ବଦଳିଲା କଳାହାଣ୍ଡି ବିଶ୍ୱବିଦ୍ୟାଳୟର ନାଁ, ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

କଳାହାଣ୍ଡି,୧।୧୧: ବଦଳିଲା କଳାହାଣ୍ଡି ବିଶ୍ୱବିଦ୍ୟାଳୟର ନାଁ। ବୁଧବାର କଳାହାଣ୍ଡି ଜିଲାରେ ବିଭିନ୍ନ ଉନ୍ନତିମୂଳକ କାର୍ଯ୍ୟକ୍ରମର ଶୁଭାରମ୍ଭ କରିବା ଅବସରରେ ମୁଖ୍ୟମନ୍ତ୍ରୀ ଏହି ଘୋଷଣା କରିଛନ୍ତି। ଏଣିକି ଏହା ମା’ ମାଣିକେଶ୍ବରୀ ବିଶ୍ୱବିଦ୍ୟାଳୟ ନାମରେ ଜଣାଯିବ।

ଏହା ବ୍ୟତୀତ କଳାହାଣ୍ଡି ଜିଲ୍ଲାରେ ଲକ୍ଷ୍ମୀ ବସ୍ ଯୋଜନାର ଶୁଭାରମ୍ଭ ମଧ୍ୟ କରିଛନ୍ତି ମୁଖ୍ୟମନ୍ତ୍ରୀ। ଭବାନୀପାଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ମନସୁଖ୍ ମାଣ୍ଡଭିୟା ଶହୀଦ୍ ରେଣ୍ଡୋ ମାଝୀ ମେଡିକାଲ କଲେଜର ଶୁଭାରମ୍ଭ କରିଛନ୍ତି।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ଭର୍ଚ୍ୟୁଆଲ ପ୍ଲାଟଫର୍ମରେ ଉପସ୍ଥିତ କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ଶ୍ରୀ ମନସୁଖ ମାଣ୍ଡଭିୟା ସହୀଦ ରେଣ୍ଡୋ ମାଝୀ ମେଡିକାଲ କଲେଜର ଉଦ୍‌ଘାଟନ କରିଥିଲେ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଜଣେ ଛାତ୍ର ପ୍ରତୀଶ କୁମାର କୁମ୍ଭାରଙ୍କ ସହିତ ବାର୍ତ୍ତାଳାପ କରିଥିଲେ ।  ପାଠ ପଢିବାର ସୁବିଧା ସଂପର୍କରେ ମୁଖ୍ୟମନ୍ତ୍ରୀ ପଚାରିବା ପରେ ସେ କହିଥିଲେ ଯେ ଏଠାରେ ପାଠ ପଢିବା ପାଇଁ ସବୁପ୍ରକାର ସୁବିଧା ସୁଯୋଗ ମିଳୁଛି ଏବଂ ଆମେ ଖୁସିରେ ପାଠ ପଢୁଛୁ । କେନ୍ଦ୍ରମନ୍ତ୍ରୀ ମାଣ୍ଡଭିୟା ଦୁଇ ଜଣ ଛାତ୍ରୀ ଅନୁପ୍ରିୟା କୁମାରୀ ଓ ଅନୁଷ୍କା ସିଂଙ୍କ ସହିତ ଆଲୋଚନା କରିଥିଲେ।

ସୂଚନାଯୋଗ୍ୟ ଯେ ୩୨୫ କୋଟି ଟଙ୍କା ବିନିଯୋଗରେ ନିର୍ମିତ କଳାହାଣ୍ଡିର ଶହୀଦ ରେଣ୍ଡୋ ମାଝୀ ମେଡିକାଲ କଲେଜରେ ଚଳିତ ବର୍ଷ ଠାରୁ ପାଠପଢା ଆରମ୍ଭ ହୋଇଛି । ୪୩.୧୮ ଏକର  ପରିମିତ ଅଞ୍ଚଳରେ ନିର୍ମିତ ଏହି କଲେଜରେ ୧୦୦ ଜଣ ଛାତ୍ର ପାଠ ପଢା ଆରମ୍ଭ କରିଛନ୍ତି। ଏଥିରେ ରାଜ୍ୟ ସରକାରୀ ସ୍କୁଲରୁ ୧୩ ଜଣ ଛାତ୍ରଛାତ୍ରୀ ନାମ ଲେଖାଇଛନ୍ତି। ଏହାଦ୍ବାରା ସ୍ବାସ୍ଥ୍ୟ ଶିକ୍ଷାରେ ଉନ୍ନତି ଆସିବା ସହିତ ସ୍ଥାନୀୟ ଅଞ୍ଚଳରେ ଉନ୍ନତ ମାନର ସ୍ବାସ୍ଥ୍ୟ ସେବା ମିଳିପାରିବ।

ମେଡିକାଲ କଲେଜ ସହିତ ରାଜ୍ୟ ସରକାର ନିଜ ଖର୍ଚ୍ଚରେ ୨୦୬ କୋଟି ଟଙ୍କା ବିନିଯୋଗରେ ଏକ ୬୫୦ ଶଯ୍ୟାବିଶିଷ୍ଟ ଟିଚିଂ ହସ୍‌ପିଟାଲ ମଧ୍ୟ ନିର୍ମାଣ କରୁଛନ୍ତି । ଏହା ବର୍ତ୍ତମାନ ନିର୍ମଣାଧୀନ ।


Enter your email to get our daily news in your inbox.

All Right Reserved By Dharitri.Com

ପୁରସ୍କାର ବିତରଣ ଉତ୍ସବରୁ ବାଦ୍‌ ପଡ଼ିଲେ ଆଦର୍ଶ ବିଦ୍ୟାଳୟର ଦଶମ ଶ୍ରେଣୀ ଟପ୍ପର ଛାତ୍ର

ଦାରିଙ୍ଗବାଡ଼ି,୧୭ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ହେଲିପ୍ୟାଡ୍‌ ପଡ଼ିଆଠାରେ ବ୍ଲକସ୍ତରୀୟ ୮୦ତମ ସ୍ବାଧୀନତା ଦିବସ ପାଳନ ପରିପ୍ରେକ୍ଷୀରେ ବ୍ଲକ ଅଞ୍ଚଳରେ ରହିଥିବା ବିଭିନ୍ନ ବିଦ୍ୟାଳୟ, ଉଚ୍ଚ ବିଦ୍ୟାଳୟ,…

ଆଜି ଏସବୁ ଜିଲାରେ ପ୍ରବଳ ବର୍ଷା: ସତର୍କ ସୂଚନା ଜାରି କରି ପାଣିପାଗ ବିଭାଗ କହିଲା ୧୮ ତାରିଖ ପର୍ଯ୍ୟନ୍ତ…

ଭୁବନେଶ୍ୱର, ୧୭ା୮: ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଆଉ ଏକ ଲଘୁଚାପ। ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ପଶ୍ଚିମବଙ୍ଗ-ଉତ୍ତର ଓଡ଼ିଶା ଉପକୂଳ ଉପରେ ଥିବା ଲଘୁଚାପ କ୍ଷେତ୍ର ରବିବାର…

ୟୁକ୍ରେନ୍‌-ରୁଷିଆ ଯୁଦ୍ଧ: ୟୁକ୍ରେନ୍‌ର ଡ୍ରୋନ ଆକ୍ରମଣରେ ଜଳିଗଲା ରୁଷିଆର ବଡ଼ ଗୋଦାମ ଘର

ମସ୍କୋ,୧୬ା୮: ରୁଷିଆ ୟୁକ୍ରେନ୍‌ ଉପରେ ଜୋର୍‌ଦାର ଏୟାରଷ୍ଟ୍ରାଇକ୍‌ କରିଥିବା ବେଳେ କିଭ୍‌ ମଧ୍ୟ ଏହାର କଡ଼ା ଜବାବ ଦେଇଛି। ମସ୍କୋ ଅଞ୍ଚଳରେ ୟୁକ୍ରେନ୍‌ ଓଜନଦାର ଡ୍ରୋନ୍‌ ଯୋଗେ…

ଗାଲେ ଟେଷ୍ଟରେ ପଡିକଲଙ୍କ ଦମ୍‌ଦାର ଶତକ, ଭାରତ ୪୬୦/୯

ଗାଲେ, ୧୬ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ପ୍ରଥମ ଟେଷ୍ଟ କ୍ରିକେଟ ମ୍ୟାଚ୍‌ରେ ଭାରତୀୟ ବ୍ୟାଟର ଦମ୍‌ଦାର ପ୍ରଦର୍ଶନ କରିଛନ୍ତି। ବ୍ୟାଟର ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ…

କେନାଲରେ ଫସି ରହିଥିଲା ବାର୍‌ହା, ଏମିତି ଉଦ୍ଧାର କଲେ ଅଗ୍ନିଶମ କର୍ମଚାରୀ

ଗଞ୍ଜାମ,୧୬।୮(ବିଦ୍ୟାଧର ସାହୁ): ଗଞ୍ଜାମ ସହର ସ୍ଥିତ ପୋତାଗଡ଼ ପାର୍ଶ୍ୱରେ ଥିବା ଋଷୁକୂଲ୍ୟା ନଦୀ ଜଳରେ ବୋଟିଙ୍ଗ ପାଇଁ ନିର୍ମାଣ ହୋଇଥିବା କ୍ଷୁଦ୍ର କେନାଲରେ ଫସି ରହିଥିବା ଏକ…

Ananya Raj Death: ୩୫ ବର୍ଷରେ ଅଭିନେତ୍ରୀ ଅନନ୍ୟା ରାଜଙ୍କ ପରଲୋକ, ମାସେ ପରେ ସାମ୍ନାକୁ ଆସିଲା ଖବର

ମୁମ୍ବାଇ,୧୬।୮: ଅଭିନେତ୍ରୀ ତଥା ସୋସିଆଲ ମିଡିଆ ଷ୍ଟାର ଅନନ୍ୟା ରାଜଙ୍କ ୩୫ ବର୍ଷ ବୟସରେ ଦେହାନ୍ତ ହୋଇଛି । ତାଙ୍କ ମୃତ୍ୟୁର ପ୍ରାୟ ଏକ ମାସ ପରେ…

ଛକରେ କଫସିରପ ବିକ୍ରି ବେଳେ ମାଡିବସିଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୬।୮(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ପୋଲିସ ଆଜି ବାଉଁସେନମୁରା ଗ୍ରାମ ପଂଚାୟତ ଅନ୍ତର୍ଗତ କେନ୍ଦବାହାଲ ରାସ୍ତାରେ ପେଟ୍ରୋଲିଂ ସମୟରେ ତିନିଜଣ କଫସିରପ ବ୍ୟବସାୟୀଙ୍କୁ ଗିରଫ କରି…

UGC NET 2026: ପରୀକ୍ଷା ନେଇ ବଡ଼ ଖବର: ଏହି ୩ବିଷୟରେ ପୁନଃ ପରୀକ୍ଷା ଦେବେ ଛାତ୍ରୀଛାତ୍ର!

ନୂଆଦିଲ୍ଲୀ,୧୬।୮: UGC-NET ଜୁନ୍ ୨୦୨୬ ପରୀକ୍ଷାକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି । ସୂଚନା ଅନୁସାରେ, ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି (NTA) ଇଂରାଜୀ, କମର୍ସ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri