ସଡ଼କ ଦୁର୍ଘଟଣାରେ କଲରାପତରିଆ ବାଘ ମୃତ

ବରଗଡ଼,୧୫।୧୦ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ଅନ୍ତର୍ଗତ ସମ୍ବରଧରା-ଲଖନପୁର ରାସ୍ତାରୁ ମଙ୍ଗଳବାର ଏକ କଲରାପତରିଆ ବାଘର ମୃତଦେହ ଉଦ୍ଧାର ହୋଇଛି। ବାଘର ମୃତଦେହକୁ ବନବିଭାଗ ଜବତ କରିଛି। ମୃତଦେହକୁ ଭଟଲି ରେଞ୍ଜ ଅଫିସରେ ରଖାଯାଇଛି।

ବୁଧବାର ମୃତବାଘର ବ୍ୟବଚ୍ଛେଦ ହେବ ବୋଲି ବରଗଡ଼ ଡିଏଫଓ ବିକ୍ରମଦେବ ପଟ୍ଟନାୟକ କହିଛନ୍ତି। ଏକ ଗାଡ଼ି ଧକ୍କାରେ ବାଘର ମୃତ୍ୟୁ ହୋଇଛି, ମାତ୍ର ଦୁର୍ଘଟଣା ଘଟାଇଥିବା ଗାଡ଼ି ଜବତ ହୋଇ ନାହିଁ । ସେ ନେଇ ଅଧିକ ତଦନ୍ତ ଚାଲିଥିବା ଡିଏଫଓ ପଟ୍ଟନାୟକ କହିଛନ୍ତି। ମୃତ ବାଘ ପ୍ରାୟ ୨ ଫୁଟ୍‌ ଲମ୍ବ ଏବଂ ୬ ମାସ ବୟସର ହେବ ବୋଲି ସେ କହିଛନ୍ତି।

ସୂଚନା ଅନୁଯାୟୀ, ବରଗଡ଼-ଅମ୍ବାଭୋନା ରାସ୍ତାର ଲଖନପୁର ନିକଟ ମୁଁଣ୍ଡକଟି ପାଖରେ ବାଘର ମୃତଦେହ ପଡ଼ିଥିବା ଜଣାପଡ଼ିଥିଲା। ଏ ନେଇ ସୂଚନା ପାଇବା ପରେ ବରଗଡ଼ ଡିଏଫଓ ପଟ୍ଟନାୟକଙ୍କ ସମେତ ବନ କର୍ମଚାରୀମାନେ ଘଟଣାସ୍ଥଳକୁ ପହଞ୍ଚିଥିଲେ ଏବଂ ବାଘର ମୃତଦେହକୁ ଜବତ କରିଥିଲେ। ଦେବେ ସଡ଼କ ଦୁର୍ଘଟଣାରେ ବଗହାମୃତ୍ୟୁ ଜିଲାରେ ପ୍ରଥମ ହୋଇଥବା ଯୋଗୁ ଘଟଣାଟି ସମସ୍ତଙ୍କୁ ସ୍ତବ୍ଧ କରି ପକାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସିମନବାଡିରେ ଅଜବ ପରାମ୍ପରା: ବିଶ୍ୱାସ ରହିଛି ଏମିତି କଲେ ଦୂର ହୁଏ ରୋଗ ପିଡା

ଦାରିଙ୍ଗବାଡି, ୧୭ ।୩ (ଅରୁଣ ସାହୁ ): ବିଶ୍ୱାସ ଅନେକ ଦୁଃଖକୁ ଦୂର କରିବା ନଜିର ରହିଛି। ରୋଗ ବ୍ୟାଧି ହେଉ କି ହାଡଫୁଟି, ବସନ୍ତ ଭଳି…

କଂଗ୍ରେସରୁ ନିଲମ୍ବିତ ହେଲେ ୩ ବିଧାୟକ: ‘ହୁଇପ୍‌’କୁ ନ ମାନି …

ଭୁବନେଶ୍ୱର,୧୭।୩: ରାଜ୍ୟ ସଭା ନିର୍ବାଚନରେ ଏଥର ମଧ୍ୟ କଂଗ୍ରେସରେ ଗଡ଼ବଡ଼ ପରିଲକ୍ଷିତ ହୋଇଛି। କଂଗ୍ରେସ ବିଧାୟକ ଦାଶରଥି ଗମାଙ୍ଗ, ରମେଶ ଜେନା ଏବଂ ସୋଫିଆ ଫିର୍ଦ୍ଦୋସ ପାର୍ଟିର…

ସିରିଜ୍‌ ଦୁର୍ଘଟଣା: ୪ ଘଣ୍ଟାରୁ ଅଧିକ ସମୟ ଧରି ଭିତରେ ଚାପି ହୋଇ ରହିଲେ ଡ୍ରାଇଭର, ଘଟଣାସ୍ଥଳରେ…

ଭଦ୍ରକ, ୧୭।୩(ସନାତନ ରାଉତ): ଭଦ୍ରକ ଗ୍ରାମାଞ୍ଚଳ ଥାନା ୧୬ ନମ୍ବର ଜାତୀୟ ରାଜପଥ ଅସୁରା ଛକରେ ସୋମବାର ବିଳମ୍ବିତ ରାତିରେ ସିରିଜ୍‌ ଦୁର୍ଘଟଣା ଘଟିଛି । ଟ୍ରକ୍‌କୁ…

ମହାପ୍ରଭୁଙ୍କ ଦର୍ଶନ ପରେ ସବୁ ଖୋଲି କହିଦେଲେ ଦିଲୀପ ରାୟ: କହିଲେ, ବିଜେଡି ବିଧାୟକଙ୍କ ସହ ମୋର…

ପୁରୀ,୧୭।୩: ୧୨ ବର୍ଷ ବ୍ୟବଧାନରେ ଓଡ଼ିଶାରେ ହୋଇଛି ରାଜ୍ୟ ସଭା ନିର୍ବାଚନ । ୪ଆସନ ଲାଗି ସୋମବାର ଅନୁଷ୍ଠିତ ନିର୍ବାଚନରେ ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ,…

ଚୈତ୍ରପର୍ବର ଦ୍ୱିତୀୟ ମଙ୍ଗଳବାର, ମା’ ତାରାତାରିଣୀଙ୍କ ଦର୍ଶନ ଲାଗି ପୀଠରେ ଭକ୍ତଙ୍କ ଭିଡ଼

ପୁରୁଷୋତ୍ତମପୁର,୧୭।୩(ସବିତା ମିଶ୍ର ): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ଦ୍ବିତୀୟ ଚୈତ୍ର ମଙ୍ଗଳବାର ଯାତ୍ରାରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଛି । ଭକ୍ତଙ୍କ ଗହଳିରେ…

ନିଆଁରେ ଜଳୁଥିଲେ ମେନକା, ଚିତ୍କାର କରି ଡାକୁଥିଲେ ପୁଅ: ଛାଡ଼ିଲେନି SCB ସିକ୍ୟୁରିଟୀ, ଆସିଲା ସାଂଘାତିକ ଅଭିଯୋଗ

ମହାକାଳପଡ଼ା, ୧୭ା୩(ପ୍ରତାପ ଚନ୍ଦ୍ର ସ୍ବାଇଁ):କଟକ ବଡ଼ ଡାକ୍ତରଖାନାରେ ରବିବାର ବିଳମ୍ବିତ ରାତିରେ ମେଡିସିନ ୱାର୍ଡ ଟ୍ରମା କେୟାର ଆଇସିୟୁରେ ଶର୍ଟ ସର୍କିଟରୁ ନିଆଁ ଲାଗି ଯାଇଥିଲା। ଫଳରେ…

ହାତୀ ଉପଦ୍ରବରେ ପଡିଗଲା ଘରର କାନ୍ଥ, ଚାଲିଗଲା ଶିଶୁ ପୁତ୍ରର ଜୀବନ

ଜଳେଶ୍ଵର,୧୭।୩( ନବୀନ ସାହୁ): ଜଳେଶ୍ଵର ବ୍ଲକ୍ ରାଇବଣିଆ ଥାନା ଖୁଆଡ଼ ପଞ୍ଚାୟତ କେନ୍ଦୁଖୁଣ୍ଡା ଗ୍ରାମରେ ସୋମବାର ବିଳମ୍ବିତ ରାତିରେ ଗୋଠ ଛଡା ହାତୀ ପଶି ଉପଦ୍ରବ ମଚାଇଥିଲା…

ପଞ୍ଚାୟତସ୍ତରୀୟ ମିଳିତ ଜନଶୁଣାଣି: ସ୍ବାସ୍ଥ୍ୟକେନ୍ଦ୍ରରେ ଖାଲି ପଡ଼ିଥିବା ଡାକ୍ତର ପଦବୀ ପୂରଣ ପାଇଁ ସରପଞ୍ଚଙ୍କ ଦାବି

ଦିଗପହଣ୍ଡି,୧୭।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଅନ୍ତର୍ଗତ ସିଦ୍ଧେଶ୍ୱର ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ପଞ୍ଚାୟତସ୍ତରୀୟ ଜନଶୁଣାଣି ଅନୁଷ୍ଠିତ ହୋଇଯାଇଛି। ଦିଗପହଣ୍ଡି ଅତିରିକ୍ତ ବିଡ଼ିଓ ଉମେଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri