍ତ କୁମାର ପାଣିଗ୍ରାହୀ ସୂଚନା ଦେଇଛନ୍ତି।
ଏହି ଅବସରରେ ଶନିବାର ସକାଳ ୯ ଟାରେ ଭବାନୀପାଟନା ମୁଖ୍ୟ ଡାକଘରଠାରୁ ବ୍ରଜମୋହନ ଉଚ୍ଚ ବିଦ୍ୟାଳୟ ପର୍ଯନ୍ତ ଏକ ଶୋଭାଯାତ୍ରା ଆୟୋଜନ କରାଯିବ। ଏହି ଡାକଟିକେଟ ପ୍ରଦର୍ଶନୀ ସହ ସହରର ପ୍ରମୁଖ ବିଦ୍ୟାଳୟ ମାନଙ୍କର  ଛାତ୍ରୀଛାତ୍ର ମାନଙ୍କ ମଧ୍ୟରେ ସାଧାରଣଜ୍ଞାନ, ଚିତ୍ରାଙ୍କନ ଓ ପତ୍ରଲିଖନ ପ୍ରତିଯୋଗିତା ମଧ୍ୟ ଅନୁଷ୍ଠିତ ହେବ। ପ୍ରଦର୍ଶନୀରେ ୧୦୦ରୁ ଅଧିକ ଫ୍ରେମରେ ଦେଶ ବିଦେଶର ଅନେକ ବିରଳ ଡାକ ଟିକେଟ ଓ ଡାକ ଉପକରଣ ଜିଲା ତଥା ରାଜ୍ୟର ସଂଗ୍ରାହକଙ୍କ ଦାରା ପ୍ରଦର୍ଶିତ କରାଯିବ। ଏହି ଉପଲକ୍ଷେ ଶନିବାର ଅପରାହ୍ନରେ ଏକ ସାଂସ୍କୃତିକ କାର୍ଯ୍ୟକ୍ରମ ମଧ୍ୟ ଅନୁଷ୍ଠିତ ହେବ। ରବିବାର ୧୦ ତାରିଖରେ ଏହାର ଉଦ୍‌ଯାପନୀ ସମାରୋହ ଅନୁଷ୍ଠିତ ହେବ ବୋଲି ଡାକ ଅଧିକ୍ଷକ ପାଣିଗ୍ରାହୀ ପ୍ରକାଶ କରିଛନ୍ତି। ଖବରଦାତା ସମ୍ମିଳନୀରେ ଅନ୍ୟମାନଙ୍କ ମଧ୍ୟରେ ସହକାରୀ ଡାକ ଅଧ୍ୟିକ୍ଷକ ରାଜ କିଶୋର ମହାରଣା,ଡାକ ଟିକେଟ ସଂଗ୍ରହ କାରି ରମେଶ ଚନ୍ଦ୍ର ଅଗ୍ରୱାଲ ପ୍ରମୁଖ ଉପସ୍ଥିତ ଥିଲେ।

Enter your email to get our daily news in your inbox.

All Right Reserved By Dharitri.Com

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଅବସରକୁ ନେଇ ମୁହଁ ଖୋଲିଲେ ଶାମି

ନୂଆଦିଲ୍ଲୀ,୩୧ା୩: ଭେଟେରାନ ଭାରତୀୟ ପେସର ମହମ୍ମଦ ଶାମି ଏବେ ଅବସର ସମ୍ପର୍କରେ ଚିନ୍ତା କରୁ ନ ଥିବା କହିଛନ୍ତି। ସେ ତାଙ୍କର ବୟସ, ଆହତ ସମସ୍ୟା କିମ୍ବା…

ଭାଜପାରେ ଯୋଗଦେଲେ ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌

ନୂଆଦିଲ୍ଲୀ,୩୧ା୩: ଭାରତର ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌ ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା)ରେ ଯୋଗଦେଇଛନ୍ତି। ପଶ୍ଚିମବଙ୍ଗରେ ହେବାକୁଥିବା ବିଧାନସଭା ନିର୍ବାଚନ ପୂର୍ବରୁ ୫୧ ବର୍ଷୀୟ ପେସ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri