ଅଞ୍ଚଳ ପାଇଁ ଗୌରବ ଆଣିଲେ କଳାହାଣ୍ଡି ଛାତ୍ର ଟେକ: ଖେଳିଗଲା ଖୁସିର ଲହରୀ

କର୍ଲାମୁଣ୍ଡା, ୧୯।୧୨ (ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ କୁର୍ଶୁଲାସ୍ଥିତ ଅମର ଡିଗ୍ରୀ କଲେଜର ଛାତ୍ର ଟେକ ବଗର୍ତ୍ତୀ ଆସନ୍ତା ଜାନୁଆରୀ ୨୬ରେ ନୂଆଦିଲ୍ଲୀ ଠାରେ ହେବାକୁ ଥିବା ସାଧାରଣତନ୍ତ୍ର ଦିବସ ପରେଡରେ ଅଂଶଗ୍ରହଣ କରିବାକୁ ମନୋନୀତ ହୋଇଛନ୍ତି। ଏହି ଖବର ପ୍ରଚାରିତ ହେବା ମାତ୍ରେ ସମଗ୍ର ଅଞ୍ଚଳରେ ଆନନ୍ଦର ବାତାବରଣ ଖେଳିଯାଇଛି। ମ.ରାମପୁର ବ୍ଲକ ମୁଡିଙ୍ଗ ପଞ୍ଚାୟତର ଦୁର୍ଲାଦୁନି ଗ୍ରାମର ଭଗବାନ ବଗର୍ତ୍ତୀ ଓ ରୂପବତୀଙ୍କ ପୁଅ ଟେକ କୁର୍ଶୁଲା ଅମର ଡିଗ୍ରୀ ମହାବିଦ୍ୟାଳୟରେ ବର୍ତ୍ତମାନ ଯୁକ୍ତତିନି କଳା ବିଭାଗର ଛାତ୍ର। ସେ ମହାବିଦ୍ୟାଳୟର ଜାତୀୟ ସେବା ଯୋଜନା (ଏନ୍‌ଏସ୍‌ଏସ୍‌)ର ଶ୍ରେଷ୍ଠ ସ୍ବେଚ୍ଛାସେବୀ ଭାବେ ପରିଚିତ। ଗ୍ରାମାଞ୍ଚଳରୁ ଆସି ମଧ୍ୟ ସେ ପୂର୍ବରୁ ଆୟୋଜିତ କଠିନ ପ୍ରଆରଡି କ୍ୟାମ୍ପର ସମସ୍ତ ପର୍ଯ୍ୟାୟକୁ କଠିନ ପରିଶ୍ରମ ଓ ନିଷ୍ଠା ବଳରେ ସଫଳତାର ସହ ଅତିକ୍ରମ କରିପାରିଛନ୍ତି। ତାଙ୍କର ଏହି କୃତିତ୍ୱ ପାଇଁ କଲେଜ ଅଧ୍ୟକ୍ଷ ନବିନ କୁମାର ପଧାନ ଧନ୍ୟବାଦ ଜଣାଇବା ସହ ଅନ୍ୟ ଛାତ୍ର ଛାତ୍ରୀଙ୍କ ପାଇଁ ସେ ପ୍ରେରଣାଦାୟକ ହେବେ ବୋଲି ପ୍ରକାଶ କରିଛନ୍ତି। କଲେଜର ଏନଏସଏସ କାର୍ଯ୍ୟକ୍ରମ ଅଧିକାରୀ ଅଧ୍ୟାପକ ରାଜେନ୍ଦ୍ର ଗହୀର, ହୃଦାନନ୍ଦ ସାହୁ, ରବିନ ନନ୍ଦ, ନରେଶ ବିଶି, ସସ୍ମିତା ସାହୁ ଟେକଙ୍କୁ ଅଭିନନ୍ଦନ ଜଣାଇ ଟେକ ରଖିଲେ ଟେକ ବଗର୍ତ୍ତୀ ବୋଲି ପ୍ରକାଶ କରିଛନ୍ତି। ଟେକଙ୍କ ଏହି ସଫଳତା ପାଇଁ ସ୍ଥାନୀୟ ବିଧାୟିକା ମନୋରମା ମହାନ୍ତି, ଜିଲା ପରିଷଦ ଅଧ୍ୟକ୍ଷ ପୁଷ୍ପେନ୍ଦ୍ର ସିଂହଦେଓଙ୍କ ସମେତ କର୍ଲାମୁଣ୍ଡା ପ୍ରେସକ୍ଲବ ପକ୍ଷରୁ ଅଭିନନ୍ଦନ ଜ୍ଞାପନ କରାଯାଇଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

ମହେନ୍ଦ୍ରଗିରିରେ ଭୟଙ୍କର ଦୁର୍ଘଟଣା: ଘାଟିରେ ଓଲଟିଲା ପାଣି ଟ୍ୟାଙ୍କର ଟ୍ରାକ୍ଟର, ଚାଲିଗଲା ହେଲ୍‌ପରଙ୍କ ଜୀବନ, ଚାଳକ…

ଗଜପତି, ୪ା୪(ଗିରିଧାରୀ ପରିଛା): ଗଜପତି ଜିଲା ଗାରାବନ୍ଧ ଥାନା ରାୟଗଡ଼ ବ୍ଲକ ଅନ୍ତର୍ଗତ ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ମହେନ୍ଦ୍ରଗିରିରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ପାଣି ବୋଝେଇ…

ଛତ୍ରପୁରରେ ଜିଲାସ୍ତରୀୟ ପ୍ରବେଶ ଉତ୍ସବ: ଜିଲାପାଳ କଲେ ଖଡ଼ିଛୁଆଁ, ଶିକ୍ଷାବର୍ଷର ଶୁଭାରମ୍ଭ…

ଛତ୍ରପୁର, ୪।୪ (ଦିଲ୍ଲୀପ ସାମଲ): “ଆସରେ ଆସ ସ୍କୁଲ ଯିବା, ସାଙ୍ଗ ପିଲାଙ୍କ ସାଙ୍ଗେ ପାଠ ପଢ଼ିବା”ଏହି ନାରା ସହ ଗଞ୍ଜାମ ଜିଲ୍ଲାରେ ଆଜିଠାରୁ ନୂତନ ଶିକ୍ଷାବର୍ଷର…

ମଦ ପିଇ ବସ୍‌ ଚଳାଉଥିଲେ ଡ୍ରାଇଭର, ବ୍ରେଥ୍‌ ଆନାଲାଇଜର୍‌ରେ ଯାଞ୍ଚ କରି ଧରିଲା ପୋଲିସ, ଡିଏଲ୍‌ ସସ୍‌ପେଣ୍ଡ ସହ…

ଛତ୍ରପୁର, ୪।୪(ଦିଲୀପ ସାମଲ): ଯାତ୍ରୀଙ୍କ ଜୀବନ ସହ ଖେଳୁଥିବା ଜଣେ ଦାୟିତ୍ୱହୀନ ବସ୍‌ ଚାଳକଙ୍କୁ ଧରିଛି ପୋଲିସ। ନିଶାଶକ୍ତ ଅବସ୍ଥାରେ ବସ ଚଳାଇବା ଅଭିଯୋଗରେ ଗାଡ଼ି ଜବତ…

ମୁମ୍ୱାଇକୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ,୪ା୪: ସମୀର ରିଜ୍‌ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ୬ ଉଇକେଟରେ ପରାସ୍ତ…

ଫାସଡ୍‌ ଶୁକତେଲ ନଦୀ ପୋଲତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ: ଚାଲିଗଲା ଡ୍ରାଇଭରଙ୍କ ଜୀବନ, ହେଲ୍‌ପର…

ବଲାଙ୍ଗୀର,୪।୪(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ୨୬ ନମ୍ବର ଜାତୀୟ ରାଜପଥ ଲୋଇସିଂହା ଥାନା ଅନ୍ତର୍ଗତ ଫାସଡ୍‌ ଶୁକତେଲ ନଦୀ…

ୟୁକ୍ରେନ୍‌ ଉପରେ ରୁଷିଆର ଡ୍ରୋନ୍‌ ଆକ୍ରମଣ, ପୁଣି ବଢ଼ାଇଲା ଚିନ୍ତା…

କିଭ୍‌,୪ା୪: ୟୁକ୍ରେନ୍‌ର ନିକୋପୋଲ୍‌ ସହର ଅନ୍ତର୍ଗତ ଏକ ବଜାର ଉପରେ ଶନିବାର ରୁଷିଆ ଡ୍ରୋନ୍‌ ମାଡ଼ କରିବାରୁ ଅନୂ୍ୟନ ୫ ଜଣଙ୍କ ମୃତ୍ୟୁ ଘଟିବା ସହ ୧୯ଜଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri