ଅବ୍ୟବସ୍ଥା ଘେରରେ କଳାପାହାଡ଼ ଉର୍ଦ୍ଦୁ ପ୍ରାଥମିକ ବିଦ୍ୟାଳୟ

ଆଳି,୨୯ା୭(ଡି.ଏନ.ଏ.): ରାଜ୍ୟ ସରକାର ପ୍ରାଥମିକ ଶିକ୍ଷାର ଉନ୍ନତି କରିବାକୁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ଅନେକ ସ୍ଥାନରେ ପ୍ରାଥମିକ ବିଦ୍ୟାଳୟଗୁଡ଼ିକର ଅବସ୍ଥା ଶୋଚନୀୟ ଅବସ୍ଥାରେ ରହିଛି। ସର୍ବଶିକ୍ଷା ଅଭିଯାନରେ ସମସ୍ତେ ବିଦ୍ୟାଳୟକୁ ଛାତ ଘର ଓ ଛାତ୍ରୀଛାତ୍ର ଅନୁପାତରେ ଶିକ୍ଷକ ଯୋଗାଇ ଦେଉଛନ୍ତି। କିନ୍ତୁ ଆଳି ବ୍ଲକ ଅନ୍ତର୍ଗତ ମେଣ୍ଢପୁର ପଞ୍ଚାୟତ ଅଧୀନରେ ଥିବା କଳାପାହାଡ଼ ଉର୍ଦ୍ଦୁ ପ୍ରାଥମିକ ବିଦ୍ୟାଳୟ ଦୀପତଳ ଅନ୍ଧାର ପରି ରହିଯାଉଛି। ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟଠାରୁ ମାତ୍ର ଦେଢ଼ କିଲୋମିଟର ଦୂରରେ ଥିବା ଏହି ବିଦ୍ୟାଳୟ ପ୍ରତି କାହାର ଦୃଷ୍ଟି ନ ପଡ଼ିବା ସାଧାରଣରେ ବିସ୍ମୟ ସୃଷ୍ଟି କରିଛି। ବିଦ୍ୟାଳୟରେ ପ୍ରଥମରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ଅଛି। ବିଦ୍ୟାଳୟରେ ଛାତ୍ରୀଛାତ୍ର ସଂଖ୍ୟା ୧୧୩। କିନ୍ତୁ ଶିକ୍ଷୟିତ୍ରୀଶିକ୍ଷକ ମାତ୍ର ଦୁଇଜଣ ରହିଛନ୍ତି। ଜଣେ ଶିକ୍ଷକ ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ଓ ଅନ୍ୟ ଜଣେ ସହକାରୀ ଶିକ୍ଷୟିତ୍ରୀ। ୨୦୨୧ ଜୁଲାଇରେ ଏଠାରୁ ଦୁଇଜଣ ଶିକ୍ଷକ ଅବସର ଗ୍ରହଣ କରିଛନ୍ତି। ଅନ୍ୟ ଜଣେ ଶିକ୍ଷୟିତ୍ରୀଙ୍କୁ ସେହିବର୍ଷ ଅଗଷ୍ଟରେ ଅନ୍ୟତ୍ର ବଦଳି କରି ଦିଆଯାଇଥିଲା। ତେଣୁ ଏବେ ଏଠାରେ ଦୁଇଜଣ ଶିକ୍ଷକରେ କାମ ଚଳାଇବାକୁ ପଡୁଛି। କେବଳ ସେତିକି ନୁହେଁ, ବିଦ୍ୟାଳୟରେ ଘରର ଅଭାବ ରହିଛି। ତିନୋଟି ଆଜବେଷ୍ଟସ ଘର ବିପଦସଙ୍କୁଳ ଅବସ୍ଥାରେ ରହିଛି। ତେଣୁ ଦୁଇଟି ଶ୍ରେଣୀ ଗୃହରେ ୫ଟି ଶ୍ରେଣୀର ଛାତ୍ରୀଛାତ୍ରଙ୍କୁ ବସି ପଢ଼ାଇବା ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ ଅନେକ ଅସୁବିଧା ସୃଷ୍ଟି ହେଉଛି। ତୁରନ୍ତ ବିଦ୍ୟାଳୟକୁ ଶିକ୍ଷକ ଓ ନୂତନ ଶ୍ରେଣୀ ଗୃହ ଯୋଗାଇ ଦେବାକୁ ଗ୍ରାମବାସୀ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିସମାସ ଶୁଭକାମନାରେ ରୁଷିଆ ରାଷ୍ଟ୍ରପତି ପୁଟିନଙ୍କ ‘ମୃତ୍ୟୁ’ କାମନା କଲେ ଜେଲେନସ୍କି 

କ୍ୱିଭ,୨୫।୧୨: ଯୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କ୍ରିସମସ ଇଭ (ଡିସେମ୍ବର ୨୪) ରେ ତାଙ୍କ ପାରମ୍ପରିକ ଭାଷଣରେ ରୁଷିଆ ରାଷ୍ଟ୍ରପତି ଭ୍ଲାଡ଼ିମିର ପୁଟିିନଙ୍କ ଅପ୍ରତ୍ୟକ୍ଷ ମୃତ୍ୟୁ...

୨୪ ବର୍ଷ ପୂର୍ବେ ପାକିସ୍ତାନକୁ ନେଇ ଏମିତି କଥା କହିଥିଲେ ପୁଟିନ: ଏବେ ହେଉଛି ସତ

ମସ୍କୋ,୨୫।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ପାକିସ୍ତାନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ଏହି ବିବୃତ୍ତି ପ୍ରାୟ ୨୪ ବର୍ଷ ପୁରୁଣା, ଯେତେବେଳେ ସେ...

ସାନ୍ତାଳୀ ଭାଷାରେ ଉନ୍ମୋଚନ ହେଲା ଭାରତର ସମ୍ବିଧାନ: ରାଷ୍ଟ୍ରପତି କହିଲେ, ଗର୍ବର ବିଷୟ

ନୂଆଦିଲ୍ଲୀ,୨୫ା୧୨:ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁବାର ସାନ୍ତାଳୀ ଭାଷାରେ ଭାରତର ସମ୍ବିଧାନକୁ ଉନ୍ମୋଚନ କରିଛନ୍ତି। ରାଷ୍ଟ୍ରପତି ଭବନରେ ଏହାର ଉନ୍ମୋଚନ କରାଯାଇଛି। ୨୦୦୩ର ଆଇନରେ ସଂଶୋଧନ ଅଣାଯାଇ...

ମାତ୍ର ୫ ଦିନରେ ଦୋଷୀଙ୍କୁ ମିଳିଲା ଦଣ୍ଡ: କୋର୍ଟଙ୍କ ରାୟଙ୍କ ଦେଖି ଲୋକେ ଆଶ୍ଚର୍ଯ୍ୟ

ଜୟପୁର,୨୫।୧୨: ରାଜସ୍ଥାନର କୋଟପୁଟଲି-ବେହରର ଜିଲାରେ ଏକ ଚୋରି ମାମଲାରେ ଅଭିଯୁକ୍ତକୁ ପାଞ୍ଚ ଦିନ ମଧ୍ୟରେ କୋର୍ଟ ଦଣ୍ଡାଦେଶ ଶୁଣାଇଛି। କୋର୍ଟ ତାଙ୍କୁ ଦୁଇ ବର୍ଷ ଜେଲଦଣ୍ଡ...

ବରଗଡ଼ ଧନୁଯାତ୍ରା: ଦେବକୀଙ୍କ କୋଳରେ ଜନ୍ମନେଲେ ଶ୍ରୀକୃଷ୍ଣ

ମଥୁରାନଗରୀ,୨୫।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବର ଦ୍ୱିତୀୟ ଦିବସ ଗୁରୁବାରରେ ମଥୁରାନଗରୀର ଲୋକ ମଣ୍ଡପ ପଡ଼ିଆରେ ରଙ୍ଗମହଲ ଉଦଘାଟିତ ହୋଇଛି। ଜିଲାପାଳ ଆଦିତ୍ୟ ଗୋୟଲ ଏହି...

ଗୁଲୁଆଙ୍କ ପାଲଟା ଅଭିଯୋଗ: ‘ମୋତେ ଶାରୀରିକ ସମ୍ପର୍କ ରଖିବାକୁ ମନା କରିଥିଲେ ବର୍ଷା, ମୁଁ ନୁହେଁ ବରଂ ସେ… 

ଭୁବନେଶ୍ୱର,୨୫।୧୨: ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି।...

ନୂଆବର୍ଷରେ ଫିଟିବ ପୂଜାଙ୍କ ଭାଗ୍ୟ

ଅଭିନେତ୍ରୀ ପୂଜା ହେଗଡେ ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ର ଶିଳ୍ପରେ ମଧ୍ୟ ବହୁତ ପ୍ରସିଦ୍ଧ। ୨୦୧୬ରେ ସେ ମୋହେଞ୍ଜୋଦାରୋ ସହିତ ଡେବ୍ୟୁ କରିଥିଲେ। ଏହା ବକ୍ସ ଅଫିସରେ...

୧୭ ବର୍ଷ ପରେ ପୁଣି ଚର୍ଚ୍ଚାରେ ଗସମା ଜଙ୍ଗଲ: ମାଓବାଦୀ ସଂଗଠନକୁ ଶକ୍ତ ଧକ୍କା, ପୋଲିସକୁ ବଡ ସଫଳତା 

ଭଞ୍ଜନଗର,୨୫।୧୨(ବାବୁଲା ପ୍ରଧାନ)- ଦୀର୍ଘ ୧୭ ବର୍ଷ ପରେ ପୁଣି ଚର୍ଚ୍ଚାକୁ ଆସିଛି ଗସମା ଜଙ୍ଗଲ । ୨୦୦୮ ମସିହା ଫେବୃୟାରୀ ମାସ ୧୫ ତାରିଖ ରାତିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri