କଳାହାଣ୍ଡି ବିଜୟୀ, ଦ୍ୱିତୀୟ ମ୍ୟାଚ୍‌ରେ ବର୍ଷା ବାଧା

ବରଗଡ଼, ୨୭।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଲେଙ୍ଗୁ ମିଶ୍ର ମିନି ଷ୍ଟାଡିୟମରେ ଫୁଟବଲ ଆସୋସିଏଶନ ଅଫ୍‌ ଓଡ଼ିଶା (ଫାଓ) ଏବଂ ବରଗଡ଼ ଜିଲା କ୍ରୀଡ଼ା ସଂସଦର ମିଳିତ ଆୟୋଜନରେ ଅନୁଷ୍ଠିତ ଆନ୍ତଃ ଜିଲା ସାହାଣୀ କପ୍‌ ଫୁଟବଲ ପ୍ରତିଯୋଗିତାରେ ଗୁରୁବାର କଳାହାଣ୍ଡି ଓ ନୂଆପଡ଼ା ମଧ୍ୟରେ ପ୍ରଥମ ମ୍ୟାଚ୍‌ ଖେଳାଯାଇଥିଲା। ଏଥିରେ କଳାହାଣ୍ଡି ଦଳ ବିଜୟୀ ହୋଇଥିଲା। ସେହିପରି କନ୍ଧମାଳ ଓ ବଲାଙ୍ଗୀର ମଧ୍ୟରେ ଖେଳାଯାଉଥିବା ଦ୍ୱିତୀୟ ମ୍ୟାଚ୍‌ର ଦ୍ୱିତୀୟାର୍ଦ୍ଧ ଖେଳ ଆରମ୍ଭର ୪ ମିନିଟ ପରେ ବର୍ଷା ଯୋଗୁ ସ୍ଥଗିତ ରଖିବାକୁ ପଡ଼ିଥିଲା। ଅସମାପ୍ତ ଖେଳ ଶୁକ୍ରବାର ସକାଳ ୭ଟା ୩୦ ମିନିଟରେ ଅନୁଷ୍ଠିତ ହେବ। କଳାହାଣ୍ଡି ଓ ନୂଆପଡା ମଧ୍ୟରେ ଅନୁଷ୍ଠିତ ସଂଘର୍ଷପୂର୍ଣ୍ଣ ପ୍ରଥମ ମ୍ୟାଚ୍‌ରେ କଳାହାଣ୍ଡି ଦଳ ୪-୨ ଗୋଲରେ ବିଜୟୀ ହୋଇଥିଲା। କଳାହାଣ୍ଡି ପକ୍ଷରୁ ଗଜେନ ମୁର୍ମୁ ୨ଟି ଗୋଲ ଦେଇଥିବାବେଳେ ଦେବାନନ୍ଦ ବୁଦୁଲିଆ, ସୁଜିତ ବାର୍ଲା ଗୋଟିଏ ଲେଖାଏ ଗୋଲ ଦେଇଥିଲେ। ନୂଆପଡା ପକ୍ଷରୁ ତରୁଣ ମାଝୀ ୨ଟି ଗୋଲ ସ୍କୋର କରିଥିଲେ ।
ସେହିପରି ଦ୍ୱିତୀୟ ମ୍ୟାଚ୍‌ କନ୍ଧମାଳ ଓ ବଲାଙ୍ଗୀର ମଧ୍ୟରେ ହୋଇଥିଲା। ପ୍ରଥମାର୍ଦ୍ଧ ଶେଷ ସୁଦ୍ଧା କନ୍ଧମାଳ ଦଳ ୩-୧ ଗୋଲ ବ୍ୟବଧାନରେ ଆଗୁଆ ଥିଲା। ଦ୍ୱିତୀୟାର୍ଦ୍ଧର ୪ ମିନିଟ୍‌ ପରେ ପ୍ରବଳ ବର୍ଷା ଯୋଗୁ ମ୍ୟାଚ୍‌କୁ ସ୍ଥଗିତ ରଖିବାକୁ ପଡ଼ିଥିଲା। ଶୁକ୍ରବାର ସକାଳ ସାଢ଼େ ୭ଟାରେ ଏହି ଅସମାପ୍ତ ଖେଳର ଆୟୋଜନ ହେବ। ଜିଲା କ୍ରୀଡ଼ା ସଂସଦର ଉପସଭାପତି ଯୁଗଳ ପ୍ରସାଦ ସିଂଙ୍କ ସଭାପତିତ୍ୱ ଓ ସଚ୍ଚିଦାନନ୍ଦ ପଣ୍ଡାଙ୍କ ସଂଯୋଜନାରେ ଅନୁଷ୍ଠିତ ପୁରସ୍କାର ବିତରଣୀ ଉତ୍ସବରେ ପ୍ରାକ୍ତନ ଖେଳାଳି ଅତିଶ ପଣ୍ଡା, ଜ୍ଞାନରଞ୍ଜନ ପୂଜାରୀ ଓ ମନୋରଞ୍ଜନ କୁମାର ଅତିଥି ଭାବେ ଯୋଗଦେଇ କଳାହାଣ୍ଡି ଦଳର ୧୦ ନମ୍ବର ଖେଳାଳି ସୁଜିତ ବାର୍ଲାଙ୍କୁ ପ୍ରଥମ ମ୍ୟାଚ୍‌ର ଶ୍ରେଷ୍ଠ ଖେଳାଳି ଭାବେ ପୁରସ୍କୃତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭବାନୀପାଟଣା: ଜଜ୍‌ଙ୍କ ବାସଭବନ ପରେ ମେଡିକାଲ ପଛପଟେ ବୁଲୁଛି ଜଙ୍ଗଲୀ ଭାଲୁ, ଉଦ୍ଧାର କାର୍ଯ୍ୟରେ…

ଭବାନୀପାଟଣା, ,୨୦।୬(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ଜଙ୍ଗଲୀ ଭାଲୁ ପଶିଆସିବା ଯୋଗୁ ସ୍ଥାନୀୟ ବାସିନ୍ଦାଙ୍କ ମଧ୍ୟରେ ତୀବ୍ର ଆତଙ୍କ ପ୍ରକାଶ ପାଇଛି। ଶନିବାର…

ଭବାନୀପାଟଣା ସହରରେ ଭାଲୁ ଆତଙ୍କ

ଭବାନୀପାଟଣା,୨୦।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ଭାଲୁ ଆତଙ୍କ ଦେଖିବାକୁ ମିଳିଛି। ଶନିବାର ସନ୍ଧ୍ୟାରେ ଭବାନୀପାଟଣା ସହର ସ୍ଥିତ ବାପୁଜୀ ସ୍କୁଲ ପାଖରେ ରହୁଥିବା…

ମାନବିକତା ଦେଖାଇଲେ ଏସଡିପିଓ: ରାସ୍ତାରୁ ଆହତ ଯୁବକଙ୍କୁ ଉଦ୍ଧାର କରି ନିଜ ଗାଡ଼ିରେ ପହଞ୍ଚାଇଲେ ମେଡିକାଲ

ଭଞ୍ଜନଗର, ୨୦।୬(ବାବୁଲା ପ୍ରଧାନ)- ପୋଲିସଙ୍କ ଭିତରେ ଥିବା ସମ୍ବେଦନଶୀଳ ମାନବିକତାର ଏକ ଅନନ୍ୟ ଉଦାହରଣ ଦେଖିବାକୁ ମିଳିଛି ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳରେ। ଡ୍ୟୁଟି ସାରି ଫେରିବା…

ବଜ୍ରପାତ ନେଲା ମହିଳାଙ୍କ ଜୀବନ, ୪ ଗୁରୁତର

ରିଆମାଳ, ୨୦ା୬(ବଦ୍ରିନାରାୟଣ ଅଗ୍ରୱାଲା)- ଦେବଗଡ଼ ଜିଲା ରିଆମାଳ ବ୍ଲକ୍‌ କୁଣ୍ଢେଇଗୋଳା ଥାନା କରଲଗା ପଞ୍ଚାୟତ ଅନ୍ତର୍ଗତ ବରଖୋଳ ଗ୍ରାମରେ ଶନିବାର ବଜ୍ରପାତ ଘଟି ଜଣଙ୍କର ମୃତ୍ୟୁ ଘଟିଥିବା…

ସୀମାରେ ଜମା ହେଲେ ଶତାଧିକ ବାଂଲାଦେଶୀ, ଶୁଭେନ୍ଦୁ ସରକାରଙ୍କ ଆକ୍ସନ ପରେ ସୀମାନ୍ତରେ ହଲଚଲ!

କୋଲକାତା,୨୦।୬ : ପଶ୍ଚିମବଙ୍ଗରେ ଭାଜପା ସରକାର ଗଠନ ଏବଂ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କ ଦ୍ୱାରା ବେଆଇନ ବାଂଲାଦେଶୀ ଅନୁପ୍ରବେଶକାରୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା ପରେ…

ଏନ୍‌ଇଇଟି-ୟୁଜି ପୁନଃ ପରୀକ୍ଷା, ନାଗପୁର ଛାତ୍ରଙ୍କୁ ଆବୁଧାବି ପରୀକ୍ଷା କେନ୍ଦ୍ର

ନାଗପୁର,୨୦ା୬: ଏନ୍‌ଇଇଟି-ୟୁଜି ପୁନଃ ପରୀକ୍ଷା ରବିବାର ହେବାକୁ ଥିବାବେଳେ ନାଗପୁରର ଜଣେ ଛାତ୍ରଙ୍କୁ ୟୁନାଇଟେଡ୍‌ ଆରବ ଏମିରେଟ୍ସ (ୟୁଏଇ)ର ଆବୁଧାବିରେ ପରୀକ୍ଷା କେନ୍ଦ୍ର ଦିଆଯାଇଥିବା ପରିବାର ଲୋକେ…

କୋହଲି ଦେବେ ଫିଟ୍‌ନେସ୍‌ ପରୀକ୍ଷା, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୨୦ା୬: ଷ୍ଟାର ବ୍ୟାଟର ବିରାଟ କୋହଲି ସୁସ୍ଥ ହେବାରେ ଲାଗିଛନ୍ତି। ଇଂଲଣ୍ଡ ବିପକ୍ଷ ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ ସିରିଜ ପୂର୍ବରୁ ଜୁନ୍‌ ୨୨ରେ ତାଙ୍କ ଫିଟ୍‌ନେସ ଟେଷ୍ଟ…

୪୯ ପ୍ଲଟ, କୋଟି କୋଟି ଟଙ୍କାର ସମ୍ପତ୍ତି ଠାବ: ଗିରଫ ହେଲେ ଯନ୍ତ୍ରୀ ସତ୍ୟନାରାୟଣ ସେଠୀ

କୋରାପୁଟ, ୨୦।୬ (ଅମିତାଭ ବେହେରା): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କୋରାପୁଟ ଜିଲ୍ଲା କୋଟପାଡ଼ ବ୍ଲକର ସହକାରୀ ନିର୍ବାହୀ ଯନ୍ତ୍ରୀ ସତ୍ୟନାରାୟଣ ସେଠୀଙ୍କୁ ଓଡ଼ିଶା ଭିଜିଲାନ୍ସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri