କଳାହାଣ୍ଡିର ଗୌରବ: ୟୁପିଏସ୍‌ସିରେ ସଫଳ ହେଲେ ଅଙ୍କିତ-ରାହୁଲ

କେସିଙ୍ଗା,୪।୮(ଡି.ଏନ୍‌.ଏ.): ୟୁପିଏସ୍‌ସି ପରୀକ୍ଷାରେ ଚମକିଛନ୍ତି ଓଡ଼ିଆ। ୟୁପିଏସ୍‌ସିରେ କଳାହାଣ୍ଡି ଜିଲାରୁ ୨ ଜଣ ସଫଳତା ପାଇ ଜିଲାପାଇଁ ଗୌରବ ଆଣିଛନ୍ତି। କେସିଙ୍ଗାର ରାହୁଲ ଗୋଏଲ ୧୬୮ ନଂ ର଼୍ୟାଙ୍କ୍‌ ପାଇଥିବାବେଳେ ଭବାନୀପାଟଣାର ଅଙ୍କିତ ଶଙ୍କର ମିଶ୍ର ୨୯୪ ନଂ ର଼୍ୟାଙ୍କ୍‌ରେ ଉତ୍ତୀର୍ଣ୍ଣ ହୋଇଛନ୍ତି। ଉଭୟଙ୍କ ପରୀକ୍ଷା ଫଳ ଆସିବା ପରେ ଜିଲାରେ ଖୁସିର ବାତାବରଣ ଖେଳିଯାଇଛି। ବିଭିନ୍ନ ମହଲରୁ ଅଭିନନ୍ଦନର ସୁଅ ଛୁଟିଛି। କଠିନ ପରିଶ୍ରମ ହିଁ ସଫଳତା ର ଚାବି କାଠି ବୋଲି ଉଭୟ କହିଛନ୍ତି। ସେମାନେ ପ୍ରଭୁ ଜଗନ୍ନାଥଙ୍କ ସହ ନିଜ ପରିବାର, ସାଙ୍ଗସାଥି ଓ ଗୁରୁଙ୍କୁ ତାଙ୍କର ସଫଳତାର ଶ୍ରେୟ ଦେଇଛନ୍ତି।

ରାହୁଲ କେସିଙ୍ଗା ସହରର ସୁନୀଲ ଗୋଏଲଙ୍କ ପୁତ୍ର ଓ ସମାଜସେବୀ ତିଳକ ଗୋଏଲଙ୍କ ନାତି ଅଟନ୍ତି। ଅଙ୍କିତ ମହାବୀରପଡା ଅବନୀ ରଞ୍ଜନ ମିଶ୍ରଙ୍କ ପୁଅ ଅଟନ୍ତି। ଅଙ୍କିତ ଚାକିରୀ ଛାଡି ଏହି ପରୀକ୍ଷା ପାଇଁ ପ୍ରସ୍ତୁତି କରିଥିବାବେଳେ ରାହୁଳ ଖଡଗପୁର ଆଇଆଇଟି ରେ ମେକାନିକାଲ ଇଞ୍ଜିନିୟରିଂ ପରେ ଦିଲ୍ଲୀରେ ସିଭିଲ ସର୍ଭିସ ପାଇଁ ପ୍ରସ୍ତୁତ କରୁଥିଲେ। ରାହୁଲ ସମାଜସେବା ପାଇଁ ଏହି ଲକ୍ଷ୍ୟ ରଖି ପ୍ରସ୍ତୁତ କରିଛନ୍ତି। ସେହିଭଳି ଅଙ୍କିତ ଏହି ପରୀକ୍ଷା ପାଇଁ ପ୍ରସ୍ତୁତ କରୁଥିବା ପଶ୍ଚିମ ଓଡିଶାର ଛାତ୍ରଛାତ୍ରୀମାନଙ୍କୁ କଠିନ ପରିଶ୍ରମ କରିବା ପାଇଁ ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏତେ ଟଙ୍କା ବକେୟା ପଡିଛି ବିଦ୍ୟୁତ୍‌ ବିଲ: ବନ୍ଦ ହେଲା ପାଣି ପମ୍ପ, ସମସ୍ୟାର ସମାଧାନ ନ ହେଲେ…

ମୋହନା, ୨୯।୭( ମନ୍ମଥ ମିଶ୍ର ): ଗଜପତି ଜିଲା ମୋହନାରେ ପାନୀୟ ଜଳ ସଙ୍କଟ ଆଶଙ୍କା। ବକେୟା ବିଦ୍ୟୁତ୍‌ ବିଲ ପୈଠ ନହେବାରୁ ପଞ୍ଚାୟତର ପାନୀୟ ଜଳ…

ଭିତରେ ଶୋଇଥିଲେ ପରିବାର, ପ୍ରବଳ ବର୍ଷାରେ ଭୁଶୁଡ଼ି ପଡ଼ିଲା ଘର

ପଦ୍ମପୁର,୨୯।୭ (ପ୍ରଦୀପ୍ତ ଦାଶ) : ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ପଦ୍ମପୁର ସହର ସମେତ ବିଭିନ୍ନ ଗ୍ରାମାଞ୍ଚଳରେ ଜନଜୀବନ ଗୁରୁତର ଭାବେ ପ୍ରଭାବିତ ହୋଇଛି। ଅବିରତ ବର୍ଷା…

ଆଜି ମହାପ୍ରଭୁଙ୍କ ବନକଲାଗି ନୀତି: ୫ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ

ପୁରୀ,୨୯ା୭(ଅଜିତ୍‌ କୁମାର ମହାନ୍ତି): ଆଷାଢ଼ ଶୁକ୍ଳ (ବ୍ୟାସ ପୂର୍ଣ୍ଣିମା) ତିଥି ବୁଧବାର ଶ୍ରୀବିଗ୍ରହଙ୍କ ବନକ ଲାଗି ନୀତି ଅନୁଷ୍ଠିତ ହେବ। ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ଦ୍ୱିତୀୟ ଭୋଗମଣ୍ଡପ ଶେଷ…

ଓଡ଼ିଶାରେ ଧର୍ମେନ୍ଦ୍ର ପ୍ରଧାନ: ଆସୁ ଆସୁ କହିଦେଲେ ଏମିତି…ରାଜନୀତିରେ ଖେଳିଗଲା ହଇଚଇ

ଭୁବନେଶ୍ୱର, ୨୯।୭: ସିଜେପିର ବିକ୍ଷୋଭ ପ୍ରଦର୍ଶନ ପରେ ଶିକ୍ଷାମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି ଧର୍ମେନ୍ଦ୍ର ପ୍ରଧାନ । ଏହାପରେ ସେ ପ୍ରଥମଥର ଓଡ଼ିଶା ଗସ୍ତରେ ଆସିଛନ୍ତି। ମଙ୍ଗଳବାର…

ବରଗଡ଼ ଜଳାର୍ଣ୍ଣବ: ଗ୍ରାମାଞ୍ଚଳଠୁ ସହରାଞ୍ଚଳ ଜନଜୀବନ ପ୍ରଭାବିତ

ବରଗଡ଼,୨୯।୭(ପ୍ରେମାନନ୍ଦ ଖମାରୀ): ଲଗାଣ ବର୍ଷାରେ ବରଗଡ଼ ଜଳାର୍ଣ୍ଣବ ହୋଇ ପଡ଼ିଛି। ଜିଲାର ଗ୍ରାମାଞ୍ଚଳଠୁ ସହରାଞ୍ଚଳ ପର୍ଯ୍ୟନ୍ତ ଜନଜୀବନ ପ୍ରଭାବିତ ହୋଇଛି। ଗଳିକନ୍ଦି ରାସ୍ତା ଜଳମଗ୍ନ ହୋଇପଡ଼ିଛି ।…

ଭାଙ୍ଗିଲା ରିଙ୍ଗ ରୋଡ଼ : ୨୦ ଫୁଟ୍‌ ଘାଇ କରି ପଶିଲା ପାଣି, ୫୦ରୁ ଅଧିକ ପରିବାର ସ୍ଥାନାନ୍ତର

ବଞ୍ଚୋ,୨୯।୭ (ପ୍ରଦୋଷ ବିଶ୍ୱାଳ/ସୁଶାନ୍ତ ସାହୁ ): ଲଗାଣ ବର୍ଷା ଓ ବୈତରଣୀ ନଦୀର ଜଳସ୍ତର ବୃଦ୍ଧି ପରେ ଆଜି ଭୋର ପ୍ରାୟ ୪ଟାରୁ ଆନନ୍ଦପୁର ସହରରେ ବନ୍ୟା…

କାଳୀ ମନ୍ଦିରରୁ ଚୋରି ଘଟଣା: ଗଞ୍ଜାମ ଏସ୍‌ପିଙ୍କ ଦ୍ୱାରସ୍ଥ ହେଲେ ମନ୍ଦିର ପରିଚାଳନା କମିଟି ସଦସ୍ୟ, କହିଲେ…

ଛତ୍ରପୁର, ୨୮।୭ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟନାୟକ ) : ଚଳିତ ବର୍ଷ ଜୁଲାଇ ୪ ତାରିଖ ମଧ୍ୟ ରାତ୍ରରେ ଗଞ୍ଜାମ ଜିଲା ତାରାସିଂ ଥାନା ଅନ୍ତର୍ଗତ ଗାଲେରି…

ଶାରୀରିକ ସମ୍ପର୍କ ନ ରଖିଲେ ମାରିଦେବି ସ୍ବାମୀକୁ, ଧମକ ଦେଇ ବିବାହିତା ମହିଳାଙ୍କୁ…

ଦେବଗଡ, ୨୯।୭ (ଶଶାଙ୍କ ଶେଖର ଝାଙ୍କର): ବିଭିନ୍ନ ଧମକ ଚମକ ଦେଇ ଜନୈକା ବିବାହିତା ମହିଳାଙ୍କୁ ବଳାତ୍କାର ଅଭିଯୋଗରେ ଦେବଗଡ ପୋଲିସ ଅଭିଯୁକ୍ତକୁ ଗିରଫ କରି କୋର୍ଟଚାଲାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri