କଳାପାଟ-ବଡ଼ମୂଳ ରାସ୍ତା କାମ ଅଧାପନ୍ତରିଆ

ଗଣିଆ,୨୯ା୩(ସନ୍ତୋଷ କୁମାର ପ୍ରଧାନ): ନୟାଗଡ଼ ଜିଲା ଗଣିଆ-କୁତୁରୀ ପୂର୍ତ୍ତ ବିଭାଗ ରାସ୍ତାକୁ ଅକ୍ତିଆର କରିଛି ଗ୍ରାମ୍ୟ ଉନ୍ନୟନ ବିଭାଗ। ଏହି ରାସ୍ତାର ଗଣିଆଠାରୁ ବଡ଼ମୂଳ ପର୍ଯ୍ୟନ୍ତ ନବୀକରଣ ପାଇଁ ଗ୍ରାମ୍ୟ ଉନ୍ନୟନ ବିଭାଗ (ଆରଡି) ହାତକୁ ନେଇଛି। ଗତ ୫ବର୍ଷ ତଳେ ପ୍ରଥମ ପର୍ଯ୍ୟାୟରେ ଗଣିଆ ବଜାରଠାରୁ କଳାପାଟ ଠାକୁରାଣୀ ପୀଠ ପର୍ଯ୍ୟନ୍ତ ୧୦ କି.ମି. ରାସ୍ତା ନିର୍ମାଣ କାର୍ଯ୍ୟ ଶେଷ ହୋଇଯାଇଛି। ନିମ୍ନମାନର କାର୍ଯ୍ୟ ଯୋଗୁ ଉକ୍ତ ରାସ୍ତାର ଅନେକ ସ୍ଥାନରେ ଖାଲଖମା ସୃଷ୍ଟି ହୋଇଛି। ଅନ୍ୟପକ୍ଷେ ଦ୍ୱିତୀୟ ପର୍ଯ୍ୟାୟରେ ୨୦୨୨ରେ କଳାପାଟ ଠାକୁରାଣୀ ପୀଠଠାରୁ ବଡ଼ମୂଳ ୧୪ କି.ମି. ରାସ୍ତା ନିର୍ମାଣ ପାଇଁ ଗ୍ରାମ୍ୟ ଉନ୍ନୟନ ବିଭାଗ ତରଫରୁ ୫କୋଟି ୨୫ଲକ୍ଷ ୨୧ହଜାର ଟଙ୍କା ମଞ୍ଜୁର ହୋଇଥିଲା। ୧୪ କି.ମି. ରାସ୍ତା ମଧ୍ୟରୁ ୩.୫୦୦କି.ମି. କଂକ୍ରିଟ ଓ ୧୦.୫୦୦ କି.ମି. ପିଚୁ ରାସ୍ତା ପାଇଁ ଅଟକଳ ରହିଛି। ଉକ୍ତ ରାସ୍ତା ନିର୍ମାଣ କାର୍ଯ୍ୟ ୨୦୨୨ ଫେବୃଆରୀ ୨୩ରୁ ଆରମ୍ଭ ହୋଇ ୨୦୨୩ ମାର୍ଚ୍ଚ ୨୨ରେ ଶେଷ ହେବାର ଅବଧି ରହିଥିଲା। ତେବେ ବିଭାଗୀୟ ଅଧିକାରୀଙ୍କ ଉଦାସୀନତା ସାଙ୍ଗକୁ ଠିକାଦାରଙ୍କ ମନମୁଖି କାର୍ଯ୍ୟ ଯୋଗୁ କେତେବେଳେ କାର୍ଯ୍ୟ ହେଉଛି ତ ଆଉ କେତେବେଳେ କାର୍ଯ୍ୟ ବନ୍ଦ ରହୁଛି। ଏହି ରାସ୍ତାରେ ବିଛାଡି ହୋଇ ପଡିଥିବା ମେଣ୍ଟାଲ ଉପରେ ଡଷ୍ଟ ପକାଇ ରଖାଯାଇଛି। ନିର୍ମାଣ ହୋଇଥିବା କଲର୍ଭଟଗୁଡ଼ିକ ନିମ୍ନମାନର କାର୍ଯ୍ୟ ଯୋଗୁ ଅନେକ ସ୍ଥାନରେ ଏହା ଭାଙ୍ଗିରୁଜି ଯାଇଥିବା ଦେଖିବାକୁ ମିଳିଛି। ଠିକାଦାର ରାସ୍ତାର ଅନେକ ସ୍ଥାନରେ ଖୋଳି ଅଧାପନ୍ତରିଆ ଭାବେ ପକାଇ ଦେଇଥିବାରୁ ଲୋକମାନେ ଯାତାୟାତରେ ଅନେକ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ସ୍ଥାନୀୟ ଲୋକମାନେ କାର୍ଯ୍ୟ ଶେଷ ପାଇଁ ଠିକାଦାର ଓ ବିଭାଗୀୟ କନିଷ୍ଠଯନ୍ତ୍ରୀଙ୍କୁ ବାରମ୍ବାର ଅଭିଯୋଗ କଲେ ମଧ୍ୟ କେହି ବି କର୍ଣ୍ଣପାତ କରୁନାହାନ୍ତି।
ଏହି ରାସ୍ତାରେ ସ୍ଥାନୀୟ ଜନ ପ୍ରତିନିଧି ଓ ପ୍ରଶାସନିକ ଉଚ୍ଚ ପଦାଧିକାରୀମାନେ ଯାତାୟତ କରୁଥିଲେ ମଧ୍ୟ କାହାର ଦୃଷ୍ଟି ପଡୁନାହିଁ। ଉକ୍ତ ରାସ୍ତା ଦେଇ ପ୍ରତ୍ୟହ ବିଭିନ୍ନ ପ୍ରକାର ଭାରିଯାନ ଚଳାଚଳ ଦ୍ୱାରା ରାସ୍ତାର ଏକାଧିଖ ସ୍ଥାନରେ ବଡ ବଡ ଖାଲ ସୃଷ୍ଟି ହୋଇଛି। ଫଳରେ ଅସରାଏ ବର୍ଷା ହେଲେ ରାସ୍ତାରେ ଯାତାୟତ କରିବା କଷ୍ଟକର ହୋଇପଡୁଛି। ତେବେ ପୂର୍ତ୍ତ ବିଭାଗଠାରୁ ଏହି ରାସ୍ତାଟି ଗ୍ରାମ୍ୟ ଉନ୍ନୟନ ବିଭାଗକୁ ଯିବା ପରେ ଭଲ ରାସ୍ତା କାମ ହେବ ବୋଲି ସ୍ଥାନୀୟ ଲୋକେ ଆଶା କରିଥିଲେ। ହେଲେ ନିମ୍ନମାନର କାର୍ଯ୍ୟ ହେଉଛି। ପୁଣି ସେଥିରେ ବିଳମ୍ବ କରାଯାଉଥିବା ଯୋଗୁ ସାଧାରଣରେ ଅସନ୍ତେଷ ପ୍ରକାଶ ପାଇଛି। ସେହିପରି ବୃତ୍ତଙ୍ଗ ସେତୁର ପଶ୍ଚିମ ପାର୍ଶ୍ୱ ରାସ୍ତା ପାର୍ଶ୍ୱ ଧୋଇ ରାସ୍ତା ଖାଇ ଯାଇଥିବା ବେଳେ ବିଭାଗୀୟ କର୍ତ୍ତୃପକ୍ଷ ଏହାର ମରାମତି ପାଇଁ ଦୃଷ୍ଟି ଦେଉନାହାନ୍ତି। ଫଳରେ ଲଗାଣ ବର୍ଷା ହେଲେ ରାସ୍ତା ଧୋଇ ଯାତାୟତରେ ବାଧା ସୃଷ୍ଟି ହେଉଛି। ଏଥିଯୋଗୁ ବଡ଼ ଧରଣର ଦୁର୍ଘଟଣାର ଆଶଙ୍କା ଦେଖାଦେଉଛି।
ପ୍ରକାଶଯୋଗ୍ୟ, ଗଣିଆ ସାଉଥ ବଡ଼ମୂଳ ମଙ୍ଗାନାସୀଠାରେ ପ୍ରାକୃତିକ ପର୍ଯ୍ୟଟନ କେନ୍ଦ୍ର ସାତକୋଶିଆ ସ୍ୟାଣ୍ଡ ରିସୋର୍ଟ ରହିଛି। ବର୍ଷସାରା ଏଠାକୁ ଦେଶ ବିଦେଶରୁ ଅନେକ ପର୍ଯ୍ୟଟକ ଆସିଥାଆନ୍ତି। ରାସ୍ତାର ଏଭଳି ଦୂରବସ୍ଥା ଦେଖି ପର୍ଯ୍ୟଟକମାନେ ଏଠାକୁ ପୁଣିଥରେ ଆସିବା ପାଇଁ ଅନିଚ୍ଛା ପ୍ରକାଶ କରୁଛନ୍ତି। ଏ ସମ୍ପର୍କରେ ଗଣିଆ ଗ୍ରାମ୍ୟ ଉନ୍ନୟନ ବିଭାଗର କନିଷ୍ଠ ଯନ୍ତ୍ରୀ ସଞ୍ଜୟ କୁମାର ସାହୁଙ୍କୁ ପଚାରିବାରୁ ଏହି ରାସ୍ତାର ତଥ୍ୟ ମୋ ପାଖରେ ନାହିଁ , କାର୍ଯ୍ୟ ନିର୍ବାହୀ ଯନ୍ତ୍ରୀଙ୍କୁ ପଚାରନ୍ତୁ ବୋଲି କହି ଏହି ପ୍ରସଙ୍ଗକୁ ଏଡାଇ ଯାଇଥିଲେ। ତେବେ ବିଭାଗୀୟ କନିଷ୍ଠ ଯନ୍ତ୍ରୀଙ୍କ ଗଣିଆରେ ଦେଖା ମିଳୁ ନ ଥିବା ବେଳେ ଏଭଳି ଦାୟିତ୍ୱହୀନ ମନ୍ତବ୍ୟ କାର୍ଯ୍ୟର ସ୍ବଚ୍ଛତା ପ୍ରତି ଅଙ୍ଗୁଳି ନିର୍ଦ୍ଦେଶ କରୁଛି। ଗ୍ରାମ୍ୟ ଉନ୍ନୟନ ବିଭାଗର ଉଚ୍ଚ କର୍ତ୍ତୃପକ୍ଷ ଏ ସଂକ୍ରାନ୍ତରେ ଦୃଷ୍ଟି ଦେବା ସହିତ ରାସ୍ତା ନିର୍ମାଣ କାର୍ଯ୍ୟ ଶେଷ କରିବା ପାଇଁ ପଦକ୍ଷେପ ନେବାକୁ ଦାବି ହୋଇଛି। ନଚେତ୍‌ ଆଗାମୀ ଦିନରେ ସ୍ଥାନୀୟ ଜନସାଧାରଣଙ୍କ ତରଫରୁ ଜନଆନ୍ଦୋଳନ କରାଯିବ ବୋଲି ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ-ନ୍ୟୁଜିଲାଣ୍ଡ ଫାଇନାଲ ମ୍ୟାଚ୍‌: ହୋଟେଲ ରୁମ୍‌ ଭଡ଼ା ୪୦୦% ବୃଦ୍ଧି

ଅହମଦାବାଦ,୭।୩:  ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ସନ୍ଧ୍ୟାରେ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଟି୨୦ ବିଶ୍ୱକପ୍‌ ଫାଇନାଲ ମ୍ୟାଚ୍‌ ଖେଳାଯିବ। ଏଥିଲାଗି ସହରର ପ୍ରାୟତଃ ହୋଟେଲରେ ରୁମ୍‌…

ପଶ୍ଚିମବଙ୍ଗରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଅପମାନ: ମୋଦି-ମମତା ମୁହାଁମୁହିଁ, ଦୁର୍ଭାଗ୍ୟଜନକ କହି…

ନୂଆଦିଲ୍ଲୀ/କୋଲକାତା,୭।୩: ପଶ୍ଚିମବଙ୍ଗ ଗସ୍ତରେ ଥିବା ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ନେଇ ଏବେ ରାଜନୀତି ସରଗରମ ହୋଇଛି। ସିଲିଗୁଡ଼ିରେ ଆୟୋଜିତ ଆନ୍ତର୍ଜାତୀୟ ସାନ୍ତାଳ ସମ୍ମିଳନୀ ପାଇଁ ଉପଯୁକ୍ତ ସ୍ଥାନ…

ନିର୍ବାଚନ ପୂର୍ବରୁ ମମତାଙ୍କ ବଡ଼ ଘୋଷଣା

କୋଲକାତା,୭ା୩: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏକ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ସମସ୍ତ ଦଶମ ଶ୍ରେଣୀ ପାସ୍‌ ବେରୋଜଗାରୀ ଯୁବବର୍ଗଙ୍କୁ ମାସିକ…

ଦୁବାଇରେ ହଠାତ ଶସ୍ତା ହେଉଛି ସୁନା! ଇରାନ ସହ ଯୁଦ୍ଧ ମଧ୍ୟରେ ମୂଲ୍ୟରେ ବଡ଼ ହ୍ରାସ, ଭାରତ ଉପରେ ପଡ଼ିବ…

ଦୁବାଇ/ନୂଆଦିଲ୍ଲୀ,୭।୩: ବିଶ୍ୱର ସୁନା ବଜାର କୁହାଯାଉଥିବା ଦୁବାଇରୁ ଏବେ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଭୟଙ୍କର ଯୁଦ୍ଧ ଯୋଗୁ…

କେନିଆରେ ବର୍ଷା ବିତ୍ପାତ: ଚାଲିଗଲା ୨୩ ଜୀବନ

ନାଇରୋବି,୭ା୩: କେନିଆ ରାଜଧାନୀ ନାଇରୋବିରେ ପ୍ରବଳ ବର୍ଷାରେ ୨୩ ଜଣଙ୍କ ମୃତ୍ୟୁ ଘଟିବା ସହ ବିମାନ ଚଳାଚଳ ବାଧାପ୍ରାପ୍ତ ହୋଇଛି। ଶନିବାର ରାସ୍ତାଘାଟ ଜଳାର୍ଣ୍ଣବ ହୋଇଥିବାରୁ ଗାଡ଼ିଚାଳକମାନେ…

ଇରାନ ଉପରେ ଆଜି ହେବ ‘ଭୟଙ୍କର’ ଆକ୍ରମଣ: ଟ୍ରମ୍ପଙ୍କ ଘୋଷଣା ପରେ ସାରା ବିଶ୍ୱରେ ହଇଚଇ, ପଡ଼ୋଶୀ ଦେଶକୁ…

ୱାଶିଂଟନ/ତେହେରାନ,୭।୩: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ପ୍ରତିଦିନ ଭୟଙ୍କର ରୂପ ନେଉଛି। ମଧ୍ୟପ୍ରାଚ୍ୟର ଅନେକ ସହର ଏହି ସାମରିକ ସଂଘର୍ଷରେ ଛାରଖାର ହୋଇଯାଇଥିବା ବେଳେ,…

ଘରଭାଙ୍ଗି ଧାନ ଖାଇଲା ଦନ୍ତା

ନାକଟିଦେଉଳ, ୭ା୨(ବୈକୁଣ୍ଠନାଥ ସାହୁ): ସମ୍ବଲପୁର ଜିଲା ନାକଟିଦେଉଳ ବନାଞ୍ଚଳ ଅଧୀନ ଆଭ୍ୟନ୍ତରୀଣ ତଥା ପାହାଡ଼ ତଳି ଗ୍ରାମରେ ଗତ କିଛି ଦିନ ହେଲା ଦନ୍ତାହାତୀ ଉପଦ୍ରବ ଲାଗି…

ବୋହୂଙ୍କୁ ମାଡ଼ ମାରି ଲହୁଲୁହାଣ କଲେ ପୁଅ, ଥାନାରେ ପହଞ୍ଚି ଅଭିଯୋଗ କରିଦେଲେ ବାପା, ପୁରୁଷୋତ୍ତମଙ୍କୁ ବାନ୍ଧି…

ବୈଶିଙ୍ଗା,୭।୩(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ନଡପୁର ଗ୍ରାମରେ ଜନୈକା ବିବାହିତା ମହିଳାଙ୍କୁ ମାଡ଼ ମାରି ଗୁରୁତର କରିଥିବା ଅଭିଯୋଗରେ ପୋଲିସ ସ୍ବାମୀଙ୍କୁ ଗିରଫ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri