ଅବ୍ୟବସ୍ଥା ଘେରରେ କଳାପାହାଡ଼ ଉର୍ଦ୍ଦୁ ପ୍ରାଥମିକ ବିଦ୍ୟାଳୟ

ଆଳି,୨୯ା୭(ଡି.ଏନ.ଏ.): ରାଜ୍ୟ ସରକାର ପ୍ରାଥମିକ ଶିକ୍ଷାର ଉନ୍ନତି କରିବାକୁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ଅନେକ ସ୍ଥାନରେ ପ୍ରାଥମିକ ବିଦ୍ୟାଳୟଗୁଡ଼ିକର ଅବସ୍ଥା ଶୋଚନୀୟ ଅବସ୍ଥାରେ ରହିଛି। ସର୍ବଶିକ୍ଷା ଅଭିଯାନରେ ସମସ୍ତେ ବିଦ୍ୟାଳୟକୁ ଛାତ ଘର ଓ ଛାତ୍ରୀଛାତ୍ର ଅନୁପାତରେ ଶିକ୍ଷକ ଯୋଗାଇ ଦେଉଛନ୍ତି। କିନ୍ତୁ ଆଳି ବ୍ଲକ ଅନ୍ତର୍ଗତ ମେଣ୍ଢପୁର ପଞ୍ଚାୟତ ଅଧୀନରେ ଥିବା କଳାପାହାଡ଼ ଉର୍ଦ୍ଦୁ ପ୍ରାଥମିକ ବିଦ୍ୟାଳୟ ଦୀପତଳ ଅନ୍ଧାର ପରି ରହିଯାଉଛି। ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟଠାରୁ ମାତ୍ର ଦେଢ଼ କିଲୋମିଟର ଦୂରରେ ଥିବା ଏହି ବିଦ୍ୟାଳୟ ପ୍ରତି କାହାର ଦୃଷ୍ଟି ନ ପଡ଼ିବା ସାଧାରଣରେ ବିସ୍ମୟ ସୃଷ୍ଟି କରିଛି। ବିଦ୍ୟାଳୟରେ ପ୍ରଥମରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ଅଛି। ବିଦ୍ୟାଳୟରେ ଛାତ୍ରୀଛାତ୍ର ସଂଖ୍ୟା ୧୧୩। କିନ୍ତୁ ଶିକ୍ଷୟିତ୍ରୀଶିକ୍ଷକ ମାତ୍ର ଦୁଇଜଣ ରହିଛନ୍ତି। ଜଣେ ଶିକ୍ଷକ ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ଓ ଅନ୍ୟ ଜଣେ ସହକାରୀ ଶିକ୍ଷୟିତ୍ରୀ। ୨୦୨୧ ଜୁଲାଇରେ ଏଠାରୁ ଦୁଇଜଣ ଶିକ୍ଷକ ଅବସର ଗ୍ରହଣ କରିଛନ୍ତି। ଅନ୍ୟ ଜଣେ ଶିକ୍ଷୟିତ୍ରୀଙ୍କୁ ସେହିବର୍ଷ ଅଗଷ୍ଟରେ ଅନ୍ୟତ୍ର ବଦଳି କରି ଦିଆଯାଇଥିଲା। ତେଣୁ ଏବେ ଏଠାରେ ଦୁଇଜଣ ଶିକ୍ଷକରେ କାମ ଚଳାଇବାକୁ ପଡୁଛି। କେବଳ ସେତିକି ନୁହେଁ, ବିଦ୍ୟାଳୟରେ ଘରର ଅଭାବ ରହିଛି। ତିନୋଟି ଆଜବେଷ୍ଟସ ଘର ବିପଦସଙ୍କୁଳ ଅବସ୍ଥାରେ ରହିଛି। ତେଣୁ ଦୁଇଟି ଶ୍ରେଣୀ ଗୃହରେ ୫ଟି ଶ୍ରେଣୀର ଛାତ୍ରୀଛାତ୍ରଙ୍କୁ ବସି ପଢ଼ାଇବା ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ ଅନେକ ଅସୁବିଧା ସୃଷ୍ଟି ହେଉଛି। ତୁରନ୍ତ ବିଦ୍ୟାଳୟକୁ ଶିକ୍ଷକ ଓ ନୂତନ ଶ୍ରେଣୀ ଗୃହ ଯୋଗାଇ ଦେବାକୁ ଗ୍ରାମବାସୀ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭଦ୍ରକରେ ପୁଣି ବନ୍ୟା: ବିପଦ ସଙ୍କେତ ଟପିଲା ବୈତରଣୀ, ସଙ୍କେତ ଛୁଇଁବ ସାଳନ୍ଦୀ

ଭଦ୍ରକ, ୧୬/୮ (ସନାତନ ରାଉତ): ଭଦ୍ରକ ଜିଲାକୁ ବନ୍ୟାରେ ପ୍ରଭାବିତ କରୁଥିବା ଦୁଇ ପ୍ରମୁଖ ନଦୀ ବୈତରଣୀ ଓ ସାଳନ୍ଦୀରେ ରବିବାର ପୁଣି ବନ୍ୟା ପରିସ୍ଥିତି ସୃଷ୍ଟି…

ରାଷ୍ଟ୍ରପତି କଲେ ଅନୁମୋଦନ: କଳାହାଣ୍ଡି ପୁଅ ପାଇବେ ବୀରତ୍ବ ସେନାପଦକ

ଭବାନୀପାଟଣା,୧୬।୮(ଉତ୍ତମ କୁମାର ଦାଶ): ସ୍ୱାଧୀନତା ଦିବସ ପୂର୍ବ ସଂନ୍ଧ୍ୟାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପ୍ରତିରକ୍ଷା ବାହିନୀ ଏବଂ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବାହିନୀର କର୍ମଚାରୀମାନଙ୍କୁ ୧୩ ଟି…

ସରକାରୀ କାର୍ଯ୍ୟାଳୟରେ ଯନ୍ତ୍ରୀ ଉଡ଼ାଇଲେ ଓଲଟା ଜାତୀୟ ପତାକା: ପ୍ରଶାସନ ପଦକ୍ଷେପକୁ ଅପେକ୍ଷା

ମହାକାଳପଡ଼ା, ୧୬।୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳରେ ଥିବା ମହାକାଳପଡ଼ା ଗ୍ରାମ୍ୟ ଉନ୍ନୟନ ଉପଖଣ୍ଡ ସ୍ତରୀୟ ସହକାରୀ ଯନ୍ତ୍ରୀଙ୍କ କାର୍ଯ୍ୟାଳୟରେ…

ରେଳବାଇରେ ସରକାରୀ ଚାକିରି ସୁଯୋଗ: ୩୯୯୩ JE ପଦବୀ ପାଇଁ ଆବେଦନ ଆରମ୍ଭ

ନୂଆଦିଲ୍ଲୀ,୧୬।୮: ରେଳବାଇରେ ସରକାରୀ ଚାକିରି ପାଇବାର ସ୍ୱପ୍ନ ଦେଖୁଥିବା ପରୀକ୍ଷାର୍ଥୀଙ୍କ ପାଇଁ ଖୁସିଖବର। ଆରଆରବି (RRB)ର ଜୁନିୟର ଇଞ୍ଜିନିୟର (JE) ନିଯୁକ୍ତି ପାଇଁ ଅନଲାଇନ୍ ଆବେଦନ ପ୍ରକ୍ରିୟା…

ଭଗବାନଙ୍କ ଭରସାରେ ପରିବାର: ୩୦ ବର୍ଷ ବିତିଗଲା, ପଲିଥିନ ତଳେ ବିତୁଛି ଜୀବନ, ପ୍ରଶାସନ ନିଦାବିଷ୍ଣୁ

କେସିଙ୍ଗା, ୧୬।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମ ପଞ୍ଚାୟତ ଅଧୀନସ୍ଥ କୁର୍ଲୁପଡ଼ା ଗ୍ରାମ ନିକଟରେ ଥିବା କଲେକ୍ଟରପଡ଼ାରେ ବସବାସ କରୁଥିବା ରାମେଶ୍ୱର…

ଅପହୃତ ବ୍ୟବସାୟୀ ଉଦ୍ଧାର, ଅଭିଯୁକ୍ତ ଅଟକ: ମୁହାଁମୁହିଁ ଜେରା …

ବଲାଙ୍ଗୀର, ୧୬।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରୁ ଅପହୃତ ବ୍ୟବସାୟୀ ନରେନ୍ଦ୍ର ସାହୁ ଓରଫ୍‌ ଗୁଣ୍ଡାଙ୍କୁ ବଲାଙ୍ଗୀର ପୋଲିସର ସ୍ୱତନ୍ତ୍ର ଟିମ୍‌ ଭୁବନେଶ୍ୱରରୁ ସୁରକ୍ଷିତ ଭାବେ ଉଦ୍ଧାର…

ପୂର୍ବତନ ଡେପୁଟି ସ୍ପିକରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ଖେଳିଗଲା ଚାଞ୍ଚଲ୍ୟ!

କୋଲକାତା,୧୬।୮: ପଶ୍ଚିମବଙ୍ଗର ବୀରଭୂମ ଜିଲ୍ଲାର ରାମପୁରହାଟରେ ତୃଣମୂଳ କଂଗ୍ରେସର ବରିଷ୍ଠ ନେତା ତଥା ପୂର୍ବତନ ବିଧାୟକ ଆଶିଷ ବାନାର୍ଜୀଙ୍କ ମୃତ୍ୟୁକୁ ନେଇ ଚାଞ୍ଚଲ୍ୟ ଖେଳିଯାଇଛି। ରବିବାର (୧୬…

ଇରାନ ସହ ଯୁଦ୍ଧ ଭିତରେ ଟ୍ରମ୍ପ ନେଲେ ବଡ଼ ନିଷ୍ପତ୍ତି, ଖୁସି ହୋଇଗଲା ଚାଇନା!

ଓ୍ବାଶିଂଟନ,୧୬/୮: ମଧ୍ୟପ୍ରାଚ୍ୟରେ ଇରାନ ସହିତ ‘ମହାଯୁଦ୍ଧ’ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ସେ ପ୍ରଶାନ୍ତ ମହାସାଗରରେ ମୁତୟନ ଥିବା ନିଜର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri